Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 3:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ମାତ୍ର ପ୍ରତ୍ୟେକ ସ୍ତ୍ରୀ ଆପଣା ପ୍ରତିବାସିନୀ ଓ ଆପଣା ଗୃହପ୍ରବାସିନୀ ସ୍ତ୍ରୀ ନିକଟରୁ ରୌପ୍ୟ-ଅଳଙ୍କାର ଓ ସ୍ୱର୍ଣ୍ଣ-ଅଳଙ୍କାର ଓ ବସ୍ତ୍ର ମାଗି ନେଇଯିବେ; ପୁଣି, ତାହା ତୁମ୍ଭେମାନେ ଆପଣା ପୁତ୍ରକନ୍ୟାଙ୍କୁ ପିନ୍ଧାଇବ। ଏହିରୂପେ ତୁମ୍ଭେମାନେ ମିସରୀୟ ଲୋକମାନଙ୍କ ଦ୍ରବ୍ୟ ହରଣ କରିବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ମାତ୍ର ପ୍ରତ୍ୟେକ ସ୍ତ୍ରୀ ଆପଣା ପ୍ରତିବାସିନୀ ଓ ଆପଣା ଗୃହପ୍ରବାସିନୀ ସ୍ତ୍ରୀ ନିକଟରୁରୌପ୍ୟ ଅଳଙ୍କାର ଓ ସ୍ଵର୍ଣ୍ଣ ଅଳଙ୍କାର ଓ ବସ୍ତ୍ର ମାଗି ନେଇଯିବେ; ପୁଣି ତାହା ତୁମ୍ଭେମାନେ ଆପଣା ପୁତ୍ରକନ୍ୟାଙ୍କୁ ପିନ୍ଧାଇବ। ଏହି ରୂପେ ତୁମ୍ଭେମାନେ ମିସ୍ରୀୟ ଲୋକମାନଙ୍କ ଦ୍ରବ୍ୟ ହରଣ କରିବ।

Gade chapit la Kopi

ଓଡିଆ ବାଇବେଲ

22 ମାତ୍ର ପ୍ରତ୍ୟେକ ସ୍ତ୍ରୀ ଆପଣା ପ୍ରତିବାସିନୀ ଓ ଆପଣା ଗୃହପ୍ରବାସିନୀ ସ୍ତ୍ରୀ ନିକଟରୁ ରୌପ୍ୟ ଅଳଙ୍କାର ଓ ସ୍ୱର୍ଣ୍ଣ ଅଳଙ୍କାର ଓ ବସ୍ତ୍ର ମାଗି ନେଇଯିବେ; ପୁଣି, ତାହା ତୁମ୍ଭେମାନେ ଆପଣା ପୁତ୍ରକନ୍ୟାଙ୍କୁ ପିନ୍ଧାଇବ। ଏହିରୂପେ ତୁମ୍ଭେମାନେ ମିସ୍ରୀୟ ଲୋକମାନଙ୍କ ଦ୍ରବ୍ୟ ହରଣ କରିବ।”

Gade chapit la Kopi

ପବିତ୍ର ବାଇବଲ

22 “ସମସ୍ତ ଇସ୍ରାଏଲୀୟ ସ୍ତ୍ରୀ ଆପଣା ପ୍ରତିବାସିନୀ ଓ ଆପଣା ଗୃହପ୍ରବାସିନୀ ସ୍ତ୍ରୀ ନିକଟରୁ ରୌପ୍ୟ, ଅଳଙ୍କାର ଓ ସ୍ୱର୍ଣ୍ଣ ଅଳଙ୍କାର ଓ ବସ୍ତ୍ର ମାଗି ନେଇଯିବ, ପୁଣି ତାହା ତୁମ୍ଭେମାନେ ଆପଣା ପୁତ୍ରକନ୍ୟାଙ୍କୁ ପିନ୍ଧାଇବ। ଏହିପରି ଭାବରେ ତୁମ୍ଭେମାନେ ମିଶରୀୟ ଲୋକମାନଙ୍କ ଦ୍ରବ୍ୟ ହରଣ କରିବ।”

Gade chapit la Kopi




ଯାତ୍ରା ପୁସ୍ତକ 3:22
9 Referans Kwoze  

ଏହିରୂପେ ସେମାନେ ପଦାରୁ କାଠ ଆଣିବେ ନାହିଁ; କି ବନରୁ କିଛି କାଟିବେ ନାହିଁ; କାରଣ ସେମାନେ ଅସ୍ତ୍ରଶସ୍ତ୍ର ନେଇ ଅଗ୍ନିରେ ଜ୍ୱଳାଇବେ; ଆଉ, ଆପଣା ଲୁଣ୍ଠନକାରୀମାନଙ୍କର ଧନ ଲୁଣ୍ଠନ କରିବେ ଓ ଯେଉଁମାନେ ସେମାନଙ୍କର ସମ୍ପତ୍ତି ଅପହରଣ କଲେ, ସେମାନଙ୍କର ସମ୍ପତ୍ତି ଅପହରଣ କରିବେ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।


ଆଉ, ସେ ରୂପା ଓ ସୁନା ସହିତ ସେମାନଙ୍କୁ ବାହାର କରି ଆଣିଲେ ଓ ତାହାଙ୍କର ଗୋଷ୍ଠୀ ମଧ୍ୟରେ ଜଣେ ଦୁର୍ବଳ ଲୋକ ନ ଥିଲା।


ଏହେତୁ ଏବେ ଲୋକମାନଙ୍କ କର୍ଣ୍ଣଗୋଚରରେ କୁହ, ପ୍ରତ୍ୟେକ ପୁରୁଷ ଆପଣା ଆପଣା ପ୍ରତିବାସୀଠାରୁ ଓ ପ୍ରତ୍ୟେକ ସ୍ତ୍ରୀ ଆପଣା ଆପଣା ପ୍ରତିବାସିନୀଠାରୁ ରୌପ୍ୟ-ଅଳଙ୍କାର ଓ ସ୍ୱର୍ଣ୍ଣ-ଅଳଙ୍କାର ମାଗି ନିଅନ୍ତୁ।”


ଆପେ ଲୁଟିତ ନୋହିଲେ ହେଁ ଲୁଟୁଅଛ ଯେ ତୁମ୍ଭେ; ପୁଣି, ଲୋକମାନେ ତୁମ୍ଭ ପ୍ରତି ବିଶ୍ୱାସଘାତକତା ନ କଲେ ହେଁ ବିଶ୍ୱାସଘାତକତା କରୁଅଛ ଯେ ତୁମ୍ଭେ, ତୁମ୍ଭେ ସନ୍ତାପର ପାତ୍ର! ତୁମ୍ଭେ ଲୁଟିବାର ସମାପ୍ତ କଲା ଉତ୍ତାରେ ଲୁଟିତ ହେବ ଓ ବିଶ୍ୱାସଘାତକତା କରିବାର ସମାପ୍ତ କଲା ଉତ୍ତାରେ ଲୋକମାନେ ତୁମ୍ଭ ପ୍ରତି ବିଶ୍ୱାସଘାତକତା କରିବେ।


ଉତ୍ତମ ଲୋକ ଆପଣା ପୌତ୍ରମାନଙ୍କ ପାଇଁ ଅଧିକାର ଛାଡ଼ିଯାଏ; ମାତ୍ର ପାପୀର ଧନ ଧାର୍ମିକମାନଙ୍କ ପାଇଁ ସଞ୍ଚିତ ହୁଏ।


ମାତ୍ର ସେମାନେ ଯେଉଁ ଦେଶୀୟ ଲୋକମାନଙ୍କର ଦାସ୍ୟକର୍ମ କରିବେ, ଆମ୍ଭେ ସେମାନଙ୍କର ବିଚାର କରିବା; ତହିଁ ଉତ୍ତାରେ ସେମାନେ ବହୁତ ଧନ ଘେନି ସେହି ଦେଶରୁ ବାହାର ହେବେ।


ଏଥିଉତ୍ତାରେ ସେହି ଦାସ ରୂପା ଓ ସୁନାର ଆଭରଣ ଓ ବସ୍ତ୍ର ବାହାର କରି ରିବିକାକୁ ଦେଲା; ପୁଣି, ତାହାର ଭ୍ରାତା ଓ ମାତାକୁ ମଧ୍ୟ ବହୁମୂଲ୍ୟ ଦ୍ରବ୍ୟ ଦେଲା।


Swiv nou:

Piblisite


Piblisite