Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 3:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ମାତ୍ର ସଦାପ୍ରଭୁ ଯେତେବେଳେ ଦେଖିଲେ, ଯେ ସେ ଦେଖିବା ନିମନ୍ତେ ଏକ ପାଖକୁ ଯାଉଅଛନ୍ତି, ସେତେବେଳେ ପରମେଶ୍ୱର ବୁଦା ମଧ୍ୟରୁ ତାଙ୍କୁ ଡାକି କହିଲେ, “ହେ ମୋଶା, ହେ ମୋଶା।” ତହିଁରେ ସେ କହିଲେ, “ଏହି ଦେଖନ୍ତୁ, ମୁଁ ଉପସ୍ଥିତ ଅଛି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ମାତ୍ର ସଦାପ୍ରଭୁ ଯେତେବେଳେ ଦେଖିଲେ, ଯେ ସେ ଦେଖିବା ନିମନ୍ତେ ଏକ ପାଖକୁ ଯାଉଅଛନ୍ତି, ସେତେବେଳେ ପରମେଶ୍ଵର ବୁଦା ମଧ୍ୟରୁ ତାଙ୍କୁ ଡାକି କହିଲେ, ହେ ମୋଶା, ହେ ମୋଶା। ତହିଁରେ ସେ କହିଲେ, ଏହି ଦେଖନ୍ତୁ, ମୁଁ ଉପସ୍ଥିତ ଅଛି।

Gade chapit la Kopi

ଓଡିଆ ବାଇବେଲ

4 ମାତ୍ର ସଦାପ୍ରଭୁ ଯେତେବେଳେ ଦେଖିଲେ, ଯେ ସେ ଦେଖିବା ନିମନ୍ତେ ଏକ ପାଖକୁ ଯାଉଅଛନ୍ତି, ସେତେବେଳେ ପରମେଶ୍ୱର ବୁଦା ମଧ୍ୟରୁ ତାଙ୍କୁ ଡାକି କହିଲେ, “ହେ ମୋଶା, ହେ ମୋଶା।” ତହିଁରେ ସେ କହିଲେ, “ଏହି ଦେଖନ୍ତୁ, ମୁଁ ଉପସ୍ଥିତ ଅଛି।”

Gade chapit la Kopi

ପବିତ୍ର ବାଇବଲ

4 ସଦାପ୍ରଭୁ ଦେଖିଲେ, ମୋଶା ବୁଦା ଆଡ଼କୁ ଆସୁଛନ୍ତି। ତେଣୁ ପରମେଶ୍ୱର ବୁଦା ମଧ୍ୟରୁ ମୋଶାଙ୍କୁ ଡାକିଲେ, ପରମେଶ୍ୱର କହିଲେ, “ମୋଶା, ମୋଶା!” ମୋଶା କହିଲେ, “ହଁ ଆଜ୍ଞା, ସଦାପ୍ରଭୁ।”

Gade chapit la Kopi




ଯାତ୍ରା ପୁସ୍ତକ 3:4
18 Referans Kwoze  

ଆଉ ପୃଥିବୀର ଓ ତତ୍‍ପୂରକ ବସ୍ତୁର ଉତ୍ତମ ଦ୍ରବ୍ୟରେ ଓ ଯେ ବୁଦାରେ ବାସ କଲେ, ତାହାଙ୍କ ଅନୁଗ୍ରହରେ (ତାହାର ଦେଶ ସଦାପ୍ରଭୁଙ୍କ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେଉ) ଯୋଷେଫର ମସ୍ତକରେ ଆଶୀର୍ବାଦ ବର୍ତ୍ତୁ, ଯେ ଆପଣା ଭ୍ରାତୃଗଣ ନିକଟରୁ ପୃଥକ ହୋଇଥିଲା, ତାହାର ମସ୍ତକାଗ୍ରରେ ଆଶୀର୍ବାଦ ବର୍ତ୍ତୁ।


ସେଥିରେ ସେ ଭୂମିରେ ପଡ଼ିଯାଇ ତାହାଙ୍କ ପ୍ରତି ଉକ୍ତ ଏହି ବାଣୀ ଶୁଣିଲେ, “ହେ ଶାଉଲ, ହେ ଶାଉଲ କାହିଁକି ଆମ୍ଭକୁ ତାଡ଼ନା କରୁଅଛ?”


ଏଉତ୍ତାରେ ସଦାପ୍ରଭୁ ପୁନର୍ବାର ତୃତୀୟ ଥର ଶାମୁୟେଲଙ୍କୁ ଡାକିଲେ। ତହୁଁ ସେ ଉଠି ଏଲିଙ୍କ ନିକଟକୁ ଯାଇ କହିଲେ, “ମୁଁ ଏଠାରେ ଅଛି, ଆପଣ ମୋତେ ଡାକିଲେ ପରା?” ଏଥିରେ ସଦାପ୍ରଭୁ ଯେ ବାଳକକୁ ଡାକୁଅଛନ୍ତି, ଏହା ଏଲି ବୁଝିଲେ।


ଏଉତ୍ତାରେ ସଦାପ୍ରଭୁ “ଶାମୁୟେଲ” ବୋଲି ପୁନର୍ବାର ଡାକିଲେ। ତହୁଁ ଶାମୁୟେଲ ଉଠି ଏଲିଙ୍କ ନିକଟକୁ ଯାଇ କହିଲେ, “ମୁଁ ଏଠାରେ ଅଛି, ଆପଣ ମୋତେ ଡାକିଲେ ପରା?” ସେ ଉତ୍ତର ଦେଲେ, “ହେ ପୁତ୍ର, ମୁଁ ଡାକି ନାହିଁ; ଫେରିଯାଇ ଶୁଅ।”


ସେତେବେଳେ ସଦାପ୍ରଭୁ ଶାମୁୟେଲଙ୍କୁ ଡାକିଲେ; ସେ କହିଲେ, “ମୁଁ ଏଠାରେ ଅଛି।”


ତହିଁରେ ପରମେଶ୍ୱର ଇସ୍ରାଏଲଙ୍କୁ ରାତିରେ ଦର୍ଶନ ଦେଇ କହିଲେ, “ହେ ଯାକୁବ, ହେ ଯାକୁବ।” ତହିଁରେ ସେ ଉତ୍ତର କଲେ, “ଦେଖନ୍ତୁ, ମୁଁ ଉପସ୍ଥିତ ଅଛି।”


ଏପରି ସମୟରେ ଆକାଶରୁ ସଦାପ୍ରଭୁଙ୍କ ଦୂତ ତାଙ୍କୁ ଡାକି କହିଲେ, “ହେ ଅବ୍ରହାମ, ହେ ଅବ୍ରହାମ!” ତହିଁରେ ସେ କହିଲେ, “ଦେଖନ୍ତୁ, ମୁଁ ଏଠାରେ।”


ଏହି ସମସ୍ତ ଘଟଣା ଉତ୍ତାରେ ପରମେଶ୍ୱର ଅବ୍ରହାମଙ୍କର ପରୀକ୍ଷା ନିମନ୍ତେ କହିଲେ, “ହେ ଅବ୍ରହାମ।” ତହିଁରେ ସେ ଉତ୍ତର କଲେ, “ଦେଖନ୍ତୁ, ମୁଁ ଏଠାରେ ଅଛି।”


ପରମେଶ୍ୱର ଥରେ କହିଅଛନ୍ତି, ଆମ୍ଭେ ଦୁଇ ଥର ଏହା ଶୁଣିଅଛୁ ଯେ, ପରାକ୍ରମ ପରମେଶ୍ୱରଙ୍କର ଅଟଇ।


ଆଉ, ତାହାଙ୍କ ପ୍ରତି ଏହି ବାଣୀ ହେଲା, “ହେ ପିତର, ଉଠ, ବଧ କରି ଖାଅ।”


ଦିନେ ଅପରାହ୍ନ ପ୍ରାୟ ତିନି ଘଣ୍ଟା ସମୟରେ ସେ ସ୍ପଷ୍ଟ ରୂପେ ଗୋଟିଏ ଦର୍ଶନ ପାଇଲେ, ଯେପରି ଈଶ୍ବରଙ୍କର ଜଣେ ଦୂତ ତାହାଙ୍କ ନିକଟକୁ ଆସି କହୁଅଛନ୍ତି, ହେ କର୍ଣ୍ଣିଲୀୟ।


ଏଉତ୍ତାରେ ସଦାପ୍ରଭୁ ଆସିଲେ, ପୁଣି, ଠିଆ ହୋଇ ଅନ୍ୟ ସମୟ ପରି “ଶାମୁୟେଲ, ଶାମୁୟେଲ,” ବୋଲି ଡାକିଲେ। ତେବେ ଶାମୁୟେଲ କହିଲେ, “କହନ୍ତୁ; ଆପଣଙ୍କ ଦାସ ଶୁଣୁଅଛି।”


ଏଥିଉତ୍ତାରେ ନିଦ୍ରା ଭଙ୍ଗ ହୁଅନ୍ତେ, ଯାକୁବ ଜାଗ୍ରତ ହୋଇ କହିଲା, “ଅବଶ୍ୟ ଏହି ସ୍ଥାନରେ ସଦାପ୍ରଭୁ ଅଛନ୍ତି; ମାତ୍ର ମୁଁ ତାହା ଜାଣିଲି ନାହିଁ।”


ଏଥିରେ ଗୋଟିଏ ବୁଦା ମଧ୍ୟରୁ ଅଗ୍ନିଶିଖାରେ ସଦାପ୍ରଭୁଙ୍କ ଦୂତ ତାଙ୍କୁ ଦର୍ଶନ ଦେଲେ; ତହୁଁ ସେ ଅନାଇଲେ, ଆଉ ଦେଖ, ବୁଦା ଅଗ୍ନିରେ ପ୍ରଜ୍ୱଳିତ ହେଉଅଛି, ତଥାପି ବୁଦା ନଷ୍ଟ ହେଉ ନାହିଁ।


“ଏଥିପାଇଁ ତୁମ୍ଭେ ଆପଣା ହସ୍ତ ବଢ଼ାଇ ତାହାର ଲାଞ୍ଜ ଧର,” ତହିଁରେ ସେ ହସ୍ତ ବଢ଼ାଇ ତାକୁ ଧରନ୍ତେ, ତାଙ୍କ ହସ୍ତରେ ସେ ଯଷ୍ଟି ହେଲା।


ଏଥିଉତ୍ତାରେ ମୋଶା ପରମେଶ୍ୱରଙ୍କ ନିକଟକୁ ଆରୋହଣ କରନ୍ତେ, ସଦାପ୍ରଭୁ ପର୍ବତରୁ ତାଙ୍କୁ ଡାକି କହିଲେ, “ତୁମ୍ଭେ ଯାକୁବ ବଂଶକୁ ଏହି କଥା କୁହ ଓ ଇସ୍ରାଏଲ-ସନ୍ତାନଗଣଙ୍କୁ ଏହା ଜଣାଅ।


ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କୁ କହିଲେ, “ଦେଖ, ତୁମ୍ଭେ ଏହି ଲୋକମାନଙ୍କୁ ଘେନିଯିବା ନିମନ୍ତେ ମୋତେ କହୁଅଛ; ମାତ୍ର ତୁମ୍ଭେ ମୋʼ ସଙ୍ଗରେ କାହାକୁ ପଠାଇବ, ଏହା ତୁମ୍ଭେ ମୋତେ ଜଣାଇ ନାହଁ। ତଥାପି ତୁମ୍ଭେ କହିଅଛ, ଆମ୍ଭେ ନାମ ଦ୍ୱାରା ତୁମ୍ଭକୁ ଜାଣୁ ଓ ତୁମ୍ଭେ ଆମ୍ଭ ଦୃଷ୍ଟିରେ ଅନୁଗ୍ରହପାତ୍ର ହୋଇଅଛ।


ଏଥିଉତ୍ତାରେ ସଦାପ୍ରଭୁ ସମାଗମ-ତମ୍ବୁରୁ ମୋଶାଙ୍କୁ ଡାକି କହିଲେ,


Swiv nou:

Piblisite


Piblisite