Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 3:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ତହୁଁ ସେ କହିଲେ, “ତୁମ୍ଭେ ଏ ସ୍ଥାନର ନିକଟବର୍ତ୍ତୀ ହୁଅ ନାହିଁ, ତୁମ୍ଭ ପାଦରୁ ପାଦୁକା କାଢ଼; କାରଣ ତୁମ୍ଭେ ଯେଉଁ ସ୍ଥାନରେ ଛିଡ଼ା ହେଉଅଛ, ତାହା ପବିତ୍ର ଭୂମି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ତହୁଁ ସେ କହିଲେ, ତୁମ୍ଭେ ଏ ସ୍ଥାନର ନିକଟବର୍ତ୍ତୀ ହୁଅ ନାହିଁ, ତୁମ୍ଭ ପାଦରୁ ପାଦୁକା କାଢ଼; କାରଣ ତୁମ୍ଭେ ଯେଉଁ ସ୍ଥାନରେ ଛିଡ଼ା ହେଉଅଛ, ତାହା ପବିତ୍ର ଭୂମି।

Gade chapit la Kopi

ଓଡିଆ ବାଇବେଲ

5 ତହୁଁ ସେ କହିଲେ, “ତୁମ୍ଭେ ଏ ସ୍ଥାନର ନିକଟବର୍ତ୍ତୀ ହୁଅ ନାହିଁ, ତୁମ୍ଭ ପାଦରୁ ପାଦୁକା କାଢ଼; କାରଣ ତୁମ୍ଭେ ଯେଉଁ ସ୍ଥାନରେ ଛିଡ଼ା ହେଉଅଛ, ତାହା ପବିତ୍ର ଭୂମି।”

Gade chapit la Kopi

ପବିତ୍ର ବାଇବଲ

5 ଏହା ପରେ ସଦାପ୍ରଭୁ କହିଲେ, “ଆମ୍ଭର ଅଧିକ ନିକଟବର୍ତ୍ତୀ ହୁଅ ନାହିଁ। ତୁମ୍ଭ ପାଦରୁ ପାଦୁକା କାଢ଼ି ଦିଅ କାରଣ ତୁମ୍ଭେ ଯେଉଁ ଭୂମିରେ ଛିଡ଼ା ହୋଇଛ ତାହା ପବିତ୍ର ଭୂମି ଅଟେ।

Gade chapit la Kopi




ଯାତ୍ରା ପୁସ୍ତକ 3:5
12 Referans Kwoze  

ତହୁଁ ସଦାପ୍ରଭୁଙ୍କ ସୈନ୍ୟର ସେନାପତି ଯିହୋଶୂୟଙ୍କୁ କହିଲେ, “ତୁମ୍ଭ ପାଦରୁ ପାଦୁକା କାଢ଼, କାରଣ ଯେଉଁ ସ୍ଥାନରେ ତୁମ୍ଭେ ଠିଆ ହେଉଅଛ, ତାହା ପବିତ୍ର।” ଆଉ ଯିହୋଶୂୟ ସେପରି କଲେ।


ତାହାପରେ ପ୍ରଭୁ ତାହାଙ୍କୁ କହିଲେ, ତୁମ୍ଭ ପାଦରୁ ପାଦୁକା କାଢ଼ିପକାଅ, କାରଣ ତୁମ୍ଭେ ଯେଉଁ ସ୍ଥାନରେ ଠିଆ ହୋଇଅଛ, ତାହା ପବିତ୍ର ଭୂମି।


ଏହେତୁ ତୁମ୍ଭେ ଲୋକମାନଙ୍କ ଚତୁର୍ଦ୍ଦିଗରେ ସୀମା ନିରୂପଣ କରି ଏହି କଥା କୁହ, ‘ତୁମ୍ଭେମାନେ ପର୍ବତାରୋହଣ ଓ ତହିଁର ସୀମା ସ୍ପର୍ଶ କରିବାକୁ ସାବଧାନ ହୁଅ; ଯେକେହି ପର୍ବତ ସ୍ପର୍ଶ କରିବ, ସେ ଅବଶ୍ୟ ହତ ହେବ।’


ତୁମ୍ଭେ ପରମେଶ୍ୱରଙ୍କ ଗୃହକୁ ଯିବା ବେଳେ ସାବଧାନରେ ଆପଣା ଚରଣ ରଖ; କାରଣ ମୂର୍ଖମାନଙ୍କର ବଳି ଉତ୍ସର୍ଗ କରିବା ଅପେକ୍ଷା ଶ୍ରବଣାର୍ଥେ ନିକଟବର୍ତ୍ତୀ ହେବାର ଉତ୍ତମ; ଯେଣୁ ସେମାନେ ମନ୍ଦ କର୍ମ କରନ୍ତି ବୋଲି ଜାଣନ୍ତି ନାହିଁ।


“ଯେଣୁ କୌଣସି ପଶୁ ସୁଦ୍ଧା ଯଦି ସେହି ପର୍ବତ ସ୍ପର୍ଶ କରେ, ତେବେ ସେ ପ୍ରସ୍ତରାଘାତରେ ହତ ହେବ”, ଏହି ଯେଉଁ ଆଜ୍ଞା ଦିଆଯାଇଥିଲା, ତାହା ସେମାନେ ସହ୍ୟ କରିପାରିଲେ ନାହିଁ;


ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଓହ୍ଲାଇ ଯାଇ ଲୋକମାନଙ୍କୁ ଦୃଢ଼ ଆଦେଶ କର, ନୋହିଲେ ସଦାପ୍ରଭୁଙ୍କୁ ଦେଖିବା ପାଇଁ ସୀମା ଲଙ୍ଘନ କଲେ, ସେମାନଙ୍କ ମଧ୍ୟରୁ ଅନେକେ ବିନଷ୍ଟ ହେବେ।


ତହୁଁ ମୋଶା ହାରୋଣଙ୍କୁ କହିଲେ, “ସଦାପ୍ରଭୁ ଏହି କଥା କହିଲେ, ‘ଯେଉଁମାନେ ଆମ୍ଭ ନିକଟକୁ ଆସନ୍ତି, ସେମାନଙ୍କ ମଧ୍ୟରେ ଆମ୍ଭେ ପବିତ୍ର ରୂପେ ମାନ୍ୟ ହେବା; ଓ ସମସ୍ତ ଲୋକଙ୍କ ସମ୍ମୁଖରେ ଆମ୍ଭେ ଗୌରବାନ୍ୱିତ ହେବା।’” ତହିଁରେ ହାରୋଣ ମୌନ ହେଲେ।


ଆମ୍ଭେମାନେ ତାହାଙ୍କ ସହିତ ପବିତ୍ର ପର୍ବତରେ ଥିବାବେଳେ ନିଜେ ଆକାଶରୁ ନିର୍ଗତ ଏହି ବାଣୀ ଶୁଣିଲୁ।


କାରଣ ତୁମ୍ଭକୁ ରକ୍ଷା କରିବା ପାଇଁ ଓ ତୁମ୍ଭ ସମ୍ମୁଖରେ ତୁମ୍ଭ ଶତ୍ରୁମାନଙ୍କୁ ସମର୍ପଣ କରିବା ପାଇଁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ଛାଉଣି ମଧ୍ୟରେ ଗମନାଗମନ କରନ୍ତି, ଏନିମନ୍ତେ ସେ ଯେପରି ତୁମ୍ଭ ମଧ୍ୟରେ ଲଜ୍ଜାକର ବିଷୟ ନ ଦେଖନ୍ତି ଓ ତୁମ୍ଭ ନିକଟରୁ ବିମୁଖ ନ ହୁଅନ୍ତି, ଏଥିପାଇଁ ତୁମ୍ଭ ଛାଉଣି ପବିତ୍ର ହେବ।


ପୁଣି, ସେମାନଙ୍କର ଅଧିପତି ସେମାନଙ୍କ ମଧ୍ୟରୁ ହେବେ ଓ ସେମାନଙ୍କର ଶାସନକର୍ତ୍ତା ସେମାନଙ୍କ ମଧ୍ୟରୁ ନିର୍ଗତ ହେବେ; ଆଉ, ଆମ୍ଭେ ତାଙ୍କୁ ଆପଣାର ନିକଟବର୍ତ୍ତୀ କରାଇବା ଓ ସେ ଆମ୍ଭ ନିକଟକୁ ଆସିବେ, କାରଣ ସଦାପ୍ରଭୁ କହନ୍ତି, ଆମ୍ଭ ନିକଟକୁ ଆସିବା ପାଇଁ ଯେ ସାହସ କରିଅଛନ୍ତି, ସେ କିଏ?


ସେତେବେଳେ ମୋଶା ସଦାପ୍ରଭୁଙ୍କ ପ୍ରେରିତ ସମସ୍ତ ବାକ୍ୟ ଓ ତାହାଙ୍କ ଆଜ୍ଞାର୍ପିତ ସମସ୍ତ ଚିହ୍ନ ହାରୋଣଙ୍କୁ ଜଣାଇଲେ।


Swiv nou:

Piblisite


Piblisite