Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 30:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ପୁଣି, ସନ୍ଧ୍ୟାକାଳେ ହାରୋଣ ପ୍ରଦୀପ ଜ୍ୱଳାଇବା ସମୟରେ ଧୂପ ଜ୍ୱଳାଇବ, ତହିଁରେ ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ନିତ୍ୟ ଧୂପଦାହ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ପୁଣି ସନ୍ଧ୍ୟା କାଳେ ହାରୋଣ ପ୍ରଦୀପ ଜ୍ଵଳାଇବା ସମୟରେ ଧୂପ ଜ୍ଵଳାଇବ, ତହିଁରେ ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ନିତ୍ୟ ଧୂପ-ଦାହ ହେବ।

Gade chapit la Kopi

ଓଡିଆ ବାଇବେଲ

8 ପୁଣି, ସନ୍ଧ୍ୟା କାଳେ ହାରୋଣ ପ୍ରଦୀପ ଜ୍ୱଳାଇବା ସମୟରେ ଧୂପ ଜ୍ୱଳାଇବ, ତହିଁରେ ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ନିତ୍ୟ ଧୂପ-ଦାହ ହେବ।

Gade chapit la Kopi

ପବିତ୍ର ବାଇବଲ

8 ପୁଣି ସନ୍ଧ୍ୟା ସମୟରେ ହାରୋଣ ପ୍ରଦୀପ ଜଳାଇବା ସମୟରେ ଧୂପ ଜଳାଇବ, ତହିଁରେ ସେମାନଙ୍କର ପୁରୁଷାନୁକ୍ରମେ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରତ୍ୟେକ ଦିନ ଧୂପ ଜଳାଇବ।

Gade chapit la Kopi




ଯାତ୍ରା ପୁସ୍ତକ 30:8
12 Referans Kwoze  

କାରଣ ପ୍ରକୃତ ବିଷୟର ପ୍ରତିରୂପ ଯେ ହସ୍ତକୃତ ମହାପବିତ୍ର ସ୍ଥାନ, ସେଥିରେ ଖ୍ରୀଷ୍ଟ ପ୍ରବେଶ ନ କରି ବରଂ ଆମ୍ଭମାନଙ୍କ ନିମନ୍ତେ ଏବେ ଈଶ୍ବରଙ୍କ ସମ୍ମୁଖରେ ଉପସ୍ଥିତ ହେବା ପାଇଁ ସ୍ୱର୍ଗରେ ପ୍ରବେଶ କରିଅଛନ୍ତି।


ଅତଏବ, ତାହାଙ୍କ ଦ୍ୱାରା ଯେଉଁମାନେ ଈଶ୍ବରଙ୍କ ନିକଟବର୍ତ୍ତୀ ହୁଅନ୍ତି, ସେମାନଙ୍କୁ ସେ ସମ୍ପୂର୍ଣ୍ଣ ରୂପେ ପରିତ୍ରାଣ ଦେବାକୁ ସକ୍ଷମ ଅଟନ୍ତି, ଯେଣୁ ସେମାନଙ୍କ ନିମନ୍ତେ ନିବେଦନ କରିବା ପାଇଁ ସେ ନିତ୍ୟ ଜୀବିତ।


ସବୁ ଅବସ୍ଥାରେ ଧନ୍ୟବାଦ ଦିଅ;


କିଏ ଦଣ୍ଡାଜ୍ଞା ଦେବ? ଖ୍ରୀଷ୍ଟ ଯୀଶୁ ତ ମୃତ୍ୟୁଭୋଗ କଲେ, ବରଂ ସେ ଉତ୍ଥାପିତ ହେଲେ, ସେ ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଅଛନ୍ତି, ସେ ମଧ୍ୟ ଆମ୍ଭମାନଙ୍କ ନିମନ୍ତେ ନିବେଦନ କରୁଅଛନ୍ତି।


ସେହି ମାସର ଚତୁର୍ଦ୍ଦଶ ଦିନ ଯାଏ ତାକୁ ବନ୍ଦ କରି ରଖିବ; ଏଥିଉତ୍ତାରେ ଇସ୍ରାଏଲ-ମଣ୍ଡଳୀର ସମସ୍ତ ସମାଜ ସନ୍ଧ୍ୟାକାଳରେ ସେହି ଶାବକକୁ ବଧ କରିବେ।


ଆଉ ସମାଗମ-ତମ୍ବୁରେ ସାକ୍ଷ୍ୟ-ସିନ୍ଦୁକ ସମ୍ମୁଖସ୍ଥ ବିଚ୍ଛେଦ ବସ୍ତ୍ରର ବାହାରେ ହାରୋଣ ଓ ତାହାର ପୁତ୍ରଗଣ ସନ୍ଧ୍ୟା ସମୟରୁ ପ୍ରଭାତ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ସାକ୍ଷାତରେ ତାହା ସଜାଇ ରଖିବେ; ଏହା ଇସ୍ରାଏଲ ସନ୍ତାନମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ।


ହାରୋଣ ତହିଁ ଉପରେ ସୁଗନ୍ଧି ଧୂପ ଜ୍ୱଳାଇବ, ସେ ପ୍ରତି ପ୍ରଭାତରେ ପ୍ରଦୀପ ପରିଷ୍କାର କରିବା ସମୟରେ ସେହି ଧୂପ ଜ୍ୱଳାଇବ।


ତୁମ୍ଭେମାନେ ତହିଁ ଉପରେ ଅନ୍ୟ କୌଣସି ଧୂପ ଅବା ହୋମବଳି କିଅବା ଭକ୍ଷ୍ୟ ନୈବେଦ୍ୟ ଉତ୍ସର୍ଗ କରିବ ନାହିଁ ଓ ତହିଁ ଉପରେ ପେୟ-ନୈବେଦ୍ୟ ଢାଳିବ ନାହିଁ।


ଓ ଆମ୍ଭେ କି ଆମ୍ଭ ବେଦି ଉପରକୁ ଯିବାକୁ ଓ ଧୂପ ଜ୍ୱଳାଇବାକୁ ଓ ଆମ୍ଭ ସମ୍ମୁଖରେ ଏଫୋଦ ପରିଧାନ କରିବାକୁ ସମଗ୍ର ଇସ୍ରାଏଲ ଗୋଷ୍ଠୀ ମଧ୍ୟରୁ ତାହାକୁ ଯାଜକ ହେବା ପାଇଁ ମନୋନୀତ କରି ନାହୁଁ? ଆହୁରି, ଆମ୍ଭେ କି ଇସ୍ରାଏଲ-ସନ୍ତାନଗଣର ଅଗ୍ନିକୃତ ସମସ୍ତ ଉପହାର ତୁମ୍ଭ ପିତୃଗୃହକୁ ଦେଇ ନାହୁଁ?


ପୁଣି, ସେମାନେ ଉଷୀୟ ରାଜାଙ୍କୁ ନିବାରଣ କରି ତାଙ୍କୁ କହିଲେ, “ହେ ଉଷୀୟ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବା ପାଇଁ ଆପଣଙ୍କର ଅଧିକାର ନାହିଁ, ମାତ୍ର ହାରୋଣଙ୍କର ସନ୍ତାନ ଯେଉଁ ଯାଜକମାନେ ଧୂପ ଜ୍ୱଳାଇବା ପାଇଁ ପବିତ୍ରୀକୃତ ହୋଇଅଛନ୍ତି, ସେମାନଙ୍କର ଅଧିକାର ଅଟେ; ପବିତ୍ର ସ୍ଥାନରୁ ବାହାରି ଯାଉନ୍ତୁ; ଆପଣ ସତ୍ୟ-ଲଙ୍ଘନ କରିଅଛନ୍ତି; ଏହା ସଦାପ୍ରଭୁ ପରମେଶ୍ୱରଙ୍କଠାରୁ ଆପଣଙ୍କ ଗୌରବାର୍ଥେ ହେବ ନାହିଁ।”


ସୁଗନ୍ଧି ଧୂପ ପରି ମୋʼ ପ୍ରାର୍ଥନା, ସନ୍ଧ୍ୟାକାଳୀନ ନୈବେଦ୍ୟ ପରି ମୋହର ହସ୍ତ ଉତ୍ତୋଳନ ତୁମ୍ଭ ଛାମୁରେ ଉପସ୍ଥିତ ହେଉ।


ଆଉ, ତୁମ୍ଭେ ତହିଁ ପାଇଁ ସପ୍ତ ପ୍ରଦୀପ ନିର୍ମାଣ କରିବ; ତହିଁରେ ଲୋକମାନେ ସେହି ପ୍ରଦୀପ ଜ୍ୱଳାଇଲେ, ତହିଁର ସମ୍ମୁଖରେ ଆଲୁଅ ହେବ


Swiv nou:

Piblisite


Piblisite