Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 31:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଏଣୁ ତୁମ୍ଭେମାନେ ବିଶ୍ରାମବାର ପାଳନ କରିବ; କାରଣ ତାହା ତୁମ୍ଭମାନଙ୍କ ପ୍ରତି ପବିତ୍ର ଅଟେ; ଯେକେହି ତାହା ଅପବିତ୍ର କରେ, ନିଶ୍ଚୟ ତାହାର ପ୍ରାଣଦଣ୍ଡ ହେବ; ପୁଣି, ଯେକୌଣସି ବ୍ୟକ୍ତି ସେହି ଦିନରେ କାର୍ଯ୍ୟ କରିବ, ସେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଏଣୁ ତୁମ୍ଭେମାନେ ବିଶ୍ରାମଦିନ ପାଳନ କରିବ; କାରଣ ତାହା ତୁମ୍ଭମାନଙ୍କ ପ୍ରତି ପବିତ୍ର ଅଟଇ; ଯେ କେହି ତାହା ଅପବିତ୍ର କରଇ, ନିଶ୍ଚୟ ତାହାର ପ୍ରାଣଦଣ୍ତ ହେବ; ପୁଣି ଯେ କୌଣସି ପ୍ରାଣୀ ସେହି ଦିନରେ କାର୍ଯ୍ୟ କରିବ, ସେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।

Gade chapit la Kopi

ଓଡିଆ ବାଇବେଲ

14 ଏଣୁ ତୁମ୍ଭେମାନେ ବିଶ୍ରାମଦିନ ପାଳନ କରିବ; କାରଣ ତାହା ତୁମ୍ଭମାନଙ୍କ ପ୍ରତି ପବିତ୍ର ଅଟେ; ଯେକେହି ତାହା ଅପବିତ୍ର କରେ, ନିଶ୍ଚୟ ତାହାର ପ୍ରାଣଦଣ୍ଡ ହେବ; ପୁଣି, ଯେ କୌଣସି ବ୍ୟକ୍ତି ସେହି ଦିନରେ କାର୍ଯ୍ୟ କରିବ, ସେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।

Gade chapit la Kopi

ପବିତ୍ର ବାଇବଲ

14 “‘ତୁମ୍ଭେମାନେ ମୋର ବିଶ୍ରାମ ଦିନ ପାଳନ କରିବା ଉଚିତ୍। କାରଣ ତାହା ତୁମ୍ଭମାନଙ୍କ ପାଇଁ ପବିତ୍ର ଅଟେ। ଯଦି କେହି ଏହାକୁ ଅପବିତ୍ର କରେ ତେବେ ସେ ମୃତ୍ୟୁବରଣ କରିବା ଉଚିତ୍। ଯଦି କେହି ସେଦିନ କାର୍ଯ୍ୟ କରେ, ସେ ଆପଣା ଲୋକମାନଙ୍କଠାରୁ ଅଲଗା ହେବା ଉଚିତ୍।

Gade chapit la Kopi




ଯାତ୍ରା ପୁସ୍ତକ 31:14
17 Referans Kwoze  

ଆଉ, ବିବାଦ ଉପସ୍ଥିତ ହେଲେ, ସେମାନେ ବିଚାର କରିବା ପାଇଁ ଠିଆ ହେବେ; ଆମ୍ଭର ସକଳ ଶାସନାନୁସାରେ ସେମାନେ ବିଚାର ନିଷ୍ପନ୍ନ କରିବେ; ପୁଣି, ସେମାନେ ଆମ୍ଭର ନିରୂପିତ ସମସ୍ତ ପର୍ବରେ ଆମ୍ଭର ବ୍ୟବସ୍ଥା ଓ ଆମ୍ଭ ବିଧିସବୁ ପାଳନ କରିବେ ଓ ସେମାନେ ଆମ୍ଭର ବିଶ୍ରାମ ଦିନସକଳ ପବିତ୍ର କରିବେ।


କାରଣ ସେମାନେ ଆମ୍ଭର ଶାସନସକଳ ପାଳନ କଲେ ନାହିଁ, ମାତ୍ର ଆମ୍ଭର ବିଧିସକଳ ଅଗ୍ରାହ୍ୟ କଲେ ଓ ଆମ୍ଭର ବିଶ୍ରାମ ଦିନସକଳ ଅପବିତ୍ର କଲେ, ପୁଣି, ସେମାନଙ୍କ ପିତୃବର୍ଗର ପ୍ରତିମାଗଣ ପ୍ରତି ସେମାନଙ୍କର ଦୃଷ୍ଟି ରହିଲା।


ମାତ୍ର ସେହି ସନ୍ତାନଗଣ ଆମ୍ଭର ବିଦ୍ରୋହାଚରଣ କଲେ; ସେମାନେ ଆମ୍ଭର ବିଧିରୂପ ପଥରେ ଚାଲିଲେ ନାହିଁ ଓ ଆମ୍ଭର ଶାସନସକଳ ରକ୍ଷା କରି ପାଳନ କଲେ ନାହିଁ, ମନୁଷ୍ୟ ତାହା ପାଳନ କଲେ, ତହିଁରେ ସେ ବଞ୍ଚିବ; ସେମାନେ ଆମ୍ଭର ବିଶ୍ରାମ ଦିନସକଳ ଅପବିତ୍ର କଲେ; ତହିଁରେ ଆମ୍ଭେ ପ୍ରାନ୍ତରରେ ସେମାନଙ୍କ ବିରୁଦ୍ଧରେ ଆପଣା କ୍ରୋଧ ସାଧିବା ପାଇଁ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ।


କାରଣ ସେମାନଙ୍କ ଅନ୍ତଃକରଣ ସେମାନଙ୍କ ପ୍ରତିମାଗଣର ଅନୁଗାମୀ ହେବାରୁ ସେମାନେ ଆମ୍ଭର ଶାସନସକଳ ଅଗ୍ରାହ୍ୟ କଲେ ଓ ଆମ୍ଭର ବିଧିରୂପ ପଥରେ ଚାଲିଲେ ନାହିଁ, ଆଉ ଆମ୍ଭ ବିଶ୍ରାମ ଦିନସକଳ ଅପବିତ୍ର କଲେ।


ଆଉ, ସେମାନଙ୍କୁ ଆପଣାର ପବିତ୍ର ବିଶ୍ରାମ ଦିନ ଜ୍ଞାତ କରାଇଲ ଓ ଆପଣା ଦାସ ମୋଶାଙ୍କ ହସ୍ତରେ ସେମାନଙ୍କୁ ଆଜ୍ଞା ଓ ବିଧି ଓ ବ୍ୟବସ୍ଥା ଆଦେଶ କଲ;


ବିଶ୍ରାମ ଦିନ ପବିତ୍ର ରୂପେ ପାଳିବାକୁ ସ୍ମରଣ କର।


ମୋଶାଙ୍କର ବ୍ୟବସ୍ଥା ଲଙ୍ଘନ ନ ହେବା ନିମନ୍ତେ ଯଦି ବିଶ୍ରାମବାର ଦିନରେ ମନୁଷ୍ୟ ସୁନ୍ନତ ପ୍ରାପ୍ତ ହୁଏ, ତାହାହେଲେ ମୁଁ ବିଶ୍ରାମବାର ଦିନରେ ଜଣେ ମନୁଷ୍ୟକୁ ସର୍ବାଙ୍ଗ ସୁସ୍ଥ କରିବାରୁ ତୁମ୍ଭେମାନେ କାହିଁକି ମୋʼ ଉପରେ କ୍ରୋଧ କରୁଅଛ?


ଛଅ ଦିନ ପର୍ଯ୍ୟନ୍ତ କାର୍ଯ୍ୟ କରାଯିବ, ମାତ୍ର ସପ୍ତମ ଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ମହା ବିଶ୍ରାମବାର ଅଟେ; ସେହି ବିଶ୍ରାମବାରରେ ଯେକେହି କାର୍ଯ୍ୟ କରେ, ନିଶ୍ଚୟ ତାହାର ପ୍ରାଣଦଣ୍ଡ ହେବ।


ତୁମ୍ଭମାନଙ୍କ ନିମନ୍ତେ ଏହା ଅନନ୍ତକାଳୀନ ବିଧି ହେବ; ସପ୍ତମ ମାସରେ ଓ ସେହି ମାସର ଦଶମ ଦିନରେ ସ୍ୱଦେଶୀୟ ବା ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସୀ ବିଦେଶୀୟ ଲୋକ ହେଉ, ତୁମ୍ଭେମାନେ କୌଣସି ପ୍ରକାର ଖାଦ୍ୟ ଖାଇବ ନାହିଁ ଓ କୌଣସି ପ୍ରକାର କର୍ମ କରିବ ନାହିଁ।


ଯେକେହି ତହିଁ ତୁଲ୍ୟ କିଛି ପ୍ରସ୍ତୁତ କରିବ, ଅବା ଯେକେହି ଅପରିଚିତ ଲୋକର ଶରୀରରେ ତହିଁରୁ କିଛି ଲଗାଇବ, ସେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।’”


ଯେକେହି ଆପଣା ଆଘ୍ରାଣାର୍ଥେ ତତ୍ତୁଲ୍ୟ ସୁଗନ୍ଧି ଧୂପ ପ୍ରସ୍ତୁତ କରିବ, ସେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।”


Swiv nou:

Piblisite


Piblisite