Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 31:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଆଉ ଦେଖ, ଆମ୍ଭେ ଦାନ୍ ବଂଶଜାତ ଅହୀଷାମକର ପୁତ୍ର ଅହଲୀୟାବକୁ ତାହାର ସହକାରୀ ହେବା ପାଇଁ ନିଯୁକ୍ତ କରିଅଛୁ; ପୁଣି, ସମସ୍ତ ବିଜ୍ଞମନା ଲୋକମାନଙ୍କ ହୃଦୟରେ ଜ୍ଞାନ ଦେଇଅଛୁ; ଏଣୁ ଆମ୍ଭେ ତୁମ୍ଭକୁ ଯେସମସ୍ତ ଆଜ୍ଞା ଦେଇଅଛୁ, ତାହାସବୁ ସେମାନେ ନିର୍ମାଣ କରି ପାରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଆଉ ଦେଖ, ଆମ୍ଭେ ଦାନବଂଶଜାତ ଅହୀଷାମକର ପୁତ୍ର ଅହଲୀୟାବକୁ ତାହାର ସହକାରୀ ହେବା ପାଇଁ ନିଯୁକ୍ତ କଲୁ; ପୁଣି ସମସ୍ତ ବିଜ୍ଞମନା ଲୋକମାନଙ୍କ ହୃଦୟରେ ଜ୍ଞାନ ଦେଲୁନ୍ତଏଣୁ ଆମ୍ଭେ ତୁମ୍ଭକୁ ଯେସମସ୍ତ ଆଜ୍ଞା ଦେଲୁ, ତାହାସବୁ ସେମାନେ ନିର୍ମାଣ କରିବେ।

Gade chapit la Kopi

ଓଡିଆ ବାଇବେଲ

6 ଆଉ ଦେଖ, ଆମ୍ଭେ ଦାନ୍ ବଂଶଜାତ ଅହୀଷାମକର ପୁତ୍ର ଅହଲୀୟାବକୁ ତାହାର ସହକାରୀ ହେବା ପାଇଁ ନିଯୁକ୍ତ କରିଅଛୁ; ପୁଣି, ସମସ୍ତ ବିଜ୍ଞମନା ଲୋକମାନଙ୍କ ହୃଦୟରେ ଜ୍ଞାନ ଦେଇଅଛୁ; ଏଣୁ ଆମ୍ଭେ ତୁମ୍ଭକୁ ଯେସମସ୍ତ ଆଜ୍ଞା ଦେଇଅଛୁ, ତାହାସବୁ ସେମାନେ ନିର୍ମାଣ କରି ପାରିବେ।

Gade chapit la Kopi

ପବିତ୍ର ବାଇବଲ

6 ଅହଲୀୟାବକୁ ସାହାଯ୍ୟ କରିବା ପାଇଁ ଆମ୍ଭେ ତାକୁ ବାଛିଅଛୁ। ସେ ହେଉଛି ଦାନ ପରିବାରବର୍ଗର ଅହୀଷାମକର ପୁତ୍ର। ଆମ୍ଭେ ତାଙ୍କୁ ଏବଂ ସମସ୍ତ ଜ୍ଞାନମନା ଲୋକମାନଙ୍କୁ ଜ୍ଞାନରେ ଭରପୁର କଲୁ। ଆମ୍ଭେ ସେମାନଙ୍କର ସମସ୍ତଙ୍କୁ କୌଶଳ ପ୍ରଦାନ କରିଅଛୁ ଏବଂ ସେମାନେ ଆମ୍ଭ ପାଇଁ କାର୍ଯ୍ୟ କରିବେ।

Gade chapit la Kopi




ଯାତ୍ରା ପୁସ୍ତକ 31:6
26 Referans Kwoze  

ପୁଣି, ଶିକ୍ଷା ଦେବା ପାଇଁ ତାହାର ଓ ଦାନ୍ ବଂଶୀୟ ଅହୀଷାମକର ପୁତ୍ର ଅହଲୀୟାବର ମନରେ ପ୍ରବୃତ୍ତି ଦେଲେ।


ଆଉ ତୁମ୍ଭମାନଙ୍କ ମଧ୍ୟରୁ ପ୍ରତ୍ୟେକ ବିଜ୍ଞମନା ଲୋକ ଆସି ସଦାପ୍ରଭୁଙ୍କର ଆଦିଷ୍ଟ ସକଳ ବସ୍ତୁ ନିର୍ମାଣ କରନ୍ତୁ,


ଆଉ ଆମ୍ଭେ ଯେଉଁମାନଙ୍କୁ ଜ୍ଞାନଦାୟକ ଆତ୍ମାରେ ପୂର୍ଣ୍ଣ କରିଅଛୁ, ସେହି ସମସ୍ତ ବିଜ୍ଞମନା ଲୋକଙ୍କୁ ଆଦେଶ କର; ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ହାରୋଣକୁ ପବିତ୍ର କରିବା ପାଇଁ ସେମାନେ ତାହାର ବସ୍ତ୍ର ପ୍ରସ୍ତୁତ କରିବେ।


ସେମାନେ ପ୍ରଭୁଙ୍କ ସେବା ଓ ଉପବାସ କରୁଥିବା ସମୟରେ ପବିତ୍ର ଆତ୍ମା କହିଲେ, ଯେଉଁ କର୍ମ ନିମନ୍ତେ ଆମ୍ଭେ ବର୍ଣ୍ଣବ୍ବା ଓ ଶାଉଲକୁ ଆହ୍ୱାନ କରିଅଛୁ, ସେଥିପାଇଁ ସେମାନଙ୍କୁ ପୃଥକ୍ କର।


ଏଥିଉତ୍ତାରେ ପ୍ରଭୁ ଆଉ ସତୁରି ଜଣଙ୍କୁ ନିଯୁକ୍ତ କଲେ ଓ ନିଜେ ଯେଉଁ ଯେଉଁ ନଗର ଓ ସ୍ଥାନକୁ ଯିବା ପାଇଁ ଉଦ୍ୟତ ଥିଲେ, ସେହି ସେହି ସ୍ଥାନକୁ ଦୁଇ ଦୁଇ ଜଣ କରି ସେମାନଙ୍କୁ ଆପଣା ଆଗେ ପଠାଇଲେ।


ଏହେତୁ ଦେଖ, ଆମ୍ଭେ ତୁମ୍ଭ ବାକ୍ୟାନୁସାରେ କଲୁ; ଦେଖ, ଆମ୍ଭେ ତୁମ୍ଭକୁ ଏପରି ଜ୍ଞାନ ଓ ବୁଦ୍ଧିବିଶିଷ୍ଟ ମନ ଦେଲୁ ଯେ, ତୁମ୍ଭ ପୂର୍ବେ ତୁମ୍ଭ ସମାନ କେହି ହୋଇ ନାହିଁ, କିଅବା ତୁମ୍ଭ ଉତ୍ତାରେ ତୁମ୍ଭ ସମାନ କେହି ଉତ୍ପନ୍ନ ହେବ ନାହିଁ।


କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ ଯେବେ କାହାରି ଜ୍ଞାନର ଅଭାବ ଥାଏ, ତେବେ ଯେଉଁ ଈଶ୍ବର ଦୋଷ ନ ଧରି ମୁକ୍ତ ହସ୍ତରେ ସମସ୍ତଙ୍କୁ ଦାନ କରନ୍ତି, ତାହାଙ୍କ ଛାମୁରେ ସେ ପ୍ରାର୍ଥନା କରୁ, ସେଥିରେ ତାହାକୁ ଦିଆଯିବ।


ଏଥିଉତ୍ତାରେ କର୍ମକାରୀମାନଙ୍କ ମଧ୍ୟରେ ପ୍ରତ୍ୟେକ ବିଜ୍ଞମନା ଲୋକ ବଳା ଶୁଭ୍ର କ୍ଷୌମସୂତ୍ର, ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ସୂତ୍ର ଦ୍ୱାରା ଆବାସର ଦଶ ଯବନିକା ପ୍ରସ୍ତୁତ କଲେ; ପୁଣି, ତହିଁ ମଧ୍ୟରେ ଶିଳ୍ପକର୍ମରେ କିରୂବର ଆକୃତି କଲେ।


ଏହି ଯେ ହାରୋଣ ଓ ମୋଶା, ଏମାନଙ୍କୁ ସଦାପ୍ରଭୁ କହିଲେ, “ତୁମ୍ଭେମାନେ ସୈନ୍ୟଶ୍ରେଣୀବଦ୍ଧ ଇସ୍ରାଏଲ-ସନ୍ତାନଗଣକୁ ମିସର ଦେଶରୁ ବାହାର କରି ଆଣ।”


ତାହାକୁ ଜ୍ଞାନ, ବୃଦ୍ଧି, ବିଦ୍ୟା ଓ କର୍ମନୈପୁଣ୍ୟ-ଦାୟକ ପରମେଶ୍ୱରଙ୍କ ଆତ୍ମାରେ ପରିପୂର୍ଣ୍ଣ କରିଅଛୁ।


ଆଉ ଖୋଦନ ଓ ଶିଳ୍ପକର୍ମ କରିବା ନିମନ୍ତେ, ପୁଣି, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ଶୁଭ୍ର କ୍ଷୌମସୂତ୍ରରେ ସୂଚି କର୍ମ ଓ ତନ୍ତୀ କର୍ମ କରିବା ନିମନ୍ତେ, ଅର୍ଥାତ୍‍, ଯାବତୀୟ ଶିଳ୍ପକର୍ମ ଓ ଚିତ୍ର କର୍ମ କରିବା ପାଇଁ ସେମାନଙ୍କ ମନକୁ ଜ୍ଞାନରେ ପରିପୂର୍ଣ୍ଣ କରିଅଛନ୍ତି।”


ଆଉ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ, ବଳା ଶୁଭ୍ର କ୍ଷୌମସୂତ୍ରରେ ଶିଳ୍ପକାରୀ, ଖୋଦକ ଓ ବିଜ୍ଞ ତନ୍ତୁବାୟ ଦାନ୍ ବଂଶଜାତ ଅହୀଷାମକଙ୍କ ପୁତ୍ର ଅହଲୀୟାବ ସହକାରୀ ଥିଲେ।


ଆଉ, ମୋଶା ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀକୁ ଆହୁରି କହିଲେ, “ସଦାପ୍ରଭୁ ଏହି ଆଜ୍ଞା ଦେଇଅଛନ୍ତି।


Swiv nou:

Piblisite


Piblisite