Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 32:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ତହିଁରେ ମୋଶା ଆପଣା ସଦାପ୍ରଭୁ ପରମେଶ୍ୱରଙ୍କୁ ନିବେଦନ କରି କହିଲେ, “ହେ ସଦାପ୍ରଭୋ, ତୁମ୍ଭେ ଆପଣାର ଯେଉଁ ଲୋକମାନଙ୍କୁ ଆପଣା ମହାପରାକ୍ରମ ଓ ବାହୁ ବଳରେ ମିସର ଦେଶରୁ ବାହାର କରି ଆଣିଅଛ, ସେମାନଙ୍କ ପ୍ରତିକୂଳରେ ତୁମ୍ଭର କ୍ରୋଧ କାହିଁକି ପ୍ରଜ୍ୱଳିତ ହେବ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ତହିଁରେ ମୋଶା ଆପଣା ସଦାପ୍ରଭୁ ପରମେଶ୍ଵରଙ୍କୁ ନିବେଦନ କରି କହିଲେ, ହେ ସଦାପ୍ରଭୋ, ତୁମ୍ଭେ ଆପଣାର ଯେଉଁ ଲୋକମାନଙ୍କୁ ଆପଣା ମହାପରାକ୍ରମ ଓ ବାହୁ ବଳରେ ମିସର ଦେଶରୁ ବାହାର କରି ଆଣିଲ, ସେମାନଙ୍କ ପ୍ରତି-କୂଳରେ ତୁମ୍ଭର କ୍ରୋଧ କାହିଁକି ପ୍ରଜ୍ଵଳିତ ହେବ?

Gade chapit la Kopi

ଓଡିଆ ବାଇବେଲ

11 ତହିଁରେ ମୋଶା ଆପଣା ସଦାପ୍ରଭୁ ପରମେଶ୍ୱରଙ୍କୁ ନିବେଦନ କରି କହିଲେ, “ହେ ସଦାପ୍ରଭୁ, ତୁମ୍ଭେ ଆପଣାର ଯେଉଁ ଲୋକମାନଙ୍କୁ ଆପଣା ମହାପରାକ୍ରମ ଓ ବାହୁ ବଳରେ ମିସର ଦେଶରୁ ବାହାର ଆଣିଅଛ, ସେମାନଙ୍କ ପ୍ରତିକୂଳରେ ତୁମ୍ଭର କ୍ରୋଧ କାହିଁକି ପ୍ରଜ୍ୱଳିତ ହେବ ?

Gade chapit la Kopi

ପବିତ୍ର ବାଇବଲ

11 କିନ୍ତୁ ମୋଶା ସଦାପ୍ରଭୁ ପରମେଶ୍ୱରଙ୍କୁ ଭିକ୍ଷା ମାଗିଲେ, “ହେ ସଦାପ୍ରଭୁ, ତୁମ୍ଭର କ୍ରୋଧରେ ତୁମ୍ଭର ଲୋକମାନଙ୍କୁ ଧ୍ୱଂସ କର ନାହିଁ। ତୁମ୍ଭେ ଆପଣା ଶକ୍ତି ବଳରେ ସେମାନଙ୍କୁ ମିଶରରୁ ବାହାର କରି ଆଣିଥିଲ।

Gade chapit la Kopi




ଯାତ୍ରା ପୁସ୍ତକ 32:11
23 Referans Kwoze  

ଏହେତୁ ସେ ସେମାନଙ୍କୁ ସଂହାର କରିବେ ବୋଲି କହିଲେ, ମାତ୍ର ସେ ଯେପରି ସେମାନଙ୍କୁ ସଂହାର ନ କରିବେ, ଏଥିପାଇଁ ତାହାଙ୍କ କୋପ ଫେରାଇବା ନିମନ୍ତେ ତାହାଙ୍କ ମନୋନୀତ ମୋଶା ଭଗ୍ନସ୍ଥାନରେ ତାହାଙ୍କ ସମ୍ମୁଖରେ ଠିଆ ହେଲେ।


ହେ ସଦାପ୍ରଭୋ, ଆମ୍ଭମାନଙ୍କୁ ତୁମ୍ଭ ପଥରୁ କାହିଁକି ଭ୍ରାନ୍ତ କରାଉଅଛ ଓ ତୁମ୍ଭକୁ ଭୟ କରିବା ପ୍ରତି ଆମ୍ଭମାନଙ୍କ ଅନ୍ତଃକରଣକୁ କଠିନ କରାଉଅଛ? ଆପଣା ଦାସମାନଙ୍କର, ଆପଣା ଅଧିକାର ସ୍ୱରୂପ ଗୋଷ୍ଠୀଗଣର ସକାଶୁ ଫେର।


ତହିଁରେ ସେମାନେ ମୁହଁ ମାଡ଼ି ପଡ଼ି କହିଲେ, “ହେ ପରମେଶ୍ୱର, ହେ ସମସ୍ତ ଶରୀରସ୍ଥ ଆତ୍ମାର ପରମେଶ୍ୱର, ଏକ ଜଣ ପାପ କଲେ କି ତୁମ୍ଭେ ସମସ୍ତ ମଣ୍ଡଳୀ ଉପରେ କୋପାନ୍ୱିତ ହେବ?”


ତହୁଁ ମୋଶା ସଦାପ୍ରଭୁଙ୍କୁ କହିଲେ, “ତୁମ୍ଭେ କାହିଁକି ଆପଣା ଦାସ ପ୍ରତି ଅନିଷ୍ଟ ବ୍ୟବହାର କରିଅଛ? ଓ କାହିଁକି ମୁଁ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇ ନାହିଁ, ଯେ ତୁମ୍ଭେ ମୋʼ ଉପରେ ଏହି ସମସ୍ତ ଲୋକଙ୍କ ଭାର ଦେଉଅଛ?


ତେବେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଓହ୍ଲାଇ ଯାଅ, କାରଣ ତୁମ୍ଭର ଯେଉଁ ଲୋକମାନଙ୍କୁ ତୁମ୍ଭେ ମିସରରୁ ବାହାର କରି ଆଣିଲ, ସେମାନେ ଆପଣାମାନଙ୍କୁ ଭ୍ରଷ୍ଟ କରିଅଛନ୍ତି।


ଏଥିରେ ମୋଶା ସଦାପ୍ରଭୁଙ୍କୁ କହିଲେ, “ତେବେ ମିସରୀୟ ଲୋକମାନେ ତ ଏହା ଶୁଣିବେ; କାରଣ ତୁମ୍ଭେ ଆପଣା ପରାକ୍ରମ ଦ୍ୱାରା ସେମାନଙ୍କ ମଧ୍ୟରୁ ଏହି ଲୋକମାନଙ୍କୁ ଆଣିଅଛ।


“ଆମ୍ଭେ ଯେ ଶାଉଲକୁ ରାଜା କଲୁ, ଏଥିପାଇଁ ଆମ୍ଭେ ଦୁଃଖିତ; କାରଣ ସେ ଆମ୍ଭଠାରୁ ବିମୁଖ ହୋଇଅଛି ଓ ଆମ୍ଭର ବାକ୍ୟ ସଫଳ କରି ନାହିଁ।” ଏଥିରେ ଶାମୁୟେଲ କ୍ରୁଦ୍ଧ ହେଲେ, ତଥାପି ସମସ୍ତ ରାତ୍ରି ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ।


କାରଣ, ସେମାନେ ତୁମ୍ଭର ଲୋକ ଓ ତୁମ୍ଭର ଅଧିକାର, ତୁମ୍ଭେ ସେମାନଙ୍କୁ ମିସରରୁ, ଲୌହ-ଅଗ୍ନିକୁଣ୍ଡ ମଧ୍ୟରୁ ଆଣିଅଛ;


ଏମାନେ ତୁମ୍ଭର ଦାସ ଓ ତୁମ୍ଭର ଲୋକ, ତୁମ୍ଭେ ଏମାନଙ୍କୁ ଆପଣାର ମହାପରାକ୍ରମ ଓ ଆପଣାର ବଳବାନ ହସ୍ତ ଦ୍ୱାରା ମୁକ୍ତ କରିଅଛ।


ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ଯଦ୍ୟପି ମୋଶା ଓ ଶାମୁୟେଲ ଆମ୍ଭ ସମ୍ମୁଖରେ ଠିଆ ହୁଅନ୍ତେ, ତଥାପି ଆମ୍ଭର ମନ ଏହି ଲୋକମାନଙ୍କ ପ୍ରତି ଅନୁକୂଳ ହୁଅନ୍ତା ନାହିଁ; ସେମାନଙ୍କୁ ଆମ୍ଭ ଦୃଷ୍ଟିରୁ ଦୂର କର, ସେମାନେ ବାହାରି ଯାଉନ୍ତୁ।


ହେ ସଦାପ୍ରଭୁ, ଦେଖ, ନିରୀକ୍ଷଣ କର, ତୁମ୍ଭେ କାହା ପ୍ରତି ଏପ୍ରକାର ବ୍ୟବହାର କରିଅଛ? ସ୍ତ୍ରୀଲୋକେ କି ଆପଣା ଗର୍ଭଫଳକୁ, ହସ୍ତରେ ଲାଳିତ ଶିଶୁମାନଙ୍କୁ ଭୋଜନ କରିବେ? ଯାଜକ ଓ ଭବିଷ୍ୟଦ୍‍ବକ୍ତା କି ପ୍ରଭୁଙ୍କର ପବିତ୍ର ସ୍ଥାନରେ ହତ ହେବେ?


ତଥାପି ସେମାନେ ଯେଉଁମାନଙ୍କ ମଧ୍ୟରେ ଥିଲେ, ଯେଉଁମାନଙ୍କ ସାକ୍ଷାତରେ ଆମ୍ଭେ ସେମାନଙ୍କୁ, ମିସର ଦେଶରୁ ବାହାର କରି ଆଣିବା ଦ୍ୱାରା ଆପଣାର ପରିଚୟ ଦେଇଥିଲୁ, ସେହି ଗୋଷ୍ଠୀୟମାନଙ୍କ ସାକ୍ଷାତରେ ଆମ୍ଭର ନାମ ଯେପରି ଅପବିତ୍ର ନ ହୁଏ, ଏଥିପାଇଁ ଆମ୍ଭେ ଆପଣା ନାମ ନିମନ୍ତେ କାର୍ଯ୍ୟ କଲୁ।


ବରଣ୍ଡା ଓ ବେଦିର ମଧ୍ୟସ୍ଥାନରେ ସଦାପ୍ରଭୁଙ୍କର ପରିଚାରକ ଯାଜକମାନେ ରୋଦନ କରନ୍ତୁ, ଆଉ ସେମାନେ କହନ୍ତୁ, “ହେ ସଦାପ୍ରଭୁ, ଆପଣା ଲୋକମାନଙ୍କୁ ଦୟା କର ଓ ଅନ୍ୟ ଦେଶୀୟମାନେ ଯେପରି ସେମାନଙ୍କ ଉପରେ ଶାସନ ନ କରିବେ, ଏଥିପାଇଁ ଆପଣା ଅଧିକାରକୁ ନିନ୍ଦିତ ହେବାକୁ ଦିଅ ନାହିଁ; ‘ସେମାନଙ୍କର ପରମେଶ୍ୱର କାହାନ୍ତି,’ ଏହା ସେମାନେ ନାନା ଗୋଷ୍ଠୀ ମଧ୍ୟରେ କାହିଁକି କହିବେ?”


ତହିଁରେ ଅବ୍ରହାମ ପ୍ରତ୍ୟୁତ୍ତର କଲେ, “ଦେଖନ୍ତୁ, ମୁଁ ଧୂଳି ଓ ଭସ୍ମମାତ୍ର ହେଲେ ହେଁ ମୋ ପ୍ରଭୁଙ୍କ ଛାମୁରେ କଥା କହିବାକୁ ପ୍ରବୃତ୍ତ ହୋଇଅଛି।


ଏନିମନ୍ତେ ଇସ୍ରାଏଲ-ସନ୍ତାନଗଣକୁ କୁହ, ‘ଆମ୍ଭେ ସଦାପ୍ରଭୁ, ଆମ୍ଭେ ତୁମ୍ଭମାନଙ୍କୁ ମିସରୀୟମାନଙ୍କ ଭାରବହନରୁ ନିସ୍ତାର କରିବା ଓ ଆମ୍ଭେ ତୁମ୍ଭମାନଙ୍କୁ ସେମାନଙ୍କ ଦାସତ୍ୱରୁ ମୁକ୍ତ କରିବା, ପୁଣି, ଆମ୍ଭେ ବିସ୍ତୀର୍ଣ୍ଣ ବାହୁ ଓ ମହା ମହା ଦଣ୍ଡ ଦ୍ୱାରା ତୁମ୍ଭମାନଙ୍କୁ ଉଦ୍ଧାର କରିବା।


ତହୁଁ ଫାରୋ ମୋଶା ଓ ହାରୋଣଙ୍କୁ ଡକାଇ କହିଲେ, “ଆମ୍ଭଠାରୁ ଓ ଆମ୍ଭ ଲୋକଙ୍କଠାରୁ ଏହିସବୁ ବେଙ୍ଗ ଦୂର କରିବା ପାଇଁ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର; ତହିଁରେ ଆମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ନିମନ୍ତେ ଲୋକମାନଙ୍କୁ ଯିବାକୁ ଦେବା।”


ଏନିମନ୍ତେ ଲୋକମାନେ ମୋଶାଙ୍କ ନିକଟକୁ ଆସି କହିଲେ, “ଆମ୍ଭେମାନେ ପାପ କରିଅଛୁ, କାରଣ ଆମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ଓ ତୁମ୍ଭ ବିରୁଦ୍ଧରେ କଥା କହିଅଛୁ; ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର ଯେପରି ସେ ଆମ୍ଭମାନଙ୍କ ନିକଟରୁ ଏହି ସର୍ପମାନଙ୍କୁ ଦୂର କରିବେ।” ତେଣୁ ମୋଶା ଲୋକମାନଙ୍କ ନିମନ୍ତେ ପ୍ରାର୍ଥନା କଲେ।


ଆମ୍ଭମାନଙ୍କ ପିତାଙ୍କର ପୁତ୍ର ନ ଥିବା ସକାଶୁ କାହିଁକି ତାଙ୍କର ନାମ ତାଙ୍କ ବଂଶରୁ ଲୋପ ପାଇବ? ଆମ୍ଭମାନଙ୍କ ପିତୃବଂଶୀୟ ଭାଇମାନଙ୍କ ମଧ୍ୟରେ ଆମ୍ଭମାନଙ୍କୁ ଅଧିକାର ଦିଅ।”


ଏଣୁ ଏବେ ହେ ପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭେ ବଳବାନ ହସ୍ତ ଦ୍ୱାରା ମିସର ଦେଶରୁ ଆପଣା ଲୋକମାନଙ୍କୁ ବାହାର କରି ଆଣି ଆଜିକାର ନ୍ୟାୟ କୀର୍ତ୍ତି ଲାଭ କରିଅଛ; ଆମ୍ଭେମାନେ ପାପ କରିଅଛୁ, ଆମ୍ଭେମାନେ ଦୁଷ୍କର୍ମ କରିଅଛୁ।


Swiv nou:

Piblisite


Piblisite