Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 32:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଏଥିଉତ୍ତାରେ ମୋଶା ମୁଖ ଫେରାଇ ସାକ୍ଷ୍ୟ ସ୍ୱରୂପ ଦୁଇ ପ୍ରସ୍ତର ପଟା ହସ୍ତରେ ଘେନି ପର୍ବତରୁ ଓହ୍ଲାଇଲେ; ସେହି ପ୍ରସ୍ତର ପଟାର ଉଭୟ ପାର୍ଶ୍ୱରେ ଲେଖାଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଅନନ୍ତର ମୋଶା ମୁଖ ଫେରାଇ ସାକ୍ଷ୍ୟ ସ୍ଵରୂପ ଦୁଇ ପ୍ରସ୍ତର ପଟା ହସ୍ତରେ ଘେନି ପର୍ବତରୁ ଓହ୍ଲାଇଲେ; ସେହି ପ୍ରସ୍ତର ପଟାର ଏପାର୍ଶ୍ଵରେ ଓ ସେପାର୍ଶ୍ଵରେ ଉଭୟ ପାର୍ଶ୍ଵରେ ଲେଖାଥିଲା।

Gade chapit la Kopi

ଓଡିଆ ବାଇବେଲ

15 ଏଥିଉତ୍ତାରେ ମୋଶା ମୁଖ ଫେରାଇ ସାକ୍ଷ୍ୟ ସ୍ୱରୂପ ଦୁଇ ପ୍ରସ୍ତର ପଟା ହସ୍ତରେ ଘେନି ପର୍ବତରୁ ଓହ୍ଲାଇଲେ; ସେହି ପ୍ରସ୍ତର ପଟାର ଉଭୟ ପାର୍ଶ୍ୱରେ ଲେଖାଥିଲା।

Gade chapit la Kopi

ପବିତ୍ର ବାଇବଲ

15 ଏହା ପରେ ମୋଶା ବୁଲି ପଡ଼ିଲେ ଓ ପର୍ବତର ତଳକୁ ଓହ୍ଲାଇ ଗଲେ। ମୋଶାଙ୍କ ହାତରେ ଚୁକ୍ତି ଲେଖା ଯାଇଥିବା ପ୍ରସ୍ତର ଫଳକ ଥିଲା। ସଦାପ୍ରଭୁଙ୍କର ଆଜ୍ଞା ଏହା ପଛପଟେ ଓ ଆଗ ପଟେ ଲେଖା ହୋଇଥିଲା।

Gade chapit la Kopi




ଯାତ୍ରା ପୁସ୍ତକ 32:15
14 Referans Kwoze  

ତହିଁରେ ମୁଁ ଫେରି ପର୍ବତ ତଳକୁ ଆସିଲି, ଆଉ ପର୍ବତ ଅଗ୍ନିରେ ଜ୍ୱଳୁଥିଲା; ଆଉ ନିୟମର ସେହି ଦୁଇ ପ୍ରସ୍ତର ଫଳକ ମୋହର ଦୁଇ ହସ୍ତରେ ଥିଲା।


ତତ୍ପରେ ମୁଁ ସିଂହାସନ ଉପରେ ବସିଥିବା ବ୍ୟକ୍ତିଙ୍କ ଦକ୍ଷିଣ ହସ୍ତରେ ଚମଡାରୁ ନିର୍ମିତ ଗୋଟିଏ ନଳାକାର ପୁସ୍ତକ ଦେଖିଲି, ତାହା ଉଭୟ ପାର୍ଶ୍ୱରେ ଲିଖିତ ଓ ସପ୍ତ ମୁଦ୍ରାରେ ମୁଦ୍ରାଙ୍କିତ।


ସଦାପ୍ରଭୁଙ୍କ ବ୍ୟବସ୍ଥା ସିଦ୍ଧ, ପ୍ରାଣର ସ୍ୱାସ୍ଥ୍ୟଜନକ; ସଦାପ୍ରଭୁଙ୍କ ପ୍ରମାଣ-ବାକ୍ୟ ଅଟଳ, ଅଳ୍ପ ବୁଦ୍ଧିର ଜ୍ଞାନଦାୟକ


ସଦାପ୍ରଭୁ ପର୍ବତରେ ଅଗ୍ନି ଓ ମେଘ ଓ ଘୋର ଅନ୍ଧାର ମଧ୍ୟରୁ ତୁମ୍ଭମାନଙ୍କର ସମସ୍ତ ସମାଜ ପ୍ରତି ଏହି ସମସ୍ତ ବାକ୍ୟ ଉଚ୍ଚସ୍ୱରରେ କହିଲେ, ଆଉ କିଛି କହିଲେ ନାହିଁ। ତହୁଁ ସେ ଏହି ସମସ୍ତ କଥା ଦୁଇ ଖଣ୍ଡ ପ୍ରସ୍ତର ପଟାରେ ଲେଖି ମୋତେ ସମର୍ପଣ କଲେ।


ଏଥିଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ସାକ୍ଷ୍ୟପତ୍ର ଘେନି ସିନ୍ଦୁକ ଭିତରେ ରଖିଲେ ଓ ସିନ୍ଦୁକରେ ସାଙ୍ଗୀ ଲଗାଇ ସିନ୍ଦୁକ ଉପରେ ପାପାଚ୍ଛାଦନ ରଖିଲେ;


ତହୁଁ ସେ ସୀନୟ ପର୍ବତରେ ମୋଶାଙ୍କ ସହିତ କଥା ସମାପ୍ତ କରି ସାକ୍ଷ୍ୟ ସ୍ୱରୂପ ଦୁଇ ପଟା, ଅର୍ଥାତ୍‍, ପରମେଶ୍ୱରଙ୍କ ଅଙ୍ଗୁଳି ଲିଖିତ ଦୁଇ ପ୍ରସ୍ତର ପଟା ତାଙ୍କୁ ଦେଲେ।


ପୁଣି, ମୋଶା ମେଘ ମଧ୍ୟରେ ପ୍ରବେଶ କରି ପର୍ବତ ଉପରେ ଉଠି ଚାଳିଶ ଦିବାରାତ୍ର ସେହି ପର୍ବତ ଉପରେ ରହିଲେ।


ତହୁଁ ହାରୋଣ ମୋଶାଙ୍କ ପ୍ରତି ଉକ୍ତ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସାକ୍ଷ୍ୟ-ସିନ୍ଦୁକ ନିକଟରେ ରଖାଯିବା ନିମିତ୍ତ ତାହା ସଞ୍ଚୟ କରି ରଖିଲେ।


ପୁଣି, ତୁମ୍ଭେମାନେ ଯେ ଆମ୍ଭମାନଙ୍କ ସେବାରେ ଲିଖିତ ଖ୍ରୀଷ୍ଟଙ୍କ ପତ୍ର-ସ୍ୱରୂପ, ଏହା ପ୍ରକାଶ ପାଉଅଛି; ତାହା କାଳିରେ ଲିଖିତ ନୁହେଁ, ମାତ୍ର ଜୀବନ୍ତ ଈଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ଲିଖିତ, ପ୍ରସ୍ତରଫଳକରେ ନୁହେଁ, ମାତ୍ର ମାଂସମୟ ହୃଦୟରୂପ ଫଳକରେ।


ଆଉ, ଯଦି ଅକ୍ଷରରେ ପ୍ରସ୍ତର ଉପରେ ଖୋଦିତ ମୃତ୍ୟୁଦାୟକ ବ୍ୟବସ୍ଥାର ସେବାକାର୍ଯ୍ୟ ଏପରି ଗୌରବରେ ପ୍ରକାଶିତ ହୋଇଥିଲା ଯେ, ଇସ୍ରାଏଲ ଲୋକମାନେ ମୋଶାଙ୍କ ମୁଖର କ୍ଷଣସ୍ଥାୟୀ ତେଜ ସକାଶେ ତାହାଙ୍କ ମୁଖପ୍ରତି ସ୍ଥିର ଦୃଷ୍ଟିରେ ଚାହିଁ ପାରିଲେ ନାହିଁ,


ସେଠାରେ ସୁବର୍ଣ୍ଣର ଧୂପବେଦି ଓ ଚତୁଃପାର୍ଶ୍ୱ ସୁବର୍ଣ୍ଣ ମଣ୍ଡିତ ନିୟମ-ସିନ୍ଦୁକ ଥିଲା। ସେହି ନିୟମ-ସିନ୍ଦୁକରେ ମାନ୍ନା ରଖାଯାଇଥିବା ଗୋଟିଏ ସୁବର୍ଣ୍ଣର ପାତ୍ର, ହାରୋଣଙ୍କ ମଞ୍ଜରିତ ଯଷ୍ଟି ଓ ନିୟମର ଦୁଇ ପ୍ରସ୍ତରଫଳକ ଥିଲା,


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ପର୍ବତ ଆରୋହଣ କରି ଆମ୍ଭ ନିକଟକୁ ଆସି ଏହି ସ୍ଥାନରେ ଥାଅ; ତହିଁରେ ଆମ୍ଭେ ଲୋକମାନଙ୍କ ଶିକ୍ଷା ନିମନ୍ତେ ଯାହା ଲେଖିଅଛୁ, ତାହା, ଅର୍ଥାତ୍‍, ବ୍ୟବସ୍ଥା ଓ ଆଜ୍ଞା ସମ୍ବନ୍ଧୀୟ ଦୁଇ ଖଣ୍ଡ ପ୍ରସ୍ତର ଫଳକ ତୁମ୍ଭକୁ ଦେବା।”


ସେହି ପ୍ରସ୍ତର ପଟା ପରମେଶ୍ୱରଙ୍କ ନିର୍ମିତ; ପୁଣି, ତହିଁରେ ଖୋଦିତ ଲିଖନ ହିଁ ପରମେଶ୍ୱରଙ୍କ ଲିଖନ ଥିଲା।


ଏଥିଉତ୍ତାରେ ମୋଶା ସୀନୟ ପର୍ବତରୁ ଓହ୍ଲାଇବା ସମୟରେ ସାକ୍ଷ୍ୟରୂପ ଦୁଇ ଖଣ୍ଡ ପ୍ରସ୍ତର ହସ୍ତରେ ଘେନି ପର୍ବତରୁ ଓହ୍ଲାଇଲେ, ମାତ୍ର ସଦାପ୍ରଭୁଙ୍କ ସହିତ ଆଳାପ କରିବା ସକାଶୁ ଆପଣା ମୁଖର ଚର୍ମ ଯେ ଉଜ୍ଜ୍ୱଳ ହୋଇଥିଲା, ତାହା ମୋଶା ଜାଣି ନ ଥିଲେ।


Swiv nou:

Piblisite


Piblisite