Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 32:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ଆଉ ମୋଶା କହିଥିଲେ, “ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ପୁତ୍ର ଓ ଭାଇମାନଙ୍କର ବିପକ୍ଷ ହୋଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କୁ ନିଯୁକ୍ତ କର, ତହିଁରେ ସେ ଏହି ଦିନରେ ତୁମ୍ଭମାନଙ୍କୁ ଆଶୀର୍ବାଦ କରିବେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ଆଉ ମୋଶା କହିଥିଲେ, ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ପୁତ୍ର ଓ ଭ୍ରାତୃଗଣର ବିପକ୍ଷ ହୋଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କୁ ନିଯୁକ୍ତ କର, ତହିଁରେ ସେ ଏହି ଦିନରେ ତୁମ୍ଭମାନଙ୍କୁ ଆଶୀର୍ବାଦ କରିବେ।

Gade chapit la Kopi

ଓଡିଆ ବାଇବେଲ

29 ଆଉ ମୋଶା କହିଥିଲେ, “ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ପୁତ୍ର ଓ ଭାଇମାନଙ୍କର ବିପକ୍ଷ ହୋଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କୁ ନିଯୁକ୍ତ କର, ତହିଁରେ ସେ ଏହି ଦିନରେ ତୁମ୍ଭମାନଙ୍କୁ ଆଶୀର୍ବାଦ କରିବେ।”

Gade chapit la Kopi

ପବିତ୍ର ବାଇବଲ

29 ଏହା ପରେ ମୋଶା କହିଲେ, “ତୁମ୍ଭେମାନେ ପ୍ରତ୍ୟେକ ନିଜ ନିଜ ପୁତ୍ର ଓ ଭାତୃଗଣର ବିପକ୍ଷ ହୋଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିଜ ନିଜକୁ ନିଯୁକ୍ତି କର ତହିଁରେ ସଦାପ୍ରଭୁ ଆଜି ତୁମ୍ଭମାନଙ୍କୁ ଆଶୀର୍ବାଦ କରିବେ।”

Gade chapit la Kopi




ଯାତ୍ରା ପୁସ୍ତକ 32:29
11 Referans Kwoze  

ଯେ ପିତା କି ମାତାକୁ ମୋʼଠାରୁ ଅଧିକ ପ୍ରିୟ ଜ୍ଞାନ କରେ, ସେ ମୋହର ଯୋଗ୍ୟ ନୁହେଁ, ପୁଣି, ଯେ ପୁତ୍ର କି କନ୍ୟାକୁ ମୋʼଠାରୁ ଅଧିକ ପ୍ରେମ କରେ, ସେ ମୋହର ଯୋଗ୍ୟ ନୁହେଁ।


ଆଉ, କେହି ଯଦି ପୁନର୍ବାର ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରେ, ତେବେ ତାହାର ଜନ୍ମଦାତା ପିତା ଓ ମାତା ତାହାକୁ କହିବେ, ‘ତୁମ୍ଭେ ବଞ୍ଚିବ ନାହିଁ; କାରଣ ତୁମ୍ଭେ ସଦାପ୍ରଭୁଙ୍କ ନାମରେ ମିଥ୍ୟା କହୁଅଛ;’ ଆଉ, ସେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲା ବେଳେ, ତାହାର ଜନ୍ମଦାତା ପିତା ଓ ମାତା ତାହାକୁ ଅସ୍ତ୍ରବିଦ୍ଧ କରିବେ।


ବଳିଦାନ ଅପେକ୍ଷା ନ୍ୟାୟ ଓ ସୁବିଚାର ସଦାପ୍ରଭୁଙ୍କର ଅଧିକ ଗ୍ରାହ୍ୟ।


ତହିଁରେ ଲେବୀର ସନ୍ତାନମାନେ ମୋଶାଙ୍କର ବାକ୍ୟାନୁସାରେ ତଦ୍ରୂପ କରନ୍ତେ, ସେହି ଦିନ ଲୋକମାନଙ୍କ ମଧ୍ୟରୁ ଊଣାଧିକ ତିନି ହଜାର ଲୋକ ମଲେ।


ତହିଁ ପରଦିନ ମୋଶା ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ମହାପାପ କରିଅଛ, ଏବେ ମୁଁ ସଦାପ୍ରଭୁଙ୍କ ନିକଟକୁ ଆରୋହଣ କରୁଅଛି; ଯଦି ହୋଇପାରେ, ତେବେ ମୁଁ ତୁମ୍ଭମାନଙ୍କ ପାପର ପ୍ରାୟଶ୍ଚିତ୍ତ କରିବି।”


ପୁଣି, ଯେଉଁ ଲେବୀୟମାନେ ସମଗ୍ର ଇସ୍ରାଏଲକୁ ଶିକ୍ଷା ଦେଲେ ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହୋଇଥିଲେ, ସେମାନଙ୍କୁ ସେ କହିଲେ, “ଇସ୍ରାଏଲର ରାଜା ଦାଉଦଙ୍କର ପୁତ୍ର ଶଲୋମନଙ୍କର ନିର୍ମିତ ଗୃହ ମଧ୍ୟରେ ପବିତ୍ର ସିନ୍ଦୁକ ରଖ; ତୁମ୍ଭମାନଙ୍କ ସ୍କନ୍ଧରେ ଆଉ ଭାର ରହିବ ନାହିଁ; ଏବେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଓ ତାହାଙ୍କ ଲୋକ ଇସ୍ରାଏଲର ସେବା କର।


Swiv nou:

Piblisite


Piblisite