Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 32:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ତହିଁ ପରଦିନ ମୋଶା ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ମହାପାପ କରିଅଛ, ଏବେ ମୁଁ ସଦାପ୍ରଭୁଙ୍କ ନିକଟକୁ ଆରୋହଣ କରୁଅଛି; ଯଦି ହୋଇପାରେ, ତେବେ ମୁଁ ତୁମ୍ଭମାନଙ୍କ ପାପର ପ୍ରାୟଶ୍ଚିତ୍ତ କରିବି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 ତହିଁ ଆର ଦିନ ମୋଶା ଲୋକମାନଙ୍କୁ କହିଲେ, ତୁମ୍ଭେମାନେ ମହାପାପ କରିଅଛ, ଏବେ ମୁଁ ସଦାପ୍ରଭୁଙ୍କ ନିକଟକୁ ଆରୋହଣ କରୁଅଛି; ଯେବେ ହୋଇପାରେ, ତେବେ ମୁଁ ତୁମ୍ଭମାନଙ୍କ ପାପର ପ୍ରାୟଶ୍ଚିତ୍ତ କରିବି,।

Gade chapit la Kopi

ଓଡିଆ ବାଇବେଲ

30 ତହିଁ ପର ଦିନ ମୋଶା ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ମହାପାପ କରିଅଛ, ଏବେ ମୁଁ ସଦାପ୍ରଭୁଙ୍କ ନିକଟକୁ ଆରୋହଣ କରୁଅଛି; ଯଦି ହୋଇପାରେ, ତେବେ ମୁଁ ତୁମ୍ଭମାନଙ୍କ ପାପର ପ୍ରାୟଶ୍ଚିତ୍ତ କରିବି।”

Gade chapit la Kopi

ପବିତ୍ର ବାଇବଲ

30 ପରଦିନ ସକାଳେ ମୋଶା ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ଭୟଙ୍କର ପାପ କରିଛ। କିନ୍ତୁ ବର୍ତ୍ତମାନ ମୁଁ ସଦାପ୍ରଭୁଙ୍କ ନିକଟକୁ ଯିବି ଏବଂ ହୁଏତ ତୁମ୍ଭର ପାପ ପାଇଁ ମୁଁ ପ୍ରାୟଶ୍ଚିତ କରିବାକୁ ସକ୍ଷମ ହେବି।”

Gade chapit la Kopi




ଯାତ୍ରା ପୁସ୍ତକ 32:30
22 Referans Kwoze  

ଏଥିରେ ଶାମୁୟେଲ ଲୋକମାନଙ୍କୁ କହିଲେ, “ଭୟ ନ କର; ତୁମ୍ଭେମାନେ ଏହି ସମସ୍ତ ମନ୍ଦତା କରିଅଛ, ପ୍ରମାଣ; ତଥାପି ସଦାପ୍ରଭୁଙ୍କ ପଶ୍ଚାଦ୍‍ଗମନରୁ ବିମୁଖ ନ ହୁଅ, ମାତ୍ର ଆପଣାମାନଙ୍କ ସମସ୍ତ ଅନ୍ତଃକରଣ ସହିତ ସଦାପ୍ରଭୁଙ୍କର ସେବା କର;


ତହିଁରେ ତାହା ପ୍ରତି ଓ ତାହା ଉତ୍ତାରେ ତାହାର ସନ୍ତାନଗଣଙ୍କ ପ୍ରତି ଅନନ୍ତକାଳୀନ ଯାଜକତ୍ୱର ନିୟମ ହେବ; କାରଣ ସେ ଆପଣା ପରମେଶ୍ୱରଙ୍କ ପକ୍ଷରେ ଅନ୍ତର୍ଜ୍ୱାଳା ପ୍ରକାଶ କଲା ଓ ଇସ୍ରାଏଲ-ସନ୍ତାନଗଣଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କଲା।”


କେଜାଣି ପରମେଶ୍ୱର ଫେରି ଦୁଃଖିତ ହୋଇ ଆପଣା ପ୍ରଚଣ୍ଡ କ୍ରୋଧରୁ ନିବୃତ୍ତ ହେବେ, ତହିଁରେ ଆମ୍ଭେମାନେ ବିନଷ୍ଟ ହେବା ନାହିଁ।”


ମନ୍ଦକୁ ଘୃଣା କର, ଭଲକୁ ଭଲ ପାଅ ଓ ନଗର-ଦ୍ୱାରରେ ନ୍ୟାୟବିଚାର କର; ହୋଇପାରେ, ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର ଯୋଷେଫର ଅବଶିଷ୍ଟାଂଶ ପ୍ରତି କୃପାମୟ ହେବେ।


କାରଣ ସେ ଦାଉଦ ବଂଶରୁ ଇସ୍ରାଏଲକୁ ଛିନ୍ନ କଲେ; ଆଉ ସେମାନେ ନବାଟର ପୁତ୍ର ଯାରବୀୟାମଙ୍କୁ ରାଜା କଲେ ଓ ଯାରବୀୟାମ ଇସ୍ରାଏଲକୁ ସଦାପ୍ରଭୁଙ୍କ ଅନୁଗମନରୁ ତଡ଼ିଦେଇ ସେମାନଙ୍କୁ ଏକ ମହାପାପ କରାଇଲେ।


ହୋଇପାରେ, ମୋʼ ପ୍ରତି କୃତ ଏହି ଅପରାଧକୁ ସଦାପ୍ରଭୁ ଦୃଷ୍ଟିପାତ କରିବେ ଓ ଆଜି ତାହାର ଦତ୍ତ ଅଭିଶାପ ପରିବର୍ତ୍ତେ ସଦାପ୍ରଭୁ ମୋହର ମଙ୍ଗଳ କରିବେ।”


ଆହୁରି ମୁଁ ଯେ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରିବାରୁ ନିବୃତ୍ତ ହୋଇ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିବି, ଏହା ଦୂରେ ଥାଉ; ମାତ୍ର ମୁଁ ତୁମ୍ଭମାନଙ୍କୁ ଉତ୍ତମ ଓ ସରଳ ପଥ ବିଷୟ ଶିକ୍ଷା କରାଇବି।


ତହିଁରେ ହାରୋଣ ମୋଶାଙ୍କର କଥା ଅନୁସାରେ ତାହା ନେଇ ସମାଜ ମଧ୍ୟକୁ ଦୌଡ଼ି ଗଲେ; ସେହି ସମୟରେ ଦେଖ, ଲୋକମାନଙ୍କ ମଧ୍ୟରେ ମହାମାରୀ ଆରମ୍ଭ ହୋଇଥିଲା; ତହିଁରେ ସେ ଧୂପ ଦେଇ ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କଲେ।


ତାହାହେଲେ କେଜାଣି ଈଶ୍ବର ସେମାନଙ୍କୁ ସତ୍ୟ ସମ୍ବନ୍ଧରେ ଜ୍ଞାନ ପାଇବା ପାଇଁ ମନ-ପରିବର୍ତ୍ତନରୂପ ବର ଦେବେ,


ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଅବ୍ରହାମଙ୍କର ଆଶୀର୍ବାଦ ଯେପରି ଅଣଯିହୁଦୀମାନଙ୍କ ପ୍ରତି ବର୍ତ୍ତେ, ପୁଣି ଆମ୍ଭେମାନେ ଯେପରି ବିଶ୍ୱାସ ହେତୁ ପ୍ରତିଜ୍ଞାତ ଆତ୍ମା ପ୍ରାପ୍ତ ହେଉ,


କାରଣ ଯେଉଁମାନେ ଶାରୀରିକ ଭାବେ ମୋହର ଆତ୍ମୀୟ, ଏପରି ମୋହର ଭାଇମାନଙ୍କ ନିମନ୍ତେ ମୁଁ ନିଜେ ଖ୍ରୀଷ୍ଟଙ୍କଠାରୁ ପୃଥକ୍ ରହି ଶାପଗ୍ରସ୍ତ ହେବା ପାଇଁ ଇଚ୍ଛା କରିପାରନ୍ତି।


ମୁଁ ଉଠି ମୋହର ବାପାଙ୍କ ପାଖକୁ ଯିବି ଓ ତାହାଙ୍କୁ କହିବି, ବାପା, ଈଶ୍ବରଙ୍କ ବିରୁଦ୍ଧରେ ଓ ତୁମ୍ଭ ଦୃଷ୍ଟିରେ ମୁଁ ପାପ କଲି;


ଏଣୁ ମୁଁ ତୁମ୍ଭକୁ କହୁଅଛି, ଏହାର ଅନେକ ପାପ କ୍ଷମା ହୋଇଅଛି, କାରଣ ସେ ବହୁତ ପ୍ରେମ କଲା; କିନ୍ତୁ ଯାହାକୁ ଅଳ୍ପ କ୍ଷମା ଦିଆଯାଏ, ସେ ଅଳ୍ପ ପ୍ରେମ କରେ।”


ଏରୂପେ ସଦାପ୍ରଭୁଙ୍କ ସାକ୍ଷାତରେ ସେହି ଯୁବା ଲୋକଙ୍କର ପାପ ଅତି ଭାରୀ ହେଲା; କାରଣ ସେହି ଲୋକମାନେ ସଦାପ୍ରଭୁଙ୍କ ନୈବେଦ୍ୟ ତୁଚ୍ଛଜ୍ଞାନ କଲେ।


ଅତଏବ, ପରସ୍ପର ନିକଟରେ ଆପଣା ଆପଣାର ପାପ ସ୍ୱୀକାର କର, ପୁଣି, ସୁସ୍ଥ ହେବା ନିମନ୍ତେ ପରସ୍ପର ପାଇଁ ପ୍ରାର୍ଥନା କର। ଧାର୍ମିକ ବ୍ୟକ୍ତିର ପ୍ରାର୍ଥନା ଅନେକ କାର୍ଯ୍ୟ ସାଧନ କରିପାରେ।


ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା କରିବା ପାଇଁ ତୁମ୍ଭେ କାହିଁକି ତାହାଙ୍କ ବାକ୍ୟ ତୁଚ୍ଛ କଲ? ତୁମ୍ଭେ ଖଡ୍ଗ ଦ୍ୱାରା ହିତ୍ତୀୟ ଊରୀୟକୁ ମାରିଅଛ ଓ ତାହାର ଭାର୍ଯ୍ୟାକୁ ତୁମ୍ଭର ଭାର୍ଯ୍ୟା ହେବା ପାଇଁ ନେଇଅଛ, ପୁଣି ଅମ୍ମୋନ-ସନ୍ତାନଗଣର ଖଡ୍ଗ ଦ୍ୱାରା ଊରୀୟକୁ ବଧ କରିଅଛ।


ଆଉ ମୋଶା କହିଥିଲେ, “ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ପୁତ୍ର ଓ ଭାଇମାନଙ୍କର ବିପକ୍ଷ ହୋଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କୁ ନିଯୁକ୍ତ କର, ତହିଁରେ ସେ ଏହି ଦିନରେ ତୁମ୍ଭମାନଙ୍କୁ ଆଶୀର୍ବାଦ କରିବେ।”


ତାହାଙ୍କ ଯାଜକଗଣ ମଧ୍ୟରେ ମୋଶା, ହାରୋଣ ଓ ତାହାଙ୍କ ନାମରେ ପ୍ରାର୍ଥନାକାରୀମାନଙ୍କ ମଧ୍ୟରେ ଶାମୁୟେଲ; ସେମାନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ ଓ ସେ ସେମାନଙ୍କୁ ଉତ୍ତର ଦେଲେ।


ଆଜି କି ଗହମ କାଟିବା ସମୟ ନୁହେଁ? ସଦାପ୍ରଭୁ ଯେପରି ମେଘ ଗର୍ଜ୍ଜନ ଓ ବୃଷ୍ଟି ପଠାଇବେ, ଏଥିପାଇଁ ମୁଁ ତାହାଙ୍କୁ ଡାକିବି; ତହିଁରେ ତୁମ୍ଭେମାନେ ଆପଣାମାନଙ୍କ ପାଇଁ ରାଜା ମାଗି ସଦାପ୍ରଭୁଙ୍କ ଦୃଷ୍ଟିରେ ଯେଉଁ ମନ୍ଦତା କରିଅଛ, ତାହା ଯେ ବଡ଼, ଏହା ତୁମ୍ଭେମାନେ ଜାଣିବ ଓ ଦେଖିବ।”


ପୁଣି, ସମସ୍ତ ଲୋକ ଶାମୁୟେଲଙ୍କୁ କହିଲେ, “ଆମ୍ଭେମାନେ ଯେପରି ନ ମରୁ, ଏଥିପାଇଁ ତୁମ୍ଭେ ଆପଣା ଦାସମାନଙ୍କ ନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କର; କାରଣ ଆମ୍ଭେମାନେ ଆପଣାମାନଙ୍କର ସବୁ ପାପ ଉପରେ ଆପଣାମାନଙ୍କ ପାଇଁ ରାଜା ମାଗି ମନ୍ଦତା ବୃଦ୍ଧି କରିଅଛୁ।”


Swiv nou:

Piblisite


Piblisite