Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 32:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କ ନିକଟକୁ ଫେରିଯାଇ କହିଲେ, “ହାୟ, ହାୟ, ଏହି ଲୋକମାନେ ମହାପାପ କରି ଆପଣାମାନଙ୍କ ନିମନ୍ତେ ସ୍ୱର୍ଣ୍ଣ ଦେବତା ନିର୍ମାଣ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

31 ଅନନ୍ତର ମୋଶା ସଦାପ୍ରଭୁଙ୍କ ନିକଟକୁ ଫେରି ଯାଇ କହିଲେ, ହାୟ, ହାୟ, ଏହି ଲୋକମାନେ ମହାପାପ କରି ଆପଣାମାନଙ୍କ ନିମନ୍ତେ ସ୍ଵର୍ଣ୍ଣଦେବତା ନିର୍ମାଣ କଲେ।

Gade chapit la Kopi

ଓଡିଆ ବାଇବେଲ

31 ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କ ନିକଟକୁ ଫେରି ଯାଇ କହିଲେ, “ହାୟ, ହାୟ, ଏହି ଲୋକମାନେ ମହାପାପ କରି ଆପଣାମାନଙ୍କ ନିମନ୍ତେ ସ୍ୱର୍ଣ୍ଣ ଦେବତା ନିର୍ମାଣ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

31 ତେଣୁ ମୋଶା ପରମେଶ୍ୱରଙ୍କ ନିକଟକୁ ଫେରିଗଲେ ଏବଂ କହିଲେ, “ହେ ସଦାପ୍ରଭୁ, ମୋର ଗୁହାରି ଶୁଣ। ଏହି ଲୋକମାନେ ସୁବର୍ଣ୍ଣରେ ଦେବତାଗଣ କରି ଭୟଙ୍କର ପାପ କରିଛନ୍ତି।

Gade chapit la Kopi




ଯାତ୍ରା ପୁସ୍ତକ 32:31
12 Referans Kwoze  

ଏହେତୁ ତୁମ୍ଭେମାନେ ଆମ୍ଭର ପ୍ରତିଯୋଗୀ, ଅନ୍ୟ ଦେବତାଗଣ ନିର୍ମାଣ କରିବ ନାହିଁ; ଆପଣାମାନଙ୍କ ନିମନ୍ତେ ରୌପ୍ୟମୟ ଦେବତା ଓ ସ୍ୱର୍ଣ୍ଣମୟ ଦେବତା ନିର୍ମାଣ କରିବ ନାହିଁ।


ହଁ, ସମୁଦାୟ ଇସ୍ରାଏଲ ତୁମ୍ଭର ବ୍ୟବସ୍ଥା ଲଙ୍ଘନ କରିଅଛନ୍ତି, ତୁମ୍ଭର ରବରେ ଯେପରି ସେମାନେ ମନୋଯୋଗ ନ କରିବେ, ଏଥିପାଇଁ ସେମାନେ ବିପଥଗାମୀ ହୋଇଅଛନ୍ତି, ଏହି କାରଣରୁ ଅଭିଶାପ ଓ ପରମେଶ୍ୱରଙ୍କ ସେବକ ମୋଶାଙ୍କ ବ୍ୟବସ୍ଥାରେ ଲିଖିତ ଶପଥ ଆମ୍ଭମାନଙ୍କ ଉପରେ ଢଳା ଯାଇଅଛି; କାରଣ ଆମ୍ଭେମାନେ ତାହାଙ୍କ ବିରୁଦ୍ଧରେ ପାପ କରିଅଛୁ।


ହେ ସଦାପ୍ରଭୁ, ମୁଖର ବିବର୍ଣ୍ଣତା ଆମ୍ଭମାନଙ୍କର, ଆମ୍ଭମାନଙ୍କ ରାଜାଗଣର, ଆମ୍ଭମାନଙ୍କ ଅଧିପତିଗଣର ଓ ଆମ୍ଭମାନଙ୍କ ପୂର୍ବପୁରୁଷଗଣର ଅଟେ, କାରଣ ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ।


ତହିଁ ପରଦିନ ମୋଶା ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ମହାପାପ କରିଅଛ, ଏବେ ମୁଁ ସଦାପ୍ରଭୁଙ୍କ ନିକଟକୁ ଆରୋହଣ କରୁଅଛି; ଯଦି ହୋଇପାରେ, ତେବେ ମୁଁ ତୁମ୍ଭମାନଙ୍କ ପାପର ପ୍ରାୟଶ୍ଚିତ୍ତ କରିବି।”


ଆମ୍ଭେମାନେ ପାପ ଓ କୁଟିଳାଚରଣ କରିଅଛୁ ଓ ଦୁଷ୍କର୍ମ କରି ବିଦ୍ରୋହୀ ହୋଇଅଛୁ, ଆଉ ତୁମ୍ଭର ବିଧି ଓ ଶାସନର ପଥ ତ୍ୟାଗ କରିଅଛୁ।


ତଥାପି ଆମ୍ଭମାନଙ୍କ ପ୍ରତି ଯାହା ଯାହା ଘଟିଅଛି, ସେସବୁରେ ତୁମ୍ଭେ ଧର୍ମମୟ ଅଟ; କାରଣ ତୁମ୍ଭେ ସତ୍ୟରେ ବ୍ୟବହାର କରିଅଛ, ମାତ୍ର ଆମ୍ଭେମାନେ ଦୁଷ୍କର୍ମ କରିଅଛୁ।


ହେ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ଧର୍ମମୟ ଅଟ; କାରଣ ଆମ୍ଭେମାନେ ଆଜି ପର୍ଯ୍ୟନ୍ତ ରକ୍ଷା ପାଇ ଅବଶିଷ୍ଟ ଅଛୁ; ଦେଖ, ଆମ୍ଭେମାନେ ତୁମ୍ଭ ସାକ୍ଷାତରେ ନିଜ ଦୋଷରେ ଦୋଷୀ ହୋଇଅଛୁ; କାରଣ ତହିଁ ସକାଶୁ କେହି ତୁମ୍ଭ ଛାମୁରେ ଠିଆ ହୋଇପାରେ ନାହିଁ।”


ସେହି ସମୟରେ ମୋଶା ସଦାପ୍ରଭୁଙ୍କ ସହିତ ସେହି ସ୍ଥାନରେ ଚାଳିଶ ଦିବାରାତ୍ର ଅବସ୍ଥାନ କଲେ; ସେ ଅନ୍ନ ଭୋଜନ କି ଜଳ ପାନ କଲେ ନାହିଁ। ସେ ସେହି ଦୁଇ ପ୍ରସ୍ତରରେ ନିୟମ-ବାକ୍ୟ, ଅର୍ଥାତ୍‍, ଦଶ ଆଜ୍ଞା ଲେଖିଲେ।


ତୁମ୍ଭେ ଆପଣା ନିମନ୍ତେ କୌଣସି ଖୋଦିତ ପ୍ରତିମା ନିର୍ମାଣ କରିବ ନାହିଁ; କି ଉପରିସ୍ଥ ସ୍ୱର୍ଗରେ, କି ନୀଚସ୍ଥ ପୃଥିବୀରେ, କି ପୃଥିବୀର ନୀଚସ୍ଥ ଜଳରେ ଥିବା କୌଣସି ବସ୍ତୁର ପ୍ରତିମୂର୍ତ୍ତି ନିର୍ମାଣ କରିବ ନାହିଁ।


ହଁ, ଏପରିକି ସେମାନେ ଛାଞ୍ଚରେ ଢଳା ଏକ ଗୋବତ୍ସ ନିର୍ମାଣ କରି କହିଲେ, ‘ଯେଉଁ ଦେବତା ତୁମ୍ଭକୁ ମିସର ଦେଶରୁ ବାହାର କରି ଆଣିଲେ, ସେ ଏହି,’ ଏହା କହି ପ୍ରଭୁଙ୍କୁ ମହା ଅପମାନ କଲେ;


Swiv nou:

Piblisite


Piblisite