Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 32:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଏଥିରେ ଲୋକମାନେ ପରଦିନ ପ୍ରଭାତରେ ଉଠି ହୋମବଳି ଉତ୍ସର୍ଗ କଲେ ଓ ମଙ୍ଗଳାର୍ଥକ ନୈବେଦ୍ୟ ଆଣିଲେ; ତହୁଁ ଲୋକମାନେ ଭୋଜନ ଓ ପାନ କରିବାକୁ ବସିଲେ; ଏଉତ୍ତାରେ ଲୀଳା କରିବାକୁ ଉଠିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଏଥିରେ ଲୋକମାନେ ଆର ଦିନ ପ୍ରଭାତରେ ଉଠି ହୋମବଳି ଉତ୍ସର୍ଗ କଲେ ଓ ମଙ୍ଗଳାର୍ଥକ ନୈବେଦ୍ୟ ଆଣିଲେ; ତହୁଁ ଲୋକମାନେ ଭୋଜନପାନ କରିବାକୁ ବସିଲେ; ଏଉତ୍ତାରେ ଲୀଳା କରିବାକୁ ଉଠିଲେ।

Gade chapit la Kopi

ଓଡିଆ ବାଇବେଲ

6 ଏଥିରେ ଲୋକମାନେ ପରଦିନ ପ୍ରଭାତରେ ଉଠି ହୋମବଳି ଉତ୍ସର୍ଗ କଲେ ଓ ମଙ୍ଗଳାର୍ଥକ ନୈବେଦ୍ୟ ଆଣିଲେ; ତହୁଁ ଲୋକମାନେ ଭୋଜନ ଓ ପାନ କରିବାକୁ ବସିଲେ; ଏଉତ୍ତାରେ ଲୀଳା କରିବାକୁ ଉଠିଲେ।

Gade chapit la Kopi

ପବିତ୍ର ବାଇବଲ

6 ତା’ ପରଦିନ ଅତି ପ୍ରଭାତରୁ ଲୋକମାନେ ଉଠିଲେ। ସେମାନେ ହୋମବଳି ଉତ୍ସର୍ଗ କଲେ ଓ ମଙ୍ଗଳାର୍ଥକ ନୈବେଦ୍ୟ ଆଣିଲେ। ଏହା ପରେ ଲୋକମାନେ ଭୋଜନପାନ କରିବାକୁ ଲାଗିଲେ। ଏହା ପରେ ଲୀଳା କରିବାକୁ ଉଠିଲେ।”

Gade chapit la Kopi




ଯାତ୍ରା ପୁସ୍ତକ 32:6
10 Referans Kwoze  

ଯେପରି ସେମାନଙ୍କ ମଧ୍ୟରେ କେତେକ ପ୍ରତିମାପୂଜକ ହେଲେ, ସେପରି ତୁମ୍ଭେମାନେ ପ୍ରତିମାପୂଜକ ହୁଅ ନାହିଁ; ଯେପରି ଲେଖାଅଛି, “ଲୋକମାନେ ଭୋଜନପାନ କରିବାକୁ ବସିଲେ, ଆଉ ନୃତ୍ୟ କରିବାକୁ ଉଠିଲେ।”


ପୁଣି, ସେହି କନ୍ୟାମାନେ ଲୋକମାନଙ୍କୁ ଆପଣାମାନଙ୍କ ଦେବଗଣର ବଳିଦାନ ଉପଲକ୍ଷ୍ୟରେ ନିମନ୍ତ୍ରଣ କଲେ; ପୁଣି, ଲୋକମାନେ ଭୋଜନ କଲେ ଓ ସେମାନଙ୍କ ଦେବଗଣକୁ ପ୍ରଣାମ କଲେ।


ସେତେବେଳେ ପୃଥିବୀନିବାସୀମାନେ ସେମାନଙ୍କର ମୃତ୍ୟୁ-ସମ୍ବାଦ ଶୁଣି ଆନନ୍ଦ ଓ ଆମୋଦ ପ୍ରମୋଦ କରିବେ ପୁଣି, ପରସ୍ପରକୁ ଉପହାର ଦେବେ, କାରଣ ଏହି ଦୁଇ ଭାବବାଦୀ ପୃଥିବୀନିବାସୀମାନଙ୍କୁ ଯନ୍ତ୍ରଣା ଦେଉଥିଲେ।


ପୁଣି, ଆମ୍ଭେ ତୁମ୍ଭମାନଙ୍କର ସକଳ ଉତ୍ସବକୁ ଶୋକରେ ଓ ତୁମ୍ଭମାନଙ୍କର ଗାୟନ ସବୁକୁ ବିଳାପରେ ପରିଣତ କରିବା; ଆଉ, ଆମ୍ଭେ ସମସ୍ତଙ୍କର କଟିଦେଶ ଚଟବସ୍ତ୍ରରେ ପରିହିତ କରାଇବା ଓ ପ୍ରତ୍ୟେକ ମସ୍ତକ ଟାଙ୍ଗରା କରାଇବା; ପୁଣି, ଆମ୍ଭେ ସେହି ଶୋକକୁ ଅଦ୍ୱିତୀୟ ପୁତ୍ରର ଶୋକ ତୁଲ୍ୟ ଓ ତହିଁର ଶେଷକୁ ଦାରୁଣ ଦୁଃଖ ଦିନର ତୁଲ୍ୟ କରାଇବା।”


ଆଉ, ସେମାନେ ପ୍ରତ୍ୟେକ ଯଜ୍ଞବେଦିର ନିକଟରେ ବନ୍ଧକି ବସ୍ତ୍ରର ଉପରେ ଶୟନ କରନ୍ତି, ଆଉ ସେମାନେ ଅର୍ଥଦଣ୍ଡପ୍ରାପ୍ତ ଲୋକମାନଙ୍କର ଦ୍ରାକ୍ଷାରସ ଆପଣାମାନଙ୍କ ପରମେଶ୍ୱରଙ୍କ ଗୃହରେ ପାନ କରନ୍ତି।


ତହିଁରେ ହାରୋଣ ତାହା ଦେଖି ତାହାର ସମ୍ମୁଖରେ ଗୋଟିଏ ବେଦି ନିର୍ମାଣ କଲେ, “ପୁଣି, ଆସନ୍ତାକାଲି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସବ ହେବ,” ଏହା ଘୋଷଣା କରାଇଲେ।


Swiv nou:

Piblisite


Piblisite