Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 32:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତେବେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଓହ୍ଲାଇ ଯାଅ, କାରଣ ତୁମ୍ଭର ଯେଉଁ ଲୋକମାନଙ୍କୁ ତୁମ୍ଭେ ମିସରରୁ ବାହାର କରି ଆଣିଲ, ସେମାନେ ଆପଣାମାନଙ୍କୁ ଭ୍ରଷ୍ଟ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ତେବେ ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ଓହ୍ଲାଇ ଯାଅ, କାରଣ ତୁମ୍ଭର ଯେଉଁ ଲୋକମାନଙ୍କୁ ତୁମ୍ଭେ ମିସରରୁ ବାହାର କରି ଆଣିଲ, ସେମାନେ ଆପଣାମାନଙ୍କୁ ଭ୍ରଷ୍ଟ କରିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

7 ତେବେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଓହ୍ଲାଇ ଯାଅ, କାରଣ ତୁମ୍ଭର ଯେଉଁ ଲୋକମାନଙ୍କୁ ତୁମ୍ଭେ ମିସରରୁ ବାହାର କରି ଆଣିଲ, ସେମାନେ ଆପଣାମାନଙ୍କୁ ଭ୍ରଷ୍ଟ କରିଅଛନ୍ତି।”

Gade chapit la Kopi

ପବିତ୍ର ବାଇବଲ

7 ସେହି ସମୟରେ, ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଏହି ପର୍ବତରୁ ଓହ୍ଲାଇ ଯାଅ। ତୁମ୍ଭର ଲୋକମାନେ, ଯେଉଁ ଲୋକମାନଙ୍କୁ ତୁମ୍ଭେ ମିଶରରୁ ବାହାର କରି ଆଣିଥିଲ, ସେମାନେ ଘୋର ପାପ କରିଛନ୍ତି।

Gade chapit la Kopi




ଯାତ୍ରା ପୁସ୍ତକ 32:7
17 Referans Kwoze  

ତହିଁରେ ମୋଶା ଆପଣା ସଦାପ୍ରଭୁ ପରମେଶ୍ୱରଙ୍କୁ ନିବେଦନ କରି କହିଲେ, “ହେ ସଦାପ୍ରଭୋ, ତୁମ୍ଭେ ଆପଣାର ଯେଉଁ ଲୋକମାନଙ୍କୁ ଆପଣା ମହାପରାକ୍ରମ ଓ ବାହୁ ବଳରେ ମିସର ଦେଶରୁ ବାହାର କରି ଆଣିଅଛ, ସେମାନଙ୍କ ପ୍ରତିକୂଳରେ ତୁମ୍ଭର କ୍ରୋଧ କାହିଁକି ପ୍ରଜ୍ୱଳିତ ହେବ?


ଗିବୀୟାର ସମୟରେ ଯେପରି, ସେମାନେ ଆପଣାମାନଙ୍କୁ ସେପରି ଅତିଶୟ ଭ୍ରଷ୍ଟ କରିଅଛନ୍ତି; ସେ ସେମାନଙ୍କର ଅଧର୍ମ ସ୍ମରଣ କରି ସେମାନଙ୍କ ପାପସକଳର ପ୍ରତିଫଳ ଦେବେ।


ପୁଣି ସଦାପ୍ରଭୁ ମୋତେ କହିଲେ, “ଉଠ, ଏ ସ୍ଥାନରୁ ଶୀଘ୍ର ଓହ୍ଲାଇ ଯାଅ କାରଣ ତୁମ୍ଭେ ଯେଉଁମାନଙ୍କୁ ମିସରରୁ ବାହାର କରି ଆଣିଅଛ, ତୁମ୍ଭର ସେହି ଲୋକମାନେ ଆପଣାମାନଙ୍କୁ ଭ୍ରଷ୍ଟ କରିଅଛନ୍ତି; ଆମ୍ଭେ ସେମାନଙ୍କୁ ଯେଉଁ ପଥ ବିଷୟରେ ଆଜ୍ଞା ଦେଲୁ, ତହିଁରୁ ସେମାନେ ଶୀଘ୍ର ବିମୁଖ ହୋଇଅଛନ୍ତି; ସେମାନେ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ଏକ ପ୍ରତିମା ନିର୍ମାଣ କରିଅଛନ୍ତି।”


ମାତ୍ର ସେହି ବିଚାରକର୍ତ୍ତାର ମୃତ୍ୟୁୁ ହୁଅନ୍ତେ, ସେମାନେ ପୁନର୍ବାର ଫେରି ସେମାନଙ୍କ ପିତୃଲୋକଙ୍କ ଅପେକ୍ଷା ଅଧିକ ଭ୍ରଷ୍ଟାଚରଣ କଲେ ଓ ଅନ୍ୟ ଦେବତାଗଣର ସେବା କରି ଓ ସେମାନଙ୍କୁ ପ୍ରଣାମ କରି ସେମାନଙ୍କର ଅନୁଗାମୀ ହେଲେ; ସେମାନେ ଆପଣା ଆପଣା କ୍ରିୟାରୁ ଓ ଅବାଧ୍ୟତା-ମାର୍ଗରୁ କ୍ଷାନ୍ତ ହେଲେ ନାହିଁ।


ତେବେ ସଦାପ୍ରଭୁ ତାଙ୍କୁ କହିଲେ, “ଯାଅ, ଓହ୍ଲାଅ; ପୁଣି, ତୁମ୍ଭେ ହାରୋଣଙ୍କୁ ସଙ୍ଗରେ ନେଇ ଆରୋହଣ କରିବ; ମାତ୍ର ଯାଜକଗଣ ଓ ଲୋକମାନଙ୍କ ଉପରେ ସଦାପ୍ରଭୁ ଯେପରି ଆକ୍ରମଣ ନ କରନ୍ତି, ଏଥିପାଇଁ ସେମାନେ ତାହାଙ୍କ ଛାମୁକୁ ଆସିବା ପାଇଁ ସୀମା ଅତିକ୍ରମ ନ କରନ୍ତୁ।”


ଆଜ୍ଞାଲଙ୍ଘନ ସମାପ୍ତ କରିବାକୁ ଓ ପାପର ଶେଷ କରିବାକୁ ଓ ଅଧର୍ମର ପ୍ରାୟଶ୍ଚିତ୍ତ କରିବାକୁ, ଆଉ ଅନନ୍ତକାଳସ୍ଥାୟୀ ଧର୍ମ ଆଣିବାକୁ, ପୁଣି ଦର୍ଶନ ଓ ଭବିଷ୍ୟଦ୍‍ବାକ୍ୟ ମୁଦ୍ରାଙ୍କିତ କରିବାକୁ ଓ ମହାପବିତ୍ର ସ୍ଥାନକୁ ଅଭିଷିକ୍ତ କରିବାକୁ ତୁମ୍ଭ ଲୋକଙ୍କର ଓ ତୁମ୍ଭ ପବିତ୍ର ନଗର ନିମନ୍ତେ ସତୁରି ସପ୍ତାହ ନିରୂପିତ ହୋଇଅଛି।


ସେମାନେ ତାହାଙ୍କ ଉଦ୍ଦେଶ୍ୟରେ ଭ୍ରଷ୍ଟାଚରଣ କରିଅଛନ୍ତି, ସେମାନେ ତାହାଙ୍କର ସନ୍ତାନ ନୁହନ୍ତି, ମାତ୍ର ସନ୍ତାନମାନଙ୍କର କଳଙ୍କ; ସେମାନେ ବିପଥଗାମୀ ଓ କୁଟିଳ ବଂଶ।


(ସାବଧାନ), ନୋହିଲେ ତୁମ୍ଭେମାନେ ଆପଣାମାନଙ୍କୁ ଭ୍ରଷ୍ଟ କରି ପୁରୁଷର କି ସ୍ତ୍ରୀର ମୂର୍ତ୍ତି,


ଏହାପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଆମ୍ଭେ ଅବ୍ରହାମ ଓ ଇସ୍‌ହାକ ଓ ଯାକୁବ ନିକଟରେ ଶପଥ କରି ଯେଉଁ ଦେଶ ବିଷୟରେ କହିଥିଲୁ, ତୁମ୍ଭ ବଂଶକୁ ଏହି ଦେଶ ଦେବା, ସେହି ଦେଶକୁ ଯିବା ପାଇଁ ତୁମ୍ଭେ ଓ ମିସରରୁ ଆନୀତ ଲୋକମାନେ ଏହି ସ୍ଥାନରୁ ପ୍ରସ୍ଥାନ କର;


ସେ ସେମାନଙ୍କ ହସ୍ତରୁ ତାହା ନେଇ ଶିଳ୍ପାସ୍ତ୍ରରେ ଛାଞ୍ଚ ପ୍ରସ୍ତୁତ କରି ଏକ ଢଳା ବାଛୁରି ନିର୍ମାଣ କଲେ; ତହୁଁ ଲୋକମାନେ କହିଲେ, “ହେ ଇସ୍ରାଏଲ, ଯେଉଁ ଦେବତା ତୁମ୍ଭଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେ ଏହି।”


ଏଥିଉତ୍ତାରେ ମୋଶାଙ୍କର ପର୍ବତରୁ ଓହ୍ଲାଇବାର ବିଳମ୍ବ ଦେଖି ଲୋକମାନେ ହାରୋଣଙ୍କ ନିକଟରେ ଏକତ୍ର ହୋଇ ତାଙ୍କୁ କହିଲେ, “ଉଠ, ଆମ୍ଭମାନଙ୍କର ଅଗ୍ରଗାମୀ ହେବା ପାଇଁ ଆମ୍ଭମାନଙ୍କ ନିମନ୍ତେ ଦେବତା ନିର୍ମାଣ କର, ଯେହେତୁ ଯେଉଁ ବ୍ୟକ୍ତି ମିସର ଦେଶରୁ ଆମ୍ଭମାନଙ୍କୁ ବାହାର କରି ଆଣିଲେ, ସେହି ମୋଶାଙ୍କ ପ୍ରତି କଅଣ ଘଟିଅଛି, ତାହା ଆମ୍ଭେମାନେ ଜାଣୁ ନାହୁଁ।”


ମଧ୍ୟ ତୁମ୍ଭେମାନେ ହୋରେବରେ ସଦାପ୍ରଭୁଙ୍କୁ କ୍ରୁଦ୍ଧ କରାଇଲ, ତହିଁରେ ସଦାପ୍ରଭୁ କ୍ରୋଧ କରି ତୁମ୍ଭମାନଙ୍କୁ ବିନାଶ କରିବାକୁ ଉଦ୍ୟତ ହେଲେ।


ମାତ୍ର ସେମାନେ ମୁଖରେ ତାହାଙ୍କର ଚାଟୁବାଦ କଲେ ଓ ଜିହ୍ୱାରେ ତାହାଙ୍କ ନିକଟରେ ମିଥ୍ୟା କହିଲେ।


ଯେହେତୁ ମୋʼ ମରଣ ଉତ୍ତାରେ ତୁମ୍ଭେମାନେ ନିତାନ୍ତ ଭ୍ରଷ୍ଟ ହୋଇ ମୋହର ଆଜ୍ଞା-ପଥରୁ ବିମୁଖ ହେବ, ଏହା ମୁଁ ଜାଣେ ତୁମ୍ଭେମାନେ ଆପଣାମାନଙ୍କ ହସ୍ତକୃତ କର୍ମ ଦ୍ୱାରା ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ତାହାଙ୍କ ସାକ୍ଷାତରେ ଦୁଷ୍କର୍ମ କରିବ, ତହିଁ ସକାଶୁ ଶେଷ କାଳରେ ତୁମ୍ଭମାନଙ୍କ ପ୍ରତି ଅମଙ୍ଗଳ ଘଟିବ।”


ପୁଣି, ସେ ଆପଣା ପିତା ଉଷୀୟଙ୍କର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ; ତଥାପି ସେ ସଦାପ୍ରଭୁଙ୍କ ମନ୍ଦିରରେ ପ୍ରବେଶ କଲେ ନାହିଁ। ଆଉ, ଲୋକମାନେ ସେସମୟରେ ହେଁ ଦୁରାଚରଣ କଲେ।


ଆହା ପାପିଷ୍ଠ ଗୋଷ୍ଠୀ, ଅଧର୍ମରେ ଭାରଗ୍ରସ୍ତ ଲୋକେ, ଦୁଷ୍କର୍ମକାରୀମାନଙ୍କ ବଂଶ, ଭ୍ରଷ୍ଟାଚାରୀ ସନ୍ତାନଗଣ! ସେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିଅଛନ୍ତି, ସେମାନେ ଇସ୍ରାଏଲର ଧର୍ମସ୍ୱରୂପଙ୍କୁ ଅବଜ୍ଞା କରିଅଛନ୍ତି, ସେମାନେ ବିମୁଖ ହୋଇ ପଛକୁ ଚାଲି ଯାଇଅଛନ୍ତି।


Swiv nou:

Piblisite


Piblisite