Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 32:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଆମ୍ଭେ ସେମାନଙ୍କୁ ଯେଉଁ ପଥ ବିଷୟରେ ଆଜ୍ଞା ଦେଲୁ, ସେମାନେ ଶୀଘ୍ର ତହିଁରୁ ବିମୁଖ ହେଲେ; ସେମାନେ ଆପଣାମାନଙ୍କ ନିମନ୍ତେ ଏକ ଛାଞ୍ଚରେ ଢଳା ବାଛୁରି ନିର୍ମାଣ କରି ତାକୁ ପୂଜା କଲେ, ପୁଣି, ତାହା ନିକଟରେ ବଳିଦାନ କରି କହିଲେ, ‘ହେ ଇସ୍ରାଏଲ, ଯେଉଁ ଦେବତା ତୁମ୍ଭଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେ ଏହି।’”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଆମ୍ଭେ ସେମାନଙ୍କୁ ଯେଉଁ ପଥ ବିଷୟରେ ଆଜ୍ଞା ଦେଲୁ, ସେମାନେ ଶୀଘ୍ର ତହିଁରୁ ବିମୁଖ ହେଲେ; ସେମାନେ ଆପଣାମାନଙ୍କ ନିମନ୍ତେ ଏକ ଛାଞ୍ଚରେ ଢଳା ବାଛୁରି ନିର୍ମାଣ କରି ତାକୁ ପୂଜା କଲେ, ପୁଣି ତାହା ନିକଟରେ ବଳିଦାନ କରି କହିଲେ, ହେ ଇସ୍ରାଏଲ, ଯେଉଁ ଦେବତା ତୁମ୍ଭଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେ ଏହି।

Gade chapit la Kopi

ଓଡିଆ ବାଇବେଲ

8 ଆମ୍ଭେ ସେମାନଙ୍କୁ ଯେଉଁ ପଥ ବିଷୟରେ ଆଜ୍ଞା ଦେଲୁ, ସେମାନେ ଶୀଘ୍ର ତହିଁରୁ ବିମୁଖ ହେଲେ; ସେମାନେ ଆପଣାମାନଙ୍କ ନିମନ୍ତେ ଏକ ଛାଞ୍ଚରେ ଢଳା ବାଛୁରି ନିର୍ମାଣ କରି ତାକୁ ପୂଜା କଲେ, ପୁଣି, ତାହା ନିକଟରେ ବଳିଦାନ କରି କହିଲେ, “ହେ ଇସ୍ରାଏଲ, ଯେଉଁ ଦେବତା ତୁମ୍ଭଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେ ଏହି।”

Gade chapit la Kopi

ପବିତ୍ର ବାଇବଲ

8 ସେମାନେ ଖୁବ୍ ଶୀଘ୍ର ମୁଁ ଶିକ୍ଷା ଦେଇଥିବା ପଥରୁ ବିମୁଖ ହେଲେ। ସେମାନେ ସୁବର୍ଣ୍ଣର ଏକ ବାଛୁରି ନିର୍ମାଣ କଲେ। ସେମାନେ ସେହି ମୂର୍ତ୍ତିକୁ ଉପାସନା କରୁଛନ୍ତି ଏବଂ ତା'ର ସମ୍ମୁଖରେ ବଳିଦାନ କରୁଛନ୍ତି। ସେମାନେ କହନ୍ତି, ‘ଇସ୍ରାଏଲ, ତୁମ୍ଭକୁ ମିଶର ଦେଶରୁ ଯେଉଁ ଦେବତା ବାହାର କରି ଆଣିଲେ, ସେଗୁଡ଼ିକ ଏହି।’”

Gade chapit la Kopi




ଯାତ୍ରା ପୁସ୍ତକ 32:8
18 Referans Kwoze  

ଏହେତୁ ରାଜା ପରାମର୍ଶ କରି ସୁବର୍ଣ୍ଣର ଦୁଇ ଗୋବତ୍ସ ନିର୍ମାଣ କଲେ; ପୁଣି, ସେ ଲୋକମାନଙ୍କୁ କହିଲେ, “ଯିରୂଶାଲମକୁ ଯିବା ପାଇଁ ତୁମ୍ଭମାନଙ୍କୁ ବହୁତ କଷ୍ଟ ପଡ଼ୁଅଛି; ହେ ଇସ୍ରାଏଲ, ତୁମ୍ଭ ଦେବତାମାନଙ୍କୁ ଦେଖ, ସେମାନେ ତୁମ୍ଭକୁ ମିସର ଦେଶରୁ ବାହାର କରି ଆଣିଲେ।”


ଏହେତୁ ତୁମ୍ଭେମାନେ ଆମ୍ଭର ପ୍ରତିଯୋଗୀ, ଅନ୍ୟ ଦେବତାଗଣ ନିର୍ମାଣ କରିବ ନାହିଁ; ଆପଣାମାନଙ୍କ ନିମନ୍ତେ ରୌପ୍ୟମୟ ଦେବତା ଓ ସ୍ୱର୍ଣ୍ଣମୟ ଦେବତା ନିର୍ମାଣ କରିବ ନାହିଁ।


ତହୁଁ ମୁଁ ଅନାଇଲି, ଆଉ ଦେଖ, ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରତିକୂଳରେ ପାପ କରିଥିଲ; ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ଏକ ବାଛୁରି ନିର୍ମାଣ କରିଥିଲ, ସଦାପ୍ରଭୁ ତୁମ୍ଭମାନଙ୍କୁ ଯେଉଁ ପଥ ବିଷୟରେ ଆଜ୍ଞା ଦେଇଥିଲେ, ତୁମ୍ଭେମାନେ ଶୀଘ୍ର ତହିଁରୁ ବିମୁଖ ହୋଇଥିଲ।


ତଥାପି ସେମାନେ ଆପଣାମାନଙ୍କ ବିଚାରକର୍ତ୍ତାମାନଙ୍କ କଥା ଶୁଣିଲେ ନାହିଁ, ମାତ୍ର ଅନ୍ୟ ଦେବତାଗଣର ଅନୁଗମନ କରି ବ୍ୟଭିଚାର କଲେ ଓ ସେମାନଙ୍କୁ ପ୍ରଣାମ କଲେ; ସେମାନଙ୍କର ପିତୃଲୋକମାନେ ସଦାପ୍ରଭୁଙ୍କ ଆଜ୍ଞା ପାଳନ କରି ଯେଉଁ ପଥରେ ଗମନ କଲେ, ସେମାନେ ତଦନୁସାରେ ନ କରି ସେହି ପଥରୁ ଶୀଘ୍ର ବିମୁଖ ହେଲେ।


ଯେଉଁ ଲୋକ କେବଳ ସଦାପ୍ରଭୁଙ୍କ ବିନା କୌଣସି ଦେବତା ନିକଟରେ ବଳିଦାନ କରେ, ସେ ସମ୍ପୂର୍ଣ୍ଣ ରୂପେ ବିନଷ୍ଟ ହେବ।


ସେ ସେମାନଙ୍କ ହସ୍ତରୁ ତାହା ନେଇ ଶିଳ୍ପାସ୍ତ୍ରରେ ଛାଞ୍ଚ ପ୍ରସ୍ତୁତ କରି ଏକ ଢଳା ବାଛୁରି ନିର୍ମାଣ କଲେ; ତହୁଁ ଲୋକମାନେ କହିଲେ, “ହେ ଇସ୍ରାଏଲ, ଯେଉଁ ଦେବତା ତୁମ୍ଭଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେ ଏହି।”


କେଜାଣି ଅବା ତୁମ୍ଭେ ସେହି ଦେଶ ନିବାସୀ ଲୋକମାନଙ୍କ ସହିତ ନିୟମ କରିବ; କଲେ ଯେଉଁ ସମୟରେ ସେମାନେ ନିଜେ ଦେବଗଣର ଅନୁଗାମୀ ହୋଇ ବ୍ୟଭିଚାର କରନ୍ତି ଓ ନିଜ ଦେବଗଣ ନିକଟରେ ବଳିଦାନ କରନ୍ତି, ସେସମୟରେ କେହି ତୁମ୍ଭକୁ ଡାକିଲେ, ତୁମ୍ଭେ ତାହାର ବଳିଦ୍ରବ୍ୟ ଖାଇବ;


ତହିଁରେ ସେମାନେ ଯେଉଁ ଛାଗ ଦେବତାମାନଙ୍କ ସହିତ ବ୍ୟଭିଚାର କରୁଅଛନ୍ତି, ସେମାନଙ୍କ ଉଦ୍ଦେଶ୍ୟରେ ଆଉ ବଳିଦାନ କରିବେ ନାହିଁ। ଏହା ସେମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ।


ପୁଣି ସଦାପ୍ରଭୁ ମୋତେ କହିଲେ, “ଉଠ, ଏ ସ୍ଥାନରୁ ଶୀଘ୍ର ଓହ୍ଲାଇ ଯାଅ କାରଣ ତୁମ୍ଭେ ଯେଉଁମାନଙ୍କୁ ମିସରରୁ ବାହାର କରି ଆଣିଅଛ, ତୁମ୍ଭର ସେହି ଲୋକମାନେ ଆପଣାମାନଙ୍କୁ ଭ୍ରଷ୍ଟ କରିଅଛନ୍ତି; ଆମ୍ଭେ ସେମାନଙ୍କୁ ଯେଉଁ ପଥ ବିଷୟରେ ଆଜ୍ଞା ଦେଲୁ, ତହିଁରୁ ସେମାନେ ଶୀଘ୍ର ବିମୁଖ ହୋଇଅଛନ୍ତି; ସେମାନେ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ଏକ ପ୍ରତିମା ନିର୍ମାଣ କରିଅଛନ୍ତି।”


ଯେଉଁମାନେ ଭୂତ, ପରମେଶ୍ୱର ନୁହନ୍ତି, ଯେଉଁ ଦେବତାମାନଙ୍କୁ ସେମାନେ ଜାଣିଲେ ନାହିଁ, ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଯେଉଁମାନଙ୍କୁ ଡରିଲେ ନାହିଁ, ଏପରି ସଦ୍ୟ ଉତ୍ପନ୍ନ ନୂତନ ଦେବତାମାନଙ୍କ ଉଦ୍ଦେଶ୍ୟରେ ସେମାନେ ବଳିଦାନ କଲେ।


ମାତ୍ର ସେମାନେ ମୁଖରେ ତାହାଙ୍କର ଚାଟୁବାଦ କଲେ ଓ ଜିହ୍ୱାରେ ତାହାଙ୍କ ନିକଟରେ ମିଥ୍ୟା କହିଲେ।


ତହୁଁ ସେମାନେ ଗିଲୀୟଦ ଦେଶରେ ରୁବେନ୍‍-ସନ୍ତାନଗଣ ଓ ଗାଦ୍‍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ ନିକଟକୁ ଆସି ସେମାନଙ୍କୁ କହିଲେ,


ପୁଣି ଗିଦିୟୋନ୍‍ ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କ ନିକଟରେ ଏହି ନିବେଦନ କରୁଅଛି ଯେ, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଲୁଟିତ ନଥ ଆମ୍ଭକୁ ଦିଅ।” କାରଣ ସେମାନେ ଇଶ୍ମାୟେଲୀୟ ଲୋକ ଥିବାରୁ ସେମାନଙ୍କର ସୁବର୍ଣ୍ଣ ନଥ ଥିଲା।


ହଁ, ଏପରିକି ସେମାନେ ଛାଞ୍ଚରେ ଢଳା ଏକ ଗୋବତ୍ସ ନିର୍ମାଣ କରି କହିଲେ, ‘ଯେଉଁ ଦେବତା ତୁମ୍ଭକୁ ମିସର ଦେଶରୁ ବାହାର କରି ଆଣିଲେ, ସେ ଏହି,’ ଏହା କହି ପ୍ରଭୁଙ୍କୁ ମହା ଅପମାନ କଲେ;


ସେମାନେ ହୋରେବରେ ଗୋଟିଏ ଗୋବତ୍ସ ନିର୍ମାଣ କଲେ ଓ ଛାଞ୍ଚରେ ଢଳା ପ୍ରତିମାକୁ ପ୍ରଣାମ କଲେ।


ସେମାନେ ତୋଡ଼ାରୁ ସୁନା ଢାଳନ୍ତି ଓ ନିକ୍ତିରେ ରୂପା ତୌଲନ୍ତି, ସେମାନେ ସୁନାରୀକୁ ମୂଲ ଲଗାନ୍ତି ଓ ସେ ଗୋଟିଏ ଦେବତା ନିର୍ମାଣ କରେ; ସେମାନେ ଦଣ୍ଡବତ କରି ପୂଜା କରନ୍ତି।


ମିସର ଦେଶରୁ ସେମାନଙ୍କର ପୂର୍ବପୁରୁଷଗଣକୁ ବାହାର କରି ଆଣିବା ନିମନ୍ତେ ଆମ୍ଭେ ସେମାନଙ୍କର ହସ୍ତ ଧରିବା ଦିନ ସେମାନଙ୍କ ସହିତ ଆମ୍ଭର କୃତ ନିୟମାନୁସାରେ ନୁହେଁ, ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କ ସ୍ୱାମୀ ହେଲେ ହେଁ ସେମାନେ ଆମ୍ଭର ସେହି ନିୟମ ଲଙ୍ଘନ କଲେ।


Swiv nou:

Piblisite


Piblisite