Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 33:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 କାରଣ ମୁଁ ଓ ତୁମ୍ଭର ଏହି ଲୋକମାନେ ଯେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇଅଛୁ, ଏହା ଏବେ କିପରି ଜଣାଯିବ? ଯେପରି ମୁଁ ଓ ତୁମ୍ଭର ଲୋକମାନେ ପୃଥିବୀସ୍ଥ ସମସ୍ତ ଲୋକଠାରୁ ବିଶେଷ ଲୋକ ହେବା, ଆମ୍ଭମାନଙ୍କ ସହିତ ତୁମ୍ଭର ଗମନ ଦ୍ୱାରା କି ଏହା ଜଣାଯାଏ ନାହିଁ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 କାରଣ ମୁଁ ଓ ତୁମ୍ଭର ଏହି ଲୋକମାନେ ଯେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହପାତ୍ର ହୋଇଅଛୁ , ଏହା ଏବେ କାହିଁରେ ଜଣାଯିବ? ଯେପରି ମୁଁ ଓ ତୁମ୍ଭର ଲୋକମାନେ ପୃଥିବୀସ୍ଥ ସମସ୍ତ ଲୋକଠାରୁ ବିଶେଷ ଲୋକ ହେବା, ଆମ୍ଭମାନଙ୍କ ସହିତ ତୁମ୍ଭର ଗମନ ଦ୍ଵାରା କି ଏହା ଜଣାଯାଏ ନାହିଁ।

Gade chapit la Kopi

ଓଡିଆ ବାଇବେଲ

16 କାରଣ ମୁଁ ଓ ତୁମ୍ଭର ଏହି ଲୋକମାନେ ଯେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇଅଛୁ, ଏହା ଏବେ କିପରି ଜଣାଯିବ ? ଯେପରି ମୁଁ ଓ ତୁମ୍ଭର ଲୋକମାନେ ପୃଥିବୀସ୍ଥ ସମସ୍ତ ଲୋକଠାରୁ ବିଶେଷ ଲୋକ ହେବା, ଆମ୍ଭମାନଙ୍କ ସହିତ ତୁମ୍ଭର ଗମନ ଦ୍ୱାରା କି ଏହା ଜଣାଯାଏ ନାହିଁ।

Gade chapit la Kopi

ପବିତ୍ର ବାଇବଲ

16 କାରଣ ମୁଁ ଓ ତୁମ୍ଭର ସମସ୍ତ ଲୋକମାନେ ଯେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହର ପାତ୍ର ହୋଇଅଛୁ ଏହା ଆମ୍ଭେ କିପରି ଜାଣିବା? ଯଦି ତୁମ୍ଭେ ଆମ୍ଭ ସହିତ ଯାଅ, ଆମ୍ଭେମାନେ ନିଶ୍ଚିତ ଭାବରେ ଜାଣିବୁ। ଯେମନ୍ତ ଆମ୍ଭେ ତୁମ୍ଭର ଲୋକମାନେ ପୃଥିବୀସ୍ଥ ସମସ୍ତ ଲୋକମାନଙ୍କଠାରୁ ବିଶେଷ ଲୋକ ହେବା। ଯଦି ତୁମ୍ଭେ ଆମ୍ଭମାନଙ୍କ ସହିତ ନ ଯାଅ, ତେବେ ପୃଥିବୀର ଅନ୍ୟ ଲୋକମାନଙ୍କଠାରୁ ଆମ୍ଭେମାନେ ଭିନ୍ନ ନୋହୁଁ।”

Gade chapit la Kopi




ଯାତ୍ରା ପୁସ୍ତକ 33:16
15 Referans Kwoze  

ଯେହେତୁ ଆମ୍ଭେମାନେ ଯେକୌଣସି ସମୟରେ ପ୍ରାର୍ଥନା କରୁ, ସେସମୟରେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯେପରି ଆମ୍ଭମାନଙ୍କର ନିକଟବର୍ତ୍ତୀ ହୁଅନ୍ତି, ସେପରି ଆଉ କେଉଁ ମହାଗୋଷ୍ଠୀର ପରମେଶ୍ୱର ସେମାନଙ୍କର ନିକଟବର୍ତ୍ତୀ ହୁଅନ୍ତି?


ପୁଣି, ସେମାନେ ଏ ଦେଶ ନିବାସୀମାନଙ୍କୁ ତାହା କହିବେ; ସେମାନେ ଶୁଣିଅଛନ୍ତି ଯେ, ତୁମ୍ଭେ ସଦାପ୍ରଭୁ ଏହି ଲୋକମାନଙ୍କ ମଧ୍ୟବର୍ତ୍ତୀ ଅଟ; କାରଣ ତୁମ୍ଭେ ସଦାପ୍ରଭୁ ପ୍ରତ୍ୟକ୍ଷ ଦର୍ଶନ ଦେଉଅଛ ଓ ତୁମ୍ଭ ମେଘ ସେମାନଙ୍କ ଉପରେ ସ୍ଥିତି କରୁଅଛି ଓ ତୁମ୍ଭେ ଦିନ ସମୟରେ ମେଘ ସ୍ତମ୍ଭରେ ଓ ରାତ୍ରି ସମୟରେ ଅଗ୍ନିସ୍ତମ୍ଭରେ ସେମାନଙ୍କ ଆଗେ ଆଗେ ଗମନ କରୁଅଛ।


କାରଣ, ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ମିସରରୁ ବାହାର କରି ଆଣିବା ସମୟରେ ଆପଣା ଦାସ ମୋଶାଙ୍କ ହସ୍ତରେ ଯେପରି କହିଥିଲ, ତଦନୁସାରେ ତୁମ୍ଭେ ସେମାନଙ୍କୁ ଆପଣା ଅଧିକାର ଦେବା ପାଇଁ ପୃଥିବୀସ୍ଥ ସମସ୍ତ ଗୋଷ୍ଠୀ ମଧ୍ୟରୁ ପୃଥକ କରିଅଛ।”


“ଦେଖ, ଜଣେ କନ୍ୟା ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବେ, ଆଉ ଲୋକେ ତାହାଙ୍କ ନାମ ଇମ୍ମାନୁଏଲ ଦେବେ,” ଏହି ନାମର ଅର୍ଥ “ଆମ୍ଭମାନଙ୍କ ସହିତ ଈଶ୍ବର।”


ତେବେ ସେ କହିଲେ, “ଦେଖ, ମୁଁ ଗୋଟିଏ ନିୟମ କରିବି; ସମସ୍ତ ପୃଥିବୀରେ ଅବା କୌଣସି ଗୋଷ୍ଠୀ ମଧ୍ୟରେ ଯାହା କେବେ କରାଯାଇ ନାହିଁ, ଏପରି ଆଶ୍ଚର୍ଯ୍ୟକର୍ମ ଆମ୍ଭେ ତୁମ୍ଭର ସମସ୍ତ ଲୋକଙ୍କ ସାକ୍ଷାତରେ କରିବା; ତହିଁରେ ଯେଉଁସବୁ ଲୋକଙ୍କ ମଧ୍ୟରେ ତୁମ୍ଭେ ଅଛ, ସେମାନେ ସଦାପ୍ରଭୁଙ୍କର ସେହି କର୍ମ ଦେଖିବେ, କାରଣ ଆମ୍ଭେ ତୁମ୍ଭ ନିକଟରେ ଯାହା କରିବା, ତାହା ଭୟଙ୍କର ଅଟେ।


ଏଣୁ ପ୍ରଭୁ ଏହା କହନ୍ତି, “ତୁମ୍ଭେମାନେ ସେମାନଙ୍କ ମଧ୍ୟରୁ ବାହାରି ଆସ, ଆଉ ପୃଥକ ହୁଅ, ଆଉ, ଅଶୁଚି ପଦାର୍ଥ ସ୍ପର୍ଶ କର ନାହିଁ; ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଗ୍ରହଣ କରିବା”


ତୁମ୍ଭ ଲୋକ ଇସ୍ରାଏଲ ତୁଲ୍ୟ ପୃଥିବୀରେ ଆଉ କେଉଁ ଗୋଷ୍ଠୀ ଅଛି? ସେମାନଙ୍କୁ ଆପଣା ଉଦ୍ଦେଶ୍ୟରେ ଏକ ଲୋକ ରୂପେ ମୁକ୍ତ କରିବାକୁ, ଓ ଆପଣା ନାମ କରିବାକୁ ପୁଣି ମିସରରୁ, ନାନା ଗୋଷ୍ଠୀ ଓ ସେମାନଙ୍କ ଦେବଗଣଠାରୁ ତୁମ୍ଭ ଉଦ୍ଦେଶ୍ୟରେ ମୁକ୍ତ ତୁମ୍ଭର ସେହି ଲୋକମାନଙ୍କ ସମ୍ମୁଖରେ ସେମାନଙ୍କ ପାଇଁ ମହତ୍ କର୍ମ ଓ ତୁମ୍ଭ ଦେଶ ପାଇଁ ଭୟାନକ କର୍ମ କରିବାକୁ ପରମେଶ୍ୱର ଆଗମନ କରିଥିଲେ।


ପୁଣି, ପୃଥିବୀ ମଧ୍ୟରେ କେବଳ ଆମ୍ଭେ ସଦାପ୍ରଭୁ ଅଟୁ, ଏହା ତୁମ୍ଭକୁ ଜଣାଇବା ନିମନ୍ତେ ସେହି ଦିନ ଆମ୍ଭ ଲୋକମାନଙ୍କ ନିବାସ ସ୍ଥାନ ଗୋଶନ ପ୍ରଦେଶ ଭିନ୍ନ କରିବା; ସେଠାରେ ଦଂଶକାଦିର ଝିଙ୍କ ହେବ ନାହିଁ।


ସେ କୌଣସି ଗୋଷ୍ଠୀ ପ୍ରତି ଏପରି ବ୍ୟବହାର କରି ନାହାନ୍ତି; ତାହାଙ୍କ ଶାସନ ବିଷୟ କହିବାକୁ ଗଲେ, ସେମାନେ ତାହା ଜାଣି ନାହାନ୍ତି। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।


କିଅବା ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ମିସରରେ ତୁମ୍ଭମାନଙ୍କ ସାକ୍ଷାତରେ ଯେଉଁ ସକଳ କର୍ମ କରିଅଛନ୍ତି, କି ତଦନୁସାରେ ପରୀକ୍ଷାସିଦ୍ଧ ପ୍ରମାଣ ଦ୍ୱାରା, ଚିହ୍ନ ଦ୍ୱାରା, ଆଶ୍ଚର୍ଯ୍ୟକର୍ମ ଦ୍ୱାରା, ଯୁଦ୍ଧ ଦ୍ୱାରା, ପରାକ୍ରାନ୍ତ ହସ୍ତ ଦ୍ୱାରା, ବିସ୍ତାରିତ ବାହୁ ଦ୍ୱାରା ଓ ଭୟଙ୍କର ମହାକର୍ମ ଦ୍ୱାରା ଅନ୍ୟ ଦେଶୀୟ ଲୋକଙ୍କ ମଧ୍ୟରୁ ଆପଣା ନିମନ୍ତେ ଏକ ଗୋଷ୍ଠୀ ଗ୍ରହଣ କରିବାକୁ ଆସି ଉପକ୍ରମ କରିଅଛନ୍ତି।


କାରଣ ଶୈଳମାଳାର ଶିଖରରୁ ମୁଁ ତାହାକୁ ଦେଖୁଅଛି ଓ ଗିରିଶ୍ରେଣୀରୁ ମୁଁ ତାହାକୁ ଦର୍ଶନ କରୁଅଛି। ଦେଖ, ଏହି ଲୋକମାନେ ଅଲଗା ବାସ କରନ୍ତି, ସେମାନେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଗଣିତ ହେବେ ନାହିଁ।


ମାତ୍ର ଆମ୍ଭେ ତୁମ୍ଭମାନଙ୍କୁ କହିଅଛୁ, ତୁମ୍ଭେମାନେ ସେମାନଙ୍କ ଦେଶ ଅଧିକାର କରିବ; ଆଉ, ଆମ୍ଭେ ଅଧିକାର ନିମନ୍ତେ ତୁମ୍ଭମାନଙ୍କୁ ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ଦେବା; ଯେ ଅନ୍ୟ ଲୋକଙ୍କଠାରୁ ତୁମ୍ଭମାନଙ୍କୁ ପୃଥକ କରିଅଛନ୍ତି, ଆମ୍ଭେ ସେହି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।


ପୁଣି, ତୁମ୍ଭେମାନେ ଆମ୍ଭ ଉଦ୍ଦେଶ୍ୟରେ ପବିତ୍ର ହେବ; କାରଣ ଆମ୍ଭେ ସଦାପ୍ରଭୁ ପବିତ୍ର ଅଟୁ। ଆଉ, ତୁମ୍ଭେମାନେ ଯେପରି ଆମ୍ଭର ହେବ, ଏଥିପାଇଁ ଆମ୍ଭେ ଅନ୍ୟ ଲୋକଙ୍କଠାରୁ ତୁମ୍ଭମାନଙ୍କୁ ପୃଥକ କରିଅଛୁ।


“ପ୍ରଭୋ, ମୁଁ ଯଦି ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ତେବେ ବିନୟ କରୁଅଛି, ପ୍ରଭୁ ଆମ୍ଭମାନଙ୍କ ମଧ୍ୟବର୍ତ୍ତୀ ହୋଇ ଗମନ କରନ୍ତୁ; କାରଣ ଏମାନେ ଶକ୍ତଗ୍ରୀବ ଲୋକ, ଆଉ ଆମ୍ଭମାନଙ୍କ ଅପରାଧ ଓ ପାପ ମୋଚନ କରି ଆପଣା ଅଧିକାରାର୍ଥେ ଆମ୍ଭମାନଙ୍କୁ ଗ୍ରହଣ କରନ୍ତୁ।”


Swiv nou:

Piblisite


Piblisite