Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 33:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଏହି ଯେଉଁ କଥା ତୁମ୍ଭେ କହିଅଛ, ତାହା ହିଁ ଆମ୍ଭେ କରିବା, କାରଣ ତୁମ୍ଭେ ମୋʼ ଦୃଷ୍ଟିରେ ଅନୁଗ୍ରହ ପାଇଅଛ, ପୁଣି, ଆମ୍ଭେ ତୁମ୍ଭକୁ ନାମ ଦ୍ୱାରା ଜାଣିଅଛୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ଏହି ଯେଉଁ କଥା ତୁମ୍ଭେ କହିଲ, ତାହା ହିଁ ଆମ୍ଭେ କରିବା, କାରଣ ତୁମ୍ଭେ ଆମ୍ଭ ଦୃଷ୍ଟିରେ ଅନୁଗ୍ରହପାତ୍ର, ପୁଣି ଆମ୍ଭେ ନାମ ଦ୍ଵାରା ତୁମ୍ଭକୁ ଜାଣୁ।

Gade chapit la Kopi

ଓଡିଆ ବାଇବେଲ

17 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଏହି ଯେଉଁ କଥା ତୁମ୍ଭେ କହିଅଛ, ତାହା ହିଁ ଆମ୍ଭେ କରିବା, କାରଣ ତୁମ୍ଭେ ମୋ’ ଦୃଷ୍ଟିରେ ଅନୁଗ୍ରହ ପାଇଅଛ, ପୁଣି, ଆମ୍ଭେ ତୁମ୍ଭକୁ ନାମ ଦ୍ୱାରା ଜାଣିଅଛୁ।”

Gade chapit la Kopi

ପବିତ୍ର ବାଇବଲ

17 ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭର କଥା ଅନୁଯାୟୀ ମୁଁ କରିବି କାରଣ ମୁଁ ତୁମ୍ଭ ପ୍ରତି ପ୍ରୀତ ଓ ତୁମ୍ଭକୁ ମୁଁ ତୁମ୍ଭର ନାମଦ୍ୱାରା ଜାଣିଅଛି।”

Gade chapit la Kopi




ଯାତ୍ରା ପୁସ୍ତକ 33:17
11 Referans Kwoze  

ପୁଣି, ଏହା ଘଟିବ ଯେ, ସେମାନେ ଡାକିବା ପୂର୍ବେ ଆମ୍ଭେ ଉତ୍ତର ଦେବା ଓ ସେମାନେ କଥା କହୁ କହୁ ଆମ୍ଭେ ଶୁଣିବା।


ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କୁ କହିଲେ, “ଦେଖ, ତୁମ୍ଭେ ଏହି ଲୋକମାନଙ୍କୁ ଘେନିଯିବା ନିମନ୍ତେ ମୋତେ କହୁଅଛ; ମାତ୍ର ତୁମ୍ଭେ ମୋʼ ସଙ୍ଗରେ କାହାକୁ ପଠାଇବ, ଏହା ତୁମ୍ଭେ ମୋତେ ଜଣାଇ ନାହଁ। ତଥାପି ତୁମ୍ଭେ କହିଅଛ, ଆମ୍ଭେ ନାମ ଦ୍ୱାରା ତୁମ୍ଭକୁ ଜାଣୁ ଓ ତୁମ୍ଭେ ଆମ୍ଭ ଦୃଷ୍ଟିରେ ଅନୁଗ୍ରହପାତ୍ର ହୋଇଅଛ।


ତହୁଁ ସେ କହିଲେ, “ଭଲ, ଆମ୍ଭେ ଏ ବିଷୟରେ ତୁମ୍ଭ ପ୍ରତି ଅନୁଗ୍ରହ କରି, ସେହି ଯେଉଁ ନଗରର କଥା ତୁମ୍ଭେ କହିଲ, ତାହା ଉତ୍ପାଟନ କରିବା ନାହିଁ।


ଅତଏବ, ପରସ୍ପର ନିକଟରେ ଆପଣା ଆପଣାର ପାପ ସ୍ୱୀକାର କର, ପୁଣି, ସୁସ୍ଥ ହେବା ନିମନ୍ତେ ପରସ୍ପର ପାଇଁ ପ୍ରାର୍ଥନା କର। ଧାର୍ମିକ ବ୍ୟକ୍ତିର ପ୍ରାର୍ଥନା ଅନେକ କାର୍ଯ୍ୟ ସାଧନ କରିପାରେ।


ସେ ଦିନ ତୁମ୍ଭେମାନେ ମୋତେ କିଛି ପଚାରିବ ନାହିଁ। ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯଦି ତୁମ୍ଭେମାନେ ପିତାଙ୍କୁ କିଛି ମାଗିବ, ତେବେ ମୋʼ ନାମରେ ସେ ତୁମ୍ଭମାନଙ୍କୁ ତାହା ଦେବେ।


ମାତ୍ର, ନୋହ ସଦାପ୍ରଭୁଙ୍କ ଦୃଷ୍ଟିରେ ଅନୁଗ୍ରହପ୍ରାପ୍ତ ହେଲେ।


ଏବେ ଏହି ଦାସ ପ୍ରତି ଅନୁଗ୍ରହ ଓ ମହାଦୟା କରି ପ୍ରାଣରକ୍ଷା କଲେ; ମୁଁ ପର୍ବତକୁ ପଳାଇ ଯାଇ ନ ପାରେ; କେଜାଣି ବିପଦ ଘଟିଲେ ମରିଯିବି।


ଅବ୍ରହାମ କହିଲେ, “ପ୍ରଭୁ ବିରକ୍ତ ନୋହିଲେ ଆଉ ଥରେ ମାତ୍ର କହିବି; ହୋଇପାରେ, ସେଠାରେ ଦଶ ଜଣ ମିଳିବେ।” ସଦାପ୍ରଭୁ କହିଲେ, “ସେହି ଦଶ ଜଣ ସକାଶୁ ଆମ୍ଭେ ତାହା ବିନଷ୍ଟ କରିବା ନାହିଁ।”


ପୁଣି, ଆମ୍ଭେ ଅନ୍ଧକାରାବୃତ ଧନଭଣ୍ଡାର ଓ ଗୁପ୍ତ ସ୍ଥାନରେ ସଞ୍ଚିତ ସମ୍ପତ୍ତିସବୁ ତୁମ୍ଭକୁ ଦେବା, ତହିଁରେ ତୁମ୍ଭର ନାମ ଧରି ଆହ୍ୱାନକାରୀ ଆମ୍ଭେ ଯେ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର ଅଟୁ, ଏହା ତୁମ୍ଭେ ଜାଣି ପାରିବ।


କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ବିନାଶ କରିବା ପାଇଁ ତୁମ୍ଭମାନଙ୍କ ବିରୁଦ୍ଧରେ ଯେଉଁ କ୍ରୋଧ କଲେ, ସେହି କୋପ ଓ ପ୍ରଚଣ୍ଡତା ଆଗରେ ମୁଁ ଭୀତ ହେଲି। ମାତ୍ର ସଦାପ୍ରଭୁ ସେହି ଥର ମଧ୍ୟ ମୋʼ ପ୍ରତି କର୍ଣ୍ଣପାତ କଲେ।


Swiv nou:

Piblisite


Piblisite