Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 33:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ସେ ଉତ୍ତର କଲେ, “ଆମ୍ଭେ ତୁମ୍ଭ ସମ୍ମୁଖ ଦେଇ ଆପଣାର ସମସ୍ତ ଉତ୍ତମତା ଗମନ କରାଇବା, ତୁମ୍ଭ ସମ୍ମୁଖରେ ସଦାପ୍ରଭୁଙ୍କର ନାମ ଘୋଷଣା କରିବା; ଆମ୍ଭେ ଯାହାକୁ ଅନୁଗ୍ରହ କରୁ, ତାହାକୁ ଅନୁଗ୍ରହ କରିବା ଓ ଯାହାକୁ ଦୟା କରୁ, ତାହାକୁ ଦୟା କରିବା।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ସେ ଉତ୍ତର କଲେ, ଆମ୍ଭେ ତୁମ୍ଭ ସମ୍ମୁଖ ଦେଇ ଆପଣାର ସମସ୍ତ ଉତ୍ତମତା ଗମନ କରାଇବା, ତୁମ୍ଭ ସମ୍ମୁଖରେ ସଦାପ୍ରଭୁଙ୍କର ନାମ ଘୋଷଣା କରିବା; ଆମ୍ଭେ ଯାହାକୁ ଅନୁଗ୍ରହ କରୁ, ତାହାକୁ ଅନୁଗ୍ରହ କରିବା ଓ ଯାହାକୁ ଦୟା କରୁ, ତାହାକୁ ଦୟା କରିବା।

Gade chapit la Kopi

ଓଡିଆ ବାଇବେଲ

19 ସେ ଉତ୍ତର କଲେ, “ଆମ୍ଭେ ତୁମ୍ଭ ସମ୍ମୁଖ ଦେଇ ଆପଣାର ସମସ୍ତ ଉତ୍ତମତା ଗମନ କରାଇବା, ତୁମ୍ଭ ସମ୍ମୁଖରେ ସଦାପ୍ରଭୁଙ୍କର ନାମ ଘୋଷଣା କରିବା; ଆମ୍ଭେ ଯାହାକୁ ଅନୁଗ୍ରହ କରୁ, ତାହାକୁ ଅନୁଗ୍ରହ କରିବା ଓ ଯାହାକୁ ଦୟା କରୁ, ତାହାକୁ ଦୟା କରିବା।”

Gade chapit la Kopi

ପବିତ୍ର ବାଇବଲ

19 ଏହା ପରେ ସଦାପ୍ରଭୁ ଉତ୍ତର ଦେଲେ, “ମୁଁ ତୁମ୍ଭ ସମ୍ମୁଖରେ ଆପଣାର ସମସ୍ତ ଉତ୍ତମତା ଗମନ କରାଇବି, ତୁମ୍ଭ ସମ୍ମୁଖରେ ସଦାପ୍ରଭୁଙ୍କର ନାମ ଘୋଷଣା କରାଇବି। ମୁଁ ଯାହାକୁ ଅନୁଗ୍ରହ କରେ ତାହାକୁ ଅନୁଗ୍ରହ କରିବି ଓ ଯାହାକୁ ଦୟାକରେ ତାହାକୁ ଦୟା କରିବି।

Gade chapit la Kopi




ଯାତ୍ରା ପୁସ୍ତକ 33:19
16 Referans Kwoze  

ଆଉ, ଆମ୍ଭେ ପୁଷ୍ଟିକର ଦ୍ରବ୍ୟରେ ଯାଜକମାନଙ୍କର ପ୍ରାଣ ପରିତୃପ୍ତ କରିବା ଓ ଆମ୍ଭର ଲୋକମାନେ ଆମ୍ଭର ଉତ୍ତମତାରେ ପରିତୃପ୍ତ ହେବେ,” ଏହା ସଦାପ୍ରଭୁ କହନ୍ତି।


ପୁଣି, ସେମାନେ ଆସି ସିୟୋନର ଶୃଙ୍ଗରେ ଗାନ କରିବେ ଓ ସ୍ରୋତ ତୁଲ୍ୟ ସଦାପ୍ରଭୁଙ୍କ ଉତ୍ତମତାର ନିକଟକୁ, ଶସ୍ୟ ଓ ଦ୍ରାକ୍ଷାରସ, ତୈଳ ଓ ପଲର ମେଷବତ୍ସ ଓ ଗୋପଲର ଗୋବତ୍ସ ନିକଟକୁ ବହି ଆସିବେ ଓ ସେମାନଙ୍କର ପ୍ରାଣ ସୁସିକ୍ତ ଉଦ୍ୟାନ ତୁଲ୍ୟ ହେବ; ପୁଣି, ସେମାନେ ଆଉ କିଛି ଶୋକ କରିବେ ନାହିଁ।


ଏହେତୁ ପ୍ରଭୁ ଆପେ ତୁମ୍ଭମାନଙ୍କୁ ଏକ ଚିହ୍ନ ଦେବେ; ଦେଖ, ଏକ କନ୍ୟା ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କରିବ ଓ ତାହାର ନାମ ଇମ୍ମାନୁୟେଲ (ଆମ୍ଭମାନଙ୍କ ସହିତ ପରମେଶ୍ୱର) ରଖିବ।


ଯେହେତୁ ତାଙ୍କ ମଙ୍ଗଳଭାବ କିପରି ମହତ ଓ ତାଙ୍କର ସୌନ୍ଦର୍ଯ୍ୟ କିପରି ମହତ! ଶସ୍ୟ ଯୁବାଗଣକୁ ଓ ନୂତନ ଦ୍ରାକ୍ଷାରସ ଯୁବତୀଗଣକୁ ବର୍ଦ୍ଧିଷ୍ଣୁ କରିବ।


କିମ୍ବା ଈଶ୍ବରଙ୍କ କୃପା ଯେ ତୁମ୍ଭକୁ ମନ-ପରିବର୍ତ୍ତନ ଆଡ଼କୁ ଘେନିଯିବାକୁ ଚେଷ୍ଟା କରେ, ଏହା ନ ଜାଣି ତୁମ୍ଭେ କି ତାହାଙ୍କର ଉତ୍ତମତା, ଧୈର୍ଯ୍ୟ ଓ ଚିରସହିଷ୍ଣୁତାରୂପ ଧନସବୁ ତୁଚ୍ଛ କରୁଅଛ?


ପୁଣି, ସେହି ଦିନରେ ତୁମ୍ଭେମାନେ କହିବ, “ସଦାପ୍ରଭୁଙ୍କର ଧନ୍ୟବାଦ କର, ତାହାଙ୍କ ନାମରେ ପ୍ରାର୍ଥନା କର, ଗୋଷ୍ଠୀୟମାନଙ୍କ ମଧ୍ୟରେ ତାହାଙ୍କର କ୍ରିୟାସକଳ ପ୍ରଚାର କର, ତାହାଙ୍କର ନାମ ଉନ୍ନତ ବୋଲି ବ୍ୟକ୍ତ କର।


କାରଣ ଆମ୍ଭମାନଙ୍କ ନିମନ୍ତେ ଏକ ବାଳକ ଜନ୍ମିଅଛନ୍ତି, ଆମ୍ଭମାନଙ୍କୁ ଏକ ପୁତ୍ର ଦତ୍ତ ହୋଇଅଛନ୍ତି ଓ ତାହାଙ୍କ ସ୍କନ୍ଧରେ କର୍ତ୍ତୃତ୍ୱଭାର ଥୁଆଯିବ; ପୁଣି, ତାହାଙ୍କର ନାମ ଆଶ୍ଚର୍ଯ୍ୟ, ମନ୍ତ୍ରୀ, ପରାକ୍ରାନ୍ତ ପରମେଶ୍ୱର, ଅନନ୍ତକାଳୀନ ପିତା, ଶାନ୍ତିରାଜା ହେବ।


ତହିଁରେ ସେମାନେ ପ୍ରାଚୀର-ବେଷ୍ଟିତ ନଗରସକଳ ଓ ଉର୍ବରା ଭୂମି ନେଲେ, ସର୍ବପ୍ରକାର ଉତ୍ତମ ଦ୍ରବ୍ୟରେ ପରିପୂର୍ଣ୍ଣ ଗୃହ, ଖୋଦିତ କୂପ, ଦ୍ରାକ୍ଷାକ୍ଷେତ୍ର ଓ ଜୀତକ୍ଷେତ୍ର ଓ ପ୍ରଚୁର ଫଳବୃକ୍ଷ ଅଧିକାର କଲେ; ତହୁଁ ସେମାନେ ଭୋଜନ କରି ତୃପ୍ତ ଓ ପୁଷ୍ଟ ହେଲେ ଓ ତୁମ୍ଭର ମହାମଙ୍ଗଳଦାନରେ ଆନନ୍ଦ କଲେ।


ଆଉ, ଯଦି ଗୌରବ ନିମନ୍ତେ ତାହାଙ୍କ ଦ୍ୱାରା ପୂର୍ବରୁ ପ୍ରସ୍ତୁତ ହୋଇଥିବା ଦୟାର ପାତ୍ର ଯେ ଆମ୍ଭେମାନେ, ଆମ୍ଭମାନଙ୍କ ନିକଟରେ ଆପଣା ଗୌରବରୂପ ଧନ ପ୍ରକାଶ କରିବା ନିମନ୍ତେ ତାହା କରିଅଛନ୍ତି; ତାହାହେଲେ ତୁମ୍ଭେ କଅଣ କହିବ?


ତୁମ୍ଭେ ଯାହାକୁ ତୁମ୍ଭ ପ୍ରାଙ୍ଗଣରେ ବାସ କରିବା ପାଇଁ ମନୋନୀତ କର ଓ ଆପଣା ନିକଟକୁ ଆସିବାକୁ ଦିଅ, ସେ ଲୋକ ଧନ୍ୟ; ଆମ୍ଭେମାନେ ତୁମ୍ଭ ଗୃହର, ଅର୍ଥାତ୍‍, ତୁମ୍ଭ ମନ୍ଦିରର ପବିତ୍ର ସ୍ଥାନର ଉତ୍ତମ ଦ୍ରବ୍ୟରେ ପରିତୃପ୍ତ ହେବା।


ତାହାର ପ୍ରାଣ କୁଶଳରେ ବାସ କରିବ ଓ ତାହାର ବଂଶ ଦେଶ ଅଧିକାର କରିବେ।


କାରଣ ମୁଁ ସଦାପ୍ରଭୁଙ୍କ ନାମ ପ୍ରଚାର କରିବି; ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରତି ମହିମା ଆରୋପ କର।


Swiv nou:

Piblisite


Piblisite