Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 33:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଆମ୍ଭେ ତୁମ୍ଭ ଆଗେ ଆଗେ ଏକ ଦୂତ ପଠାଇବା; ପୁଣି, ଆମ୍ଭେ କିଣାନୀୟ, ଇମୋରୀୟ, ହିତ୍ତୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କୁ ତଡ଼ିଦେବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଆମ୍ଭେ ତୁମ୍ଭ ଆଗେ ଆଗେ ଏକ ଦୂତ ପଠାଇବା; ପୁଣି ଆମ୍ଭେ କିଣାନୀୟ ଓ ଇମୋରୀୟ ଓ ହିତ୍ତୀୟ ଓ ପିରିଷୀୟ ଓ ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କୁ ତଡ଼ିଦେବା।

Gade chapit la Kopi

ଓଡିଆ ବାଇବେଲ

2 ଆମ୍ଭେ ତୁମ୍ଭ ଆଗେ ଆଗେ ଏକ ଦୂତ ପଠାଇବା; ପୁଣି, ଆମ୍ଭେ କିଣାନୀୟ, ଇମୋରୀୟ, ହିତ୍ତୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କୁ ତଡ଼ି ଦେବା।

Gade chapit la Kopi

ପବିତ୍ର ବାଇବଲ

2 ତେଣୁ ମୁଁ ତୁମ୍ଭ ଆଗେ ଆଗେ ଏକ ସ୍ୱର୍ଗଦୂତ ପଠାଇବି ପୁଣି ମୁଁ କିଣାନୀୟ ଓ ଇମୋରୀୟ, ହିତ୍ତୀୟ, ପିରିଷୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କୁ ତଡ଼ି ଦେବି।

Gade chapit la Kopi




ଯାତ୍ରା ପୁସ୍ତକ 33:2
16 Referans Kwoze  

ଏଉତ୍ତାରେ ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇ ଯିରୀହୋରେ ଉପସ୍ଥିତ ହେଲ; ତହିଁରେ ଯିରୀହୋ ନିବାସୀମାନେ, ପୁଣି ଇମୋରୀୟ ଓ ପରିଷୀୟ ଓ କିଣାନୀୟ ଓ ହିତ୍ତୀୟ ଓ ଗିର୍ଗାଶୀୟ ଓ ହିବ୍ବୀୟ ଓ ଯିବୂଷୀୟମାନେ ତୁମ୍ଭମାନଙ୍କ ପ୍ରତିକୂଳରେ ଯୁଦ୍ଧ କରନ୍ତେ, ଆମ୍ଭେ ତୁମ୍ଭମାନଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ କଲୁ,


ଏବେ ଯାଅ, ଆମ୍ଭେ ଯେଉଁ ଦେଶ ବିଷୟରେ ତୁମ୍ଭକୁ କହିଅଛୁ, ସେହି ଦେଶକୁ ଲୋକମାନଙ୍କୁ ନେଇଯାଅ; ଦେଖ, ଆମ୍ଭ ଦୂତ ତୁମ୍ଭ ଆଗେ ଆଗେ ଗମନ କରିବେ; ମାତ୍ର ଆମ୍ଭେ ପ୍ରତିଫଳ ଦେବା ଦିନରେ ସେମାନଙ୍କ ପାପର ପ୍ରତିଫଳ ସେମାନଙ୍କୁ ଦେବା।”


ଦେଖ, ଆମ୍ଭେ ତୁମ୍ଭକୁ ପଥରେ ରକ୍ଷା କରିବା ପାଇଁ ଓ ତୁମ୍ଭକୁ ଆମ୍ଭର ପ୍ରସ୍ତୁତ ସ୍ଥାନକୁ ଆଣିବା ପାଇଁ ତୁମ୍ଭ ଆଗେ ଆଗେ ଏକ ଦୂତ ପ୍ରେରଣ କରୁଅଛୁ।


ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରୁ ସେହି ଗୋଷ୍ଠୀୟ ଲୋକମାନଙ୍କୁ ଅଳ୍ପ ଅଳ୍ପ କରି କାଢ଼ି ଦେବେ; ତୁମ୍ଭେ ସେମାନଙ୍କୁ ଏକାବେଳେ ବିନାଶ କରିବ ନାହିଁ, କଲେ ବନ ପଶୁମାନେ ତୁମ୍ଭ ପ୍ରତିକୂଳରେ ବଢ଼ି ଉଠିବେ।


ଆଜି ଆମ୍ଭେ ତୁମ୍ଭକୁ ଯାହା ଆଜ୍ଞା କରୁ, ତହିଁରେ ମନୋଯୋଗ କର; ଦେଖ, ଆମ୍ଭେ ଇମୋରୀୟ, କିଣାନୀୟ, ହିତ୍ତୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କୁ ତୁମ୍ଭ ଆଗରୁ ତଡ଼ିଦେବା।


ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ମିସରର କ୍ଳେଶରୁ ଉଦ୍ଧାର କରି କିଣାନୀୟମାନଙ୍କ, ହିତ୍ତୀୟମାନଙ୍କ, ଇମୋରୀୟମାନଙ୍କ, ପରିଷୀୟମାନଙ୍କ, ହିବ୍ବୀୟମାନଙ୍କ ଓ ଯିବୂଷୀୟମାନଙ୍କର ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ନେଇଯିବୁ ବୋଲି କହିଅଛୁ।’


ଏହେତୁ ମିସରୀୟ ଲୋକମାନଙ୍କ ହସ୍ତରୁ ସେମାନଙ୍କୁ ଉଦ୍ଧାର କରିବାକୁ, ପୁଣି, ସେହି ଦେଶରୁ ଉତ୍ତମ ଓ ପ୍ରଶସ୍ତ ଏକ ଦେଶକୁ; ଅର୍ଥାତ୍‍, କିଣାନୀୟ, ହିତ୍ତୀୟ, ଇମୋରୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟମାନେ ଯେଉଁ ସ୍ଥାନରେ ଥାʼନ୍ତି, ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ସେମାନଙ୍କୁ ନେଇଯିବାକୁ ଓହ୍ଲାଇ ଆସିଲୁ।


ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କୁ କହିଲେ, “ଦେଖ, ତୁମ୍ଭେ ଏହି ଲୋକମାନଙ୍କୁ ଘେନିଯିବା ନିମନ୍ତେ ମୋତେ କହୁଅଛ; ମାତ୍ର ତୁମ୍ଭେ ମୋʼ ସଙ୍ଗରେ କାହାକୁ ପଠାଇବ, ଏହା ତୁମ୍ଭେ ମୋତେ ଜଣାଇ ନାହଁ। ତଥାପି ତୁମ୍ଭେ କହିଅଛ, ଆମ୍ଭେ ନାମ ଦ୍ୱାରା ତୁମ୍ଭକୁ ଜାଣୁ ଓ ତୁମ୍ଭେ ଆମ୍ଭ ଦୃଷ୍ଟିରେ ଅନୁଗ୍ରହପାତ୍ର ହୋଇଅଛ।


କାରଣ ଆମ୍ଭେ ତୁମ୍ଭ ସମ୍ମୁଖରୁ ଅନ୍ୟ ଦେଶୀୟ ଲୋକମାନଙ୍କୁ ଦୂର କରିବା ଓ ତୁମ୍ଭର ସୀମା ବିସ୍ତାର କରିବା, ପୁଣି, ତୁମ୍ଭେ ବର୍ଷ ମଧ୍ୟରେ ତିନି ଥର ସଦାପ୍ରଭୁ ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହେବା ନିମନ୍ତେ ଗମନ କଲେ, ତୁମ୍ଭ ଭୂମି ପ୍ରତି କେହି ଲୋଭ କରିବ ନାହିଁ।


ଯିହୋଶୂୟ ଆହୁରି କହିଲେ, ଜୀବିତ ପରମେଶ୍ୱର ଯେ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ପୁଣି କିଣାନୀୟ ଓ ହିତ୍ତୀୟ ଓ ହିବ୍ବୀୟ ଓ ପରିଷୀୟ ଓ ଗିର୍ଗାଶୀୟ ଓ ଇମୋରୀୟ ଓ ଯିବୂଷୀୟ ଲୋକମାନଙ୍କୁ ଯେ ତୁମ୍ଭମାନଙ୍କ ସମ୍ମୁଖରୁ ନିତାନ୍ତ ତଡ଼ି ଦେବେ, ତାହା ତୁମ୍ଭେମାନେ ଏହା ଦ୍ୱାରା ଜାଣି ପାରିବ।


ସେହି ଦିନ ସଦାପ୍ରଭୁ ଯିରୂଶାଲମର ନିବାସୀଗଣକୁ ରକ୍ଷା କରିବେ ଓ ସେମାନଙ୍କ ମଧ୍ୟରେ ଯେଉଁ ଜନ ଦୁର୍ବଳ, ସେହି ଦିନ ସେ ଦାଉଦ ପରି ହେବ ଓ ଦାଉଦ ବଂଶ ପରମେଶ୍ୱରଙ୍କ ପରି, ସେମାନଙ୍କର ଅଗ୍ରଗାମୀ ସଦାପ୍ରଭୁଙ୍କର ଦୂତ ପରି ହେବେ।


ଇମୋରୀୟ, କିଣାନୀୟ, ଗିର୍ଗାଶୀୟ ଓ ଯିବୂଷୀୟମାନଙ୍କର ଦେଶ ଦେଲୁ।”


“ଯେହେତୁ ଯେଉଁ ସ୍ୱର୍ଗର ସୃଷ୍ଟିକର୍ତ୍ତା ସଦାପ୍ରଭୁ ପରମେଶ୍ୱର ମୋତେ ପୈତୃକ ଗୃହ ଓ ଜନ୍ମ ଦେଶ ମଧ୍ୟରୁ ଆଣିଅଛନ୍ତି ଓ ମୋʼ ସଙ୍ଗେ ଆଳାପ କରିଅଛନ୍ତି, ‘ପୁଣି, ଆମ୍ଭେ ତୁମ୍ଭ ବଂଶକୁ ଏହି ଦେଶ ଦେବା ବୋଲି ଶପଥ କରିଅଛନ୍ତି,’ ସେ ତୁମ୍ଭ ଅଗ୍ରତେ ଆପଣା ଦୂତ ପଠାଇବେ; ତହିଁରେ ତୁମ୍ଭେ ମୋʼ ପୁତ୍ରର ବିବାହ ନିମନ୍ତେ ସେହିଠାରୁ ଗୋଟିଏ କନ୍ୟା ଆଣିବ।


ପୁଣି ଆମ୍ଭେ ତୁମ୍ଭମାନଙ୍କୁ ମିସରୀୟମାନଙ୍କ ହସ୍ତରୁ ଓ ଯେଉଁମାନେ ତୁମ୍ଭମାନଙ୍କୁ ଉପଦ୍ରବ କଲେ, ସେ ସମସ୍ତଙ୍କ ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କଲୁ ଓ ତୁମ୍ଭମାନଙ୍କ ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେଲୁ, ଆଉ ସେମାନଙ୍କ ଦେଶ ତୁମ୍ଭମାନଙ୍କୁ ଦେଲୁ;


ପୁଣି, ଯିବୂଷୀୟ, ଇମୋରୀୟ, ଗିର୍ଗାଶୀୟ,


Swiv nou:

Piblisite


Piblisite