Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 34:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ତୁମ୍ଭେ ଆପଣା ବିଷୟରେ ସାବଧାନ ହୁଅ, ଯେଉଁ ଦେଶକୁ ତୁମ୍ଭେ ଯାଉଅଛ, ସେହି ଦେଶର ନିବାସୀମାନଙ୍କ ସହିତ ନିୟମ କର ନାହିଁ; କାଳେ ତାହା ତୁମ୍ଭମାନଙ୍କ ମଧ୍ୟରେ ଗୋଟିଏ ଫାନ୍ଦ ସ୍ୱରୂପ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ତୁମ୍ଭେ ଆପଣା ବିଷୟରେ ସାବଧାନ ହୁଅ, ଯେଉଁ ଦେଶକୁ ତୁମ୍ଭେ ଯାଉଅଛ, ସେହି ଦେଶ ନିବାସୀମାନଙ୍କ ସହିତ ନିୟମ କର ନାହିଁ; କଲେ ତାହା ତୁମ୍ଭମାନଙ୍କ ମଧ୍ୟରେ ଗୋଟିଏ ଫାନ୍ଦ ସ୍ଵରୂପ ହେବ।

Gade chapit la Kopi

ଓଡିଆ ବାଇବେଲ

12 ତୁମ୍ଭେ ଆପଣା ବିଷୟରେ ସାବଧାନ ହୁଅ, ଯେଉଁ ଦେଶକୁ ତୁମ୍ଭେ ଯାଉଅଛ, ସେହି ଦେଶର ନିବାସୀମାନଙ୍କ ସହିତ ନିୟମ କର ନାହିଁ; କାଳେ ତାହା ତୁମ୍ଭମାନଙ୍କ ମଧ୍ୟରେ ଗୋଟିଏ ଫାନ୍ଦ ସ୍ୱରୂପ ହେବ।

Gade chapit la Kopi

ପବିତ୍ର ବାଇବଲ

12 ସାବଧାନ! ତୁମ୍ଭେମାନେ ଯେଉଁ ଦେଶକୁ ଯାଉଛ ସେମାନଙ୍କ ସହିତ କୌଣସି ଚୁକ୍ତି କର ନାହିଁ। ଯଦି ତୁମ୍ଭେମାନେ ସେହି ଲୋକମାନଙ୍କ ସହିତ କୌଣସି ଚୁକ୍ତି କର, ତେବେ ଏହା ତୁମ୍ଭମାନଙ୍କ ପାଇଁ ଅସୁବିଧା ହେବ।

Gade chapit la Kopi




ଯାତ୍ରା ପୁସ୍ତକ 34:12
15 Referans Kwoze  

ପୁଣି ଯେତେବେଳେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରେ ସେମାନଙ୍କୁ ସମର୍ପଣ କରିବେ ଓ ତୁମ୍ଭେ ସେମାନଙ୍କୁ ପରାସ୍ତ କରିବ; ସେତେବେଳେ ତୁମ୍ଭେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବ; ତୁମ୍ଭେ ସେମାନଙ୍କ ସହିତ କୌଣସି ନିୟମ କରିବ ନାହିଁ, କିଅବା ସେମାନଙ୍କ ପ୍ରତି ଦୟା ପ୍ରକାଶ କରିବ ନାହିଁ।


ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ହସ୍ତରେ ଯେଉଁ ଲୋକମାନଙ୍କୁ ସମର୍ପଣ କରିବେ, ତୁମ୍ଭେ ସେମାନଙ୍କୁ ଗ୍ରାସ କରିବ; ତୁମ୍ଭର ଚକ୍ଷୁ ସେମାନଙ୍କୁ ଦୟା କରିବ ନାହିଁ; କିଅବା ତୁମ୍ଭେ ସେମାନଙ୍କ ଦେବଗଣକୁ ସେବା କରିବ ନାହିଁ, କାରଣ ତାହା ତୁମ୍ଭର ଫାନ୍ଦ ସ୍ୱରୂପ ହେବ।


ଆଉ, ସେମାନଙ୍କ ଦେବତାଗଣର ସେବା କଲେ; ତାହା ସେମାନଙ୍କ ପ୍ରତି ଫାନ୍ଦ ସ୍ୱରୂପ ହେଲା।


ତହୁଁ ଗିଦିୟୋନ୍‍ ତହିଁରେ ଏକ ଏଫୋଦ ବନାଇ ଆପଣାର ଅଫ୍ରା ନାମକ ନଗରରେ ରଖିଲେ; ଆଉ ସମସ୍ତ ଇସ୍ରାଏଲ ତହିଁର ପଶ୍ଚାଦ୍‍ଗମନ କରି ସେଠାରେ ବ୍ୟଭିଚାରୀ ହେଲେ; ପୁଣି ତାହା ଗିଦିୟୋନ୍‍ଙ୍କ ପ୍ରତି ଓ ତାଙ୍କର ବଂଶ ପ୍ରତି ଫାନ୍ଦ ସ୍ୱରୂପ ହେଲା।


ନୋହିଲେ କେଜାଣି, ସେମାନେ ଆପଣା ଆପଣା ଦେବତାମାନଙ୍କ ଉଦ୍ଦେଶ୍ୟରେ ଯେଉଁସବୁ ଘୃଣାଯୋଗ୍ୟ କର୍ମ କରିଅଛନ୍ତି, ତଦନୁସାରେ କରିବା ପାଇଁ ତୁମ୍ଭମାନଙ୍କୁ ଶିଖାଇବେ; ତହିଁରେ ତୁମ୍ଭେମାନେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରିବ।


ଏହି ଗୋଷ୍ଠୀୟମାନଙ୍କ ବିଷୟରେ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣକୁ କହିଥିଲେ, “ତୁମ୍ଭେମାନେ ସେମାନଙ୍କ ମଧ୍ୟକୁ ଯିବ ନାହିଁ, କିଅବା ସେମାନେ ତୁମ୍ଭମାନଙ୍କ ମଧ୍ୟକୁ ଆସିବେ ନାହିଁ; କାରଣ ସେମାନେ ନିଶ୍ଚୟ ଆପଣା ଆପଣା ଦେବଗଣ ପ୍ରତି ତୁମ୍ଭମାନଙ୍କ ମନକୁ ବିପଥଗାମୀ କରିବେ;” ଶଲୋମନ ଏମାନଙ୍କ ପ୍ରତି ପ୍ରେମରେ ଆସକ୍ତ ହେଲେ।


ଆଉ ସେମାନେ ଆପଣାମାନଙ୍କ ପାଇଁ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ ଓ ପ୍ରତ୍ୟେକ ହରିଦ୍‍ବର୍ଣ୍ଣ ବୃକ୍ଷ ମୂଳେ ସ୍ତମ୍ଭ ଓ ଆଶେରା ମୂର୍ତ୍ତିମାନ ସ୍ଥାପନ କଲେ।


ଏଉତ୍ତାରେ ସେମାନେ ସଦାପ୍ରଭୁ ଆପଣାମାନଙ୍କ ପିତୃଗଣର ପରମେଶ୍ୱରଙ୍କ ଗୃହ ପରିତ୍ୟାଗ କରି ଆଶେରା ମୂର୍ତ୍ତି ଓ ପ୍ରତିମାଗଣର ସେବା କଲେ; ତହିଁରେ ସେମାନଙ୍କର ଏହି ଅପରାଧ ସକାଶୁ ଯିହୁଦା ଓ ଯିରୂଶାଲମ ଉପରେ କୋପ ଉପସ୍ଥିତ ହେଲା।


ତୁମ୍ଭେମାନେ ଆପଣାମାନଙ୍କ ସମ୍ମୁଖରୁ ସେହି ଦେଶ ନିବାସୀ ସମସ୍ତଙ୍କୁ ତଡ଼ି ବାହାର କରିଦେବ ଓ ସେମାନଙ୍କର ସମସ୍ତ ମୂର୍ତ୍ତିବିଶିଷ୍ଟ ପାଷାଣ ଭାଙ୍ଗି ପକାଇବ ଓ ସେମାନଙ୍କର ଛାଞ୍ଚ-ଢଳା ପ୍ରତିମାସବୁ ବିନଷ୍ଟ କରିବ ଓ ସେମାନଙ୍କର ଉଚ୍ଚସ୍ଥଳୀସବୁ ଉଚ୍ଛିନ୍ନ କରିବ।


ପୁଣି, ସଦାପ୍ରଭୁ ତୁମ୍ଭମାନଙ୍କ ସମ୍ମୁଖରେ ସେମାନଙ୍କୁ ସମର୍ପଣ କରିବେ, ତହିଁରେ ମୁଁ ଯେଉଁସବୁ ଆଜ୍ଞା ତୁମ୍ଭମାନଙ୍କୁ ଆଦେଶ କରିଅଛି, ତଦନୁସାରେ ତୁମ୍ଭେମାନେ ସେମାନଙ୍କ ପ୍ରତି କରିବ।


ତହିଁରେ ଇସ୍ରାଏଲୀୟ ଲୋକମାନେ ସେହି ହିବ୍ବୀୟମାନଙ୍କୁ ଉତ୍ତର କଲେ, “କେଜାଣି ତୁମ୍ଭେମାନେ ଆମ୍ଭମାନଙ୍କ ମଧ୍ୟରେ ବାସ କରୁଥିବ; ଆମ୍ଭେମାନେ କିପରି ତୁମ୍ଭମାନଙ୍କ ସହିତ ନିୟମ କରି ପାରିବୁ?”


ପୁଣି ଆମ୍ଭେ ତୁମ୍ଭମାନଙ୍କୁ କହିଲୁ, ‘ଆମ୍ଭେ ହିଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର; ତୁମ୍ଭେମାନେ ଯେଉଁ ଇମୋରୀୟମାନଙ୍କ ଦେଶରେ ବାସ କରୁଅଛ, ସେମାନଙ୍କ ଦେବତାଗଣକୁ ଭୟ କରିବ ନାହିଁ;’ ମାତ୍ର ତୁମ୍ଭେମାନେ ଆମ୍ଭ ରବ ଶୁଣି ନାହଁ।”


Swiv nou:

Piblisite


Piblisite