Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 34:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 କାରଣ ଆମ୍ଭେ ତୁମ୍ଭ ସମ୍ମୁଖରୁ ଅନ୍ୟ ଦେଶୀୟ ଲୋକମାନଙ୍କୁ ଦୂର କରିବା ଓ ତୁମ୍ଭର ସୀମା ବିସ୍ତାର କରିବା, ପୁଣି, ତୁମ୍ଭେ ବର୍ଷ ମଧ୍ୟରେ ତିନି ଥର ସଦାପ୍ରଭୁ ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହେବା ନିମନ୍ତେ ଗମନ କଲେ, ତୁମ୍ଭ ଭୂମି ପ୍ରତି କେହି ଲୋଭ କରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 କାରଣ ଆମ୍ଭେ ତୁମ୍ଭ ସମ୍ମୁଖରୁ ଅନ୍ୟ ଦେଶୀୟ ଲୋକମାନଙ୍କୁ ଦୂର କରିବାଓ ତୁମ୍ଭର ସୀମା ବିସ୍ତାର କରିବା, ପୁଣି ତୁମ୍ଭେ ବର୍ଷ ମଧ୍ୟରେ ତିନି ଥର ସଦାପ୍ରଭୁ ପରମେଶ୍ଵରଙ୍କ ଛାମୁରେ ଉପସ୍ଥିତ ହେବା ନିମନ୍ତେ ଗମନ କଲେ, ତୁମ୍ଭ ଭୂମି ପ୍ରତି କେହି ଲୋଭ କରିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

24 କାରଣ ଆମ୍ଭେ ତୁମ୍ଭ ସମ୍ମୁଖରୁ ଅନ୍ୟ ଦେଶୀୟ ଲୋକମାନଙ୍କୁ ଦୂର କରିବା ଓ ତୁମ୍ଭର ସୀମା ବିସ୍ତାର କରିବା, ପୁଣି, ତୁମ୍ଭେ ବର୍ଷ ମଧ୍ୟରେ ତିନି ଥର ସଦାପ୍ରଭୁ ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହେବା ନିମନ୍ତେ ଗମନ କଲେ, ତୁମ୍ଭ ଭୂମି ପ୍ରତି କେହି ଲୋଭ କରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

24 “ଯେତେବେଳେ ତୁମ୍ଭେ ତୁମ୍ଭର ଦେଶକୁ ଯାଅ ମୁଁ ତୁମ୍ଭର ଶତ୍ରୁମାନଙ୍କୁ ସେଠାରୁ ତଡ଼ି ଦେବି। ମୁଁ ତୁମ୍ଭମାନଙ୍କର ସୀମା ବୃଦ୍ଧି କରିବି। ତୁମ୍ଭେମାନେ ଅଧିକରୁ ଅଧିକ ଭୂମି ପାଇବ। କୌଣସି ଲୋକ ତୁମ୍ଭମାନଙ୍କଠାରୁ ଏହି ଭୂମି ନେଇ ପାରିବ ନାହିଁ। ଯେତେବେଳେ ତୁମ୍ଭେ ବର୍ଷରେ ତିନିଥର ତୁମ୍ଭର ସଦାପ୍ରଭୁ ପରମେଶ୍ୱରଙ୍କୁ ଦର୍ଶନ କରିବା ପାଇଁ ଯିବ।

Gade chapit la Kopi




ଯାତ୍ରା ପୁସ୍ତକ 34:24
19 Referans Kwoze  

ଆହୁରି, ସେ ସେମାନଙ୍କ ଆଗରୁ ଗୋଷ୍ଠୀୟବର୍ଗଙ୍କୁ ତଡ଼ିଦେଲେ ଓ ଅଧିକାରାର୍ଥେ ପରିମାପକ ରଜ୍ଜୁ ଦ୍ୱାରା ସେମାନଙ୍କୁ ବିଭାଗ କରିଦେଲେ ଓ ଇସ୍ରାଏଲ ଗୋଷ୍ଠୀବର୍ଗକୁ ସେମାନଙ୍କ ତମ୍ବୁରେ ବାସ କରାଇଲେ।


ଆମ୍ଭେ ତୁମ୍ଭ ଆଗେ ଆଗେ ଏକ ଦୂତ ପଠାଇବା; ପୁଣି, ଆମ୍ଭେ କିଣାନୀୟ, ଇମୋରୀୟ, ହିତ୍ତୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କୁ ତଡ଼ିଦେବା।


କାରଣ ଆମ୍ଭେ ତୁମ୍ଭ ସାଙ୍ଗରେ ଅଛୁ, କୌଣସି ଲୋକ ତୁମ୍ଭର କ୍ଷତି କରିବାକୁ ତୁମ୍ଭକୁ ଆକ୍ରମଣ କରିବ ନାହିଁ, ଯେଣୁ ଆମ୍ଭର ଅନେକ ଲୋକ ଏହି ନଗରରେ ଅଛନ୍ତି।”


ମନୁଷ୍ୟର ଗତି ସଦାପ୍ରଭୁଙ୍କର ତୁଷ୍ଟିକର ହେଲେ, ସେ ତାହାର ଶତ୍ରୁମାନଙ୍କୁ ମଧ୍ୟ ତାହା ସହିତ ଶାନ୍ତିରେ ବାସ କରାନ୍ତି।


ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେରୂପ ପ୍ରତିଜ୍ଞା କରିଅଛନ୍ତି, ତଦନୁସାରେ ସେ ଯେତେବେଳେ ତୁମ୍ଭ ସୀମା ବିସ୍ତାର କରିବେ, ପୁଣି ମାଂସ ଭୋଜନ କରିବାକୁ ତୁମ୍ଭର ବାଞ୍ଛା ହୁଅନ୍ତେ, ତୁମ୍ଭେ କହିବ, “ଆମ୍ଭେ ମାଂସ ଭୋଜନ କରିବା,” ସେତେବେଳେ ତୁମ୍ଭେ ଆପଣା ପ୍ରାଣର ବାଞ୍ଛାନୁସାରେ ମାଂସ ଭୋଜନ କରି ପାରିବ।


ତୁମ୍ଭେ ମିସରରୁ ଗୋଟିଏ ଦ୍ରାକ୍ଷାଲତା ଆଣିଲ; ତୁମ୍ଭେ ଗୋଷ୍ଠୀୟମାନଙ୍କୁ ତଡ଼ିଦେଇ ତାହା ରୋପଣ କଲ।


ମାତ୍ର ଏହି ଯାବେଷ୍‍ ଇସ୍ରାଏଲର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରି କହିଲା, “ଆହା, ଏହା ଯେପରି ଆମ୍ଭ ଦୁଃଖର କାରଣ ନ ହୁଏ, ଏଥିପାଇଁ ତୁମ୍ଭେ ଆମ୍ଭକୁ ନିତାନ୍ତ ଆଶୀର୍ବାଦ କର, ଆମ୍ଭ ସୀମା ବୃଦ୍ଧି କର, ତୁମ୍ଭ ହସ୍ତ ଆମ୍ଭର ସହାୟ ହେଉ, ପୁଣି, ତୁମ୍ଭେ ଆମ୍ଭକୁ ମନ୍ଦରୁ ରକ୍ଷା କର।” ତହିଁରେ ପରମେଶ୍ୱର ତାହାର ନିବେଦିତ ବିଷୟ ତାହାକୁ ପ୍ରଦାନ କଲେ।


ଆଉ ମୁଁ ଆଜି ତୁମ୍ଭକୁ ଯେଉଁ ଯେଉଁ ଆଜ୍ଞା ଦେଉଅଛି, ତୁମ୍ଭେ ତାହାସବୁ ପାଳନ କରି ଯାବଜ୍ଜୀବନ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପ୍ରେମ କଲେ ଓ ତାହାଙ୍କ ପଥରେ ଚାଲିଲେ,


ତୁମ୍ଭେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ସେହି ଦେଶରେ ଯେତେବେଳେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ପ୍ରବେଶ କରାଇବେ ଓ ତୁମ୍ଭ ସାକ୍ଷାତରୁ ନାନା ଗୋଷ୍ଠୀୟ ଲୋକମାନଙ୍କୁ, ହିତ୍ତୀୟ, ଗିର୍ଗାଶୀୟ, ଇମୋରୀୟ, କିଣାନୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟ, ତୁମ୍ଭଠାରୁ ମହାନ ଓ ବଳବାନ ଏହି ସାତ ଗୋଷ୍ଠୀଙ୍କୁ ଦୂର କରିବେ;


ଏଉତ୍ତାରେ ସେମାନେ ଯାତ୍ରା କଲେ; ସେତେବେଳେ ଚତୁର୍ଦ୍ଦିଗସ୍ଥ ନଗରରେ ପରମେଶ୍ୱରଙ୍କଠାରୁ ଭୟ ଉପସ୍ଥିତ ହେବାରୁ ସେମାନେ ଯାକୁବଙ୍କର ପୁତ୍ରମାନଙ୍କୁ ଗୋଡ଼ାଇଲେ ନାହିଁ।


ତୁମ୍ଭେ କʼଣ ତାହାର ଚତୁର୍ଦ୍ଦିଗରେ, ପୁଣି ତାହାର ଗୃହର ଓ ତାହାର ସର୍ବସ୍ୱର ଚତୁର୍ଦ୍ଦିଗରେ ବାଡ଼ ଦେଇ ନାହଁ? ତୁମ୍ଭେ ତାହାର ହସ୍ତକୃତ କାର୍ଯ୍ୟରେ ଆଶୀର୍ବାଦ ଦେଇଅଛ ଓ ଦେଶରେ ତାହାର ସମ୍ପତ୍ତି ବୃଦ୍ଧି ପାଇଅଛି।


ତହୁଁ ଯିହୁଦାର ଚତୁର୍ଦ୍ଦିଗସ୍ଥ ଦେଶର ସକଳ ରାଜ୍ୟରେ ସଦାପ୍ରଭୁଙ୍କ ଆଡ଼ୁ ଭୟ ଉପସ୍ଥିତ ହେଲା, ଏଣୁ ସେମାନେ ଯିହୋଶାଫଟ୍‍ଙ୍କ ପ୍ରତିକୂଳରେ ଯୁଦ୍ଧ କଲେ ନାହିଁ।


ତୁମ୍ଭେମାନେ ଏହିସବୁ ମଧ୍ୟରୁ କୌଣସି କ୍ରିୟା ଦ୍ୱାରା ଆପଣାମାନଙ୍କୁ ଅଶୁଚି କର ନାହିଁ; କାରଣ ଆମ୍ଭେ ଯେଉଁ ଦେଶୀୟ ଲୋକମାନଙ୍କୁ ତୁମ୍ଭ ସମ୍ମୁଖରୁ ଦୂର କରୁଅଛୁ, ସେମାନେ ଏହିସବୁ କ୍ରିୟା ଦ୍ୱାରା ଅଶୁଚି ହୋଇଅଛନ୍ତି।


ଆଜି ଆମ୍ଭେ ତୁମ୍ଭକୁ ଯାହା ଆଜ୍ଞା କରୁ, ତହିଁରେ ମନୋଯୋଗ କର; ଦେଖ, ଆମ୍ଭେ ଇମୋରୀୟ, କିଣାନୀୟ, ହିତ୍ତୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କୁ ତୁମ୍ଭ ଆଗରୁ ତଡ଼ିଦେବା।


ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତାହାଙ୍କ ସମ୍ମୁଖରେ ବର୍ଷକେ ତିନି ଥର ତୁମ୍ଭର ପୁରୁଷ ସମସ୍ତେ ତାଡ଼ିଶୂନ୍ୟ ରୁଟିର ପର୍ବ ସମୟରେ, ସପ୍ତାହ ସମୂହର ପର୍ବ ସମୟରେ ଓ ପତ୍ରକୁଟୀର ପର୍ବ ସମୟରେ ଦେଖା ଦେବେ; ମାତ୍ର ସେମାନେ ଖାଲି ହାତରେ ସଦାପ୍ରଭୁଙ୍କ ସମ୍ମୁଖରେ ଦେଖା ଦେବେ ନାହିଁ।


ମୁଁ ଆପଣା ବିପଦରେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲି, ତହିଁରେ ସେ ମୋତେ ଉତ୍ତର ଦେଲେ।


ପୁଣି, ସେହି ଦିନ ସଦାପ୍ରଭୁ ଅବ୍ରାମଙ୍କ ସହିତ ନିୟମ ସ୍ଥିର କରି କହିଲେ, “ଆମ୍ଭେ ଏହି ମିସରୀୟ ନଦୀଠାରୁ ଫରାତ୍‍ ନାମକ ମହାନଦୀ ପର୍ଯ୍ୟନ୍ତ ଏହି ଦେଶ ତୁମ୍ଭ ବଂଶକୁ ଦେଲୁ,


ଏଥିଉତ୍ତାରେ ସୋରର ରାଜା ହୂରମ୍‍ ଶଲୋମନଙ୍କ ନିକଟକୁ ଆପଣା ଦାସମାନଙ୍କୁ ପଠାଇଲା; କାରଣ ଲୋକମାନେ ତାଙ୍କ ପିତାଙ୍କର ବଦଳେ ତାଙ୍କୁ ରାଜାଭିଷିକ୍ତ କଲେ ବୋଲି ସେ ଶୁଣିଥିଲା; ଆଉ ଦାଉଦ ସର୍ବଦା ହୂରମ୍‍ର ପ୍ରିୟପାତ୍ର ଥିଲେ।


Swiv nou:

Piblisite


Piblisite