Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 35:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଛଅ ଦିନ କର୍ମ କରାଯିବ, ମାତ୍ର ସପ୍ତମ ଦିନ ତୁମ୍ଭମାନଙ୍କ ନିକଟରେ ପବିତ୍ର ଦିନ ହେବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମହା ବିଶ୍ରାମବାର ହେବ, ଯେକେହି ସେହି ଦିନ କର୍ମ କରିବ, ତାହାର ପ୍ରାଣଦଣ୍ଡ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଛଅ ଦିନ କର୍ମ କରାଯିବ, ମାତ୍ର ସପ୍ତମ ଦିନ ତୁମ୍ଭମାନଙ୍କ ନିକଟରେ ପବିତ୍ର ଦିନ ହେବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମହାବିଶ୍ରାମଦିନ ହେବ, ଯେ କେହି ସେହି ଦିନ କର୍ମ କରିବ, ତାହାର ପ୍ରାଣଦଣ୍ତ ହେବ।

Gade chapit la Kopi

ଓଡିଆ ବାଇବେଲ

2 ଛଅ ଦିନ କର୍ମ କରାଯିବ, ମାତ୍ର ସପ୍ତମ ଦିନ ତୁମ୍ଭମାନଙ୍କ ନିକଟରେ ପବିତ୍ର ଦିନ ହେବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମହା ବିଶ୍ରାମଦିନ ହେବ, ଯେକେହି ସେହି ଦିନ କର୍ମ କରିବ, ତାହାର ପ୍ରାଣଦଣ୍ଡ ହେବ।”

Gade chapit la Kopi

ପବିତ୍ର ବାଇବଲ

2 “ଛଅ ଦିନ କର୍ମ କରିବ। କିନ୍ତୁ ସପ୍ତମ ଦିନଟି ତୁମ୍ଭମାନଙ୍କ ବିଶ୍ରାମ ପାଇଁ ଏକ ସ୍ୱତନ୍ତ୍ର ଦିନ। ତାହା ସଦାପ୍ରଭୁଙ୍କ ପାଇଁ ବିଶ୍ରାମ ଦିନ ହେବ। ଯେକେହି ସେହି ପବିତ୍ର ଦିନରେ କର୍ମ କରିବ, ତାକୁ ମୃତ୍ୟୁଦଣ୍ଡ ଦିଆଯିବା ଉଚିତ୍।

Gade chapit la Kopi




ଯାତ୍ରା ପୁସ୍ତକ 35:2
13 Referans Kwoze  

ଛଅ ଦିନ କର୍ମ କରାଯିବ; ମାତ୍ର ସପ୍ତମ ଦିନ ମହା ବିଶ୍ରାମ, ଅର୍ଥାତ୍‍, ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ପ୍ରକାର କର୍ମ କରିବ ନାହିଁ; ତାହା ତୁମ୍ଭମାନଙ୍କର ସମସ୍ତ ନିବାସ ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବିଶ୍ରାମ ଦିନ ହେବ।


ତୁମ୍ଭେ ଛଅ ଦିନ କର୍ମ କରିବ, ମାତ୍ର ସପ୍ତମ ଦିନରେ ବିଶ୍ରାମ କରିବ; କୃଷି ଓ ଶସ୍ୟଚ୍ଛେଦନ ସମୟରେ ମଧ୍ୟ ବିଶ୍ରାମ କରିବ।


ତୁମ୍ଭେ ଛଅ ଦିନ ଆପଣା କର୍ମ କରି ସପ୍ତମ ଦିନରେ ବିଶ୍ରାମ କରିବ, ତହିଁରେ ତୁମ୍ଭର ଗୋରୁ ଓ ଗର୍ଦ୍ଦଭ ବିଶ୍ରାମ ପାଇବେ, ପୁଣି, ତୁମ୍ଭ ଦାସୀପୁତ୍ର ଓ ବିଦେଶୀ ଲୋକ ଆଶ୍ୱାସ ପାଇବେ।


ତେଣୁ ଯୀଶୁ ବିଶ୍ରାମବାର ଦିନରେ ଏହା କରୁଥିବାରୁ ଯିହୁଦୀମାନେ ତାହାଙ୍କୁ ତାଡ଼ନା କରିବାକୁ ଲାଗିଲେ।


ସେତେବେଳେ ମୋଶା ସେମାନଙ୍କୁ କହିଲେ, “ସଦାପ୍ରଭୁ ତାହା କହିଅଛନ୍ତି, ଯଥା, ‘କାଲି ମହା ବିଶ୍ରାମ ଦିନ, ଅର୍ଥାତ୍‍, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ବିଶ୍ରାମ ହେବ; ଏହେତୁ ତୁମ୍ଭମାନଙ୍କର ଯାହା ଭାଜିବାର, ତାହା ଭାଜ; ଯାହା ପାକ କରିବାର, ତାହା ପାକ କର; ପୁଣି, ଯାହା କିଛି ଅବଶିଷ୍ଟ ରହେ, ତାହା ପ୍ରଭାତ ପର୍ଯ୍ୟନ୍ତ ସଞ୍ଚୟ କରି ରଖ।’”


ତୁମ୍ଭେ ଯଦି ବିଶ୍ରାମବାର ଲଙ୍ଘନରୁ, ଆମ୍ଭ ପବିତ୍ର ଦିନରେ ନିଜ ଅଭିଳାଷ ଚେଷ୍ଟାରୁ ଆପଣା ପାଦ ଫେରାଅ; ପୁଣି, ବିଶ୍ରାମବାରକୁ ସୁଖଦାୟକ ଓ ସଦାପ୍ରଭୁଙ୍କ ପବିତ୍ର ଦିନକୁ ଆଦରଣୀୟ ବୋଲି କୁହ; ଆଉ, ନିଜ କାର୍ଯ୍ୟ ନ କରି ଅବା ନିଜ ଅଭିଳାଷର ଚେଷ୍ଟା ନ କରି ଅଥବା ନିଜ କଥା ନ କହି ତାହାକୁ ଆଦର କରିବ:


Swiv nou:

Piblisite


Piblisite