Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 37:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ଏଉତ୍ତାରେ ସେ ଅଭିଷେକାର୍ଥକ ପବିତ୍ର ତୈଳ ଓ ଧୂପ ନିମନ୍ତେ ଗନ୍ଧବଣିକର କ୍ରିୟାନୁଯାୟୀ ସୁଗନ୍ଧି ଦ୍ରବ୍ୟ ପ୍ରସ୍ତୁତ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ଏଉତ୍ତାରେ ସେ ଅଭିଷେକାର୍ଥକ ପବିତ୍ର ତୈଳଓ ଧୂପ ନିମନ୍ତେ ଗନ୍ଧ-ବଣିକର କ୍ରିୟାନୁଯାୟୀ ସୁଗନ୍ଧିଦ୍ରବ୍ୟ ପ୍ରସ୍ତୁତ କଲେ।

Gade chapit la Kopi

ଓଡିଆ ବାଇବେଲ

29 ଏଉତ୍ତାରେ ସେ ଅଭିଷେକାର୍ଥକ ପବିତ୍ର ତୈଳ ଓ ଧୂପ ନିମନ୍ତେ ଗନ୍ଧ-ବଣିକର କ୍ରିୟାନୁଯାୟୀ ସୁଗନ୍ଧି ଦ୍ରବ୍ୟ ପ୍ରସ୍ତୁତ କଲେ।

Gade chapit la Kopi

ପବିତ୍ର ବାଇବଲ

29 ଏହା ପରେ ସେ ବିଶେଷ ଅଭିଷେକାର୍ଥକ ତୈଳ ତିଆରି କଲେ ଏବଂ ଖାଣ୍ଟି ଧୂପ ନିମନ୍ତେ ଗନ୍ଧ ବଣିକର କ୍ରିୟାନୁଯାୟୀ ସୁଗନ୍ଧି ଦ୍ରବ୍ୟ ପ୍ରସ୍ତୁତ କଲେ।

Gade chapit la Kopi




ଯାତ୍ରା ପୁସ୍ତକ 37:29
18 Referans Kwoze  

କିନ୍ତୁ ତୁମ୍ଭେମାନେ ତାହାଙ୍କଠାରୁ ଯେଉଁ ଅଭିଷେକ ପାଇଅଛ, ତାହା ତୁମ୍ଭମାନଙ୍କଠାରେ ରହିଅଛି, ପୁଣି, କେହି ଯେ ତୁମ୍ଭମାନଙ୍କୁ ଶିକ୍ଷା ଦେବ, ଏହା ତୁମ୍ଭମାନଙ୍କର ଆବଶ୍ୟକ ନାହିଁ, ମାତ୍ର ତାହାଙ୍କଠାରୁ ସେହି ଅଭିଷେକ ତୁମ୍ଭମାନଙ୍କୁ ସମସ୍ତ ବିଷୟରେ ଯେଉଁ ଶିକ୍ଷା ଦିଏ, ତାହା ସତ୍ୟ ଅଟେ, ମିଥ୍ୟା ନୁହେଁ; ଏଣୁ ସେହି ଶିକ୍ଷା ଅନୁସାରେ ତାହାଙ୍କଠାରେ ରୁହ।


ଆଉ ତୁମ୍ଭେମାନେ ସେହି ପବିତ୍ର ବ୍ୟକ୍ତିଙ୍କଠାରୁ ଅଭିଷେକ ପାଇଥିବାରୁ ତୁମ୍ଭେ ସମସ୍ତେ ଜ୍ଞାନ ପ୍ରାପ୍ତ ହୋଇଅଛ।


ଅତଏବ, ତାହାଙ୍କ ଦ୍ୱାରା ଯେଉଁମାନେ ଈଶ୍ବରଙ୍କ ନିକଟବର୍ତ୍ତୀ ହୁଅନ୍ତି, ସେମାନଙ୍କୁ ସେ ସମ୍ପୂର୍ଣ୍ଣ ରୂପେ ପରିତ୍ରାଣ ଦେବାକୁ ସକ୍ଷମ ଅଟନ୍ତି, ଯେଣୁ ସେମାନଙ୍କ ନିମନ୍ତେ ନିବେଦନ କରିବା ପାଇଁ ସେ ନିତ୍ୟ ଜୀବିତ।


ଈଶ୍ବର ଯିଏ ତାହାଙ୍କୁ ମୃତ୍ୟୁରୁ ରକ୍ଷା କରିବାକୁ ସମର୍ଥ, ସେ ଆପଣା ପାର୍ଥିବ ଜୀବନରେ ଥିବା ସମୟରେ, ତାହାଙ୍କ ନିକଟରେ ପ୍ରବଳ ଆର୍ତ୍ତନାଦ ଓ ଅଶ୍ରୁ ସହକାରେ ପ୍ରାର୍ଥନା ଓ ବିନତି ଉତ୍ସର୍ଗ କରିଥିଲେ, ଆଉ ଉତ୍ତର ସ୍ୱରୂପେ ଆଶଙ୍କାରୁ ରକ୍ଷା ପାଇ


କାରଣ ଈଶ୍ବର ଯାହାକୁ ପ୍ରେରଣ କରିଅଛନ୍ତି, ସେ ଈଶ୍ବରଙ୍କ ବାକ୍ୟ କହନ୍ତି, ଯେଣୁ ସେ ପରିମିତ ଭାବରେ ପବିତ୍ର ଆତ୍ମା ପ୍ରଦାନ କରନ୍ତି ନାହିଁ।


ସିୟୋନର ଶୋକାର୍ତ୍ତ ଲୋକମାନଙ୍କ ପାଇଁ ନିରୂପଣ କରିବାକୁ, ଅର୍ଥାତ୍‍, ଭସ୍ମର ପରିବର୍ତ୍ତେ ଭୂଷଣ, ଦୁଃଖର ପରିବର୍ତ୍ତେ ସୁଖରୂପ ତୈଳ, ଅବସନ୍ନ ଆତ୍ମାର ପରିବର୍ତ୍ତେ ପ୍ରଶଂସାରୂପ ବସ୍ତ୍ର ପ୍ରଦାନ କରିବାକୁ ସେ ମୋତେ ପ୍ରେରଣ କରିଅଛନ୍ତି; ତହିଁରେ ସଦାପ୍ରଭୁ ଯେପରି ଗୌରବାନ୍ୱିତ ହେବେ, ଏଥିପାଇଁ ସେମାନେ ଧର୍ମରୂପ ବୃକ୍ଷ ଓ ତାହାଙ୍କର ଉଦ୍ୟାନ ବୋଲି ବିଖ୍ୟାତ ହେବେ।


ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋʼ ଠାରେ ଅଧିଷ୍ଠାନ କରନ୍ତି; କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି; ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ, ବନ୍ଦୀ ଲୋକମାନଙ୍କ ପ୍ରତି ମୁକ୍ତି ଓ କାରାବଦ୍ଧ ଲୋକମାନଙ୍କ ପ୍ରତି କାରାଗାର ମୁକ୍ତ ହେବାର କଥା ପ୍ରଚାର କରିବାକୁ;


ପୁଣି, ସଦାପ୍ରଭୁଙ୍କର ଆତ୍ମା, ଜ୍ଞାନ ଓ ବିବେଚନାର ଆତ୍ମା, ମନ୍ତ୍ରଣା ଓ ପରାକ୍ରମର ଆତ୍ମା, ବୁଦ୍ଧି ଓ ସଦାପ୍ରଭୁ ବିଷୟକ ଭୟର ଆତ୍ମା ତାହାଙ୍କଠାରେ ଅଧିଷ୍ଠାନ କରିବେ;


ମଲା ମାଛି ଗନ୍ଧବଣିକର ସୁଗନ୍ଧି ତୈଳ ଦୁର୍ଗନ୍ଧ କରି ପକାଏ; ତଦ୍ରୂପ ଅଳ୍ପ ମୂର୍ଖତା ଜ୍ଞାନ ଓ ସମ୍ଭ୍ରମଠାରୁ ଅଧିକ ଭାରୀ।


ସୁଗନ୍ଧି ଧୂପ ପରି ମୋʼ ପ୍ରାର୍ଥନା, ସନ୍ଧ୍ୟାକାଳୀନ ନୈବେଦ୍ୟ ପରି ମୋହର ହସ୍ତ ଉତ୍ତୋଳନ ତୁମ୍ଭ ଛାମୁରେ ଉପସ୍ଥିତ ହେଉ।


ମାତ୍ର ତୁମ୍ଭେ ଅରଣା ଷଣ୍ଢର ଶୃଙ୍ଗ ପରି ମୋହର ଶୃଙ୍ଗ ଉନ୍ନତ କରିଅଛ; ମୁଁ ନୂତନ ତୈଳରେ ଅଭିଷିକ୍ତ ହୋଇଅଛି।


ତୁମ୍ଭେ ମୋʼ ଶତ୍ରୁଗଣଙ୍କ ସାକ୍ଷାତରେ ମୋʼ ସମ୍ମୁଖରେ ମେଜ ସଜାଉଅଛ; ତୁମ୍ଭେ ତୈଳରେ ମୋʼ ମସ୍ତକ ସିକ୍ତ କରିଅଛ; ମୋʼ ପାନପାତ୍ର ଉଚ୍ଛୁଳି ପଡ଼ୁଅଛି।


ଆଉ ଶିଟୀମ୍‍ କାଷ୍ଠରେ ସାଙ୍ଗୀ କଲେ ଓ ତାହା ସୁବର୍ଣ୍ଣରେ ମଡ଼ାଇଲେ।


ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,


Swiv nou:

Piblisite


Piblisite