Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 38:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଏଥିଉତ୍ତାରେ ସେ ପ୍ରାଙ୍ଗଣ ପ୍ରସ୍ତୁତ କଲେ; ଦକ୍ଷିଣ ଦିଗରେ ପ୍ରାଙ୍ଗଣର ଦକ୍ଷିଣ ପାର୍ଶ୍ୱରେ ବଳା ଶୁଭ୍ର କ୍ଷୌମସୂତ୍ରରେ ଏକ ଶହ ହସ୍ତ ପରିମିତ ପରଦା କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଅନନ୍ତର ସେ ପ୍ରାଙ୍ଗଣ ପ୍ରସ୍ତୁତ କଲେ; ଦକ୍ଷିଣ ଦିଗରେ ପ୍ରାଙ୍ଗଣର ଦକ୍ଷିଣ ପାର୍ଶ୍ଵରେ ବଳା ଶୁଭ୍ର କ୍ଷୌମସୂତ୍ରରେ ଏକଶତ ହସ୍ତ ପରିମିତ ପରଦା କଲେ।

Gade chapit la Kopi

ଓଡିଆ ବାଇବେଲ

9 ଏଥିଉତ୍ତାରେ ସେ ପ୍ରାଙ୍ଗଣ ପ୍ରସ୍ତୁତ କଲେ; ଦକ୍ଷିଣ ଦିଗରେ ପ୍ରାଙ୍ଗଣର ଦକ୍ଷିଣ ପାର୍ଶ୍ୱରେ ବଳା ଶୁଭ୍ର କ୍ଷୌମସୂତ୍ରରେ ଏକଶତ ହସ୍ତ ପରିମିତ ପରଦା କଲେ।

Gade chapit la Kopi

ପବିତ୍ର ବାଇବଲ

9 ଏହା ପରେ ସେ ପ୍ରାଙ୍ଗଣ ପ୍ରସ୍ତୁତ କଲେ। ପ୍ରାଙ୍ଗଣର ଦକ୍ଷିଣ ପାର୍ଶ୍ୱରେ ବଳା ଶୁଭ୍ର କ୍ଷୋମସୂତ୍ରରେ ଏକଶତ ହାତ ନିର୍ମିତ ପରଦା ନିର୍ମାଣ କଲେ।

Gade chapit la Kopi




ଯାତ୍ରା ପୁସ୍ତକ 38:9
13 Referans Kwoze  

ଧନ୍ୟବାଦ କରୁ କରୁ ତାହାଙ୍କ ଦ୍ୱାରରେ ଓ ପ୍ରଶଂସା କରୁ କରୁ ତାହାଙ୍କ ପ୍ରାଙ୍ଗଣରେ ପ୍ରବେଶ କର; ତାହାଙ୍କର ସ୍ତବ କର ଓ ତାହାଙ୍କ ନାମର ଗୁଣାନୁବାଦ କର।


ଯେଉଁମାନେ ସଦାପ୍ରଭୁଙ୍କ ଗୃହରେ ରୋପିତ ହୁଅନ୍ତି, ସେମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରାଙ୍ଗଣରେ ବର୍ଦ୍ଧିଷ୍ଣୁ ହେବେ।


ଓ ଆପଣା ଚତୁର୍ଦ୍ଦିଗସ୍ଥ ସମସ୍ତଙ୍କ ଉପରେ ଭୟଯୋଗ୍ୟ, ସେହି ସଦାପ୍ରଭୁଙ୍କ ତୁଲ୍ୟ ବିକ୍ରମୀ-ସନ୍ତାନଗଣ ମଧ୍ୟରେ କିଏ ଅଛି?


କାରଣ ସହସ୍ର ଦିନ ଅପେକ୍ଷା ତୁମ୍ଭ ପ୍ରାଙ୍ଗଣରେ ଏକ ଦିନ ଭଲ; ଦୁଷ୍ଟତାର ତମ୍ବୁରେ ବାସ କରିବା ଅପେକ୍ଷା ଆମ୍ଭ ପରମେଶ୍ୱରଙ୍କ ଗୃହରେ ଦ୍ୱାରୀ ହେବାର ବରଞ୍ଚ ଆମ୍ଭେ ଭଲ ଜାଣୁ।


ସଦାପ୍ରଭୁଙ୍କ ପ୍ରାଙ୍ଗଣ ନିମନ୍ତେ ମୋହର ପ୍ରାଣ ଲାଳସା କରେ, ମଧ୍ୟ ମୂର୍ଚ୍ଛିତ ହୁଏ; ମୋହର ହୃଦୟ ଓ ଶରୀର ଜୀବିତ ପରମେଶ୍ୱରଙ୍କ ନିମନ୍ତେ ଡକା ଛାଡ଼ଇ।


ପୁଣି, ସେ ତିନି ଧାଡ଼ି ଖୋଦିତ ପ୍ରସ୍ତରରେ ଓ ଏକ ଧାଡ଼ି ଏରସ କାଷ୍ଠର କଡ଼ିରେ ଭିତର ପ୍ରାଙ୍ଗଣ ନିର୍ମାଣ କଲେ।


ଏଉତ୍ତାରେ ସେ ଆବାସର ଓ ବେଦିର ଚତୁର୍ଦ୍ଦିଗରେ ପ୍ରାଙ୍ଗଣ ପ୍ରସ୍ତୁତ କଲେ ଓ ପ୍ରାଙ୍ଗଣ ଦ୍ୱାରରେ ଆଚ୍ଛାଦନ ବସ୍ତ୍ର ଟଙ୍ଗାଇଲେ, ଏହିରୂପେ ମୋଶା ସେହି କାର୍ଯ୍ୟ ସମାପ୍ତ କଲେ।


ପୁଣି, ଚତୁର୍ଦ୍ଦିଗରେ ପ୍ରାଙ୍ଗଣ ପ୍ରସ୍ତୁତ କରିବ ଓ ପ୍ରାଙ୍ଗଣ ଦ୍ୱାରରେ ଆଚ୍ଛାଦନ ବସ୍ତ୍ର ଟଙ୍ଗାଇବ।


ଆହୁରି ତୁମ୍ଭେ ଦଶ ଯବନିକା ଦ୍ୱାରା ଆବାସ ପ୍ରସ୍ତୁତ କରିବ; ସେହି ସବୁ ଯବନିକା ଶୁଭ୍ର କ୍ଷୋମ, ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ସୂତ୍ରରେ ନିର୍ମିତ ହେବ, ତହିଁରେ ଶିଳ୍ପିତ କିରୂବମାନଙ୍କର ଆକୃତି ରହିବ।


ତହିଁର କୋଡ଼ିଏ ସ୍ତମ୍ଭ ଓ କୋଡ଼ିଏ ଚୁଙ୍ଗୀ ପିତ୍ତଳର, ପୁଣି, ସେହି ସ୍ତମ୍ଭର ଆଙ୍କୁଡ଼ା ଓ ବନ୍ଧନୀ ରୂପାର ଥିଲା।


ଆଉ ପ୍ରାଙ୍ଗଣର ପରଦାସକଳ, ଆବାସର ଓ ବେଦିର ଚତୁର୍ଦ୍ଦିଗସ୍ଥିତ ପ୍ରାଙ୍ଗଣ ଦ୍ୱାରର ଆଚ୍ଛାଦନ ବସ୍ତ୍ର, ତହିଁର ରଜ୍ଜୁ ଓ ତହିଁର ସେବାର୍ଥକ ସମସ୍ତ ଦ୍ରବ୍ୟ ବହିବେ ଓ ସେହି ସବୁରେ ଯେଉଁ ଯେଉଁ କାର୍ଯ୍ୟ କରିବାକୁ ହୁଏ, ତାହାସବୁ କରିବେ।


ପ୍ରାଙ୍ଗଣର ପରଦାସକଳ, ଆବାସ ଓ ବେଦିର ଚତୁର୍ଦ୍ଦିଗସ୍ଥିତ ପ୍ରାଙ୍ଗଣ ଦ୍ୱାରର ଆଚ୍ଛାଦନ ବସ୍ତ୍ର ଓ ତହିଁର ସେବାକାର୍ଯ୍ୟ ନିମିତ୍ତ ସମସ୍ତ ରଜ୍ଜୁ।


Swiv nou:

Piblisite


Piblisite