Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 4:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିରେ ମୋଶା ଉତ୍ତର କଲେ, “ଦେଖନ୍ତୁ, ସେମାନେ ମୋତେ ବିଶ୍ୱାସ କରିବେ ନାହିଁ ଓ ମୋʼ ରବରେ ମନୋଯୋଗ କରିବେ ନାହିଁ; ମାତ୍ର ସେମାନେ କହିବେ, ‘ସଦାପ୍ରଭୁ ତୁମ୍ଭକୁ ଦର୍ଶନ ଦେଇ ନାହାନ୍ତି?’”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଏଥିରେ ମୋଶା ଉତ୍ତର କଲେ, ଦେଖନ୍ତୁ, ସେମାନେ ମୋତେ ପ୍ରତ୍ୟୟ କରିବେ ନାହିଁ ଓ ମୋʼ ରବରେ ମନୋଯୋଗ କରିବେ ନାହିଁ; ମାତ୍ର ସେମାନେ କହିବେ, ସଦାପ୍ରଭୁ ତୁମ୍ଭକୁ ଦର୍ଶନ ଦେଇ ନାହାନ୍ତି।

Gade chapit la Kopi

ଓଡିଆ ବାଇବେଲ

1 ଏଥିରେ ମୋଶା ଉତ୍ତର କଲେ, “ଦେଖନ୍ତୁ, ସେମାନେ ମୋତେ ବିଶ୍ୱାସ କରିବେ ନାହିଁ ଓ ମୋ’ ରବରେ ମନୋଯୋଗ କରିବେ ନାହିଁ; ମାତ୍ର ସେମାନେ କହିବେ, ସଦାପ୍ରଭୁ ତୁମ୍ଭକୁ ଦର୍ଶନ ଦେଇ ନାହାନ୍ତି ?”

Gade chapit la Kopi

ପବିତ୍ର ବାଇବଲ

1 ଏହା ପରେ ମୋଶା ପରମେଶ୍ୱରଙ୍କୁ ଉତ୍ତର ଦେଲେ, “କିନ୍ତୁ ଇସ୍ରାଏଲର ଲୋକମାନେ ମୋତେ ବିଶ୍ୱାସ କରିବେ ନାହିଁ, ଯେତେବେଳେ ତୁମ୍ଭେ ମୋତେ ପଠାଇଛ ବୋଲି ମୁଁ କହିବି। ସେମାନେ କହିବେ, ‘ସଦାପ୍ରଭୁ ତୁମ୍ଭକୁ ଦର୍ଶନ ଦେଇ ନାହାନ୍ତି।’”

Gade chapit la Kopi




ଯାତ୍ରା ପୁସ୍ତକ 4:1
14 Referans Kwoze  

ଏଥିରେ ସେମାନେ ତୁମ୍ଭ ରବରେ ଅବଧାନ କରିବେ; ତହୁଁ ତୁମ୍ଭେ ଓ ଇସ୍ରାଏଲ ବଂଶର ପ୍ରାଚୀନବର୍ଗ ମିସରର ରାଜା ନିକଟକୁ ଯାଇ ଏହି କଥା କହିବ, ‘ଏବ୍ରୀୟ ଲୋକମାନଙ୍କ ପରମେଶ୍ୱର ସଦାପ୍ରଭୁ ଆମ୍ଭମାନଙ୍କ ସହିତ ସାକ୍ଷାତ କରିଅଛନ୍ତି; ଏହେତୁ ବିନୟ କରୁଅଛୁ, ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ନିମିତ୍ତ ଏବେ ଆମ୍ଭମାନଙ୍କୁ ତିନି ଦିନର ପଥ ପ୍ରାନ୍ତରକୁ ଯିବା ପାଇଁ ଅନୁମତି ଦେଉନ୍ତୁ।’


ତାହାଙ୍କ ହସ୍ତ ଦ୍ୱାରା ଈଶ୍ବର ଯେ ତାହାଙ୍କ ଭାଇମାନଙ୍କୁ ଉଦ୍ଧାର କରୁଅଛନ୍ତି, ଏହା ସେମାନେ ବୁଝିବେ ବୋଲି ସେ ମନେ କରିଥିଲେ, କିନ୍ତୁ ସେମାନେ ବୁଝିଲେ ନାହିଁ।


ତହିଁରେ ପରମେଶ୍ୱରଙ୍କ ଆତ୍ମା ମୋତେ ଉପରକୁ ଉଠାଇ ନେଇଗଲେ; ତହୁଁ ମୁଁ ଦୁଃଖିତ ଓ ପରମେଶ୍ୱରଙ୍କ ଆତ୍ମାରେ ତାପିତ ହୋଇ ଗମନ କଲି, ପୁଣି, ସଦାପ୍ରଭୁଙ୍କର ହସ୍ତ ମୋʼ ଉପରେ ପ୍ରବଳ ଥିଲା।


ଏଥିରେ ମୁଁ କହିଲି, “ହାୟ ହାୟ, ହେ ପ୍ରଭୁ, ସଦାପ୍ରଭୁ! ଦେଖନ୍ତୁ, ମୁଁ କଥା କହି ଜାଣେ ନାହିଁ; କାରଣ ମୁଁ ତ ବାଳକ।”


ତହିଁରେ ମୋଶା ସଦାପ୍ରଭୁଙ୍କ ସାକ୍ଷାତରେ କହିଥିଲେ, “ମନ୍ଦ ବକ୍ତା ଯେ ମୁଁ, ମୋʼ କଥା ଫାରୋ କିପ୍ରକାରେ ଶୁଣିବେ?”


ତହିଁରେ ଲୋକମାନେ ବିଶ୍ୱାସ କଲେ, ପୁଣି, ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣର ତତ୍ତ୍ୱାବଧାନ କରି ସେମାନଙ୍କ ଦୁଃଖ ଦେଖିଅଛନ୍ତି, ଏହା ଶୁଣି ସେମାନେ ତାହାଙ୍କୁ ମସ୍ତକ ନତ କରି ଉପାସନା କଲେ।


ତହିଁରେ ସେ କହିଲା, “କିଏ ତୁମ୍ଭକୁ ଆମ୍ଭମାନଙ୍କ ଉପରେ ରାଜା ଓ ବିଚାରକର୍ତ୍ତା କରି ନିଯୁକ୍ତ କରିଅଛି? ତୁମ୍ଭେ ଯେପରି ସେହି ମିସରୀୟ ଲୋକକୁ ବଧ କଲ, ସେହିପରି କି ମୋତେ ବଧ କରିବାକୁ ଚାହୁଁଅଛ?” ତହିଁରେ ମୋଶା ଭୟଭୀତ ହୋଇ କହିଲେ, “ଏ କଥା ଅବଶ୍ୟ ପ୍ରକାଶିତ ହୋଇଅଛି।”


ପରମେଶ୍ୱର ମୋଶାଙ୍କୁ ଆହୁରି କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଏହି କଥା କହିବ, ‘ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ଅର୍ଥାତ୍‍, ଅବ୍ରହାମର ପରମେଶ୍ୱର, ଇସ୍‌ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର ଯେ ସଦାପ୍ରଭୁ (ସ୍ୱୟମ୍ଭୂ), ସେ ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇଅଛନ୍ତି; ଆମ୍ଭର ଏହି ନାମ ଅନନ୍ତକାଳସ୍ଥାୟୀ, ପୁଣି, ପୁରୁଷାନୁକ୍ରମେ ସ୍ମରଣୀୟ ଅଟେ।’


ତୁମ୍ଭେ ଯାଇ ଇସ୍ରାଏଲ ବଂଶର ପ୍ରାଚୀନଗଣକୁ ଏକତ୍ର କରି ଏହି କଥା କୁହ, ‘ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ଅର୍ଥାତ୍‍, ଅବ୍ରହାମ, ଇସ୍‌ହାକ ଓ ଯାକୁବର ପରମେଶ୍ୱର ସଦାପ୍ରଭୁ ମୋତେ ଦର୍ଶନ ଦେଇ କହିଅଛନ୍ତି, ଆମ୍ଭେ ତୁମ୍ଭମାନଙ୍କର ଓ ମିସରରେ ତୁମ୍ଭମାନଙ୍କ ପ୍ରତି ଯାହା ଯାହା କରାଯାଉଅଛି, ସେସମସ୍ତ ବିଷୟର ଧ୍ୟାନ ଦେଇଅଛୁ।


ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କୁ କହିଲେ, “ହେ ପ୍ରଭୋ, ଏ ସମୟ ପୂର୍ବରେ, ଅବା ଆପଣ ନିଜ ଦାସ ସହିତ ଆଳାପ କଲା ଉତ୍ତାରେ ହେଁ ମୁଁ ବାକ୍ୟପତି ନୁହେଁ। ମୁଁ ବାକ୍ୟରେ ଧୀର ଓ ଜଡ଼ଜିହ୍ୱ ଅଟେ।”


ପୁଣି, ହାରୋଣ ସେମାନଙ୍କୁ ମୋଶାଙ୍କ ପ୍ରତି କଥିତ ସଦାପ୍ରଭୁଙ୍କ ସମସ୍ତ ବାକ୍ୟ କହିଲେ, ପୁଣି, ଲୋକମାନଙ୍କ ଦୃଷ୍ଟିରେ ସେହି ସମସ୍ତ ଚିହ୍ନ ପ୍ରକାଶ କଲେ।


ତହିଁରେ ମୋଶା ସଦାପ୍ରଭୁଙ୍କ ଛାମୁରେ କହିଲେ, “ଦେଖନ୍ତୁ, ଇସ୍ରାଏଲ-ସନ୍ତାନଗଣ ମୋʼ କଥାରେ ମନୋଯୋଗ କରି ନାହାନ୍ତି; ତେବେ ଉତ୍ତମ ବକ୍ତା ଯେ ମୁଁ ନୁହେଁ, ମୋʼ କଥା ଫାରୋ କିପରି ଶୁଣିବେ?”


ଆହୁରି ସେ ଲୋକ ସେହି ଦିନ ଏକ ଚିହ୍ନ ଦେଇ କହିଲା, “ସଦାପ୍ରଭୁଙ୍କ କଥିତ ଚିହ୍ନ ଏହି; ଦେଖ, ଏହି ବେଦି ଫାଟିଯିବ ଓ ତହିଁ ଉପରିସ୍ଥ ଭସ୍ମ ଅଜାଡ଼ି ହୋଇ ପଡ଼ିବ।”


ତହୁଁ ସେ ତାହାଙ୍କୁ କହିଲେ, “ଯେବେ ମୁଁ ଆପଣଙ୍କ ଦୃଷ୍ଟିରେ ଏବେ ଅନୁଗ୍ରହ ପାଇଲି, ତେବେ ଆପଣ ଯେ ମୋହର ସଙ୍ଗରେ କଥା କହୁଅଛନ୍ତି, ତହିଁର ଏକ ଚିହ୍ନ ମୋତେ ଦେଖାଉନ୍ତୁ।


Swiv nou:

Piblisite


Piblisite