Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 4:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଏଥିଉତ୍ତାରେ ମୋଶା ଆପଣା ଶ୍ୱଶୁର ଯିଥ୍ରୋ ନିକଟକୁ ବାହୁଡ଼ି ଯାଇ କହିଲେ, “ମୁଁ ବିନୟ କରୁଅଛି, ମିସରସ୍ଥିତ ମୋହର ଭ୍ରାତୃଗଣ ନିକଟକୁ ଏବେ ଫେରିଯିବା ପାଇଁ ଓ ସେମାନେ ଆଜିଯାଏ ବଞ୍ଚିଅଛନ୍ତି କି ନାହିଁ, ତାହା ଦେଖିବା ପାଇଁ ମୋତେ ଯିବାକୁ ଦିଅ।” ତହିଁରେ ଯିଥ୍ରୋ ମୋଶାଙ୍କୁ କହିଲେ, “କୁଶଳରେ ଯାଅ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଅନନ୍ତର ମୋଶା ଆପଣା ଶ୍ଵଶୁର ଯିଥ୍ରୋ ନିକଟକୁ ବାହୁଡ଼ି ଯାଇ କହିଲେ, ମୁଁ ବିନୟ କରୁଅଛି, ମିସରସ୍ଥିତ ମୋହର ଭ୍ରାତୃଗଣ ନିକଟକୁ ଏବେ ଫେରି ଯିବା ପାଇଁ ଓ ସେମାନେ ଆଜିଯାଏ ବଞ୍ଚିଅଛନ୍ତି କି ନାହିଁ, ତାହା ଦେଖିବା ପାଇଁ ମୋତେ ଯିବାକୁ ଦିଅ। ତହିଁରେ ଯିଥ୍ରୋ ମୋଶାଙ୍କୁ କହିଲା, କୁଶଳରେ ଯାଅ।

Gade chapit la Kopi

ଓଡିଆ ବାଇବେଲ

18 ଏଥିଉତ୍ତାରେ ମୋଶା ଆପଣା ଶ୍ୱଶୁର ଯିଥ୍ରୋ ନିକଟକୁ ବାହୁଡ଼ି ଯାଇ କହିଲେ, “ମୁଁ ବିନୟ କରୁଅଛି, ମିସରସ୍ଥିତ ମୋହର ଭ୍ରାତୃଗଣ ନିକଟକୁ ଏବେ ଫେରି ଯିବା ପାଇଁ ଓ ସେମାନେ ଆଜିଯାଏ ବଞ୍ଚିଅଛନ୍ତି କି ନାହିଁ, ତାହା ଦେଖିବା ପାଇଁ ମୋତେ ଯିବାକୁ ଦିଅ।” ତହିଁରେ ଯିଥ୍ରୋ ମୋଶାଙ୍କୁ କହିଲେ, “କୁଶଳରେ ଯାଅ।”

Gade chapit la Kopi

ପବିତ୍ର ବାଇବଲ

18 ଏହା ପରେ ମୋଶା ତାଙ୍କର ଶ୍ୱଶୁର ଯିଥ୍ରୋଙ୍କ ନିକଟକୁ ଫେରିଗଲେ। ମୋଶା ଯିଥ୍ରୋଙ୍କୁ କହିଲେ, “ଦୟାକରି ମୋତେ ମିଶରକୁ ଯିବାକୁ ଦିଅ। ମୁଁ ମୋର ଲୋକମାନଙ୍କୁ ଦେଖିବା ପାଇଁ ଗ୍ଭହୁଁଛି ଏବଂ ଜାଣିବା ପାଇଁ ଗ୍ଭହୁଁଛି, ସେମାନେ ବର୍ତ୍ତମାନ କିପରି ଅଛନ୍ତି। ସେମାନେ ଆଜି ପର୍ଯ୍ୟନ୍ତ ଜୀବିତ ଅଛନ୍ତି କି ନାହିଁ?” ଯିଥ୍ରୋ କହିଲେ, “ଅବଶ୍ୟ! ତୁମ୍ଭେ ଶାନ୍ତିରେ ଯାଅ।”

Gade chapit la Kopi




ଯାତ୍ରା ପୁସ୍ତକ 4:18
11 Referans Kwoze  

ସେହି ସମୟରେ ମୋଶା ଆପଣା ଶ୍ୱଶୁର ଯିଥ୍ରୋ ନାମକ ମିଦୀୟନୀୟ ଯାଜକଙ୍କର ମେଷପଲ ଚରାଉଥିଲେ; ଦିନକରେ ସେ ପ୍ରାନ୍ତରର ପଶ୍ଚାଦ୍‍ ଭାଗରେ ମେଷପଲ ଘେନି ହୋରେବ ନାମକ ପରମେଶ୍ୱରଙ୍କ ପର୍ବତରେ ଉପସ୍ଥିତ ହେଲେ।


ଯେତେ ଲୋକ ଦାସତ୍ୱରୂପ ଜୁଆଳିର ଅଧୀନରେ ଅଛନ୍ତି, ସେମାନେ ଆପଣା ଆପଣା କର୍ତ୍ତାମାନଙ୍କୁ ଯଥୋଚିତ ସମ୍ମାନ ପାଇବାର ଯୋଗ୍ୟ ବୋଲି ଜାଣନ୍ତୁ, ଯେପରି ଈଶ୍ବରଙ୍କ ନାମ ଓ ଶିକ୍ଷାର ନିନ୍ଦା ନ ହୁଏ।


ଏଥିରେ କାରାରକ୍ଷକ ପାଉଲଙ୍କୁ ଏହି କଥା କହି ଜଣାଇଲେ, ଆପଣମାନଙ୍କୁ ଛାଡ଼ିଦେବା ନିମନ୍ତେ ବିଚାରକର୍ତ୍ତାମାନେ ଲୋକ ପଠାଇଅଛନ୍ତି। ଏଣୁ ଏବେ ବାହାରି ଆସି ଶାନ୍ତିରେ ଚାଲିଯାଆନ୍ତୁ।


କେତେକ ଦିନ ପରେ ପାଉଲ ବର୍ଣ୍ଣବ୍ବାଙ୍କୁ କହିଲେ, ଆସ, ଆମ୍ଭେମାନେ ଯେଉଁ ସବୁ ନଗରରେ ପ୍ରଭୁଙ୍କର ବାକ୍ୟ ପ୍ରଚାର କରିଥିଲୁ, ସେହି ସମସ୍ତ ନଗରକୁ ଏବେ ବାହୁଡ଼ିଯାଇ ଭାଇମାନଙ୍କୁ ସାକ୍ଷାତ କରି, ସେମାନେ କିପ୍ରକାରେ ଅଛନ୍ତି ଦେଖିବା।


କିନ୍ତୁ ସେ ସେହି ସ୍ତ୍ରୀକୁ କହିଲେ, “ତୋହର ବିଶ୍ୱାସ ତୋତେ ରକ୍ଷା କରିଅଛି; ଶାନ୍ତିରେ ଚାଲିଯାଅ।”


ତହିଁରେ ଏଲି ଉତ୍ତର ଦେଇ କହିଲେ, “କୁଶଳରେ ଯାଅ; ଯାହା ତୁମ୍ଭେ ମାଗିଲ, ଇସ୍ରାଏଲର ପରମେଶ୍ୱର ତୁମ୍ଭର ସେହି ନିବେଦନ ଅନୁସାରେ ତୁମ୍ଭକୁ ଦେଉନ୍ତୁ।”


ଯୋଷେଫ ଆପଣା ଭାଇମାନଙ୍କୁ କହିଲେ, “ମୁଁ ଯୋଷେଫ; ମୋʼ ପିତା କି ଆଜି ପର୍ଯ୍ୟନ୍ତ ବଞ୍ଚିଅଛନ୍ତି?” ଏଥିରେ ତାଙ୍କର ଭାଇମାନେ ତାଙ୍କ ସାକ୍ଷାତରେ ଭୟଭୀତ ହେବାରୁ କିଛି ଉତ୍ତର ଦେଇ ପାରିଲେ ନାହିଁ।


ଏଥିଉତ୍ତାରେ ମୋଶା ସେହି ମନୁଷ୍ୟ ସହିତ ବାସ କରିବାକୁ ସମ୍ମତ ହେଲେ; ପୁଣି, ସେ ମୋଶାଙ୍କ ସହିତ ଆପଣା କନ୍ୟା ସିପ୍ପୋରାର ବିବାହ ଦେଲା।


ତହିଁରେ ଇଲୀଶାୟ ତାହାକୁ କହିଲେ, “କୁଶଳରେ ଯାଅ।” ତହୁଁ ନାମାନ୍‍ ଇଲୀଶାୟଙ୍କ ନିକଟରୁ ପ୍ରସ୍ଥାନ କରି ଅଳ୍ପ ଦୂର ବାଟ ଗଲା।


ତହୁଁ ଯାଜକ ସେମାନଙ୍କୁ କହିଲା, କୁଶଳରେ ଯାଅ; “ତୁମ୍ଭମାନଙ୍କ ଗନ୍ତବ୍ୟ ପଥ ସଦାପ୍ରଭୁଙ୍କ ସମ୍ମୁଖରେ ଅଛି।”


ତହୁଁ ଇଲୀଶାୟ ଏକ ଦୂତ ପଠାଇ ତାହାଙ୍କୁ କହିଲେ, “ତୁମ୍ଭେ ଯାଇ ଯର୍ଦ୍ଦନରେ ସାତ ଥର ସ୍ନାନ କର, ତହିଁରେ ତୁମ୍ଭର ନୂତନ ମାଂସ ହେବ ଓ ତୁମ୍ଭେ ଶୁଚି ହେବ।”


Swiv nou:

Piblisite


Piblisite