Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 4:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ସାବଧାନ, ତୁମ୍ଭେ ମିସରକୁ ଫେରିଗଲେ, ଆମ୍ଭେ ତୁମ୍ଭ ହସ୍ତରେ ଯେସବୁ ଆଶ୍ଚର୍ଯ୍ୟକର୍ମ କରିବାକୁ ଦେଇଅଛୁ, ତାହା ଫାରୋ ସାକ୍ଷାତରେ କରିବ; ମାତ୍ର ଆମ୍ଭେ ତାହାର ମନ କଠିନ କରିବା; ତହିଁରେ ସେ ଲୋକମାନଙ୍କୁ ଯିବାକୁ ଦେବ ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ସାବଧାନ, ତୁମ୍ଭେ ମିସରକୁ ଫେରିଗଲେ, ଆମ୍ଭେ ତୁମ୍ଭ ହସ୍ତରେ ଯେ ସବୁ ଆଶ୍ଚର୍ଯ୍ୟକର୍ମ କରିବାକୁ ଦେଇଅଛୁ, ତାହା ଫାରୋ ସାକ୍ଷାତରେ କରିବ; ମାତ୍ର ଆମ୍ଭେ ତାହାର ମନ କଠିନ କରିବା; ତହିଁରେ ସେ ଲୋକମାନଙ୍କୁ ଛାଡ଼ି ଦେବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

21 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ସାବଧାନ, ତୁମ୍ଭେ ମିସରକୁ ଫେରିଗଲେ, ଆମ୍ଭେ ତୁମ୍ଭ ହସ୍ତରେ ଯେ ସବୁ ଆଶ୍ଚର୍ଯ୍ୟକର୍ମ କରିବାକୁ ଦେଇଅଛୁ, ତାହା ଫାରୋ ସାକ୍ଷାତରେ କରିବ; ମାତ୍ର ଆମ୍ଭେ ତାହାର ମନ କଠିନ କରିବା; ତହିଁରେ ସେ ଲୋକମାନଙ୍କୁ ଯିବାକୁ ଦେବେ ନାହିଁ।”

Gade chapit la Kopi

ପବିତ୍ର ବାଇବଲ

21 ମୋଶା ମିଶରକୁ ଯାତ୍ରା କରୁଥିବା ସମୟରେ ପରମେଶ୍ୱର ତାଙ୍କୁ କହିଲେ, “ମନେରଖ, ତୁମ୍ଭେ ଫାରୋଙ୍କ ସହିତ କଥା ହେବା ସମୟରେ ତୁମ୍ଭେ ସମସ୍ତ ଅ‌ଦ୍‌ଭୂତ କାର୍ଯ୍ୟ ତାଙ୍କୁ ଦେଖାଇବ ଯାହା ମୁଁ ତୁମ୍ଭକୁ ଦେଇଅଛି। କିନ୍ତୁ ମୁଁ ଫାରୋଙ୍କ ମନକୁ କଠିନ କରିବି। ଯେଉଁଥିରେ ସେ ଲୋକମାନଙ୍କୁ ମିଶର ଛାଡ଼ିବାକୁ ଅନୁମତି ଦେବେ ନାହିଁ।

Gade chapit la Kopi




ଯାତ୍ରା ପୁସ୍ତକ 4:21
34 Referans Kwoze  

ଅତଏବ, ସେ ଯାହାକୁ ଇଚ୍ଛା କରନ୍ତି, ତାହାକୁ ଦୟା କରନ୍ତି, ପୁଣି, ଯାହାକୁ ଇଚ୍ଛା କରନ୍ତି, ତାହାକୁ କଠିନ କରନ୍ତି।


ହେ ସଦାପ୍ରଭୋ, ଆମ୍ଭମାନଙ୍କୁ ତୁମ୍ଭ ପଥରୁ କାହିଁକି ଭ୍ରାନ୍ତ କରାଉଅଛ ଓ ତୁମ୍ଭକୁ ଭୟ କରିବା ପ୍ରତି ଆମ୍ଭମାନଙ୍କ ଅନ୍ତଃକରଣକୁ କଠିନ କରାଉଅଛ? ଆପଣା ଦାସମାନଙ୍କର, ଆପଣା ଅଧିକାର ସ୍ୱରୂପ ଗୋଷ୍ଠୀଗଣର ସକାଶୁ ଫେର।


କାରଣ ସେମାନେ ଇସ୍ରାଏଲ ସହିତ ଯୁଦ୍ଧ କରିବାକୁ ଆସି ଯେପରି ସମ୍ପୂର୍ଣ୍ଣ ରୂପେ ବିନଷ୍ଟ ହୋଇ ଦୟା ନ ପାଇବେ, ମାତ୍ର ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଉଚ୍ଛିନ୍ନ ହେବେ, ଏନିମନ୍ତେ ସେମାନଙ୍କ ହୃଦୟ କଠିନ କରିବାକୁ ସଦାପ୍ରଭୁଙ୍କର ମାନସ ଥିଲା।


“ସେ ସେମାନଙ୍କର ଚକ୍ଷୁ ଅନ୍ଧ କରିଅଛନ୍ତି, ଆଉ ସେମାନଙ୍କ ହୃଦୟ ଜଡ଼ କରିଅଛନ୍ତି, ଯେପରି ସେମାନେ ଆଖିରେ ଦେଖିବେ ନାହିଁ ଓ ହୃଦୟରେ ବୁଝିବେ ନାହିଁ, ପୁଣି, ଫେରିବେ ନାହିଁ, ଆଉ ଆମ୍ଭେ ସେମାନଙ୍କୁ ସୁସ୍ଥ କରିବୁ ନାହିଁ।”


ଆଉ ସଦାପ୍ରଭୁ ମିସରୀୟ ରାଜା ଫାରୋଙ୍କର ହୃଦୟ କଠିନ କରନ୍ତେ, ସେ ଇସ୍ରାଏଲ-ସନ୍ତାନଗଣର ପଛେ ପଛେ ଗୋଡ଼ାଇଲେ; ସେତେବେଳେ ଇସ୍ରାଏଲ ସନ୍ତାନମାନେ ଊର୍ଦ୍ଧ୍ୱ ହସ୍ତରେ ଯାତ୍ରା କରୁଥିଲେ।


ତହିଁରେ ଫାରୋଙ୍କର ହୃଦୟ କଠିନ ହେଲା; ଏଣୁ ମୋଶାଙ୍କ ଦ୍ୱାରା କଥିତ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେ ଇସ୍ରାଏଲ-ସନ୍ତାନଗଣଙ୍କୁ ଯିବାକୁ ଦେଲେ ନାହିଁ।


ଏଥିଉତ୍ତାରେ ସଦାପ୍ରଭୁ ଫାରୋଙ୍କର ହୃଦୟ କଠିନ କଲେ, ତହିଁରେ ସେ ମୋଶାଙ୍କ ପ୍ରତି ଉକ୍ତ ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ସେମାନଙ୍କ କଥାରେ ମନୋଯୋଗ କଲେ ନାହିଁ।


ତହିଁରେ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଫାରୋଙ୍କର ହୃଦୟ କଠିନ ହେଲା ଓ ସେ ସେମାନଙ୍କ କଥାରେ ମନୋଯୋଗ କଲେ ନାହିଁ।


ତହିଁରେ ଆମ୍ଭେ ଆପଣା ହସ୍ତ ବିସ୍ତାର କରି ଦେଶ ମଧ୍ୟରେ ଯେସକଳ ଆଶ୍ଚର୍ଯ୍ୟକର୍ମ କରିବା; ତଦ୍ଦ୍ୱାରା ମିସରକୁ ଆଘାତ କଲା ଉତ୍ତାରେ ସେ ତୁମ୍ଭମାନଙ୍କୁ ଯିବାକୁ ଦେବ।


ମାତ୍ର ସଦାପ୍ରଭୁ ଫାରୋଙ୍କର ହୃଦୟ କଠିନ କଲେ, ପୁଣି, ସେ ଇସ୍ରାଏଲ-ସନ୍ତାନଗଣଙ୍କୁ ଯିବାକୁ ଦେଲେ ନାହିଁ।


ଆଉ, ଆମ୍ଭେ ଫାରୋର ହୃଦୟ କଠିନ କରିବା, ପୁଣି, ମିସର ଦେଶରେ ଆମ୍ଭର ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମ ବହୁସଂଖ୍ୟକ କରିବା।


ଏହି ଲୋକମାନେ ଆପଣା ଆପଣା ଚକ୍ଷୁରେ ଦେଖି ଓ କର୍ଣ୍ଣରେ ଶୁଣି ଓ ଅନ୍ତଃକରଣରେ ବୁଝି ମନ ଫେରାଇ ଯେପରି ସୁସ୍ଥ ନ ହୁଅନ୍ତି, ଏଥିପାଇଁ ତୁମ୍ଭେ ସେମାନଙ୍କ ଅନ୍ତଃକରଣ ସ୍ଥୂଳ କର ଓ ସେମାନଙ୍କ କର୍ଣ୍ଣ ଭାରୀ କର ଓ ସେମାନଙ୍କ ଚକ୍ଷୁ ମୁଦି ଦିଅ।”


ଆଉ, ଆମ୍ଭେ ଫାରୋର ହୃଦୟ କଠିନ କରିବା, ତହିଁରେ ସେ ସେମାନଙ୍କ ପଛେ ପଛେ ଦୌଡ଼ିବ; ପୁଣି, ଆମ୍ଭେ ଫାରୋ ଓ ତାହାର ସକଳ ସୈନ୍ୟ ଦ୍ୱାରା ସମ୍ଭ୍ରମ ପାଇବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ, ଏହା ମିସରୀୟ ଲୋକମାନେ ଜାଣିବେ।” ତହୁଁ ସେମାନେ ସେହିପରି କଲେ।


ପୁଣି, “ବାଧାଜନକ ପ୍ରସ୍ତର ଓ ବିଘ୍ନଜନକ ପାଷାଣ ସ୍ୱରୂପ ହେଲା;” ବାକ୍ୟର ଅନାଜ୍ଞାବହ ହେବାରୁ ସେମାନେ ବାଧା ପାଆନ୍ତି, ଆଉ ଏନିମନ୍ତେ ମଧ୍ୟ ସେମାନେ ନିରୂପିତ ହୋଇଥିଲେ।


ଏକ ପକ୍ଷର ଲୋକଙ୍କ ପ୍ରତି ମୃତ୍ୟୁଦାୟକ ଓ ଅନ୍ୟ ପକ୍ଷରେ ଲୋକଙ୍କ ପ୍ରତି ଜୀବନଦାୟକ ସୁବାସ ସ୍ୱରୂପ। ଆଉ ଏହି ସମସ୍ତ ନିମନ୍ତେ କିଏ ସମର୍ଥ?


ଆଉ, ଯେପରି ସେମାନେ ଈଶ୍ବର ବିଷୟକ ଜ୍ଞାନ ଗ୍ରହଣ କରିବାକୁ ଅସ୍ୱୀକୃତ ହେଲେ, ସେହିପରି ଈଶ୍ବର ଅନୁଚିତ କର୍ମ କରିବା ନିମନ୍ତେ ସେମାନଙ୍କୁ ଭ୍ରଷ୍ଟ ମତିରେ ସମର୍ପଣ କଲେ।


ସେ ଆପଣା ଲୋକମାନଙ୍କୁ ଘୃଣା କରିବା ପାଇଁ ଓ ଆପଣା ଦାସମାନଙ୍କ ସହିତ ଧୂର୍ତ୍ତ ବ୍ୟବହାର କରିବା ପାଇଁ ସେମାନଙ୍କ ମନପରିବର୍ତ୍ତନ କଲେ।


ତହୁଁ ସଦାପ୍ରଭୁ ତାହାକୁ କହିଲେ, ‘କାହିଁରେ?’ ସେ କହିଲା, ‘ମୁଁ ଯାଇ ତାହାର ସମସ୍ତ ଭବିଷ୍ୟଦ୍‍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ହେବି।’ ତେବେ ସେ କହିଲେ, ‘ତୁମ୍ଭେ ତାହାକୁ ଫୁସଲାଇବ, ମଧ୍ୟ କୃତକାର୍ଯ୍ୟ ହେବ; ଯାଅ, ସେପରି କର।’


ଅର୍ଣ୍ଣୋନ-ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ଓ ଉପତ୍ୟକାର ମଧ୍ୟବର୍ତ୍ତୀ ନଗରଠାରୁ ଗିଲୀୟଦ ପର୍ଯ୍ୟନ୍ତ ଏକ ନଗର ହିଁ ଆମ୍ଭମାନଙ୍କ ଶକ୍ତିର ଅତିରିକ୍ତ ନ ଥିଲା; ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ଆଗରେ ସମଗ୍ର ସମର୍ପଣ କଲେ।


ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭର ଆତ୍ମା ମନୁଷ୍ୟ ଉପରେ ସର୍ବଦା ଅଧିଷ୍ଠାନ କରିବ ନାହିଁ, ଯେହେତୁ ସେମାନଙ୍କ ବିପଥଗମନରେ ସେମାନେ ମାଂସ ମାତ୍ର; ଏଥିନିମନ୍ତେ ସେମାନଙ୍କ ସମୟ ଶହେ କୋଡ଼ିଏ ବର୍ଷ ହେବ।”


ଏଥର ମଧ୍ୟ ଫାରୋ ଆପଣା ହୃଦୟ କଠିନ କଲେ ଓ ଲୋକମାନଙ୍କୁ ଯିବାକୁ ଦେଲେ ନାହିଁ।


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଫାରୋ ନିକଟକୁ ଯାଅ; କାରଣ ଆମ୍ଭେ ଯେପରି ଲୋକମାନଙ୍କ ମଧ୍ୟରେ ଏହି ସକଳ ଚିହ୍ନ ଦର୍ଶାଇବା,


ମାତ୍ର ସଦାପ୍ରଭୁ ଫାରୋଙ୍କର ହୃଦୟ କଠିନ କଲେ, ପୁଣି, ସେ ସେମାନଙ୍କୁ ଯିବାକୁ ଦେବା ପାଇଁ ସମ୍ମତ ହେଲେ ନାହିଁ।


ସଦାପ୍ରଭୁ ମୋଶାଙ୍କୁ କହିଥିଲେ, “ଆମ୍ଭେ ଯେପରି ମିସର ଦେଶରେ ଆପଣା ଆଶ୍ଚର୍ଯ୍ୟକ୍ରିୟା ବହୁସଂଖ୍ୟକ କରିବା, ଏଥିପାଇଁ ଫାରୋ ତୁମ୍ଭମାନଙ୍କ କଥାରେ ମନୋଯୋଗ କରିବ ନାହିଁ।”


ପୁଣି, ମୋଶା ଓ ହାରୋଣ ଫାରୋଙ୍କ ସମ୍ମୁଖରେ ଏହି ସମସ୍ତ ଆଶ୍ଚର୍ଯ୍ୟକର୍ମ କରିଥିଲେ; ମାତ୍ର ସଦାପ୍ରଭୁ ଫାରୋଙ୍କର ହୃଦୟ କଠିନ କରନ୍ତେ, ସେ ଆପଣା ଦେଶରୁ ଇସ୍ରାଏଲ-ସନ୍ତାନଗଣଙ୍କୁ ଯିବାକୁ ଦେଲେ ନାହିଁ।


ଆଉ, ସେ କିରୂପେ ମିସରରେ ଆପଣା ଚିହ୍ନ ଓ ସୋୟନ-ପଦାରେ ଆପଣାର ଅଦ୍ଭୁତ ଲକ୍ଷଣ ସ୍ଥାପନ କଲେ;


ମାତ୍ର ଆମ୍ଭେ ଜାଣୁ, ମିସରର ରାଜା ତୁମ୍ଭମାନଙ୍କୁ ଯିବା ପାଇଁ ଅନୁମତି ଦେବ ନାହିଁ, ପରାକ୍ରାନ୍ତ ହସ୍ତ ପ୍ରକାଶିତ ହେଲେ ସୁଦ୍ଧା ଦେବ ନାହିଁ।


ବେଙ୍ଗମାନେ ଆପଣଙ୍କଠାରୁ ଓ ଆପଣଙ୍କ ଗୃହ, ଦାସ ଓ ସମସ୍ତ ଲୋକଙ୍କଠାରୁ ଦୂର ହୋଇ କେବଳ ନଦୀରେ ରହିବେ।”


ମାତ୍ର ଫାରୋ ବିପଦର ନିବୃତ୍ତି ଦେଖି ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ଆପଣା ହୃଦୟ କଠିନ କଲେ ଓ ସେମାନଙ୍କ ବାକ୍ୟରେ ମନୋଯୋଗ କଲେ ନାହିଁ।


ପୁଣି, ଆମ୍ଭେ, ଦେଖ, ଆମ୍ଭେ ମିସରୀୟମାନଙ୍କ ହୃଦୟ କଠିନ କରନ୍ତେ, ସେମାନେ ସେମାନଙ୍କ ପଛେ ପଛେ ଯିବେ, ତହିଁରେ ଆମ୍ଭେ ଫାରୋ ଓ ତାହାର ସମସ୍ତ ସୈନ୍ୟ, ରଥ ଓ ଅଶ୍ୱାରୂଢ଼ ଲୋକମାନଙ୍କ ଦ୍ୱାରା ସମ୍ଭ୍ରମ ପ୍ରାପ୍ତ ହେବା।


Swiv nou:

Piblisite


Piblisite