Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 4:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ତହିଁରେ ଲୋକମାନେ ବିଶ୍ୱାସ କଲେ, ପୁଣି, ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣର ତତ୍ତ୍ୱାବଧାନ କରି ସେମାନଙ୍କ ଦୁଃଖ ଦେଖିଅଛନ୍ତି, ଏହା ଶୁଣି ସେମାନେ ତାହାଙ୍କୁ ମସ୍ତକ ନତ କରି ଉପାସନା କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

31 ତହିଁରେ ଲୋକମାନେ ପ୍ରତ୍ୟୟ କଲେ, ପୁଣି ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣର ତତ୍ତ୍ଵାବଧାନ କରିସେମାନଙ୍କ ଦୁଃଖ ଦେଖିଅଛନ୍ତି, ଏହା ବୁଝି ସେମାନେ ତାହାଙ୍କୁ ପ୍ରଣାମ କରି ଭଜନା କଲେ ।

Gade chapit la Kopi

ଓଡିଆ ବାଇବେଲ

31 ତହିଁରେ ଲୋକମାନେ ବିଶ୍ୱାସ କଲେ, ପୁଣି, ସଦାପ୍ରଭୁ ଇସ୍ରାଏଲ ସନ୍ତାନଗଣର ତତ୍ତ୍ୱାବଧାନ କରି ସେମାନଙ୍କ ଦୁଃଖ ଦେଖିଅଛନ୍ତି, ଏହା ଶୁଣି ସେମାନେ ତାହାଙ୍କୁ ମସ୍ତକ ନତ କରି ଉପାସନା କଲେ।

Gade chapit la Kopi

ପବିତ୍ର ବାଇବଲ

31 ଲୋକମାନେ ମଧ୍ୟ ବିଶ୍ୱାସ କଲେ ଯେ ପରମେଶ୍ୱର ମୋଶାଙ୍କୁ ପଠାଇଛନ୍ତି। ଯେତେବେଳେ ଇସ୍ରାଏଲୀୟମାନେ ଶୁଣିଲେ ଯେ, ପରମେଶ୍ୱର ସେମାନଙ୍କର ଅସୁବିଧା ଦେଖିଛନ୍ତି ଏବଂ ସେମାନଙ୍କ ପାଇଁ ଦୁଃଖ କଲେ। ସେମାନେ ତାଙ୍କୁ ପ୍ରଣାମ କଲେ ଓ ଉପାସନା କଲେ।

Gade chapit la Kopi




ଯାତ୍ରା ପୁସ୍ତକ 4:31
27 Referans Kwoze  

ଏଥିରେ ସେମାନେ ତୁମ୍ଭ ରବରେ ଅବଧାନ କରିବେ; ତହୁଁ ତୁମ୍ଭେ ଓ ଇସ୍ରାଏଲ ବଂଶର ପ୍ରାଚୀନବର୍ଗ ମିସରର ରାଜା ନିକଟକୁ ଯାଇ ଏହି କଥା କହିବ, ‘ଏବ୍ରୀୟ ଲୋକମାନଙ୍କ ପରମେଶ୍ୱର ସଦାପ୍ରଭୁ ଆମ୍ଭମାନଙ୍କ ସହିତ ସାକ୍ଷାତ କରିଅଛନ୍ତି; ଏହେତୁ ବିନୟ କରୁଅଛୁ, ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ନିମିତ୍ତ ଏବେ ଆମ୍ଭମାନଙ୍କୁ ତିନି ଦିନର ପଥ ପ୍ରାନ୍ତରକୁ ଯିବା ପାଇଁ ଅନୁମତି ଦେଉନ୍ତୁ।’


ପୁଣି, ଯେଉଁମାନେ ପଥର ଉପରେ ଅଛନ୍ତି, ସେମାନେ ବାକ୍ୟ ଶୁଣି ଆନନ୍ଦରେ ଗ୍ରହଣ କରନ୍ତି; କିନ୍ତୁ ସେମାନଙ୍କର ଚେର ନ ଥିବାରୁ ସେମାନେ ଅଳ୍ପ ସମୟ ବିଶ୍ୱାସ କରନ୍ତି ଓ ପରୀକ୍ଷା ସମୟରେ ଧର୍ମତ୍ୟାଗୀ ହୁଅନ୍ତି।


ଏହା ତୁମ୍ଭମାନଙ୍କ ସନ୍ତାନମାନେ ପଚାରିଲେ, ‘ତୁମ୍ଭେମାନେ କହିବ, ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିସ୍ତାରପର୍ବୀୟ ବଳିଦାନ; କାରଣ ମିସରୀୟମାନଙ୍କୁ ଆଘାତ କରିବା ବେଳେ ସେ ମିସରରେ ପ୍ରବାସୀ ଇସ୍ରାଏଲୀୟ ସନ୍ତାନଗଣର ଗୃହସବୁ ଛାଡ଼ି ଆଗକୁ ଯାଇ ଆମ୍ଭମାନଙ୍କ ଗୃହ ରକ୍ଷା କରିଥିଲେ।’” ସେତେବେଳେ ଲୋକମାନେ ମସ୍ତକ ନତ କରି ପ୍ରଣାମ କଲେ।


ତୁମ୍ଭେ ଯାଇ ଇସ୍ରାଏଲ ବଂଶର ପ୍ରାଚୀନଗଣକୁ ଏକତ୍ର କରି ଏହି କଥା କୁହ, ‘ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ଅର୍ଥାତ୍‍, ଅବ୍ରହାମ, ଇସ୍‌ହାକ ଓ ଯାକୁବର ପରମେଶ୍ୱର ସଦାପ୍ରଭୁ ମୋତେ ଦର୍ଶନ ଦେଇ କହିଅଛନ୍ତି, ଆମ୍ଭେ ତୁମ୍ଭମାନଙ୍କର ଓ ମିସରରେ ତୁମ୍ଭମାନଙ୍କ ପ୍ରତି ଯାହା ଯାହା କରାଯାଉଅଛି, ସେସମସ୍ତ ବିଷୟର ଧ୍ୟାନ ଦେଇଅଛୁ।


ଇସ୍ରାଏଲ-ସନ୍ତାନଗଣ ପ୍ରତି ଦୃଷ୍ଟିପାତ କଲେ ଓ ସେମାନଙ୍କ ଅବସ୍ଥା ଜାଣିଲେ।


ସେତେବେଳେ ସେହି ମନୁଷ୍ୟ ମସ୍ତକ ନୁଆଁଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଣାମ କରି କହିଲା,


ଏଉତ୍ତାରେ ଦାଉଦ ସମଗ୍ର ସମାଜକୁ କହିଲେ, “ତୁମ୍ଭେମାନେ ଏବେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଧନ୍ୟବାଦ କର।” ତହିଁରେ ସମସ୍ତ ସମାଜ ସଦାପ୍ରଭୁ ସେମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱରଙ୍କର ଧନ୍ୟବାଦ କଲେ ଓ ଆପଣା ଆପଣା ମସ୍ତକ ନତ କରି ସଦାପ୍ରଭୁଙ୍କୁ ଓ ରାଜାଙ୍କୁ ପ୍ରଣାମ କଲେ।


ଏଥିଉତ୍ତାରେ ସଦାପ୍ରଭୁ କହିଲେ, “ଆମ୍ଭେ ମିସର ଦେଶସ୍ଥିତ ଆପଣା ଲୋକମାନଙ୍କର କ୍ଳେଶ ନିତାନ୍ତ ଦେଖିଅଛୁ ଓ କାର୍ଯ୍ୟଶାସକମାନଙ୍କ କାରଣରୁ ହେଉଥିବା ସେମାନଙ୍କ ରୋଦନ ଶୁଣିଅଛୁ; ଆମ୍ଭେ ସେମାନଙ୍କର ଯନ୍ତ୍ରଣା ଜାଣିଅଛୁ।


“ଧନ୍ୟ ପ୍ରଭୁ, ଇସ୍ରାଏଲର ଈଶ୍ବର, କାରଣ ସେ କୃପାଦୃଷ୍ଟି କରି, ଆପଣା ଲୋକଙ୍କ ନିମନ୍ତେ ମୁକ୍ତି ସାଧନ କରିଅଛନ୍ତି;


ତହିଁରେ ଯିହୋଶାଫଟ୍‍ ମସ୍ତକ ନତ କରି ଭୂମିଷ୍ଠ ହେଲେ; ଆଉ ସମସ୍ତ ଯିହୁଦା ଓ ଯିରୂଶାଲମ ନିବାସୀମାନେ ସଦାପ୍ରଭୁଙ୍କ ସମ୍ମୁଖରେ ମୁହଁ ମାଡ଼ି ସଦାପ୍ରଭୁଙ୍କୁ ପ୍ରଣାମ କଲେ।


ତହିଁରେ ଅବ୍ରାମ ମୁହଁ ମାଡ଼ି ପଡ଼ନ୍ତେ, ପରମେଶ୍ୱର ତାଙ୍କ ସହିତ ଆଳାପ କରି କହିଲେ,


ଏଥିପାଇଁ ଲେୟା ଗର୍ଭବତୀ ହୋଇ ପୁତ୍ର ପ୍ରସବ କରନ୍ତେ, ତାହାର ନାମ ରୁବେନ୍‍ (ପୁତ୍ରକୁ ଦେଖ) ଦେଲା; ଯେହେତୁ ସେ କହିଲା, “ସଦାପ୍ରଭୁ ମୋହର ଦୁଃଖ ଦେଖିଅଛନ୍ତି; ଏବେ ମୋʼ ସ୍ୱାମୀ ମୋତେ ଭଲ ପାଇବେ।”


ଏଥିଉତ୍ତାରେ ଯୋଷେଫ ଭାଇମାନଙ୍କୁ କହିଲେ, “ମୁଁ ମରୁଅଛି, ମାତ୍ର ପରମେଶ୍ୱର ଅବଶ୍ୟ ତୁମ୍ଭମାନଙ୍କର ତତ୍ତ୍ୱାବଧାନ କରିବେ, ପୁଣି, ଏହି ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଯେଉଁ ଦେଶ ଦେବା ପାଇଁ ଅବ୍ରହାମ, ଇସ୍‌ହାକ ଓ ଯାକୁବଙ୍କ ନିକଟରେ ଶପଥ କରିଅଛନ୍ତି, ସେହି ଦେଶକୁ ତୁମ୍ଭମାନଙ୍କୁ ନେଇଯିବେ।”


“ଏଥିପାଇଁ ତୁମ୍ଭେ ଆପଣା ହସ୍ତ ବଢ଼ାଇ ତାହାର ଲାଞ୍ଜ ଧର,” ତହିଁରେ ସେ ହସ୍ତ ବଢ଼ାଇ ତାକୁ ଧରନ୍ତେ, ତାଙ୍କ ହସ୍ତରେ ସେ ଯଷ୍ଟି ହେଲା।


ସଦାପ୍ରଭୁ ମିସରୀୟମାନଙ୍କ ବିରୁଦ୍ଧରେ ଏହି ଯେଉଁ ମହତ୍ କର୍ମ କଲେ, ତାହା ଇସ୍ରାଏଲ ଦେଖିଲେ; ତହିଁରେ ଲୋକମାନେ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କଠାରେ ଓ ତାହାଙ୍କ ଦାସ ମୋଶାଙ୍କଠାରେ ବିଶ୍ୱାସ କଲେ।


ତହିଁରେ ସମସ୍ତ ଲୋକ ଏକସଙ୍ଗରେ ଅଙ୍ଗୀକାର କରି କହିଲେ, “ସଦାପ୍ରଭୁ ଯେଉଁ କଥା କହିଅଛନ୍ତି, ତାହାସବୁ ଆମ୍ଭେମାନେ କରିବା।” ସେତେବେଳେ ମୋଶା ସଦାପ୍ରଭୁଙ୍କ ନିକଟରେ ଲୋକମାନଙ୍କ କଥା ଜଣାଇଲେ।


ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ଆମ୍ଭେ ତୁମ୍ଭ ସହିତ କଥା କହିବା ସମୟରେ ଲୋକମାନେ ଯେପରି ତାହା ଶୁଣି ପାରିବେ, ମଧ୍ୟ ତୁମ୍ଭଠାରେ ସର୍ବଦା ବିଶ୍ୱାସ କରିବେ, ଏଥିପାଇଁ ଆମ୍ଭେ ନିବିଡ଼ ମେଘରେ ତୁମ୍ଭ ନିକଟକୁ ଆସୁଅଛୁ।” ଏଥିଉତ୍ତାରେ ମୋଶା ଲୋକମାନଙ୍କ କଥା ସଦାପ୍ରଭୁଙ୍କୁ ଜଣାଇଲେ।


ତହୁଁ ମୋଶା ଶୀଘ୍ର ଭୂମିରେ ନତ ମସ୍ତକ ହୋଇ ପ୍ରଣାମ କରି କହିଲେ,


ପରେ ନୟମୀ ନିଜର ପୁତ୍ରବଧୂମାନଙ୍କୁ ନେଇଁ ମୋୟାବ ଦେଶରୁ ପ୍ରସ୍ଥାନ କରିବା ପାଇଁ ବାହାରିଲା, ଯେହେତୁ ସଦାପ୍ରଭୁ ଯେ ନିଜ ଲୋକଙ୍କର ତତ୍ତ୍ୱାବଧାରଣ କରି ଆହାର ଦେଇଅଛନ୍ତି, ଏହି କଥା ନୟମୀ ମୋୟାବ ଦେଶରେ ଥାଇ ଶୁଣିଲା।


ତହୁଁ ଏଜ୍ରା ମହାନ ପରମେଶ୍ୱର ସଦାପ୍ରଭୁଙ୍କର ଧନ୍ୟବାଦ କଲେ। ପୁଣି, ସମସ୍ତ ଲୋକ ଆପଣା ଆପଣା ହସ୍ତ ଉଠାଇ ଆମେନ୍‍, ଆମେନ୍‍ ବୋଲି ଉତ୍ତର କଲେ; ଆଉ, ସେମାନେ ଆପଣା ଆପଣା ମସ୍ତକ ନତ କରି ସଦାପ୍ରଭୁଙ୍କୁ ଭୂମିଷ୍ଠ ପ୍ରଣାମ କଲେ।


ଆଉ, ସେହି ସମୁଦ୍ର କୂଳ ଯିହୁଦା ବଂଶର ଅବଶିଷ୍ଟାଂଶ ପାଇଁ ହେବ; ସେମାନେ ସେହି ସ୍ଥାନରେ ଆପଣା ଆପଣା ମେଷପଲ ଚରାଇବେ; ସନ୍ଧ୍ୟାକାଳରେ ସେମାନେ ଅସ୍କିଲୋନସ୍ଥିତ ନାନା ଗୃହରେ ଶୟନ କରିବେ; କାରଣ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ସେମାନଙ୍କର ତତ୍ତ୍ୱାବଧାନ କରିବେ ଓ ସେମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବେ।


ତମ୍ବୁ ଦ୍ୱାରରେ ଅବସ୍ଥିତ ମେଘସ୍ତମ୍ଭ ଦେଖନ୍ତେ, ସମସ୍ତ ଲୋକ ଉଠି ପ୍ରତ୍ୟେକେ ଆପଣା ଆପଣା ତମ୍ବୁ ଦ୍ୱାରରେ ଥାଇ ପ୍ରଣାମ କଲେ।


ଆଉ ଅଗ୍ନି ଓହ୍ଲାଇବା ବେଳେ ଓ ଗୃହ ଉପରେ ସଦାପ୍ରଭୁଙ୍କ ପ୍ରତାପ ଅବସ୍ଥିତି କରିବା ବେଳେ ସମଗ୍ର ଇସ୍ରାଏଲ ସନ୍ତାନ ତାହା ଦେଖିଲେ ଓ ସେମାନେ ଚଟାଣ ଉପରେ ଭୂମିରେ ମୁହଁ ମାଡ଼ି ପଡ଼ି ପ୍ରଣାମ କଲେ, ପୁଣି ସଦାପ୍ରଭୁଙ୍କର ଧନ୍ୟବାଦ କରି କହିଲେ, “ସେ ମଙ୍ଗଳମୟ, ତାହାଙ୍କର କରୁଣା ସଦାକାଳସ୍ଥାୟୀ।”


ମାଂସର ବାହୁ ତାହାର ସହାୟ; ମାତ୍ର ଆମ୍ଭମାନଙ୍କର ସାହାଯ୍ୟ କରିବାକୁ ଓ ଆମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରିବାକୁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ସହାୟ ଅଛନ୍ତି।” ଏଥିରେ ଲୋକମାନେ ଯିହୁଦା-ରାଜା ହିଜକୀୟଙ୍କ ବାକ୍ୟରେ ନିର୍ଭର ରଖିଲେ।


ସେତେବେଳେ ଆୟୁବ ଉଠି ଆପଣା ବସ୍ତ୍ର ଚିରିଲା ଓ ଆପଣା ମସ୍ତକ କ୍ଷୌର କଲା ଓ ଭୂମିରେ ପଡ଼ି ଉପାସନା କଲା;


Swiv nou:

Piblisite


Piblisite