Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 5:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ମୋଶା ଓ ହାରୋଣ ପ୍ରବେଶ କରି ଫାରୋଙ୍କୁ କହିଲେ, “ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱର କହନ୍ତି, ‘ପ୍ରାନ୍ତରରେ ଆମ୍ଭ ଉଦ୍ଦେଶ୍ୟରେ ଉତ୍ସବ କରିବାକୁ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।’”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ମୋଶା ଓ ହାରୋଣ ପ୍ରବେଶ କରି ଫାରୋଙ୍କୁ କହିଲେ, ଇସ୍ରାଏଲର ସଦାପ୍ରଭୁ ପରମେଶ୍ଵର କହନ୍ତି, ପ୍ରାନ୍ତରରେ ଆମ୍ଭ ଉଦ୍ଦେଶ୍ୟରେ ଉତ୍ସବ କରିବାକୁ ଆମ୍ଭ ଲୋକମାନଙ୍କୁ ଛାଡ଼ି ଦିଅ।

Gade chapit la Kopi

ଓଡିଆ ବାଇବେଲ

1 ଏଥିଉତ୍ତାରେ ମୋଶା ଓ ହାରୋଣ ପ୍ରବେଶ କରି ଫାରୋଙ୍କୁ କହିଲେ, “ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱର କହନ୍ତି, ପ୍ରାନ୍ତରରେ ଆମ୍ଭ ଉଦ୍ଦେଶ୍ୟରେ ଉତ୍ସବ କରିବାକୁ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।”

Gade chapit la Kopi

ପବିତ୍ର ବାଇବଲ

1 ମୋଶା ଏବଂ ହାରୋଣ ଏପରି କହି ସାରିବା ପରେ ଫାରୋଙ୍କ ନିକଟକୁ ଗଲେ। ସେମାନେ କହିଲେ, “ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର କହିଛନ୍ତି, ‘ମୋର ଲୋକମାନଙ୍କୁ ଯିବାକୁ ଦିଅ। ସେମାନେ ମୋ’ ସମ୍ମାନାର୍ଥେ ମରୁଭୂମିରେ ଏକ ଉତ୍ସବ ପାଳନ କରିବେ।’”

Gade chapit la Kopi




ଯାତ୍ରା ପୁସ୍ତକ 5:1
26 Referans Kwoze  

ତହିଁରେ ମୋଶା କହିଲେ, “ଆମ୍ଭେମାନେ ଆପଣା ଆପଣା ବାଳକ ଓ ବୃଦ୍ଧ ସମସ୍ତଙ୍କୁ ସଙ୍ଗେ ଘେନି ଯିବୁ ଓ ଆପଣା ଆପଣା ପୁତ୍ରକନ୍ୟାମାନଙ୍କୁ, ପୁଣି, ଗୋମେଷାଦି ପଲ ମଧ୍ୟ ସଙ୍ଗରେ ଘେନି ଯିବୁ, ଯେହେତୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆମ୍ଭମାନଙ୍କର ଉତ୍ସବ କରିବାକୁ ହେବ।”


ଆଉ ଏବେ, ହେ ପ୍ରଭୁ, ସେମାନଙ୍କ ତର୍ଜନଗର୍ଜନ ପ୍ରତି ଦୃଷ୍ଟିପାତ କର; ପୁଣି, ତୁମ୍ଭର ଦାସମାନଙ୍କୁ ପୂର୍ଣ୍ଣ ସାହସ ସହ ତୁମ୍ଭର ବାକ୍ୟ କହିବାକୁ ଶକ୍ତି ଦିଅ,


ତହିଁରେ ଆହାବ ଏଲୀୟଙ୍କୁ କହିଲେ, “ହେ ମୋହର ଶତ୍ରୁ, ତୁମ୍ଭେ କʼଣ ମୋତେ ପାଇଲ?” ତହୁଁ ସେ ଉତ୍ତର କଲେ, “ମୁଁ ତୁମ୍ଭକୁ ପାଇଲି; ଯେହେତୁ ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ କର୍ମ କରିବା ପାଇଁ ତୁମ୍ଭେ ଆପଣାକୁ ବିକ୍ରି କରିଅଛ।


ଏଥିରେ ସେମାନେ ତୁମ୍ଭ ରବରେ ଅବଧାନ କରିବେ; ତହୁଁ ତୁମ୍ଭେ ଓ ଇସ୍ରାଏଲ ବଂଶର ପ୍ରାଚୀନବର୍ଗ ମିସରର ରାଜା ନିକଟକୁ ଯାଇ ଏହି କଥା କହିବ, ‘ଏବ୍ରୀୟ ଲୋକମାନଙ୍କ ପରମେଶ୍ୱର ସଦାପ୍ରଭୁ ଆମ୍ଭମାନଙ୍କ ସହିତ ସାକ୍ଷାତ କରିଅଛନ୍ତି; ଏହେତୁ ବିନୟ କରୁଅଛୁ, ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ନିମିତ୍ତ ଏବେ ଆମ୍ଭମାନଙ୍କୁ ତିନି ଦିନର ପଥ ପ୍ରାନ୍ତରକୁ ଯିବା ପାଇଁ ଅନୁମତି ଦେଉନ୍ତୁ।’


ଅତଏବ ଆସ, ଆମ୍ଭେମାନେ ପୁରାତନ ଖମୀର କିଅବା ଦୁଷ୍ଟତା ଓ କୁକର୍ମରୂପ ଖମୀର ଦ୍ୱାରା ପର୍ବ ପାଳନ ନ କରି ସରଳତା ଓ ସତ୍ୟରୂପ ଖମୀରଶୂନ୍ୟ ରୁଟି ଦ୍ୱାରା ପର୍ବ ପାଳନ କରୁ।


ଆଉ ଯେଉଁମାନେ ଶରୀରକୁ ବଧ କରନ୍ତି, କିନ୍ତୁ ଆତ୍ମାକୁ ବଧ କରିପାରନ୍ତି ନାହିଁ, ସେମାନଙ୍କୁ ଭୟ କର ନାହିଁ; ବରଂ ଯେ ଶରୀର ଓ ଆତ୍ମା ଉଭୟକୁ ନର୍କରେ ବିନଷ୍ଟ କରିପାରନ୍ତି, ତାହାଙ୍କୁ ହିଁ ଭୟ କର।


ପୁଣି, ତୁମ୍ଭେମାନେ ମୋ ସକାଶେ ଶାସନକର୍ତ୍ତା ଓ ରାଜାମାନଙ୍କ ପାଖକୁ ଅଣାଯିବ; ତାହା ସେମାନଙ୍କ ଓ ଅଣଯିହୁଦୀମାନଙ୍କ ପ୍ରତି ସାକ୍ଷ୍ୟସ୍ୱରୂପ ହେବ।


ହେ ମନୁଷ୍ୟ-ସନ୍ତାନ, ସତ୍ୟ, ସେମାନେ ତୁମ୍ଭ ନିକଟରେ କାନକୋଳି ଓ କଣ୍ଟକ ତୁଲ୍ୟ ଅଟନ୍ତି, ତୁମ୍ଭେ କଙ୍କଡ଼ାବିଛାମାନଙ୍କ ମଧ୍ୟରେ ବାସ କରୁଅଛ, ତଥାପି ସେମାନଙ୍କ ବିଷୟରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ କଥାରେ ଭୀତ ହୁଅ ନାହିଁ; ସେମାନେ ବିଦ୍ରୋହୀ ବଂଶ ହେଲେ ହେଁ ତୁମ୍ଭେ ସେମାନଙ୍କ କଥାରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ ଚାହାଣିରେ ଉଦ୍‍ବିଗ୍ନ ହୁଅ ନାହିଁ।


ପୁଣି, ସୈନ୍ୟାଧିପତି ସଦାପ୍ରଭୁ ଏହି ପର୍ବତରେ ଯାବତୀୟ ଗୋଷ୍ଠୀ ନିମନ୍ତେ ଉତ୍ତମ ଉତ୍ତମ ଖାଦ୍ୟଦ୍ରବ୍ୟର ଏକ ଭୋଜ, ପୁରାତନ ଦ୍ରାକ୍ଷାରସର, ମେଦପୂର୍ଣ୍ଣ ଉତ୍ତମ ଖାଦ୍ୟଦ୍ରବ୍ୟର, ସୁନିର୍ମଳୀକୃତ ପୁରାତନ ଦ୍ରାକ୍ଷାରସର ଏକ ଭୋଜ ପ୍ରସ୍ତୁତ କରିବେ।


ଆହୁରି, ମୁଁ ରାଜାମାନଙ୍କ ସାକ୍ଷାତରେ ତୁମ୍ଭର ପ୍ରମାଣ-ବାକ୍ୟ ବିଷୟ କହିବି ଓ ଲଜ୍ଜିତ ନୋହିବି।


ଆମ୍ଭେ ତୁମ୍ଭକୁ କହିଅଛୁ, ‘ଆମ୍ଭର ସେବା କରିବା ପାଇଁ ତୁମ୍ଭେ ଆମ୍ଭ ପୁତ୍ରକୁ ଛାଡ଼ିଦିଅ; ମାତ୍ର ତୁମ୍ଭେ ତାହାକୁ ଛାଡ଼ିବାକୁ ନାସ୍ତି କରିଅଛ; ଦେଖ, ଆମ୍ଭେ ତୁମ୍ଭ ପୁତ୍ରକୁ, ତୁମ୍ଭ ଜ୍ୟେଷ୍ଠ ପୁତ୍ରକୁ ବଧ କରିବା।’”


“ତୁମ୍ଭେ ଯାଇ ମିସରର ରାଜା ଫାରୋକୁ କୁହ, ତୁମ୍ଭ ଦେଶରୁ ଇସ୍ରାଏଲ-ସନ୍ତାନଗଣକୁ ଯିବାକୁ ଦିଅ।”


ଏମାନେ ମିସରରୁ ଇସ୍ରାଏଲ-ସନ୍ତାନଗଣକୁ ବାହାର କରି ଆଣିବା ପାଇଁ ମିସରର ରାଜା ଫାରୋଙ୍କ ସହିତ କଥାବାର୍ତ୍ତା କରିଥିଲେ। ଏମାନେ ସେହି ମୋଶା ଓ ହାରୋଣ।


ପୁଣି, ଫାରୋକୁ କୁହ, ‘ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ୱର ମୋତେ ତୁମ୍ଭ ନିକଟକୁ ପଠାଇ କହିଲେ, ତୁମ୍ଭେ ଆମ୍ଭ ଲୋକମାନଙ୍କୁ ପ୍ରାନ୍ତରରେ ସେବା କରିବାକୁ ଛାଡ଼ିଦିଅ; ମାତ୍ର ଦେଖ, ତୁମ୍ଭେ ଏପର୍ଯ୍ୟନ୍ତ ଏହି କଥାରେ ମନୋଯୋଗ କରି ନାହଁ।


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଫାରୋ ନିକଟକୁ ଯାଇ ତାହାଙ୍କୁ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭର ସେବା କରିବା ନିମନ୍ତେ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ପ୍ରଭାତରେ ଉଠି ଫାରୋ ସମ୍ମୁଖରେ ଠିଆ ହୁଅ; ଦେଖ, ସେ ଜଳ ନିକଟକୁ ଆସିଲେ, ତୁମ୍ଭେ ତାହାଙ୍କୁ ଏହି କଥା କହିବ, ‘ସଦାପ୍ରଭୁ କହନ୍ତି, ଆମ୍ଭର ସେବା କରିବାକୁ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।


ଉତ୍ତମ, ମୁଁ ଯଦି ତୁମ୍ଭ ଦୃଷ୍ଟିରେ ଅନୁଗ୍ରହପାତ୍ର ହୋଇଅଛି, ତେବେ ବିନୟ କରୁଅଛି, ମୁଁ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇବା ପାଇଁ ଯେପରି ତୁମ୍ଭଙ୍କୁ ଜାଣି ପାରିବି, ଏଥିପାଇଁ ଏବେ ତୁମ୍ଭେ ମୋତେ ଆପଣା ମାର୍ଗ ଜଣାଅ; ପୁଣି, ଏହି ଗୋଷ୍ଠୀ ଯେ ତୁମ୍ଭର ଲୋକ, ଏହା ବିବେଚନା କର।”


ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରିବା, ତାହାସବୁ ତୁମ୍ଭେ କହିବ; ପୁଣି, ତୁମ୍ଭ ଭ୍ରାତା ହାରୋଣ ଇସ୍ରାଏଲ-ସନ୍ତାନଗଣକୁ ଆପଣା ଦେଶରୁ ଛାଡ଼ି ଯିବାକୁ ଫାରୋଙ୍କୁ କହିବ।


ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ହାରୋଣକୁ କୁହ, ସମସ୍ତ ମିସର ଦେଶରେ ଯେପରି ଉକୁଣିଆ ପୋକ ହୁଅଇ, ଏଥିପାଇଁ ‘ତୁମ୍ଭେ ଆପଣା ଯଷ୍ଟି ଉଠାଇ ଭୂମିର ଧୂଳିରେ ପ୍ରହାର କର।’”


ତହିଁରେ ସେମାନେ ସେପ୍ରକାର କଲେ; ହାରୋଣ ସଯଷ୍ଟି ହସ୍ତ ବିସ୍ତାର କରି ଭୂମିର ଧୂଳିରେ ପ୍ରହାର କରନ୍ତେ, ମନୁଷ୍ୟ ଓ ପଶୁମାନଙ୍କଠାରେ ଉକୁଣିଆ ପୋକ ହେଲା; ପୁଣି, ମିସର ଦେଶର ଭୂମିସ୍ଥ ସମସ୍ତ ଧୂଳି ଉକୁଣିଆ ପୋକ ହେଲା।


ଏଣୁକରି ଆମ୍ଭେମାନେ ତିନି ଦିନର ବାଟ ପ୍ରାନ୍ତରକୁ ଯାଇ ଆମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱର ଯେଉଁ ଆଜ୍ଞା ଦେବେ, ତଦନୁସାରେ ତାହାଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା।”


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଫାରୋ ନିକଟକୁ ଯାଇ ତାହାଙ୍କୁ କୁହ, ‘ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ୱର ଏହି କଥା କହନ୍ତି, ଆମ୍ଭର ସେବା କରିବା ପାଇଁ ତୁମ୍ଭେ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।


ମାତ୍ର ଯଦି ସେମାନଙ୍କୁ ଯିବା ପାଇଁ ନାସ୍ତି କରି ଏବେ ମଧ୍ୟ ବାଧା ଦେବ,


ସେତେବେଳେ ମୋଶା ଓ ହାରୋଣ ଫାରୋଙ୍କ ନିକଟକୁ ଯାଇ କହିଲେ, “ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ୱର କହନ୍ତି, ‘ତୁମ୍ଭେ ଆମ୍ଭ ସାକ୍ଷାତରେ ନମ୍ର ହେବାକୁ କେତେ କାଳ ନାସ୍ତି କରିବ? ଆମ୍ଭର ସେବା କରିବା ନିମନ୍ତେ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।


ମାତ୍ର ଯଦି ମୋହର ଲୋକମାନଙ୍କୁ ଯିବାକୁ ଦେବା ପାଇଁ ମନା କର, ତେବେ ଦେଖ, ଆମ୍ଭେ ଆସନ୍ତାକାଲି ତୁମ୍ଭ ଅଞ୍ଚଳକୁ ପଙ୍ଗପାଳ ଆଣିବା।


Swiv nou:

Piblisite


Piblisite