Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 5:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କ ନିକଟକୁ ଫେରିଯାଇ କହିଲେ, “ହେ ପ୍ରଭୋ, ତୁମ୍ଭେ କାହିଁକି ଏହି ଲୋକମାନଙ୍କର ଅମଙ୍ଗଳ କରିଅଛ? ତୁମ୍ଭେ କାହିଁକି ମୋତେ ପଠାଇଲ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ଅନନ୍ତର ମୋଶା ସଦାପ୍ରଭୁଙ୍କ ନିକଟକୁ ଫେରିଯାଇ କହିଲେ, ହେ ପ୍ରଭୋ, ତୁମ୍ଭେ ଏହି ଲୋକମାନଙ୍କର ଅମଙ୍ଗଳ କାହିଁକି କଲ? ମୋତେ ବା ପଠାଇଲ କାହିଁକି?

Gade chapit la Kopi

ଓଡିଆ ବାଇବେଲ

22 ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କ ନିକଟକୁ ଫେରିଯାଇ କହିଲେ, “ହେ ପ୍ରଭୁ, ତୁମ୍ଭେ କାହିଁକି ଏହି ଲୋକମାନଙ୍କର ଅମଙ୍ଗଳ କରିଅଛ ? ତୁମ୍ଭେ କାହିଁକି ମୋତେ ପଠାଇଲ ?

Gade chapit la Kopi

ପବିତ୍ର ବାଇବଲ

22 ଏହା ପରେ ମୋଶା ସଦାପ୍ରଭୁଙ୍କ ପାଖକୁ ଫେରିଗଲେ ଓ କହିଲେ, “ହେ ପ୍ରଭୁ, କାହିଁକି ତୁମ୍ଭର ଲୋକମାନଙ୍କ ପାଇଁ ଏପରି ବିପଦମାନ ସୃଷ୍ଟି କଲ। ତୁମ୍ଭେ ମୋତେ କାହିଁକି ଏହି ସ୍ଥାନକୁ ପଠାଇଲ?

Gade chapit la Kopi




ଯାତ୍ରା ପୁସ୍ତକ 5:22
12 Referans Kwoze  

ହେ ସଦାପ୍ରଭୁ, ତୁମ୍ଭେ ମୋତେ ଭୁଲାଇଅଛ, ଆଉ ମୁଁ ଭ୍ରାନ୍ତ ହୋଇଅଛି; ତୁମ୍ଭେ ମୋʼ ଅପେକ୍ଷା ବଳବାନ, ତୁମ୍ଭେ ଜୟ କରିଅଛ; ମୁଁ ସାରାଦିନ ଉପହାସର ପାତ୍ର ହୋଇଅଛି, ସମସ୍ତେ ମୋତେ ପରିହାସ କରନ୍ତି।


କାରଣ ଏହି ଦର୍ଶନ ଏବେ ହେଁ ନିରୂପିତ କାଳର ଅପେକ୍ଷା ଓ ପରିଣାମର ଆକାଂକ୍ଷା କରେ ଓ ତାହା ମିଥ୍ୟା ହେବ ନାହିଁ; ତାହା ବିଳମ୍ବ ହେଲେ ହେଁ ତହିଁ ପାଇଁ ଅପେକ୍ଷା କର; କାରଣ ତାହା ଅବଶ୍ୟ ଘଟିବ, ବିଳମ୍ବ ହେବ ନାହିଁ।


ସ୍ୱର୍ଗରେ ତୁମ୍ଭ ବିନା ମୋହର ଆଉ କିଏ ଅଛି? ଓ ଭୂମଣ୍ଡଳରେ ତୁମ୍ଭ ଛଡ଼ା ଆଉ କାହାକୁ ମୁଁ ବାଞ୍ଛା କରୁ ନାହିଁ।


ତହୁଁ ଏଲୀୟ କହିଲେ, “ମୁଁ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱରଙ୍କ ପକ୍ଷରେ ଅତ୍ୟନ୍ତ ଉଦ୍‍ଯୋଗୀ ହେଲି; କାରଣ ଇସ୍ରାଏଲ-ସନ୍ତାନଗଣ ତୁମ୍ଭ ନିୟମ ପରିତ୍ୟାଗ କଲେ, ତୁମ୍ଭର ଯଜ୍ଞବେଦିସବୁ ଉତ୍ପାଟନ କଲେ ଓ ତୁମ୍ଭ ଭବିଷ୍ୟଦ୍‍ବକ୍ତାମାନଙ୍କୁ ଖଡ୍ଗରେ ବଧ କଲେ; ତହିଁରେ ମୁଁ, କେବଳ ମୁଁ ଅବଶିଷ୍ଟ ରହିଲି; ଆଉ ସେମାନେ ମୋʼ ପ୍ରାଣ ନେବାକୁ ଅନ୍ୱେଷଣ କରୁଅଛନ୍ତି।”


ମାତ୍ର ସେ ଆପେ ପ୍ରାନ୍ତର ଭିତରକୁ ଦିନକର ପଥ ଯାଇ ଏକ ରେତମବୃକ୍ଷ ମୂଳରେ ଉପସ୍ଥିତ ହୋଇ ବସିଲେ ଓ ଆପଣା ମୃତ୍ୟୁୁ-ପ୍ରାର୍ଥନା କରି କହିଲେ, “ଯଥେଷ୍ଟ ହେଲାଣି; ଏବେ ହେ ସଦାପ୍ରଭୋ, ମୋର ପ୍ରାଣ ନିଅ; କାରଣ ମୁଁ ଆପଣା ପୂର୍ବପୁରୁଷମାନଙ୍କଠାରୁ ଭଲ ନୁହେଁ।”


ଏଥିରେ ଦାଉଦ ଅତିଶୟ ଉଦ୍‍ବିଗ୍ନ ହେଲେ; କାରଣ ପ୍ରତ୍ୟେକ ଲୋକର ମନ ଆପଣା ଆପଣା ପୁତ୍ରକନ୍ୟା ସକାଶୁ ବିରକ୍ତ ହେବାରୁ ଲୋକମାନେ ତାଙ୍କୁ ପଥରରେ ମାରିବାକୁ କହିଲେ; ମାତ୍ର, ଦାଉଦ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କଠାରେ ଆପଣାକୁ ସବଳ କଲେ।


ତହୁଁ ମୋଶା ସଦାପ୍ରଭୁଙ୍କୁ କହିଲେ, “ତୁମ୍ଭେ କାହିଁକି ଆପଣା ଦାସ ପ୍ରତି ଅନିଷ୍ଟ ବ୍ୟବହାର କରିଅଛ? ଓ କାହିଁକି ମୁଁ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇ ନାହିଁ, ଯେ ତୁମ୍ଭେ ମୋʼ ଉପରେ ଏହି ସମସ୍ତ ଲୋକଙ୍କ ଭାର ଦେଉଅଛ?


ତହିଁରେ ମୋଶା ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, “ମୁଁ ଏହି ଲୋକମାନଙ୍କ ନିମନ୍ତେ କʼଣ କରିବି? ସେମାନେ ମୋତେ ପଥର ପକାଇ ମାରିବାକୁ ପ୍ରାୟ ଉଦ୍ୟତ।”


ହେ ସଦାପ୍ରଭୁ, ମୁଁ ଯେତେବେଳେ ତୁମ୍ଭ ସଙ୍ଗେ ପ୍ରତିବାଦ କରେ, ତୁମ୍ଭେ ଧାର୍ମିକ ଅଟ; ତଥାପି ବିଚାର ବିଷୟରେ ମୁଁ ତୁମ୍ଭ ସଙ୍ଗେ ବାଦାନୁବାଦ କରିବି; ଦୁଷ୍ଟ ଲୋକମାନଙ୍କର ପଥ କାହିଁକି କୁଶଳଯୁକ୍ତ ହୁଏ? ଅତି ବିଶ୍ୱାସଘାତକ ସମସ୍ତେ କାହିଁକି ନିରାପଦରେ ଥାʼନ୍ତି?


ଏଥିରେ ମୁଁ କହିଲି, “ହାୟ ହାୟ, ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଏହି ଲୋକମାନଙ୍କୁ ଓ ଯିରୂଶାଲମକୁ ତୁମ୍ଭମାନଙ୍କର ଶାନ୍ତି ହେବ ବୋଲି କହି ନିଶ୍ଚୟ ଅତିଶୟ ଭ୍ରାନ୍ତ କରିଅଛ; ଯେହେତୁ ଖଡ୍ଗ ପ୍ରାଣକୁ ଆଘାତ କରୁଅଛି।”


ପୁଣି ଯିହୋଶୂୟ କହିଲେ, “ହାୟ ହାୟ ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ଏହି ଲୋକମାନଙ୍କୁ ଯର୍ଦ୍ଦନ ପାର କରାଇ ଆଣିଲ କାହିଁକି, କି ଆମ୍ଭମାନଙ୍କୁ ଇମୋରୀୟମାନଙ୍କ ହସ୍ତରେ ସମର୍ପଣ କରି ବିନାଶ କରିବାକୁ? ଆହା, ଯେବେ ଆମ୍ଭେମାନେ ସନ୍ତୁଷ୍ଟ ହୋଇ ଯର୍ଦ୍ଦନ ସେପାରିରେ ରହିଥାʼନ୍ତୁ!


Swiv nou:

Piblisite


Piblisite