Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 5:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 କାରଣ ଯେଉଁ ଦିନାବଧି ମୁଁ ତୁମ୍ଭ ନାମରେ କଥା କହିବା ପାଇଁ ଫାରୋଙ୍କ ନିକଟକୁ ଆସିଲି, ସେହି ଦିନାବଧି ସେ ଏହି ଲୋକମାନଙ୍କର ଅମଙ୍ଗଳ କରିଅଛନ୍ତି, ପୁଣି, ତୁମ୍ଭେ ଆପଣା ଲୋକମାନଙ୍କର କିଛିମାତ୍ର ଉଦ୍ଧାର କରି ନାହଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 କାରଣ ଯେଉଁ ଦିନାବଧି ମୁଁ ତୁମ୍ଭ ନାମରେ କଥା କହିବା ପାଇଁ ଫାରୋଙ୍କ ନିକଟକୁ ଆସିଲି, ସେହି ଦିନାବଧି ସେ ଏହି ଲୋକମାନଙ୍କର ଅମଙ୍ଗଳ କରୁଅଛନ୍ତି, ପୁଣି ତୁମ୍ଭେ ଆପଣା ଲୋକମାନଙ୍କର କିଛିମାତ୍ର ଉଦ୍ଧାର କରିନାହଁ।

Gade chapit la Kopi

ଓଡିଆ ବାଇବେଲ

23 କାରଣ ଯେଉଁ ଦିନାବଧି ମୁଁ ତୁମ୍ଭ ନାମରେ କଥା କହିବା ପାଇଁ ଫାରୋଙ୍କ ନିକଟକୁ ଆସିଲି, ସେହି ଦିନାବଧି ସେ ଏହି ଲୋକମାନଙ୍କର ଅମଙ୍ଗଳ କରିଅଛନ୍ତି, ପୁଣି, ତୁମ୍ଭେ ଆପଣା ଲୋକମାନଙ୍କର କିଛିମାତ୍ର ଉଦ୍ଧାର କରି ନାହଁ।”

Gade chapit la Kopi

ପବିତ୍ର ବାଇବଲ

23 ମୁଁ ଫାରୋଙ୍କ ନିକଟକୁ ଯାଇ ତୁମ୍ଭେ ଯାହା କହିବାକୁ ମୋତେ କହିଥିଲ, ମୁଁ କହିଲି। କିନ୍ତୁ ସେହି ସମୟଠାରୁ ସେ ତୁମ୍ଭର ଲୋକମାନଙ୍କ ପାଇଁ ନିଷ୍ଠୁର ହେଲେ। କିନ୍ତୁ ତୁମ୍ଭେ ସେମାନଙ୍କୁ ସାହାଯ୍ୟ କରିବା ପାଇଁ କିଛି କଲ ନାହିଁ।”

Gade chapit la Kopi




ଯାତ୍ରା ପୁସ୍ତକ 5:23
9 Referans Kwoze  

ଏହେତୁ “ଅନାଥୋତ୍‍ ଲୋକମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି, ସେମାନେ ତୁମ୍ଭର ପ୍ରାଣ ଅନ୍ୱେଷଣ କରି କହନ୍ତି, ତୁମ୍ଭେ ଯେପରି ଆମ୍ଭମାନଙ୍କ ହସ୍ତରେ ହତ ନ ହୁଅ, ଏଥିପାଇଁ ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର ନାହିଁ;


ଏଥିପାଇଁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ଭିତ୍ତିମୂଳ ନିମନ୍ତେ ସିୟୋନରେ ଏକ ପ୍ରସ୍ତର, ପରୀକ୍ଷାସିଦ୍ଧ ପ୍ରସ୍ତର, ଦୃଢ଼ ଭିତ୍ତିମୂଳ ସ୍ୱରୂପ ବହୁମୂଲ୍ୟ କୋଣ-ପ୍ରସ୍ତର ସ୍ଥାପନ କରୁଅଛୁ; ଯେ ବିଶ୍ୱାସ କରେ, ସେ ଚଞ୍ଚଳ ହେବ ନାହିଁ।


ସଦାପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ; ଆମ୍ଭେମାନେ ସଦାପ୍ରଭୁଙ୍କ ଗୃହରୁ ତୁମ୍ଭକୁ ଆଶୀର୍ବାଦ କରିଅଛୁ।


ମୁଁ ମୋହର ପିତାଙ୍କ ନାମରେ ଆସିଅଛି, ଆଉ ତୁମ୍ଭେମାନେ ତ ମୋତେ ଗ୍ରହଣ କରୁ ନାହଁ; ଅନ୍ୟ ଜଣେ ଯଦି ନିଜ ନାମରେ ଆସିବ, ତେବେ ତୁମ୍ଭେମାନେ ତାହାକୁ ଗ୍ରହଣ କରିବ।


ଏହେତୁ ମିସରୀୟ ଲୋକମାନଙ୍କ ହସ୍ତରୁ ସେମାନଙ୍କୁ ଉଦ୍ଧାର କରିବାକୁ, ପୁଣି, ସେହି ଦେଶରୁ ଉତ୍ତମ ଓ ପ୍ରଶସ୍ତ ଏକ ଦେଶକୁ; ଅର୍ଥାତ୍‍, କିଣାନୀୟ, ହିତ୍ତୀୟ, ଇମୋରୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟମାନେ ଯେଉଁ ସ୍ଥାନରେ ଥାʼନ୍ତି, ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ସେମାନଙ୍କୁ ନେଇଯିବାକୁ ଓହ୍ଲାଇ ଆସିଲୁ।


ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଆମ୍ଭେ ଫାରୋ ପ୍ରତି ଯାହା କରିବା, ତାହା ତୁମ୍ଭେ ଏବେ ଦେଖିବ; କାରଣ ବାହୁ ବଳ ପ୍ରକାଶିତ ହେଲେ, ସେ ଲୋକମାନଙ୍କୁ ଯିବାକୁ ଦେବ ଓ ବାହୁ ବଳ ପ୍ରକାଶିତ ହେଲେ, ଆପଣା ଦେଶରୁ ସେମାନଙ୍କୁ ତଡ଼ି ଦେବ।”


ସେମାନେ ପରମେଶ୍ୱରଙ୍କୁ କହିଲେ, ‘ଆମ୍ଭମାନଙ୍କ ନିକଟରୁ ଦୂର ହୁଅ’ ଓ ‘ସର୍ବଶକ୍ତିମାନ ପରମେଶ୍ୱର ଆମ୍ଭମାନଙ୍କ ପାଇଁ କʼଣ କରିପାରନ୍ତି?’


Swiv nou:

Piblisite


Piblisite