Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 6:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ଏହି ଯେ ହାରୋଣ ଓ ମୋଶା, ଏମାନଙ୍କୁ ସଦାପ୍ରଭୁ କହିଲେ, “ତୁମ୍ଭେମାନେ ସୈନ୍ୟଶ୍ରେଣୀବଦ୍ଧ ଇସ୍ରାଏଲ-ସନ୍ତାନଗଣକୁ ମିସର ଦେଶରୁ ବାହାର କରି ଆଣ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ଏହି ଯେ ହାରୋଣ ଓ ମୋଶା, ଏମାନଙ୍କୁ ସଦାପ୍ରଭୁ କହିଲେ, ତୁମ୍ଭେମାନେ ସୈନ୍ୟଶ୍ରେଣୀବଦ୍ଧ ଇସ୍ରାଏଲ-ସନ୍ତାନଗଣକୁ ମିସର ଦେଶରୁ ବାହାର କରି ଆଣ।

Gade chapit la Kopi

ଓଡିଆ ବାଇବେଲ

26 ଏହି ଯେ ହାରୋଣ ଓ ମୋଶା, ଏମାନଙ୍କୁ ସଦାପ୍ରଭୁ କହିଲେ, “ତୁମ୍ଭେମାନେ ସୈନ୍ୟଶ୍ରେଣୀବଦ୍ଧ ଇସ୍ରାଏଲ ସନ୍ତାନଗଣକୁ ମିସର ଦେଶରୁ ବାହାର କରି ଆଣ।”

Gade chapit la Kopi

ପବିତ୍ର ବାଇବଲ

26 ହାରୋଣ ଓ ମୋଶା ଏହି ପରିବାରବର୍ଗର ଥିଲେ ଏବଂ ସେମାନେ ଏହି ଲୋକ ଥିଲେ, ଯେଉଁମାନଙ୍କୁ ସଦାପ୍ରଭୁ କହିଲେ, “ତୁମ୍ଭେମାନେ ସୈନ୍ୟ ଶ୍ରେଣୀବଦ୍ଧ ଇସ୍ରାଏଲ ସନ୍ତାନଗଣଙ୍କୁ ମିଶର ଦେଶରୁ ବାହାର କରି ଆଣ।”

Gade chapit la Kopi




ଯାତ୍ରା ପୁସ୍ତକ 6:26
23 Referans Kwoze  

ଏହି ପ୍ରକାରେ ସଦାପ୍ରଭୁ ସେହି ଦିନ ସୈନ୍ୟଶ୍ରେଣୀବଦ୍ଧ ଇସ୍ରାଏଲ-ସନ୍ତାନଗଣକୁ ମିସର ଦେଶରୁ ବାହାର କରି ଆଣିଲେ।


ଏହି ପ୍ରକାରେ ତୁମ୍ଭେମାନେ ତାଡ଼ିଶୂନ୍ୟ ରୁଟିର ପର୍ବ ପାଳନ କରିବ, କାରଣ ସେହି ଦିନରେ ହିଁ ଆମ୍ଭେ ତୁମ୍ଭମାନଙ୍କର ସୈନ୍ୟମାନଙ୍କୁ ମିସର ଦେଶରୁ ବାହାର କରି ଆଣିବା; ଏଣୁ ତୁମ୍ଭେମାନେ ପୁରୁଷାନୁକ୍ରମେ ଅନନ୍ତକାଳୀନ ବିଧିମତେ ଏହି ଦିନ ପାଳନ କରିବ।


ତଥାପି ଫାରୋ ତୁମ୍ଭମାନଙ୍କ କଥାରେ ମନୋଯୋଗ କରିବ ନାହିଁ; ଏହେତୁ ଆମ୍ଭେ ମିସର ଦେଶ ଉପରେ ଆପଣା ହସ୍ତ ଥୋଇ ମହାଦଣ୍ଡ ଦ୍ୱାରା ମିସରଠାରୁ ଆପଣା ସୈନ୍ୟସାମନ୍ତ, ଆମ୍ଭର ଲୋକ ଇସ୍ରାଏଲ-ସନ୍ତାନଗଣକୁ ବାହାର କରି ଆଣିବା।


ଏହିରୂପେ ସଦାପ୍ରଭୁ ମୋଶା ଓ ହାରୋଣଙ୍କ ସହିତ ଆଳାପ କଲେ, ପୁଣି, ଇସ୍ରାଏଲ-ସନ୍ତାନଗଣକୁ ମିସର ଦେଶରୁ ବାହାର କରି ଆଣିବା ନିମନ୍ତେ ମିସର ରାଜା ଫାରୋଙ୍କ ନିକଟରେ ଓ ଇସ୍ରାଏଲ-ସନ୍ତାନଗଣ ନିକଟରେ ବକ୍ତବ୍ୟ କଥା ସେମାନଙ୍କୁ ଆଜ୍ଞା କଲେ।


ଇସ୍ରାଏଲ-ସନ୍ତାନଗଣ ମୋଶା ଓ ହାରୋଣଙ୍କର ହସ୍ତାଧୀନ ହୋଇ ଆପଣା ଆପଣା ସୈନ୍ୟଶ୍ରେଣୀ କ୍ରମେ ମିସର ଦେଶରୁ ବାହାରି ଆସିବା ସମୟରେ ଯେଉଁ ଯାତ୍ରା କରିଥିଲେ, ତହିଁର ବିବରଣ ଏହି।


ଆମ୍ଭେ ତ ମିସର ଦେଶରୁ ତୁମ୍ଭକୁ ବାହାର କରି ଆଣିଲୁ ଓ ଦାସଗୃହରୁ ତୁମ୍ଭକୁ ମୁକ୍ତ କଲୁ; ଆଉ, ତୁମ୍ଭର ଅଗ୍ରସର ହେବା ପାଇଁ ମୋଶା, ହାରୋଣ ଓ ମରୀୟମକୁ ପଠାଇଲୁ।


ତାହାଙ୍କ ଯାଜକଗଣ ମଧ୍ୟରେ ମୋଶା, ହାରୋଣ ଓ ତାହାଙ୍କ ନାମରେ ପ୍ରାର୍ଥନାକାରୀମାନଙ୍କ ମଧ୍ୟରେ ଶାମୁୟେଲ; ସେମାନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ ଓ ସେ ସେମାନଙ୍କୁ ଉତ୍ତର ଦେଲେ।


ତୁମ୍ଭେ ମୋଶା ଓ ହାରୋଣର ହସ୍ତ ଦ୍ୱାରା ଆପଣା ଲୋକମାନଙ୍କୁ ମେଷପଲ ପରି ଚଳାଇଲ।


ଅମ୍ରାମ୍‍ର ସନ୍ତାନ ହାରୋଣ ଓ ମୋଶା ଓ ମରୀୟମ। ପୁଣି, ହାରୋଣର ପୁତ୍ର ନାଦବ୍‍ ଓ ଅବୀହୂ, ଇଲୀୟାସର ଓ ଈଥାମର।


ଯାକୁବ ମିସରକୁ ଆସିଲା ଉତ୍ତାରେ ଯେତେବେଳେ ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ, ସେତେବେଳେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ ପଠାଇଲେ; ତହିଁରେ ସେମାନେ ମିସରରୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣକୁ ବାହାର କରି ଆଣିଲେ ଓ ଏହି ସ୍ଥାନରେ ସେମାନଙ୍କୁ ବାସ କରାଇଲେ।


ତହୁଁ ଶାମୁୟେଲ ଲୋକମାନଙ୍କୁ କହିଲେ, “ସେହି ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ ନିଯୁକ୍ତ କରିଥିଲେ ଓ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ମିସର ଦେଶରୁ ବାହାର କରି ଆଣିଥିଲେ।


ଏଉତ୍ତାରେ ଆମ୍ଭେ ମୋଶା ଓ ହାରୋଣକୁ ପଠାଇଲୁ ଓ ମିସର ମଧ୍ୟରେ ଯେଉଁ କାର୍ଯ୍ୟ କଲୁ, ତଦ୍ଦ୍ୱାରା ତାହାକୁ ଦଣ୍ଡ ଦେଲୁ; ତହିଁ ଉତ୍ତାରେ ଆମ୍ଭେ ତୁମ୍ଭମାନଙ୍କୁ ବାହାର କରି ଆଣିଲୁ।


ତହିଁରେ ମୋଶା ଆପଣା ସଦାପ୍ରଭୁ ପରମେଶ୍ୱରଙ୍କୁ ନିବେଦନ କରି କହିଲେ, “ହେ ସଦାପ୍ରଭୋ, ତୁମ୍ଭେ ଆପଣାର ଯେଉଁ ଲୋକମାନଙ୍କୁ ଆପଣା ମହାପରାକ୍ରମ ଓ ବାହୁ ବଳରେ ମିସର ଦେଶରୁ ବାହାର କରି ଆଣିଅଛ, ସେମାନଙ୍କ ପ୍ରତିକୂଳରେ ତୁମ୍ଭର କ୍ରୋଧ କାହିଁକି ପ୍ରଜ୍ୱଳିତ ହେବ?


ତେବେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଓହ୍ଲାଇ ଯାଅ, କାରଣ ତୁମ୍ଭର ଯେଉଁ ଲୋକମାନଙ୍କୁ ତୁମ୍ଭେ ମିସରରୁ ବାହାର କରି ଆଣିଲ, ସେମାନେ ଆପଣାମାନଙ୍କୁ ଭ୍ରଷ୍ଟ କରିଅଛନ୍ତି।


ଏଥିଉତ୍ତାରେ ମୋଶାଙ୍କର ପର୍ବତରୁ ଓହ୍ଲାଇବାର ବିଳମ୍ବ ଦେଖି ଲୋକମାନେ ହାରୋଣଙ୍କ ନିକଟରେ ଏକତ୍ର ହୋଇ ତାଙ୍କୁ କହିଲେ, “ଉଠ, ଆମ୍ଭମାନଙ୍କର ଅଗ୍ରଗାମୀ ହେବା ପାଇଁ ଆମ୍ଭମାନଙ୍କ ନିମନ୍ତେ ଦେବତା ନିର୍ମାଣ କର, ଯେହେତୁ ଯେଉଁ ବ୍ୟକ୍ତି ମିସର ଦେଶରୁ ଆମ୍ଭମାନଙ୍କୁ ବାହାର କରି ଆଣିଲେ, ସେହି ମୋଶାଙ୍କ ପ୍ରତି କଅଣ ଘଟିଅଛି, ତାହା ଆମ୍ଭେମାନେ ଜାଣୁ ନାହୁଁ।”


“ଯେ ତୁମ୍ଭକୁ ଦାସଗୃହ ସ୍ୱରୂପ ମିସର ଦେଶରୁ ବାହାର କରି ଆଣିଅଛନ୍ତି, ତୁମ୍ଭର ସେହି ସଦାପ୍ରଭୁ ପରମେଶ୍ୱର ଆମ୍ଭେ ଅଟୁ।”


ଏହେତୁ ପରମେଶ୍ୱର ସେମାନଙ୍କୁ ସୂଫ ସାଗରର ପ୍ରାନ୍ତରଗାମୀ ବକ୍ର ପଥରେ ଗମନ କରାଇଲେ ଓ ଇସ୍ରାଏଲ-ସନ୍ତାନଗଣ ସସଜ୍ଜ ହୋଇ ମିସରଠାରୁ ଯାତ୍ରା କଲେ।


ପୁଣି, ଅମ୍ରାମ୍‍ ଆପଣା ପିଉସୀ ଯୋକେବଦକୁ ବିବାହ କରନ୍ତେ, ସେ ତାହାର ଔରସରେ ହାରୋଣଙ୍କୁ ଓ ମୋଶାଙ୍କୁ ପ୍ରସବ କଲା; ସେହି ଅମ୍ରାମ୍‍ର ଆୟୁ ଶହେ ସଇଁତିରିଶ ବର୍ଷ ଥିଲା।


ଆମ୍ଭେ ତୁମ୍ଭମାନଙ୍କୁ ଆପଣା ଲୋକ ରୂପେ ଗ୍ରହଣ କରିବା ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା; ତହିଁରେ ମିସରୀୟମାନଙ୍କ ଭାରବହନରୁ ତୁମ୍ଭମାନଙ୍କର ନିସ୍ତାରକାରୀ ଆମ୍ଭେ ଯେ ତୁମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁ ଅଟୁ, ତାହା ତୁମ୍ଭେମାନେ ଜାଣିବ।


ଏହିରୂପେ ଆକାଶମଣ୍ଡଳ ଓ ପୃଥିବୀର, ପୁଣି, ସେହି ଦୁଇସ୍ଥିତ ସମସ୍ତ ବସ୍ତୁର ସୃଷ୍ଟି ସମାପ୍ତ ହେଲା।


ସେହି ଚାରି ଶହ ତିରିଶ ବର୍ଷ ଶେଷରେ, ସେହି ଦିନରେ ସଦାପ୍ରଭୁଙ୍କ ସୈନ୍ୟସମୂହ ମିସରରୁ ବାହାର ହେଲେ।


Swiv nou:

Piblisite


Piblisite