Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 7:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତଥାପି ଫାରୋ ତୁମ୍ଭମାନଙ୍କ କଥାରେ ମନୋଯୋଗ କରିବ ନାହିଁ; ଏହେତୁ ଆମ୍ଭେ ମିସର ଦେଶ ଉପରେ ଆପଣା ହସ୍ତ ଥୋଇ ମହାଦଣ୍ଡ ଦ୍ୱାରା ମିସରଠାରୁ ଆପଣା ସୈନ୍ୟସାମନ୍ତ, ଆମ୍ଭର ଲୋକ ଇସ୍ରାଏଲ-ସନ୍ତାନଗଣକୁ ବାହାର କରି ଆଣିବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ତଥାପି ଫାରୋ ତୁମ୍ଭମାନଙ୍କ କଥାରେ ମନୋଯୋଗ କରିବ ନାହିଁ; ଏହେତୁ ଆମ୍ଭେ ମିସର ଦେଶ ଉପରେ ଆପଣା ହସ୍ତ ଥୋଇ ମହାଦଣ୍ତ ଦ୍ଵାରା ମିସରଠାରୁ ଆପଣା ସୈନ୍ୟସାମନ୍ତ, ଆମ୍ଭର ଲୋକ ଇସ୍ରାଏଲ-ସନ୍ତାନଗଣକୁ ବାହାର କରି ଆଣିବା।

Gade chapit la Kopi

ଓଡିଆ ବାଇବେଲ

4 ତଥାପି ଫାରୋ ତୁମ୍ଭମାନଙ୍କ କଥାରେ ମନୋଯୋଗ କରିବ ନାହିଁ; ଏହେତୁ ଆମ୍ଭେ ମିସର ଦେଶ ଉପରେ ଆପଣା ହସ୍ତ ଥୋଇ ମହାଦଣ୍ଡ ଦ୍ୱାରା ମିସରଠାରୁ ଆପଣା ସୈନ୍ୟସାମନ୍ତ, ଆମ୍ଭର ଲୋକ ଇସ୍ରାଏଲ ସନ୍ତାନଗଣକୁ ବାହାର କରି ଆଣିବା।

Gade chapit la Kopi

ପବିତ୍ର ବାଇବଲ

4 ତେଣୁ ଏହା ପରେ ମୁଁ ମିଶରକୁ ବହୁତ ଦଣ୍ଡ ଦେବି। ଏବଂ ତା'ପରେ ମୁଁ ମୋର ଲୋକମାନଙ୍କୁ ମିଶରରୁ ବାହାର କରି ଆଣିବି।

Gade chapit la Kopi




ଯାତ୍ରା ପୁସ୍ତକ 7:4
28 Referans Kwoze  

ସଦାପ୍ରଭୁ ମୋଶାଙ୍କୁ କହିଥିଲେ, “ଆମ୍ଭେ ଯେପରି ମିସର ଦେଶରେ ଆପଣା ଆଶ୍ଚର୍ଯ୍ୟକ୍ରିୟା ବହୁସଂଖ୍ୟକ କରିବା, ଏଥିପାଇଁ ଫାରୋ ତୁମ୍ଭମାନଙ୍କ କଥାରେ ମନୋଯୋଗ କରିବ ନାହିଁ।”


ଏନିମନ୍ତେ ଇସ୍ରାଏଲ-ସନ୍ତାନଗଣକୁ କୁହ, ‘ଆମ୍ଭେ ସଦାପ୍ରଭୁ, ଆମ୍ଭେ ତୁମ୍ଭମାନଙ୍କୁ ମିସରୀୟମାନଙ୍କ ଭାରବହନରୁ ନିସ୍ତାର କରିବା ଓ ଆମ୍ଭେ ତୁମ୍ଭମାନଙ୍କୁ ସେମାନଙ୍କ ଦାସତ୍ୱରୁ ମୁକ୍ତ କରିବା, ପୁଣି, ଆମ୍ଭେ ବିସ୍ତୀର୍ଣ୍ଣ ବାହୁ ଓ ମହା ମହା ଦଣ୍ଡ ଦ୍ୱାରା ତୁମ୍ଭମାନଙ୍କୁ ଉଦ୍ଧାର କରିବା।


ଏହି ପ୍ରକାରେ ସଦାପ୍ରଭୁ ସେହି ଦିନ ସୈନ୍ୟଶ୍ରେଣୀବଦ୍ଧ ଇସ୍ରାଏଲ-ସନ୍ତାନଗଣକୁ ମିସର ଦେଶରୁ ବାହାର କରି ଆଣିଲେ।


କାରଣ ତାହାଙ୍କ ବିଚାର ସତ୍ୟ ଓ ନ୍ୟାୟ; ଯେଉଁ ମହା ବେଶ୍ୟା ଆପଣା ବ୍ୟଭିଚାର ଦ୍ୱାରା, ପୃଥିବୀକୁ ଭ୍ରଷ୍ଟ କରିଥିଲା, ସେ ତାହାକୁ ଦଣ୍ଡ ଦେଇ ଆପଣା ଦାସମାନଙ୍କ ରକ୍ତପାତର ପରିଶୋଧ ତାହାଠାରୁ ନେଇଅଛନ୍ତି।”


ସେତେବେଳେ ମୁଁ ବେଦିରୁ ଏହା ଶୁଣିଲି, “ହଁ, ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ବର, ତୁମ୍ଭର ସମସ୍ତ ବିଚାର ସତ୍ୟ ଓ ଯଥାର୍ଥ।”


ହେ ପ୍ରଭୁ, କିଏ ତୁମ୍ଭକୁ ଭୟ ନ କରିବ? କିଏ ତୁମ୍ଭ ନାମର ଗୌରବ କୀର୍ତ୍ତନ ନ କରିବ? କାରଣ କେବଳ ତୁମ୍ଭେ ହିଁ ପବିତ୍ର; ଜାତିସମୂହ ଆସି ତୁମ୍ଭ ଛାମୁରେ ପ୍ରଣାମ କରିବେ, ଯେଣୁ ତୁମ୍ଭର ନ୍ୟାୟ କର୍ମସମୂହ ପ୍ରକାଶିତ ହୋଇଅଛି।”


ଏହିରୂପେ ଆମ୍ଭେ ମିସରରେ ଦଣ୍ଡାଜ୍ଞା ସଫଳ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”


ପୁଣି, ଆମ୍ଭେ ପଥ୍ରୋଷକୁ ଧ୍ୱଂସ କରିବା ଓ ସୋୟନରେ ଅଗ୍ନି ଲଗାଇବା, ଆଉ ନୋ-ନଗରରେ ଦଣ୍ଡାଜ୍ଞା ସଫଳ କରିବା।


ଆମ୍ଭେ ମୋୟାବ ଉପରେ ଦଣ୍ଡାଜ୍ଞା ସଫଳ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।


କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ମନୁଷ୍ୟ ଓ ପଶୁଗଣକୁ ଉଚ୍ଛିନ୍ନ କରିବା ପାଇଁ ଯେତେବେଳେ ଯିରୂଶାଲମ ବିରୁଦ୍ଧରେ ଖଡ୍ଗ, ଦୁର୍ଭିକ୍ଷ, ହିଂସ୍ରକ ପଶୁ ଓ ମହାମାରୀ, ଆମ୍ଭର ଏହି ଚାରି ମହାଦଣ୍ଡ ପଠାଇବା, ସେତେବେଳେ ଆଉ କେତେ ଅଧିକ ନ ଘଟିବ?


ସେ ନିଶ୍ଚୟ ମୋʼ ବିରୁଦ୍ଧରେ ଦିନସାରା ଆପଣା ହସ୍ତ ପୁନଃ ପୁନଃ ଫେରାଉ ଅଛନ୍ତି।


ରାତ୍ରିକାଳରେ ମୁଁ ଆପଣା ପ୍ରାଣ ସହିତ ତୁମ୍ଭର ଆକାଂକ୍ଷା କରିଅଛି; ହଁ, ମୁଁ ଆପଣା ଅନ୍ତରସ୍ଥ ଆତ୍ମା ସହିତ ଶୀଘ୍ର ତୁମ୍ଭର ଅନ୍ୱେଷଣ କରିବି; କାରଣ ପୃଥିବୀରେ ତୁମ୍ଭର ଶାସନସକଳ ପ୍ରକାଶିତ ହେଲେ ଜଗନ୍ନିବାସୀମାନେ ଧର୍ମ ଶିକ୍ଷା କରନ୍ତି।


ନିନ୍ଦକମାନଙ୍କ ପାଇଁ ଦଣ୍ଡାଜ୍ଞା ଓ ମୂର୍ଖମାନଙ୍କ ପିଠି ପାଇଁ ପ୍ରହାର ପ୍ରସ୍ତୁତ ଅଛି।


ସଦାପ୍ରଭୁ ଯେପରି କହିଥିଲେ ଓ ସଦାପ୍ରଭୁ ସେମାନଙ୍କ ନିକଟରେ ଯେପରି ଶପଥ କରିଥିଲେ, ତଦନୁସାରେ ସେମାନେ ଯେଉଁଆଡ଼େ ଗଲେ, ସେଆଡ଼େ ଅମଙ୍ଗଳ କରିବାକୁ ସଦାପ୍ରଭୁଙ୍କ ହସ୍ତ ସେମାନଙ୍କର ବିରୁଦ୍ଧ ହେଲା; ଏହିପରି ସେମାନେ ଭାରୀ କ୍ଳେଶରେ ପଡ଼ିଲେ।


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଫାରୋ ନିକଟକୁ ଯାଅ; କାରଣ ଆମ୍ଭେ ଯେପରି ଲୋକମାନଙ୍କ ମଧ୍ୟରେ ଏହି ସକଳ ଚିହ୍ନ ଦର୍ଶାଇବା,


ତେବେ ଦେଖ, ତୁମ୍ଭ କ୍ଷେତ୍ରସ୍ଥିତ ଘୋଡା, ଗର୍ଦ୍ଦଭ, ଓଟ, ଗୋରୁ ଓ ମେଷାଦି ପଶୁଗଣ ଉପରେ ସଦାପ୍ରଭୁଙ୍କ ହସ୍ତ ଅଛି; ଏଣୁ ଅତିଶୟ ମହାମାରୀ ହେବ।


ଏହି ଯେ ହାରୋଣ ଓ ମୋଶା, ଏମାନଙ୍କୁ ସଦାପ୍ରଭୁ କହିଲେ, “ତୁମ୍ଭେମାନେ ସୈନ୍ୟଶ୍ରେଣୀବଦ୍ଧ ଇସ୍ରାଏଲ-ସନ୍ତାନଗଣକୁ ମିସର ଦେଶରୁ ବାହାର କରି ଆଣ।”


ତହିଁରେ ଆମ୍ଭେ ଆପଣା ହସ୍ତ ବିସ୍ତାର କରି ଦେଶ ମଧ୍ୟରେ ଯେସକଳ ଆଶ୍ଚର୍ଯ୍ୟକର୍ମ କରିବା; ତଦ୍ଦ୍ୱାରା ମିସରକୁ ଆଘାତ କଲା ଉତ୍ତାରେ ସେ ତୁମ୍ଭମାନଙ୍କୁ ଯିବାକୁ ଦେବ।


ମାତ୍ର ଆମ୍ଭେ ଜାଣୁ, ମିସରର ରାଜା ତୁମ୍ଭମାନଙ୍କୁ ଯିବା ପାଇଁ ଅନୁମତି ଦେବ ନାହିଁ, ପରାକ୍ରାନ୍ତ ହସ୍ତ ପ୍ରକାଶିତ ହେଲେ ସୁଦ୍ଧା ଦେବ ନାହିଁ।


ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଆମ୍ଭେ ଫାରୋ ପ୍ରତି ଯାହା କରିବା, ତାହା ତୁମ୍ଭେ ଏବେ ଦେଖିବ; କାରଣ ବାହୁ ବଳ ପ୍ରକାଶିତ ହେଲେ, ସେ ଲୋକମାନଙ୍କୁ ଯିବାକୁ ଦେବ ଓ ବାହୁ ବଳ ପ୍ରକାଶିତ ହେଲେ, ଆପଣା ଦେଶରୁ ସେମାନଙ୍କୁ ତଡ଼ି ଦେବ।”


ତହିଁରେ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଫାରୋଙ୍କର ହୃଦୟ କଠିନ ହେଲା ଓ ସେ ସେମାନଙ୍କ କଥାରେ ମନୋଯୋଗ କଲେ ନାହିଁ।


ପୁଣି, ଫାରୋକୁ କୁହ, ‘ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ୱର ମୋତେ ତୁମ୍ଭ ନିକଟକୁ ପଠାଇ କହିଲେ, ତୁମ୍ଭେ ଆମ୍ଭ ଲୋକମାନଙ୍କୁ ପ୍ରାନ୍ତରରେ ସେବା କରିବାକୁ ଛାଡ଼ିଦିଅ; ମାତ୍ର ଦେଖ, ତୁମ୍ଭେ ଏପର୍ଯ୍ୟନ୍ତ ଏହି କଥାରେ ମନୋଯୋଗ କରି ନାହଁ।


ମାତ୍ର ଫାରୋ ବିପଦର ନିବୃତ୍ତି ଦେଖି ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ଆପଣା ହୃଦୟ କଠିନ କଲେ ଓ ସେମାନଙ୍କ ବାକ୍ୟରେ ମନୋଯୋଗ କଲେ ନାହିଁ।


ତେବେ ମନ୍ତ୍ରଜ୍ଞମାନେ ଫାରୋଙ୍କୁ କହିଲେ, “ଏ ତ ପରମେଶ୍ୱରଙ୍କ ଅଙ୍ଗୁଳିକୃତ କର୍ମ,” ତଥାପି ସଦାପ୍ରଭୁଙ୍କ ବାକ୍ୟାନୁସାରେ ଫାରୋଙ୍କର ହୃଦୟ କଠିନ ହେଲା, ପୁଣି, ସେ ସେମାନଙ୍କ ବାକ୍ୟରେ ମନୋଯୋଗ କଲେ ନାହିଁ।


ଏଥିଉତ୍ତାରେ ସଦାପ୍ରଭୁ ଫାରୋଙ୍କର ହୃଦୟ କଠିନ କଲେ, ତହିଁରେ ସେ ମୋଶାଙ୍କ ପ୍ରତି ଉକ୍ତ ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ସେମାନଙ୍କ କଥାରେ ମନୋଯୋଗ କଲେ ନାହିଁ।


ଏଥିଉତ୍ତାରେ ମୋଶା ଲୋକମାନଙ୍କୁ କହିଲେ, “ଏହି ଦିନ ସ୍ମରଣରେ ରଖ, ଯେହେତୁ ଏହି ଦିନରେ ତୁମ୍ଭେମାନେ ଦାସଗୃହ ସ୍ୱରୂପ ମିସରରୁ ବାହାର ହେଲ, ଆଉ ସଦାପ୍ରଭୁ ବାହୁ ବଳ ଦ୍ୱାରା ସେଠାରୁ ତୁମ୍ଭମାନଙ୍କୁ ବାହାର କରି ଆଣିଲେ; ଏଥିରେ ତାଡ଼ି ମିଶ୍ରିତ ରୁଟି ଭୋଜନ କରାଯିବ ନାହିଁ।


ପୁଣି, ସଦାପ୍ରଭୁଙ୍କ ବ୍ୟବସ୍ଥା ଯେପରି ତୁମ୍ଭ ମୁଖରେ ରହିବ, ଏଥିପାଇଁ ଏହା ଚିହ୍ନ ସ୍ୱରୂପେ ତୁମ୍ଭ ହସ୍ତରେ ଓ ସ୍ମରଣର ଉପାୟ ସ୍ୱରୂପ ତୁମ୍ଭ ଚକ୍ଷୁ ଦ୍ୱୟର ମଧ୍ୟସ୍ଥାନରେ ରହିବ; ଯେହେତୁ ସଦାପ୍ରଭୁ ପରାକ୍ରାନ୍ତ ହସ୍ତ ଦ୍ୱାରା ମିସରଠାରୁ ତୁମ୍ଭଙ୍କୁ ବାହାର କରି ଆଣିଅଛନ୍ତି।


ଏଥିଉତ୍ତାରେ ସଦାପ୍ରଭୁ ଇସ୍ରାଏଲ ନିମନ୍ତେ ଫାରୋଙ୍କ ପ୍ରତି ଓ ମିସରୀୟମାନଙ୍କ ପ୍ରତି ଯାହା ଯାହା କରିଅଛନ୍ତି, ପଥରେ ସେମାନଙ୍କ ପ୍ରତି ଯେସବୁ କ୍ଳେଶ ଘଟିଅଛି ଓ ସଦାପ୍ରଭୁ ଯେପ୍ରକାରେ ସେମାନଙ୍କୁ ଉଦ୍ଧାର କରିଅଛନ୍ତି, ଏହିସବୁ ବୃତ୍ତାନ୍ତ ମୋଶା ଆପଣା ଶ୍ୱଶୁରଙ୍କୁ ଜଣାଇଲେ।


Swiv nou:

Piblisite


Piblisite