Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 8:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଫାରୋ ନିକଟକୁ ଯାଇ ତାହାଙ୍କୁ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭର ସେବା କରିବା ନିମନ୍ତେ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ଫାରୋ ନିକଟକୁ ଯାଇ ତାହାକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭର ସେବା କରିବା ନିମନ୍ତେ ଆମ୍ଭ ଲୋକମାନଙ୍କୁ ଛାଡ଼ି ଦିଅ।

Gade chapit la Kopi

ଓଡିଆ ବାଇବେଲ

1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଫାରୋ ନିକଟକୁ ଯାଇ ତାହାଙ୍କୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭର ସେବା କରିବା ନିମନ୍ତେ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।

Gade chapit la Kopi

ପବିତ୍ର ବାଇବଲ

1 ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଫାରୋଙ୍କ ନିକଟକୁ ଯାଅ ଏବଂ କୁହ, ସଦାପ୍ରଭୁ ଏହିକଥା କୁହନ୍ତି, ‘ମୋର ଲୋକମାନଙ୍କୁ ଯିବା ପାଇଁ ଦିଅ, ଯାହାଫଳରେ ସେମାନେ ମୋତେ ଉପାସନା କରିବେ।

Gade chapit la Kopi




ଯାତ୍ରା ପୁସ୍ତକ 8:1
15 Referans Kwoze  

ଏଥିରେ ସେମାନେ ତୁମ୍ଭ ରବରେ ଅବଧାନ କରିବେ; ତହୁଁ ତୁମ୍ଭେ ଓ ଇସ୍ରାଏଲ ବଂଶର ପ୍ରାଚୀନବର୍ଗ ମିସରର ରାଜା ନିକଟକୁ ଯାଇ ଏହି କଥା କହିବ, ‘ଏବ୍ରୀୟ ଲୋକମାନଙ୍କ ପରମେଶ୍ୱର ସଦାପ୍ରଭୁ ଆମ୍ଭମାନଙ୍କ ସହିତ ସାକ୍ଷାତ କରିଅଛନ୍ତି; ଏହେତୁ ବିନୟ କରୁଅଛୁ, ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ନିମିତ୍ତ ଏବେ ଆମ୍ଭମାନଙ୍କୁ ତିନି ଦିନର ପଥ ପ୍ରାନ୍ତରକୁ ଯିବା ପାଇଁ ଅନୁମତି ଦେଉନ୍ତୁ।’


ତହୁଁ ସେ କହିଲେ, “ଆମ୍ଭେ ଅବଶ୍ୟ ତୁମ୍ଭର ସହବର୍ତ୍ତୀ ହେବା; ପୁଣି, ଆମ୍ଭେ ଯେ ତୁମ୍ଭକୁ ପ୍ରେରଣ କଲୁ, ତହିଁର ଏକ ଚିହ୍ନ ଜାଣିବ, ତୁମ୍ଭେ ମିସରରୁ ଲୋକସମୂହ ବାହାର କରି ଆଣିଲା ଉତ୍ତାରେ ତୁମ୍ଭେମାନେ ଏହି ପର୍ବତରେ ପରମେଶ୍ୱରଙ୍କର ସେବା କରିବ।”


ଏଥିଉତ୍ତାରେ ମୋଶା ଓ ହାରୋଣ ପ୍ରବେଶ କରି ଫାରୋଙ୍କୁ କହିଲେ, “ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱର କହନ୍ତି, ‘ପ୍ରାନ୍ତରରେ ଆମ୍ଭ ଉଦ୍ଦେଶ୍ୟରେ ଉତ୍ସବ କରିବାକୁ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।’”


ପୁଣି, ଫାରୋକୁ କୁହ, ‘ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ୱର ମୋତେ ତୁମ୍ଭ ନିକଟକୁ ପଠାଇ କହିଲେ, ତୁମ୍ଭେ ଆମ୍ଭ ଲୋକମାନଙ୍କୁ ପ୍ରାନ୍ତରରେ ସେବା କରିବାକୁ ଛାଡ଼ିଦିଅ; ମାତ୍ର ଦେଖ, ତୁମ୍ଭେ ଏପର୍ଯ୍ୟନ୍ତ ଏହି କଥାରେ ମନୋଯୋଗ କରି ନାହଁ।


ଆମ୍ଭେ ତୁମ୍ଭକୁ କହିଅଛୁ, ‘ଆମ୍ଭର ସେବା କରିବା ପାଇଁ ତୁମ୍ଭେ ଆମ୍ଭ ପୁତ୍ରକୁ ଛାଡ଼ିଦିଅ; ମାତ୍ର ତୁମ୍ଭେ ତାହାକୁ ଛାଡ଼ିବାକୁ ନାସ୍ତି କରିଅଛ; ଦେଖ, ଆମ୍ଭେ ତୁମ୍ଭ ପୁତ୍ରକୁ, ତୁମ୍ଭ ଜ୍ୟେଷ୍ଠ ପୁତ୍ରକୁ ବଧ କରିବା।’”


ସେମାନେ କହିଲେ, “ଏବ୍ରୀୟମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଦର୍ଶନ ଦେଇଅଛନ୍ତି; ଏଣୁ ଆମ୍ଭେମାନେ ବିନୟ କରୁଅଛୁ, ସଦାପ୍ରଭୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ନିମନ୍ତେ ଆମ୍ଭମାନଙ୍କୁ ପ୍ରାନ୍ତରରେ ତିନି ଦିନର ପଥ ଯିବାକୁ ଦେଉନ୍ତୁ; ନୋହିଲେ ସେ ଆମ୍ଭମାନଙ୍କୁ ମହାମାରୀରେ କିମ୍ବା ଖଡ୍ଗ ଦ୍ୱାରା ଆକ୍ରମଣ କରିବେ।”


ସଦାପ୍ରଭୁ ନଦୀକୁ ଆଘାତ କଲା ଉତ୍ତାରେ ସାତ ଦିନ ସମ୍ପୂର୍ଣ୍ଣ ହେଲା।


କିନ୍ତୁ ଯଦି ତୁମ୍ଭେ ସେମାନଙ୍କୁ ଯିବାକୁ ଦେବା ପାଇଁ ମନା କରିବ, ତେବେ ଦେଖ, ଆମ୍ଭେ ବେଙ୍ଗ ଦ୍ୱାରା ତୁମ୍ଭର ସମସ୍ତ ଦେଶକୁ ଦଣ୍ଡ ଦେବା।


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ପ୍ରଭାତରେ ଉଠି ଫାରୋ ସମ୍ମୁଖରେ ଠିଆ ହୁଅ; ଦେଖ, ସେ ଜଳ ନିକଟକୁ ଆସିଲେ, ତୁମ୍ଭେ ତାହାଙ୍କୁ ଏହି କଥା କହିବ, ‘ସଦାପ୍ରଭୁ କହନ୍ତି, ଆମ୍ଭର ସେବା କରିବାକୁ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଫାରୋ ନିକଟକୁ ଯାଇ ତାହାଙ୍କୁ କୁହ, ‘ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ୱର ଏହି କଥା କହନ୍ତି, ଆମ୍ଭର ସେବା କରିବା ପାଇଁ ତୁମ୍ଭେ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।


ସେତେବେଳେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ତୁମ୍ଭେ ଆପଣା ହସ୍ତସ୍ଥିତ ବର୍ଚ୍ଛା ଅୟ ନଗର ଆଡ଼େ ବିସ୍ତାର କର; କାରଣ ଆମ୍ଭେ ତାହା ତୁମ୍ଭ ହସ୍ତଗତ କରିବା।” ତହିଁରେ ଯିହୋଶୂୟ ଆପଣା ହସ୍ତସ୍ଥିତ ବର୍ଚ୍ଛା ନଗର ଆଡ଼େ ବିସ୍ତାର କଲେ।


ସେମାନଙ୍କ ଦେଶ ଓ ସେମାନଙ୍କ ରାଜାଗଣର ଅନ୍ତଃପୁର ବେଙ୍ଗରେ ପରିପୂର୍ଣ୍ଣ ହେଲା।


Swiv nou:

Piblisite


Piblisite