Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 8:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ତେବେ ମନ୍ତ୍ରଜ୍ଞମାନେ ଫାରୋଙ୍କୁ କହିଲେ, “ଏ ତ ପରମେଶ୍ୱରଙ୍କ ଅଙ୍ଗୁଳିକୃତ କର୍ମ,” ତଥାପି ସଦାପ୍ରଭୁଙ୍କ ବାକ୍ୟାନୁସାରେ ଫାରୋଙ୍କର ହୃଦୟ କଠିନ ହେଲା, ପୁଣି, ସେ ସେମାନଙ୍କ ବାକ୍ୟରେ ମନୋଯୋଗ କଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ତେବେ ମନ୍ତ୍ରଜ୍ଞମାନେ ଫାରୋଙ୍କୁ କହିଲେ, ଏ ତ ପରମେଶ୍ଵରଙ୍କ ଅଙ୍ଗୁଳିକୃତ କର୍ମ; ତଥାପି ସଦାପ୍ରଭୁଙ୍କ ବାକ୍ୟାନୁସାରେ ଫାରୋଙ୍କର ହୃଦୟ କଠିନ ହେଲା, ପୁଣି ସେ ସେମାନଙ୍କ ବାକ୍ୟରେ ମନୋଯୋଗ କଲେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

19 ତେବେ ମନ୍ତ୍ରଜ୍ଞମାନେ ଫାରୋଙ୍କୁ କହିଲେ, “ଏ ତ ପରମେଶ୍ୱରଙ୍କ ଅଙ୍ଗୁଳିକୃତ କର୍ମ,” ତଥାପି ସଦାପ୍ରଭୁଙ୍କ ବାକ୍ୟାନୁସାରେ ଫାରୋଙ୍କର ହୃଦୟ କଠିନ ହେଲା, ପୁଣି, ସେ ସେମାନଙ୍କ ବାକ୍ୟରେ ମନୋଯୋଗ କଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

19 ତେଣୁ ମନ୍ତ୍ରଜ୍ଞମାନେ ଫାରୋଙ୍କୁ କହିଲେ, ପରମେଶ୍ୱର ଏହା କରିଛନ୍ତି। କିନ୍ତୁ ଫାରୋ ପୁଣି ଜି‌ଦ୍‌ଖୋର ହେଲେ। ସେ ସେମାନଙ୍କ କଥା ଶୁଣିଲେ ନାହିଁ।

Gade chapit la Kopi




ଯାତ୍ରା ପୁସ୍ତକ 8:19
18 Referans Kwoze  

କିନ୍ତୁ ମୁଁ ଯଦି ଈଶ୍ବରଙ୍କ ପରାକ୍ରମ ଦ୍ୱାରା ଭୂତମାନଙ୍କୁ ଛଡ଼ାଏ, ତେବେ ତ ଈଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେଲାଣି।


ମୁଁ ତୁମ୍ଭ ଅଙ୍ଗୁଳିକୃତ ତୁମ୍ଭ ଆକାଶମଣ୍ଡଳ, ତୁମ୍ଭର ନିରୂପିତ ଚନ୍ଦ୍ର ଓ ନକ୍ଷତ୍ରଗଣକୁ ବିବେଚନା କଲେ (କହେ,)


କିନ୍ତୁ ମୁଁ ଯଦି ଈଶ୍ବରଙ୍କ ଆତ୍ମାଙ୍କ ସାହାଯ୍ୟରେ ଭୂତମାନଙ୍କୁ ଛଡ଼ାଏ, ତେବେ ତ ଈଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେଲାଣି।


ପୁଣି, ଆମ୍ଭେ ମିସର ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ସେମାନଙ୍କ ମଧ୍ୟରୁ ଇସ୍ରାଏଲ-ସନ୍ତାନଗଣକୁ ବାହାର କରି ଆଣିବା ବେଳେ ଆମ୍ଭେ ଯେ ସଦାପ୍ରଭୁ, ତାହା ସେମାନେ ଜାଣିବେ।”


କାରଣ ଏମାନଙ୍କ ଦ୍ୱାରା ଯେ, ଗୋଟିଏ ମହା ଆଶ୍ଚର୍ଯ୍ୟକର୍ମ ସାଧିତ ହୋଇଅଛି ଏହା ଯିରୂଶାଲମ ସହରନିବାସୀ ସମସ୍ତଙ୍କ ନିକଟରେ ପ୍ରକାଶିତ ହୋଇଅଛି, ଆଉ ଆମ୍ଭେମାନେ ତାହା ଅସ୍ୱୀକାର କରି ନ ପାରୁ;


ସେଥିରେ ପ୍ରଧାନ ଯାଜକ ଓ ଫାରୂଶୀମାନେ ମହାସଭା ଆହ୍ୱାନ କରି କହିଲେ, ଆମ୍ଭେମାନେ କଅଣ କରୁଅଛୁ? ଏ ଲୋକ ତ ଅନେକ ଆଶ୍ଚର୍ଯ୍ୟକର୍ମ କରୁଅଛି।


ଏଥିଉତ୍ତାରେ ରାତ୍ରିକାଳୀନ ଦର୍ଶନରେ ସେହି ନିଗୂଢ଼ ବିଷୟ ଦାନିୟେଲଙ୍କ ପ୍ରତି ପ୍ରକାଶିତ ହେଲା। ତହିଁରେ ଦାନିୟେଲ ସ୍ୱର୍ଗସ୍ଥ ପରମେଶ୍ୱରଙ୍କର ଧନ୍ୟବାଦ କଲେ।


ଆଉ ଦେଖ, ଯେବେ ତାହା ଆପଣା ସୀମାସ୍ଥ ପଥ ଦେଇ ବେଥ୍-ଶେମଶକୁ ଯାଏ, ତେବେ ସେ ଆମ୍ଭମାନଙ୍କ ପ୍ରତି ଏହି ମହା ଅମଙ୍ଗଳ ଘଟାଇଅଛନ୍ତି, ମାତ୍ର ଯେବେ ନ ଯାଏ, ତେବେ ଆମ୍ଭେମାନେ ଜାଣିବୁ ଯେ, ତାହାଙ୍କ ହସ୍ତ ଆମ୍ଭମାନଙ୍କୁ ଆଘାତ କରି ନାହିଁ; ତାହା ଘଟଣାକ୍ରମେ ଆମ୍ଭମାନଙ୍କୁ ଘଟିଅଛି।”


ତହିଁରେ ସେମାନେ କହିଲେ, “ଯେବେ ତୁମ୍ଭେମାନେ ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ପଠାଇଦେବ, ତେବେ ତାହା ରିକ୍ତ ପଠାଅ ନାହିଁ; ମାତ୍ର କୌଣସିମତେ ହେଲେ ଗୋଟିଏ ଦୋଷାର୍ଥକ ଉପହାର ତାହାଙ୍କ ନିକଟକୁ ଫେରି ପଠାଅ; ତେବେ ତୁମ୍ଭେମାନେ ସୁସ୍ଥ ହେବ ଓ ତୁମ୍ଭମାନଙ୍କଠାରୁ ତାହାଙ୍କ ହସ୍ତ କାହିଁକି ଘୁଞ୍ଚା ଯାଉ ନାହିଁ, ଏହା ତୁମ୍ଭମାନଙ୍କୁ ଜଣାଯିବ।”


ଏଥିଉତ୍ତାରେ ଫାରୋଙ୍କର ଦାସଗଣ ତାଙ୍କୁ କହିଲେ, “ଏ ମନୁଷ୍ୟ କେତେ କାଳ ଆମ୍ଭମାନଙ୍କର ଫାନ୍ଦ ସ୍ୱରୂପ ହୋଇଥିବ? ଏହି ଲୋକମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ସେବା କରିବା ପାଇଁ ଏମାନଙ୍କୁ ଯିବାକୁ ଦେଉନ୍ତୁ; ମିସର ଦେଶ ଯେ ନଷ୍ଟ ହେଲାଣି, ଏହା କି ଆପଣ ଏବେ ହେଁ ବୁଝନ୍ତି ନାହିଁ?”


ତଥାପି ଫାରୋ ତୁମ୍ଭମାନଙ୍କ କଥାରେ ମନୋଯୋଗ କରିବ ନାହିଁ; ଏହେତୁ ଆମ୍ଭେ ମିସର ଦେଶ ଉପରେ ଆପଣା ହସ୍ତ ଥୋଇ ମହାଦଣ୍ଡ ଦ୍ୱାରା ମିସରଠାରୁ ଆପଣା ସୈନ୍ୟସାମନ୍ତ, ଆମ୍ଭର ଲୋକ ଇସ୍ରାଏଲ-ସନ୍ତାନଗଣକୁ ବାହାର କରି ଆଣିବା।


ତହିଁରେ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଫାରୋଙ୍କର ହୃଦୟ କଠିନ ହେଲା ଓ ସେ ସେମାନଙ୍କ କଥାରେ ମନୋଯୋଗ କଲେ ନାହିଁ।


ପୁଣି, ସେହି କ୍ଷୀଣ ଶିଷା, ସେହି ଉତ୍ତମ ସାତ ଶିଷାକୁ ଗ୍ରାସ କଲା। ଏହି ସ୍ୱପ୍ନ ଆମ୍ଭେ ମନ୍ତ୍ରଜ୍ଞମାନଙ୍କୁ କହିଲୁ, ମାତ୍ର କେହି ଏଥିର ଅର୍ଥ ଆମ୍ଭକୁ କହି ପାରିଲେ ନାହିଁ।”


ମାତ୍ର ସଦାପ୍ରଭୁ ଇସ୍ରାଏଲୀୟମାନଙ୍କ ଓ ମିସରୀୟମାନଙ୍କ ପଶୁଗଣ ମଧ୍ୟରେ ପ୍ରଭେଦ କରିବେ; ତହିଁରେ ଇସ୍ରାଏଲ ସନ୍ତାନମାନଙ୍କର କୌଣସି ପଶୁ ମରିବ ନାହିଁ।’”


କେବଳ ଇସ୍ରାଏଲ-ସନ୍ତାନଗଣର ବାସସ୍ଥାନ ଗୋଶନ ପ୍ରଦେଶରେ ଶିଳାବୃଷ୍ଟି ହେଲା ନାହିଁ।


ଓ ତିନି ଦିନ ପର୍ଯ୍ୟନ୍ତ କେହି ଆପଣା ସ୍ଥାନରୁ ଉଠି ପାରିଲେ ନାହିଁ; ମାତ୍ର ଇସ୍ରାଏଲ-ସନ୍ତାନଗଣର ସମସ୍ତ ବାସ ସ୍ଥାନରେ ଆଲୁଅ ଥିଲା।


ମାତ୍ର ସଦାପ୍ରଭୁ ମିସରୀୟ ଲୋକଙ୍କଠାରୁ ଇସ୍ରାଏଲୀୟ ଲୋକଙ୍କୁ ପ୍ରଭେଦ କରନ୍ତି, ଏହା ଯେପରି ତୁମ୍ଭେମାନେ ଜ୍ଞାତ ହେବ, ଏଥିପାଇଁ ଇସ୍ରାଏଲ ସନ୍ତାନମାନଙ୍କ ମଧ୍ୟରେ ମନୁଷ୍ୟ କି ପଶୁ ପ୍ରତି ଗୋଟିଏ କୁକ୍କୁର ସୁଦ୍ଧା ଜିହ୍ୱା ପଜାଇବ ନାହିଁ।’


Swiv nou:

Piblisite


Piblisite