Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 8:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ପ୍ରଭାତରେ ଉଠି ଫାରୋ ସମ୍ମୁଖରେ ଠିଆ ହୁଅ; ଦେଖ, ସେ ଜଳ ନିକଟକୁ ଆସିଲେ, ତୁମ୍ଭେ ତାହାଙ୍କୁ ଏହି କଥା କହିବ, ‘ସଦାପ୍ରଭୁ କହନ୍ତି, ଆମ୍ଭର ସେବା କରିବାକୁ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ପ୍ରଭାତରେ ଉଠି ଫାରୋ ସମ୍ମୁଖରେ ଛିଡ଼ା ହୁଅ; ଦେଖ, ସେ ଜଳ ନିକଟକୁ ଆସିଲେ, ତୁମ୍ଭେ ତାହାକୁ ଏହି କଥା କହିବ, ସଦାପ୍ରଭୁ କହନ୍ତି, ଆମ୍ଭର ସେବା କରିବାକୁ ଆମ୍ଭ ଲୋକମାନଙ୍କୁ ଛାଡ଼ିଦିଅ।

Gade chapit la Kopi

ଓଡିଆ ବାଇବେଲ

20 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ପ୍ରଭାତରେ ଉଠି ଫାରୋ ସମ୍ମୁଖରେ ଠିଆ ହୁଅ; ଦେଖ, ସେ ଜଳ ନିକଟକୁ ଆସିଲେ, ତୁମ୍ଭେ ତାହାଙ୍କୁ ଏହି କଥା କହିବ, ସଦାପ୍ରଭୁ କହନ୍ତି, ଆମ୍ଭର ସେବା କରିବାକୁ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।

Gade chapit la Kopi

ପବିତ୍ର ବାଇବଲ

20 ପରମେଶ୍ୱର ମୋଶାଙ୍କୁ କହିଲେ, “ପ୍ରଭାତରୁ ଉଠି ଫାରୋଙ୍କ ନିକଟକୁ ଯାଅ। ସେ ଯେତେବେଳେ ନଦୀକୂଳକୁ ଯିବ। ଏହିପରି କୁହ ସଦାପ୍ରଭୁ କହିଲେ, ‘ମୋର ଲୋକମାନଙ୍କୁ ଛାଡ଼ ସେମାନେ ମୋର ଉପାସନା କରିବେ।

Gade chapit la Kopi




ଯାତ୍ରା ପୁସ୍ତକ 8:20
11 Referans Kwoze  

ଏହେତୁ ତୁମ୍ଭେ ପ୍ରଭାତରେ ଫାରୋ ନିକଟକୁ ଯାଅ; ଦେଖ, ସେ ଜଳ ଆଡ଼େ ଗଲେ, ତୁମ୍ଭେ ତାହା ସହିତ ସାକ୍ଷାତ କରିବାକୁ ନୀଳ ନଦୀ ତୀରରେ ଠିଆ ହୁଅ; ଯେଉଁ ଯଷ୍ଟି ସର୍ପ ହୋଇଥିଲା, ତାହା ମଧ୍ୟ ହସ୍ତରେ ନିଅ।


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ପ୍ରଭାତରେ ଉଠି ଫାରୋ ସମ୍ମୁଖରେ ଠିଆ ହୋଇ ତାହାଙ୍କୁ ଏହି କଥା କୁହ, ‘ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ୱର କହନ୍ତି, ଆମ୍ଭର ସେବା କରିବାକୁ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ;


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଫାରୋ ନିକଟକୁ ଯାଇ ତାହାଙ୍କୁ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭର ସେବା କରିବା ନିମନ୍ତେ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।


ଏଥିରେ ସେମାନେ ତୁମ୍ଭ ରବରେ ଅବଧାନ କରିବେ; ତହୁଁ ତୁମ୍ଭେ ଓ ଇସ୍ରାଏଲ ବଂଶର ପ୍ରାଚୀନବର୍ଗ ମିସରର ରାଜା ନିକଟକୁ ଯାଇ ଏହି କଥା କହିବ, ‘ଏବ୍ରୀୟ ଲୋକମାନଙ୍କ ପରମେଶ୍ୱର ସଦାପ୍ରଭୁ ଆମ୍ଭମାନଙ୍କ ସହିତ ସାକ୍ଷାତ କରିଅଛନ୍ତି; ଏହେତୁ ବିନୟ କରୁଅଛୁ, ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ନିମିତ୍ତ ଏବେ ଆମ୍ଭମାନଙ୍କୁ ତିନି ଦିନର ପଥ ପ୍ରାନ୍ତରକୁ ଯିବା ପାଇଁ ଅନୁମତି ଦେଉନ୍ତୁ।’


ଏଥିଉତ୍ତାରେ ଫାରୋଙ୍କ କନ୍ୟା ସ୍ନାନ ନିମନ୍ତେ ନଦୀକୁ ଆସନ୍ତେ, ତାହାର ସହଚରୀଗଣ ନଦୀ ତୀରରେ ଭ୍ରମଣ କରୁଥିଲେ। ଏଥିମଧ୍ୟରେ ସେ ନଳବନରେ ଗୋଟିଏ ପେଡ଼ି ଦେଖି ତାହା ଆଣିବାକୁ ଆପଣା ଦାସୀକୁ ପଠାଇଲା।


ଆମ୍ଭେ ତୁମ୍ଭକୁ କହିଅଛୁ, ‘ଆମ୍ଭର ସେବା କରିବା ପାଇଁ ତୁମ୍ଭେ ଆମ୍ଭ ପୁତ୍ରକୁ ଛାଡ଼ିଦିଅ; ମାତ୍ର ତୁମ୍ଭେ ତାହାକୁ ଛାଡ଼ିବାକୁ ନାସ୍ତି କରିଅଛ; ଦେଖ, ଆମ୍ଭେ ତୁମ୍ଭ ପୁତ୍ରକୁ, ତୁମ୍ଭ ଜ୍ୟେଷ୍ଠ ପୁତ୍ରକୁ ବଧ କରିବା।’”


ଏଥିଉତ୍ତାରେ ମୋଶା ଓ ହାରୋଣ ପ୍ରବେଶ କରି ଫାରୋଙ୍କୁ କହିଲେ, “ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱର କହନ୍ତି, ‘ପ୍ରାନ୍ତରରେ ଆମ୍ଭ ଉଦ୍ଦେଶ୍ୟରେ ଉତ୍ସବ କରିବାକୁ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।’”


ସେମାନେ କହିଲେ, “ଏବ୍ରୀୟମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଦର୍ଶନ ଦେଇଅଛନ୍ତି; ଏଣୁ ଆମ୍ଭେମାନେ ବିନୟ କରୁଅଛୁ, ସଦାପ୍ରଭୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ନିମନ୍ତେ ଆମ୍ଭମାନଙ୍କୁ ପ୍ରାନ୍ତରରେ ତିନି ଦିନର ପଥ ଯିବାକୁ ଦେଉନ୍ତୁ; ନୋହିଲେ ସେ ଆମ୍ଭମାନଙ୍କୁ ମହାମାରୀରେ କିମ୍ବା ଖଡ୍ଗ ଦ୍ୱାରା ଆକ୍ରମଣ କରିବେ।”


ପୁଣି, ଯଦି ଆମ୍ଭ ଲୋକମାନଙ୍କୁ ଯିବାକୁ ନ ଦେବ, ତେବେ ଆମ୍ଭେ ତୁମ୍ଭ ଉପରେ ଓ ତୁମ୍ଭ ଦାସମାନଙ୍କ ଉପରେ ଓ ତୁମ୍ଭ ଲୋକମାନଙ୍କ ଉପରେ ଓ ତୁମ୍ଭ ଗୃହ ଭିତରେ ଏପରି ଦଂଶକାଦିର ଝିଙ୍କ ପଠାଇବା ଯେ, ତଦ୍ଦ୍ୱାରା ମିସରୀୟମାନଙ୍କ ଗୃହ ଓ ବାସଭୂମି ପରିପୂର୍ଣ୍ଣ ହେବ।


ସେ ସେମାନଙ୍କ ମଧ୍ୟକୁ ଦଂଶକ ଝିଙ୍କ ପଠାଇଲେ, ସେସବୁ ସେମାନଙ୍କୁ ଗ୍ରାସ କଲେ ଓ ବେଙ୍ଗ ପଠାଇଲେ, ସେସବୁ ସେମାନଙ୍କୁ ବିନାଶ କଲେ।


ସେ ଆଜ୍ଞା କରନ୍ତେ, ଦଂଶକର ଝିଙ୍କ ଓ ସେମାନଙ୍କ ସକଳ ଅଞ୍ଚଳରେ ଉକୁଣିଆ ପୋକ ଉପସ୍ଥିତ ହେଲେ।


Swiv nou:

Piblisite


Piblisite