Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 9:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଏଥିଉତ୍ତାରେ ସଦାପ୍ରଭୁ ଫାରୋଙ୍କର ହୃଦୟ କଠିନ କଲେ, ତହିଁରେ ସେ ମୋଶାଙ୍କ ପ୍ରତି ଉକ୍ତ ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ସେମାନଙ୍କ କଥାରେ ମନୋଯୋଗ କଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଅନନ୍ତର ସଦାପ୍ରଭୁ ଫାରୋଙ୍କର ହୃଦୟ କଠିନ କଲେ, ତହିଁରେ ସେ ମୋଶାଙ୍କ ପ୍ରତି ଉକ୍ତ ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ସେମାନଙ୍କ କଥାରେ ମନୋଯୋଗ କଲେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

12 ଏଥିଉତ୍ତାରେ ସଦାପ୍ରଭୁ ଫାରୋଙ୍କର ହୃଦୟ କଠିନ କଲେ, ତହିଁରେ ସେ ମୋଶାଙ୍କ ପ୍ରତି ଉକ୍ତ ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ସେମାନଙ୍କ କଥାରେ ମନୋଯୋଗ କଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

12 କିନ୍ତୁ ସଦାପ୍ରଭୁ ଫାରୋଙ୍କ ହୃଦୟକୁ ଆହୁରି କଠୋର କଲେ ଯେ, ସେ ମୋଶା ଓ ହାରୋଣଙ୍କର କୌଣସି କଥା ଶୁଣିଲେ ନାହିଁ। ଏହିପରି ଘଟିଲା ଯେପରି ସଦାପ୍ରଭୁ କହିଥିଲେ।

Gade chapit la Kopi




ଯାତ୍ରା ପୁସ୍ତକ 9:12
13 Referans Kwoze  

ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ସାବଧାନ, ତୁମ୍ଭେ ମିସରକୁ ଫେରିଗଲେ, ଆମ୍ଭେ ତୁମ୍ଭ ହସ୍ତରେ ଯେସବୁ ଆଶ୍ଚର୍ଯ୍ୟକର୍ମ କରିବାକୁ ଦେଇଅଛୁ, ତାହା ଫାରୋ ସାକ୍ଷାତରେ କରିବ; ମାତ୍ର ଆମ୍ଭେ ତାହାର ମନ କଠିନ କରିବା; ତହିଁରେ ସେ ଲୋକମାନଙ୍କୁ ଯିବାକୁ ଦେବ ନାହିଁ।”


“ସେ ସେମାନଙ୍କର ଚକ୍ଷୁ ଅନ୍ଧ କରିଅଛନ୍ତି, ଆଉ ସେମାନଙ୍କ ହୃଦୟ ଜଡ଼ କରିଅଛନ୍ତି, ଯେପରି ସେମାନେ ଆଖିରେ ଦେଖିବେ ନାହିଁ ଓ ହୃଦୟରେ ବୁଝିବେ ନାହିଁ, ପୁଣି, ଫେରିବେ ନାହିଁ, ଆଉ ଆମ୍ଭେ ସେମାନଙ୍କୁ ସୁସ୍ଥ କରିବୁ ନାହିଁ।”


ଅତଏବ, ସେ ଯାହାକୁ ଇଚ୍ଛା କରନ୍ତି, ତାହାକୁ ଦୟା କରନ୍ତି, ପୁଣି, ଯାହାକୁ ଇଚ୍ଛା କରନ୍ତି, ତାହାକୁ କଠିନ କରନ୍ତି।


ତଥାପି ଫାରୋ ତୁମ୍ଭମାନଙ୍କ କଥାରେ ମନୋଯୋଗ କରିବ ନାହିଁ; ଏହେତୁ ଆମ୍ଭେ ମିସର ଦେଶ ଉପରେ ଆପଣା ହସ୍ତ ଥୋଇ ମହାଦଣ୍ଡ ଦ୍ୱାରା ମିସରଠାରୁ ଆପଣା ସୈନ୍ୟସାମନ୍ତ, ଆମ୍ଭର ଲୋକ ଇସ୍ରାଏଲ-ସନ୍ତାନଗଣକୁ ବାହାର କରି ଆଣିବା।


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଫାରୋ ନିକଟକୁ ଯାଅ; କାରଣ ଆମ୍ଭେ ଯେପରି ଲୋକମାନଙ୍କ ମଧ୍ୟରେ ଏହି ସକଳ ଚିହ୍ନ ଦର୍ଶାଇବା,


ମାତ୍ର ସଦାପ୍ରଭୁ ଫାରୋଙ୍କର ହୃଦୟ କଠିନ କଲେ, ପୁଣି, ସେ ଇସ୍ରାଏଲ-ସନ୍ତାନଗଣଙ୍କୁ ଯିବାକୁ ଦେଲେ ନାହିଁ।


ପୁଣି, ମୋଶା ଓ ହାରୋଣ ଫାରୋଙ୍କ ସମ୍ମୁଖରେ ଏହି ସମସ୍ତ ଆଶ୍ଚର୍ଯ୍ୟକର୍ମ କରିଥିଲେ; ମାତ୍ର ସଦାପ୍ରଭୁ ଫାରୋଙ୍କର ହୃଦୟ କଠିନ କରନ୍ତେ, ସେ ଆପଣା ଦେଶରୁ ଇସ୍ରାଏଲ-ସନ୍ତାନଗଣଙ୍କୁ ଯିବାକୁ ଦେଲେ ନାହିଁ।


ଆଉ ସଦାପ୍ରଭୁ ମିସରୀୟ ରାଜା ଫାରୋଙ୍କର ହୃଦୟ କଠିନ କରନ୍ତେ, ସେ ଇସ୍ରାଏଲ-ସନ୍ତାନଗଣର ପଛେ ପଛେ ଗୋଡ଼ାଇଲେ; ସେତେବେଳେ ଇସ୍ରାଏଲ ସନ୍ତାନମାନେ ଊର୍ଦ୍ଧ୍ୱ ହସ୍ତରେ ଯାତ୍ରା କରୁଥିଲେ।


କାରଣ ସେମାନେ ଇସ୍ରାଏଲ ସହିତ ଯୁଦ୍ଧ କରିବାକୁ ଆସି ଯେପରି ସମ୍ପୂର୍ଣ୍ଣ ରୂପେ ବିନଷ୍ଟ ହୋଇ ଦୟା ନ ପାଇବେ, ମାତ୍ର ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଉଚ୍ଛିନ୍ନ ହେବେ, ଏନିମନ୍ତେ ସେମାନଙ୍କ ହୃଦୟ କଠିନ କରିବାକୁ ସଦାପ୍ରଭୁଙ୍କର ମାନସ ଥିଲା।


ତହୁଁ ଫାରୋ ଲୋକ ପଠାଇ ଇସ୍ରାଏଲୀୟମାନଙ୍କର ଗୋଟିଏ ମାତ୍ର ପଶୁ ମରି ନ ଥିବାର ଦେଖିଲେ। ତଥାପି ଫାରୋଙ୍କ ହୃଦୟ କଠିନ ହେଲା ଓ ସେ ଲୋକମାନଙ୍କୁ ଯିବାକୁ ଦେଲେ ନାହିଁ।


Swiv nou:

Piblisite


Piblisite