Biblia Todo Logo
Bib sou entènèt

- Piblisite -




ଯିହିଜିକଲ 10:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ପୁଣି, ସଦାପ୍ରଭୁଙ୍କର ପ୍ରତାପ କିରୂବର ଉପରରୁ ଉଠି ଗୃହର ଏରୁଣ୍ଡିର ଉପରେ ଠିଆ ହେଲା; ତହିଁରେ ଗୃହ ମେଘରେ ପରିପୂର୍ଣ୍ଣ ହେଲା ଓ ପ୍ରାଙ୍ଗଣ ସଦାପ୍ରଭୁଙ୍କ ପ୍ରତାପର ତେଜରେ ପରିପୂର୍ଣ୍ଣ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ପୁଣି, ସଦାପ୍ରଭୁଙ୍କର ପ୍ରତାପ କିରୂବର ଉପରରୁ ଉଠି ଗୃହର ଏରୁଣ୍ତିର ଉପରେ ଠିଆ ହେଲା; ତହିଁରେ ଗୃହ ମେଘରେ ପରିପୂର୍ଣ୍ଣ ହେଲା ଓ ପ୍ରାଙ୍ଗଣ ସଦାପ୍ରଭୁଙ୍କ ପ୍ରତାପର ତେଜରେ ପରିପୂର୍ଣ୍ଣ ହେଲା।

Gade chapit la Kopi

ଓଡିଆ ବାଇବେଲ

4 ପୁଣି, ସଦାପ୍ରଭୁଙ୍କର ପ୍ରତାପ କିରୂବର ଉପରରୁ ଉଠି ଗୃହର ଏରୁଣ୍ଡିର ଉପରେ ଠିଆ ହେଲା; ତହିଁରେ ଗୃହ ମେଘରେ ପରିପୂର୍ଣ୍ଣ ହେଲା ଓ ପ୍ରାଙ୍ଗଣ ସଦାପ୍ରଭୁଙ୍କ ପ୍ରତାପର ତେଜରେ ପରିପୂର୍ଣ୍ଣ ହେଲା।

Gade chapit la Kopi

ପବିତ୍ର ବାଇବଲ

4 ସଦାପ୍ରଭୁଙ୍କର ମହିମା କିରୂବଦୂତର ଉପରୁ ଉଠିଲା ଏବଂ ମନ୍ଦିରର ଦ୍ୱାର ଆଡ଼କୁ ଗଲା, ତେଣୁ ଗୃହ ମେଘରେ ପରିପୂର୍ଣ୍ଣ ହେଲା ଓ ପ୍ରାଙ୍ଗଣ ସଦାପ୍ରଭୁଙ୍କ ମହିମାରୁ ଉଜ୍ଜ୍ୱଳ ତେଜରେ ପରିପୂର୍ଣ୍ଣ ହେଲା।

Gade chapit la Kopi




ଯିହିଜିକଲ 10:4
15 Referans Kwoze  

ବୃଷ୍ଟି ଦିନରେ ମେଘରେ ଧନୁର ଯେପରି ଆଭା, ସେହିପରି ସେହି ଚତୁର୍ଦ୍ଦିଗସ୍ଥ ତେଜ ଥିଲା। ଏହା ସଦାପ୍ରଭୁଙ୍କ ପ୍ରତାପର ମୂର୍ତ୍ତିର ଆଭା। ପୁଣି, ମୁଁ ତାହା ଦେଖି ମୁହଁ ମାଡ଼ି ପଡ଼ିଲି, ତହିଁରେ ମୁଁ ବାକ୍ୟବାଦୀ ଏକ ବ୍ୟକ୍ତିଙ୍କର ରବ ଶୁଣିଲି।


ପୁଣି, ଇସ୍ରାଏଲର ପରମେଶ୍ୱରଙ୍କର ପ୍ରତାପ ଯେଉଁ କିରୂବର ଉପରେ ଥିଲା, ତାହା ତାହାଠାରୁ ଉଠି ଗୃହର ଏରୁଣ୍ଡି ନିକଟକୁ ଯାଇଥିଲା; ଆଉ, ସେ ସେହି ଶୁକ୍ଳବସ୍ତ୍ର ପରିହିତ ଓ ପାର୍ଶ୍ୱରେ ଲେଖକର କାଳୀଘଡ଼ିଧାରୀ ପୁରୁଷକୁ ଡାକିଲେ।


ଆଉ ଈଶ୍ବରଙ୍କ ଗୌରବ ଓ ଶକ୍ତିର ଧୂମରେ ମନ୍ଦିର ପରିପୂର୍ଣ୍ଣ ହେଲା, ସପ୍ତ ଦୂତଙ୍କ ସପ୍ତ କ୍ଲେଶ ସମାପ୍ତ ନ ହେବା ପର୍ଯ୍ୟନ୍ତ କେହି ମନ୍ଦିରରେ ପ୍ରବେଶ କରିପାରିଲେ ନାହିଁ।


ଏଥିଉତ୍ତାରେ ସଦାପ୍ରଭୁଙ୍କ ପ୍ରତାପ ଗୃହର ଏରୁଣ୍ଡିର ଊର୍ଦ୍ଧ୍ୱରୁ ପ୍ରସ୍ଥାନ କରି କିରୂବମାନଙ୍କ ଉପରେ ଅଧିଷ୍ଠାନ କଲା।


ତହିଁରେ ମୋଶା ସମାଗମ-ତମ୍ବୁରେ ପ୍ରବେଶ କରି ପାରିଲେ ନାହିଁ, କାରଣ ମେଘ ତହିଁ ଉପରେ ଅବସ୍ଥିତି କରିଥିଲା ଓ ସଦାପ୍ରଭୁଙ୍କ ପ୍ରତାପ ଆବାସକୁ ପରିପୂର୍ଣ୍ଣ କରିଥିଲା।


ଏହି ଗୃହର ପୂର୍ବକାଳର ଐଶ୍ୱର୍ଯ୍ୟ ଅପେକ୍ଷା ଶେଷ କାଳର ଐଶ୍ୱର୍ଯ୍ୟ ଅଧିକ ଗୁରୁତର ହେବ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ପୁଣି, ଏହି ସ୍ଥାନରେ ଆମ୍ଭେ ଶାନ୍ତି ପ୍ରଦାନ କରିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।’”


ଏଥିଉତ୍ତାରେ ପରମେଶ୍ୱରଙ୍କ ଆତ୍ମା ମୋତେ ଉଠାଇ ଭିତର ପ୍ରାଙ୍ଗଣକୁ ଆଣିଲେ; ଆଉ ଦେଖ, ସଦାପ୍ରଭୁଙ୍କ ପ୍ରତାପ ଗୃହକୁ ପରିପୂର୍ଣ୍ଣ କଲା।


ପୁଣି, କୋରହ ସମାଗମ-ତମ୍ବୁ ଦ୍ୱାର ନିକଟରେ ସେମାନଙ୍କ ପ୍ରତିକୂଳରେ ସମସ୍ତ ମଣ୍ଡଳୀକୁ ଏକତ୍ର କଲା; ସେତେବେଳେ ସମସ୍ତ ମଣ୍ଡଳୀ ପ୍ରତି ସଦାପ୍ରଭୁଙ୍କ ପ୍ରତାପ ପ୍ରକାଶିତ ହେଲା।


ଏଥିଉତ୍ତାରେ ମେଘ ସେହି ସମାଗମ-ତମ୍ବୁକୁ ଆଚ୍ଛାଦନ କଲା ଓ ସଦାପ୍ରଭୁଙ୍କର ପ୍ରତାପ ଆବାସକୁ ପରିପୂର୍ଣ୍ଣ କଲା।


ଉଷୀୟ ରାଜା ମୃତ ହେବା ବର୍ଷ ମୁଁ ପ୍ରଭୁଙ୍କୁ ଏକ ଉଚ୍ଚ ଓ ଉନ୍ନତ ସିଂହାସନରେ ଉପବିଷ୍ଟ ଦେଖିଲି, ତାହାଙ୍କ ରାଜବସ୍ତ୍ରର ଅଞ୍ଚଳ ମନ୍ଦିରକୁ ପରିପୂର୍ଣ୍ଣ କଲା।


ଆଉ ଦେଖ, ପୂର୍ବଦିଗସ୍ଥ ପଥରୁ ଇସ୍ରାଏଲର ପରମେଶ୍ୱରଙ୍କର ପ୍ରତାପ ଆସୁଅଛି; ତାହାଙ୍କର ଶବ୍ଦ ଜଳରାଶିର ଶବ୍ଦ ତୁଲ୍ୟ ଓ ତାହାଙ୍କର ପ୍ରତାପରେ ଭୂମି ଦୀପ୍ତିମୟ ହେଲା।


ତେବେ ସେ ଉତ୍ତର ଦ୍ୱାର ପଥରେ ମୋତେ ଗୃହ ସମ୍ମୁଖକୁ ଆଣିଲେ; ତହିଁରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସଦାପ୍ରଭୁଙ୍କ ଗୃହ ସଦାପ୍ରଭୁଙ୍କ ପ୍ରତାପରେ ପରିପୂର୍ଣ୍ଣ ଥିଲା; ତହିଁରେ ମୁଁ ମୁହଁ ମାଡ଼ି ପଡ଼ିଲି।


Swiv nou:

Piblisite


Piblisite