Biblia Todo Logo
Bib sou entènèt

- Piblisite -




ଯିହିଜିକଲ 10:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଆଉ, ସର୍ବଶକ୍ତିମାନ ପରମେଶ୍ୱରଙ୍କର କଥା କହିବା ସମୟର ରବ ତୁଲ୍ୟ କିରୂବମାନଙ୍କ ପକ୍ଷୀର ଶବ୍ଦ ବାହାର ପ୍ରାଙ୍ଗଣ ପର୍ଯ୍ୟନ୍ତ ଶୁଣାଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଆଉ, ସର୍ବଶକ୍ତିମାନ ପରମେଶ୍ଵରଙ୍କର କଥା କହିବା ସମୟର ରବ ତୁଲ୍ୟ କିରୂବମାନଙ୍କ ପକ୍ଷର ଶଦ୍ଦ ବାହାର ପ୍ରାଙ୍ଗଣ ପର୍ଯ୍ୟନ୍ତ ଶୁଣାଗଲା।

Gade chapit la Kopi

ଓଡିଆ ବାଇବେଲ

5 ଆଉ, ସର୍ବଶକ୍ତିମାନ ପରମେଶ୍ୱରଙ୍କର କଥା କହିବା ସମୟର ରବ ତୁଲ୍ୟ କିରୂବମାନଙ୍କ ପକ୍ଷୀର ଶବ୍ଦ ବାହାର ପ୍ରାଙ୍ଗଣ ପର୍ଯ୍ୟନ୍ତ ଶୁଣାଗଲା।

Gade chapit la Kopi

ପବିତ୍ର ବାଇବଲ

5 ଆଉ ସର୍ବଶକ୍ତିମାନ ପରମେଶ୍ୱରଙ୍କର କଥା କହିବାର ସମୟରେ ସ୍ୱର ବଜ୍ରରବ ତୁଲ୍ୟ, କିରୂବଦୂତମାନଙ୍କର ପକ୍ଷର ଶବ୍ଦ ବାହାର ପ୍ରାଙ୍ଗଣ ପର୍ଯ୍ୟନ୍ତ ଶୁଣାଗଲା।

Gade chapit la Kopi




ଯିହିଜିକଲ 10:5
19 Referans Kwoze  

ଆଉ, ସେମାନେ ଗମନ କରିବା ବେଳେ ମୁଁ ସେମାନଙ୍କ ପକ୍ଷୀର ଶବ୍ଦ ଶୁଣିଲି, ତାହା ମହା ଜଳରାଶିର କଲ୍ଲୋଳ ତୁଲ୍ୟ, ସର୍ବଶକ୍ତିମାନଙ୍କର ରବ ତୁଲ୍ୟ, ସୈନ୍ୟଦଳର ଶବ୍ଦ ତୁଲ୍ୟ କୋଳାହଳ ଶବ୍ଦ; ସେମାନେ ଠିଆ ହେବା ବେଳେ ଆପଣା ଆପଣା ପକ୍ଷ ସଙ୍କୋଚ କଲେ।


ଅବା ତୁମ୍ଭର ବାହୁ କି ପରମେଶ୍ୱରଙ୍କ ବାହୁ ତୁଲ୍ୟ? ଓ ତୁମ୍ଭେ କି ତାହାଙ୍କ ତୁଲ୍ୟ ରବ କରି ଗର୍ଜ୍ଜନ କରିପାର?


ଆହୁରି ସେ ଯାଜକମାନଙ୍କର ପ୍ରାଙ୍ଗଣ ଓ ବୃହତ ପ୍ରାଙ୍ଗଣ ଓ ପ୍ରାଙ୍ଗଣ-ଦ୍ୱାର ନିର୍ମାଣ କଲେ, ଆଉ ତହିଁର କବାଟସବୁ ପିତ୍ତଳରେ ମଡ଼ାଇଲେ।


ଏହିସବୁ ଭିତ୍ତିମୂଳ ଠାରୁ ଛାତ ପର୍ଯ୍ୟନ୍ତ ଭିତରେ ଓ ବାହାରେ ଖୋଦିତ ପ୍ରସ୍ତରର ପରିମାଣାନୁସାରେ କରତରେ ଚିରା ବହୁମୂଲ୍ୟ ପ୍ରସ୍ତର ଦ୍ୱାରା ନିର୍ମିତ ହେଲା। ପୁଣି, ବାହାରେ ବୃହତ ପ୍ରାଙ୍ଗଣ ପର୍ଯ୍ୟନ୍ତ ସେହିରୂପ ହେଲା।


ପୁଣି, ତୂରୀ ଶବ୍ଦ କ୍ରମଶଃ ଅତିଶୟ ଉଚ୍ଚ ହୁଅନ୍ତେ, ମୋଶା କଥା କହିଲେ, ତହିଁରେ ପରମେଶ୍ୱର ଏକ ରବ ଦ୍ୱାରା ତାଙ୍କୁ ଉତ୍ତର ଦେଲେ।


ଏଥିଉତ୍ତାରେ ତୃତୀୟ ଦିନର ପ୍ରଭାତ ହୁଅନ୍ତେ, ମେଘ ଗର୍ଜ୍ଜନ ଓ ବିଜୁଳି ଓ ପର୍ବତ ଉପରେ ନିବିଡ଼ ମେଘ ଓ ଅତିଶୟ ଉଚ୍ଚସ୍ୱରରେ ତୂରୀଧ୍ୱନି ହେବାକୁ ଲାଗିଲା; ତହିଁରେ ଛାଉଣିସ୍ଥିତ ସମସ୍ତ ଲୋକ କମ୍ପାନ୍ୱିତ ହେଲେ।


ଏଉତ୍ତାରେ ସେ ମୋତେ ବାହାର ପ୍ରାଙ୍ଗଣକୁ ଆଣି ସେହି ପ୍ରାଙ୍ଗଣର ଚାରି କୋଣ ଦେଇ ଗମନ କରାଇଲେ; ଆଉ ଦେଖ, ସେହି ପ୍ରାଙ୍ଗଣର ପ୍ରତ୍ୟେକ କୋଣରେ ଗୋଟିଏ ଗୋଟିଏ ପ୍ରାଙ୍ଗଣ ଥିଲା।


ମେଘମାଳ ଜଳ ବୃଷ୍ଟି କଲେ, ଆକାଶ ଗର୍ଜ୍ଜନ କଲା; ମଧ୍ୟ ତୁମ୍ଭର ତୀରସବୁ ବ୍ୟାପ୍ତ ହେଲା।


ଯେ ଆଦିକାଳୀନ ଉଚ୍ଚତମ ସ୍ୱର୍ଗରେ ଆରୋହଣ କରନ୍ତି, ତାହାଙ୍କ ଉଦ୍ଦେଶ୍ୟରେ ଗାନ କର; ଦେଖ, ସେ ଆପଣା ରବ, ବିକ୍ରମପୂର୍ଣ୍ଣ ରବ ଉଚ୍ଚାରଣ କରନ୍ତି।


ଏଥିଉତ୍ତାରେ “ମୁଁ କାହାକୁ ପଠାଇବି? ଓ କିଏ ଆମ୍ଭମାନଙ୍କ ପାଇଁ ଯିବ?” ପ୍ରଭୁଙ୍କର ଏହି ରବ ମୁଁ ଶୁଣିଲି। ତେବେ ମୁଁ କହିଲି, “ମୁଁ ଅଛି; ମୋତେ ପଠାଅ।”


ପୁଣି, ତୁମ୍ଭେ ଘୂର୍ଣ୍ଣାୟମାନ ଚକ୍ର ମଧ୍ୟରୁ, ଅର୍ଥାତ୍‍, କିରୂବଗଣର ମଧ୍ୟସ୍ଥାନରୁ ଅଗ୍ନି ନିଅ, ଏହି କଥା କହି ସେ ସେହି ଶୁକ୍ଳବସ୍ତ୍ର ପରିହିତ ପୁରୁଷକୁ ଆଜ୍ଞା କଲା ବେଳେ ସେହି ପୁରୁଷ ଯାଇ ଗୋଟିଏ ଚକ୍ର ପାର୍ଶ୍ୱରେ ଠିଆ ହେଲେ।


ତହୁଁ ସେ ମୋତେ ବାହାର ପ୍ରାଙ୍ଗଣକୁ ଆଣିଲେ, ଆଉ ଦେଖ, ପ୍ରାଙ୍ଗଣର ଚାରିଆଡ଼େ କେତେକ କୋଠରି ଓ ନିର୍ମିତ ଚଟାଣ ଥିଲା; ସେହି ଚଟାଣ ଉପରେ ତିରିଶ କୋଠରି ଥିଲା।


Swiv nou:

Piblisite


Piblisite