Biblia Todo Logo
Bib sou entènèt

- Piblisite -




ଯିହିଜିକଲ 11:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ପୁଣି, ମୁଁ ଏହି ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲା ବେଳେ ବନାୟର ପୁତ୍ର ପ୍ଲଟୀୟ ମଲା। ତହିଁରେ ମୁଁ ଉବୁଡ଼ ହୋଇ ପଡ଼ି ଉଚ୍ଚସ୍ୱରରେ କ୍ରନ୍ଦନ କରି କହିଲି, “ଆହା, ପ୍ରଭୁ, ସଦାପ୍ରଭୁ! ତୁମ୍ଭେ କି ଇସ୍ରାଏଲର ଅବଶିଷ୍ଟାଂଶକୁ ସମ୍ପୂର୍ଣ୍ଣ ରୂପେ ଶେଷ କରିବ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ପୁଣି, ମୁଁ ଏହି ଭବିଷ୍ୟଦ୍ବାକ୍ୟ ପ୍ରଚାର କଲା ବେଳେ ବନାୟର ପୁତ୍ର ପ୍ଲଟୀୟ ମଲା। ତହିଁରେ ମୁଁ ଉବୁଡ଼ ହୋଇ ପଡ଼ି ଉଚ୍ଚସ୍ଵରରେ କ୍ରନ୍ଦନ କରି କହିଲି, ଆହା, ପ୍ରଭୁ, ସଦାପ୍ରଭୁଣ! ତୁମ୍ଭେ କି ଇସ୍ରାଏଲର ଅବଶିଷ୍ଟାଂଶକୁ ସମ୍ପୂର୍ଣ୍ଣ ରୂପେ ଶେଷ କରିବ?

Gade chapit la Kopi

ଓଡିଆ ବାଇବେଲ

13 ପୁଣି, ମୁଁ ଏହି ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲା ବେଳେ ବନାୟର ପୁତ୍ର ପ୍ଲଟୀୟ ମଲା। ତହିଁରେ ମୁଁ ଉବୁଡ଼ ହୋଇ ପଡ଼ି ଉଚ୍ଚସ୍ୱରରେ କ୍ରନ୍ଦନ କରି କହିଲି, “ଆହା, ପ୍ରଭୁ, ସଦାପ୍ରଭୁ ! ତୁମ୍ଭେ କି ଇସ୍ରାଏଲର ଅବଶିଷ୍ଟାଂଶକୁ ସମ୍ପୂର୍ଣ୍ଣ ରୂପେ ଶେଷ କରିବ ?”

Gade chapit la Kopi

ପବିତ୍ର ବାଇବଲ

13 ଏବଂ ମୁଁ ଏହି ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କଲାବେଳେ ବନାୟର ପୁତ୍ର ପ୍ଲଟିୟ ମଲା। ତହିଁରେ ମୁଁ ଭୂମିରେ ମୁହଁ ମାଡ଼ି କ୍ରନ୍ଦନ କରି କହିଲି, “ହେ ସଦାପ୍ରଭୁ, ମୋର ପ୍ରଭୁ, ତୁମ୍ଭେ କ’ଣ ଇସ୍ରାଏଲର ଅବଶିଷ୍ଟାଂଶ ଲୋକମାନଙ୍କୁ ସମ୍ପୂର୍ଣ୍ଣ ରୂପେ ଶେଷ କରିବ?”

Gade chapit la Kopi




ଯିହିଜିକଲ 11:13
22 Referans Kwoze  

ଏଥିଉତ୍ତାରେ ପରମେଶ୍ୱରଙ୍କ ଆତ୍ମା ମୋତେ ଉଠାଇ ସଦାପ୍ରଭୁଙ୍କ ଗୃହର ପୂର୍ବାଭିମୁଖ ପୂର୍ବ-ଦ୍ୱାର ନିକଟକୁ ଆଣିଲେ; ଆଉ ଦେଖ, ସେହି ଦ୍ୱାର ନିକଟରେ ପଚିଶ ଜଣ ପୁରୁଷ ଥିଲେ; ପୁଣି, ସେମାନଙ୍କ ମଧ୍ୟରେ ମୁଁ ଲୋକମାନଙ୍କର ଅଧିପତି ଅସୂରର ପୁତ୍ର ଯାସନୀୟ ଓ ବନାୟର ପୁତ୍ର ପ୍ଲଟୀୟକୁ ଦେଖିଲି।


ଆଉ, ସେମାନେ ଯେତେବେଳେ ସଂହାର କରୁଥିଲେ, ସେତେବେଳେ ମୁଁ ଅବଶିଷ୍ଟ ରହିଲି, ତହିଁରେ ମୁଁ ଉବୁଡ଼ ହୋଇ କ୍ରନ୍ଦନ କରି କହିଲି, “ଆହା, ପ୍ରଭୋ ସଦାପ୍ରଭୋ! ତୁମ୍ଭେ କି ଯିରୂଶାଲମ ଉପରେ ଆପଣା କୋପ ଢାଳି ଦେଇ ଇସ୍ରାଏଲର ସମୁଦାୟ ଅବଶିଷ୍ଟାଂଶକୁ ବିନାଶ କରିବ?”


ଏହିସବୁ କଥା ଶୁଣି ହନନୀୟ କଚାଡ଼ି ହୋଇ ପଡ଼ି ପ୍ରାଣତ୍ୟାଗ କଲା। ସେଥିରେ ଯେତେ ଲୋକ ଏହା ଶୁଣିଲେ, ସମସ୍ତେ ଅତିଶୟ ଭୟ କଲେ।


ଆଉ ଏବେ ଦେଖ, ପ୍ରଭୁଙ୍କର ହସ୍ତ ତୁମ୍ଭ ଉପରେ ରହିଅଛି, ତୁମ୍ଭେ ଅନ୍ଧ ହୋଇ କେତେକ ସମୟ ପର୍ଯ୍ୟନ୍ତ ସୂର୍ଯ୍ୟ ଦେଖିବ ନାହିଁ। ସେହିକ୍ଷଣି କୁହୁଡ଼ି ଓ ଅନ୍ଧକାର ତାହାକୁ ଘୋଡ଼ାଇ ପକାଇଲା, ତେଣୁ ତାହାକୁ ହାତ ଧରି ବାଟ କଢ଼ାଇବା ନିମନ୍ତେ ସେ ଏଣେ-ତେଣେ ଦରାଣ୍ଡି ଲୋକ ଖୋଜିବାକୁ ଲାଗିଲା।


ସେହିକ୍ଷଣି ସେ ତାହାଙ୍କ ପାଦ ତଳେ କଚାଡ଼ି ହୋଇ ପଡ଼ି ପ୍ରାଣତ୍ୟାଗ କଲା, ପୁଣି, ଯୁବକମାନେ ଭିତରକୁ ଆସି ତାହାକୁ ମୃତ ଦେଖି ବାହାରକୁ ବହିନେଇଗଲେ ଏବଂ ତାହାର ସ୍ୱାମୀ ପାଖରେ ତାହାକୁ ସମାଧି ଦେଲେ।


ଏପରି ସମୟରେ ମୁଁ କହିଲି, “ହେ ପ୍ରଭୁ, ସଦାପ୍ରଭୁ, ବିନୟ କରେ, କ୍ଷାନ୍ତ ହୁଅ; ଯାକୁବ କିପରି ଠିଆ ହେବ? କାରଣ ସେ ସାନ।”


ପୁଣି, ସେହି ପଙ୍ଗପାଳମାନେ ଦେଶର ତୃଣ ଖାଇବାର ଶେଷ କଲା ଉତ୍ତାରେ ମୁଁ କହିଲି, “ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭକୁ ବିନୟ କରୁଅଛି, କ୍ଷମା କର! ଯାକୁବ କିପରି ଠିଆ ହେବ? କାରଣ ସେ ସାନ।”


ଏଥିପାଇଁ ଆମ୍ଭେ ଭବିଷ୍ୟଦ୍‍ବକ୍ତାଗଣ ଦ୍ୱାରା ସେମାନଙ୍କୁ ଚ୍ଛେଦନ କରିଅଛୁ; ଆମ୍ଭେ ଆପଣା ମୁଖନିର୍ଗତ ବାକ୍ୟ ଦ୍ୱାରା ସେମାନଙ୍କୁ ବଧ କରିଅଛୁ ଓ ତୁମ୍ଭର ଦଣ୍ଡାଜ୍ଞାସକଳ ନିର୍ଗତ ହେବା ଦୀପ୍ତି ତୁଲ୍ୟ ଅଟେ।


ଏଥିରେ ମୋତେ ଯେପରି ଆଜ୍ଞା ଦିଆଯାଇଥିଲା, ତଦନୁସାରେ ମୁଁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲି; ପୁଣି, ମୁଁ ପ୍ରଚାର କରୁ କରୁ ଏକ ଶବ୍ଦ ହେଲା ଓ ଦେଖ, ଭୂମିକମ୍ପ ହେଲା, ଆଉ ଅସ୍ଥିସକଳ ଏକତ୍ର ହୋଇ ପ୍ରତ୍ୟେକ ଅସ୍ଥି ଆପଣା ଅସ୍ଥିରେ ସଂଯୁକ୍ତ ହେଲା।


ଏଣୁ ତାହାର ବିପଦ ହଠାତ୍‍ ଉପସ୍ଥିତ ହେବ, ପୁଣି, ସେ ପ୍ରତିକାର ବିନା ଅକସ୍ମାତ୍‍ ଭଗ୍ନ ହେବ।


ତୁମ୍ଭ ଭୟ ସକାଶୁ ମୋʼ ଶରୀର କମ୍ପିତ ହୁଏ ଓ ତୁମ୍ଭ ଶାସନ ବିଷୟରେ ମୁଁ ଭୀତ ହୁଏ। ଅଇନ୍‍।


ଏହେତୁ ସେ ସେମାନଙ୍କୁ ସଂହାର କରିବେ ବୋଲି କହିଲେ, ମାତ୍ର ସେ ଯେପରି ସେମାନଙ୍କୁ ସଂହାର ନ କରିବେ, ଏଥିପାଇଁ ତାହାଙ୍କ କୋପ ଫେରାଇବା ନିମନ୍ତେ ତାହାଙ୍କ ମନୋନୀତ ମୋଶା ଭଗ୍ନସ୍ଥାନରେ ତାହାଙ୍କ ସମ୍ମୁଖରେ ଠିଆ ହେଲେ।


ତହିଁରେ ପରମେଶ୍ୱରଙ୍କ ଲୋକ ବେଥେଲ୍‍ସ୍ଥିତ ଯଜ୍ଞବେଦି ବିରୁଦ୍ଧରେ ଉଚ୍ଚସ୍ୱର କରି ଯେଉଁ କଥା କହିଲା, ଯାରବୀୟାମ ରାଜା ତାହା ଶୁଣି ଯଜ୍ଞବେଦିଠାରୁ ହସ୍ତ ବଢ଼ାଇ କହିଲେ, “ତାହାକୁ ଧର।” ଏଥିରେ ସେ ତାହା ବିରୁଦ୍ଧରେ ଯେଉଁ ହସ୍ତ ବଢ଼ାଇ ଥିଲେ; ତାହା ଶୁଷ୍କ ହୋଇଗଲା, ତେଣୁ ସେ ତାହା ଆଉ ଫେରାଇ ପାରିଲେ ନାହିଁ।


କାରଣ ସେ ତୁମ୍ଭ ପୁତ୍ରକୁ ଆମ୍ଭ ଅନୁସରଣରୁ ଫେରାଇବ, ତହିଁରେ ସେମାନେ ଅନ୍ୟ ଦେବଗଣର ସେବା କରିବେ ତାହାହେଲେ, ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେବ ଓ ସେ ତୁମ୍ଭକୁ ଶୀଘ୍ର ବିନାଶ କରିବେ।


“ହେ ମନୁଷ୍ୟ-ସନ୍ତାନ, ପ୍ରଭୁ, ସଦାପ୍ରଭୁ ଇସ୍ରାଏଲ ଦେଶ ପ୍ରତି କହନ୍ତି; ଅନ୍ତିମକାଳ, ଦେଶର ଚାରି କୋଣରେ ଅନ୍ତିମକାଳ ଉପସ୍ଥିତ ହୋଇଅଛି।


ଏଥିଉତ୍ତାରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,


ତଥାପି ସେମାନଙ୍କୁ ବିନାଶ କରିବା ପାଇଁ ଆମ୍ଭର ଲଜ୍ଜ୍ୟା ହେଲା, ଏଣୁ ଆମ୍ଭେ ପ୍ରାନ୍ତରରେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ସଂହାର କଲୁ ନାହିଁ।


Swiv nou:

Piblisite


Piblisite