Biblia Todo Logo
Bib sou entènèt

- Piblisite -




ଯିହିଜିକଲ 12:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ସେମାନଙ୍କ ସାକ୍ଷାତରେ ତୁମ୍ଭର ଜିନିଷ ଆପଣା କାନ୍ଧରେ ବହିବ ଓ ଅନ୍ଧକାର ବେଳେ ତାହା ନେଇଯିବ; ତୁମ୍ଭେ ଯେପରି ଭୂମି ନ ଦେଖିବ, ଏଥିପାଇଁ ଆପଣା ମୁଖ ଆଚ୍ଛାଦନ କରିବ; କାରଣ ଇସ୍ରାଏଲ ବଂଶ ପ୍ରତି ଏକ ଚିହ୍ନସ୍ୱରୂପ କରି ଆମ୍ଭେ ତୁମ୍ଭକୁ ରଖିଅଛୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ସେମାନଙ୍କ ସାକ୍ଷାତରେ ତାହା ଆପଣା କାନ୍ଧରେ ବହିବ ଓ ଅନ୍ଧକାର ବେଳେ ତାହା ନେଇଯିବ; ତୁମ୍ଭେ ଯେପରି ଭୂମି ନ ଦେଖିବ, ଏଥିପାଇଁ ଆପଣା ମୁଖ ଆଚ୍ଛାଦନ କରିବ; କାରଣ ଇସ୍ରାଏଲ-ବଂଶ ପ୍ରତି ଏକ ଚିହ୍ନ ସ୍ଵରୂପ କରି ଆମ୍ଭେ ତୁମ୍ଭକୁ ରଖିଅଛୁ।

Gade chapit la Kopi

ଓଡିଆ ବାଇବେଲ

6 ସେମାନଙ୍କ ସାକ୍ଷାତରେ ତୁମ୍ଭର ଜିନିଷ ଆପଣା କାନ୍ଧରେ ବହିବ ଓ ଅନ୍ଧକାର ବେଳେ ତାହା ନେଇଯିବ; ତୁମ୍ଭେ ଯେପରି ଭୂମି ନ ଦେଖିବ, ଏଥିପାଇଁ ଆପଣା ମୁଖ ଆଚ୍ଛାଦନ କରିବ; କାରଣ ଇସ୍ରାଏଲ ବଂଶ ପ୍ରତି ଏକ ଚିହ୍ନ ସ୍ୱରୂପ କରି ଆମ୍ଭେ ତୁମ୍ଭକୁ ରଖିଅଛୁ।”

Gade chapit la Kopi

ପବିତ୍ର ବାଇବଲ

6 ସେମାନଙ୍କ ଉପସ୍ଥିତିରେ ତୁମ୍ଭର ଥଳିଗୁଡ଼ିକ ସୂର୍ଯ୍ୟାସ୍ତ ସମୟରେ ଆପଣା କାନ୍ଧରେ ବହନ କରି ନେଇଯିବ। ତୁମ୍ଭେ ଯେପରି ଭୂମି ନ ଦେଖି ପାରିବ, ଏଥିପାଇଁ ଆପଣା ମୁଖ ଆଚ୍ଛାଦନ କରିବ। କାରଣ ଆମ୍ଭେ ତୁମ୍ଭମାନଙ୍କୁ ଏକ ଚିହ୍ନ ଓ ଏକ ଉଦାହରଣ ରୂପେ ଇସ୍ରାଏଲର ଲୋକମାନଙ୍କଠାରେ ବ୍ୟବହାର କରିଛୁ।”

Gade chapit la Kopi




ଯିହିଜିକଲ 12:6
12 Referans Kwoze  

ପୁଣି, ଏକ ଖଣ୍ଡ ଲୁହାର କହ୍ରାଇ ନେଇ ତୁମ୍ଭର ଓ ନଗରର ମଧ୍ୟରେ ଲୌହ ପ୍ରାଚୀର ତୁଲ୍ୟ ତାହା ସ୍ଥାପନ କର; ଆଉ, ତୁମ୍ଭର ମୁଖ ତହିଁ ପ୍ରତି ରଖ, ତହିଁରେ ତାହା ଅବରୁଦ୍ଧ ହେବ ଓ ତୁମ୍ଭେ ତାହା ଅବରୋଧ କରି ତହିଁ ବିରୁଦ୍ଧରେ ରହିବ। ଏହା ଇସ୍ରାଏଲ ବଂଶ ପ୍ରତି ଏକ ଚିହ୍ନସ୍ୱରୂପ ହେବ।


ଏହିରୂପେ ଯିହିଜିକଲ ତୁମ୍ଭମାନଙ୍କ ପ୍ରତି ଚିହ୍ନସ୍ୱରୂପ ହେବେ; ସେ ଯେପରି କରିଅଛନ୍ତି, ତୁମ୍ଭେମାନେ ସର୍ବପ୍ରକାରେ ସେହିପରି କରିବ; ଏହା ଯେତେବେଳେ ଘଟିବ, ସେତେବେଳେ ଆମ୍ଭେ ଯେ ପ୍ରଭୁ, ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।’


ଦେଖ, ମୁଁ ଓ ସଦାପ୍ରଭୁଙ୍କ ଦ୍ୱାରା ମୋତେ ଦତ୍ତ ସନ୍ତାନଗଣ ସିୟୋନ ପର୍ବତ ନିବାସୀ ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ଇସ୍ରାଏଲ ମଧ୍ୟରେ ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ସ୍ୱରୂପ ଅଟୁ।


ତହୁଁ ଶାଉଲ ଅନ୍ୟ ବସ୍ତ୍ର ପିନ୍ଧି ଛଦ୍ମବେଶ ଧରି ଦୁଇ ଜଣ ପୁରୁଷଙ୍କୁ ସଙ୍ଗେ ନେଇଗଲେ ଓ ସେମାନେ ରାତ୍ରି ବେଳେ ସେହି ସ୍ତ୍ରୀ ନିକଟରେ ଉପସ୍ଥିତ ହେଲେ; ତହୁଁ ଶାଉଲ କହିଲେ, “ତୁମ୍ଭେ ଭୂତ ଦ୍ୱାରା ମୋʼ ପାଇଁ ଟିକିଏ ମନ୍ତ୍ର ପଢ଼, ମୁଁ ତୁମ୍ଭକୁ ଯାହାଙ୍କର ନାମ କହିବି, ତାଙ୍କୁ ମୋʼ କତିକି ଉଠାଇ ଆଣ।”


କାରଣ ସେସମସ୍ତଙ୍କ ପ୍ରତି ପ୍ରଭାତ ମୃତ୍ୟୁଚ୍ଛାୟା ପରି ଅଟେ; ସେମାନେ ମୃତ୍ୟୁୁଚ୍ଛାୟାର ଭୟାନକତା ଜାଣନ୍ତି।”


ଏଥିଉତ୍ତାରେ ଦାଉଦ ଜୈତୁନ ପର୍ବତର ଉଠାଣି ଦେଇ ଗଲେ ଓ ଉପରକୁ ଯିବା ବେଳେ ରୋଦନ କରି କରି ଉପରକୁ ଗଲେ; ସେହି ସମୟରେ ତାଙ୍କର ମସ୍ତକ ଆଚ୍ଛାଦିତ ଥିଲା ଓ ସେ ଖାଲି ପାଦରେ ଚାଲୁଥିଲେ; ପୁଣି ତାଙ୍କର ସଙ୍ଗୀ ଲୋକମାନେ ପ୍ରତ୍ୟେକେ ଆପଣା ଆପଣା ମସ୍ତକ ଆଚ୍ଛାଦନ କରିଥିଲେ ଓ ସେମାନେ ଉପରକୁ ଯିବା ବେଳେ ରୋଦନ କରୁ କରୁ ଉପରକୁ ଗଲେ।


ତୁମ୍ଭେ ସେମାନଙ୍କ ସାକ୍ଷାତରେ କାନ୍ଥ ଖୋଳ ଓ ତାହା ମଧ୍ୟଦେଇ ତୁମ୍ଭର ଜିନିଷ ସହ ତୁମ୍ଭେ ବାହାରି ଯାଅ।


ଆହୁରି, ଆମ୍ଭେ ତାହା ଉପରେ ଆମ୍ଭର ଜାଲ ପ୍ରସାରିବା ଓ ସେ ଆମ୍ଭ ଫାନ୍ଦରେ ଧରାଯିବ; ଆଉ, ଆମ୍ଭେ କଲ୍‍ଦୀୟମାନଙ୍କର ଦେଶ ବାବିଲକୁ ତାହାକୁ ନେଇଯିବା; ଆଉ, ଯଦ୍ୟପି ସେ ସେହି ସ୍ଥାନରେ ମରିବ, ତଥାପି ସେ ତାହା ଦେଖିବ ନାହିଁ।


ଏଣୁ କୁଷ୍ଠୀମାନେ ଅରାମୀୟମାନଙ୍କ ଛାଉଣିକୁ ଯିବା ପାଇଁ ଗୋଧୂଳି ସମୟରେ ଉଠିଲେ; ଆଉ ସେମାନେ ଅରାମୀୟମାନଙ୍କ ଛାଉଣିର ବାହାର ସୀମାରେ ଉପସ୍ଥିତ ହେବା ବେଳେ, ଦେଖ, ସେଠାରେ କୌଣସି ମନୁଷ୍ୟ ନ ଥିଲେ।


ହେ ଯିହୋଶୂୟ ମହାଯାଜକ, ତୁମ୍ଭେ ଏବେ ଶୁଣ ଓ ତୁମ୍ଭ ସମ୍ମୁଖରେ ଉପବିଷ୍ଟ ତୁମ୍ଭର ସଙ୍ଗୀଗଣ ଶୁଣନ୍ତୁ! କାରଣ ସେମାନେ ଚିହ୍ନସ୍ୱରୂପ ଲୋକ ଅଟନ୍ତି; ଯେହେତୁ ଦେଖ, ଆମ୍ଭେ ଆପଣାର ଶାଖା ନାମକ ଦାସକୁ ଆଣିବା।


Swiv nou:

Piblisite


Piblisite