Biblia Todo Logo
Bib sou entènèt

- Piblisite -




ଯିହିଜିକଲ 13:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଅର୍ଥାତ୍‍, ଯେଉଁମାନେ ଯିରୂଶାଲମ ବିଷୟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି ଓ ଶାନ୍ତି ନ ଥିଲେ ହେଁ ତାହା ନିମନ୍ତେ ଶାନ୍ତିର ଦର୍ଶନ ପାଆନ୍ତି, ଇସ୍ରାଏଲର ସେହି ଭବିଷ୍ୟଦ୍‍ବକ୍ତାମାନେ ଆଉ ନାହାନ୍ତି, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଅର୍ଥାତ୍, ଯେଉଁମାନେ ଯିରୂଶାଲମ ବିଷୟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି ଓ ଶାନ୍ତି ନ ଥିଲେ ହେଁ ତାହା ନିମନ୍ତେ ଶାନ୍ତିର ଦର୍ଶନ ପାଆନ୍ତି, ଇସ୍ରାଏଲର ସେହି ଭବିଷ୍ୟଦ୍ବକ୍ତାମାନେ ଆଉ ନାହାନ୍ତି, ଏହା ପ୍ରଭୁ ସଦାପ୍ରଭୁ କହନ୍ତି।

Gade chapit la Kopi

ଓଡିଆ ବାଇବେଲ

16 ଅର୍ଥାତ୍‍, ଯେଉଁମାନେ ଯିରୂଶାଲମ ବିଷୟରେ ଭବିଷ୍ୟଦ୍‍ ବାକ୍ୟ ପ୍ରଚାର କରନ୍ତି ଓ ଶାନ୍ତି ନ ଥିଲେ ହେଁ ତାହା ନିମନ୍ତେ ଶାନ୍ତିର ଦର୍ଶନ ପାଆନ୍ତି, ଇସ୍ରାଏଲର ସେହି ଭବିଷ୍ୟଦ୍‍ବକ୍ତାମାନେ ଆଉ ନାହାନ୍ତି, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”

Gade chapit la Kopi

ପବିତ୍ର ବାଇବଲ

16 “ଇସ୍ରାଏଲର ଭବିଷ୍ୟ‌ଦ୍‌ବକ୍ତା ଯେଉଁମାନେ ଯିରୁଶାଲମ ବିଷୟରେ ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କଲେ ଓ ଶାନ୍ତି ନ ଥିଲେ ହେଁ ତାହା ନିମନ୍ତେ ଶାନ୍ତିର ଦର୍ଶନ ପାଆନ୍ତି।” ଏହା ମୋର ପ୍ରଭୁ ସଦାପ୍ରଭୁ କହିଛନ୍ତି।

Gade chapit la Kopi




ଯିହିଜିକଲ 13:16
11 Referans Kwoze  

ଶାନ୍ତି ନ ଥିଲେ ହେଁ ସେମାନେ ‘ଶାନ୍ତି’ ଅଛି ବୋଲି କହି ଆମ୍ଭ ଲୋକମାନଙ୍କୁ ଭୁଲାଇ ଅଛନ୍ତି; ଆଉ, କେହି କାନ୍ଥ ନିର୍ମାଣ କଲେ ଦେଖ, ସେମାନେ ଅମିଶ୍ରିତ ମସଲାରେ ତାହା ଲେପନ କରନ୍ତି,


ଆହୁରି, ଶାନ୍ତି ନ ଥିଲେ ହେଁ ସେମାନେ ‘ଶାନ୍ତି ଶାନ୍ତି’ ବୋଲି କହି ଆମ୍ଭ ଲୋକମାନଙ୍କ କ୍ଷତ ହାଲୁକା ଭାବରେ ସୁସ୍ଥ କରିଅଛନ୍ତି।


ପୁଣି, ଶାନ୍ତି ନ ଥିଲେ ହେଁ ସେମାନେ ‘ଶାନ୍ତି, ଶାନ୍ତି’ ବୋଲି କହି ଆମ୍ଭ ଲୋକମାନଙ୍କ କନ୍ୟାର କ୍ଷତ ଉପରେ ଉପରେ ସୁସ୍ଥ କରନ୍ତି।


“ତୁମ୍ଭେ ନିର୍ବାସିତ ସମସ୍ତ ଲୋକ ପ୍ରତି ଏହି କଥା କହି ପଠାଅ, ନିହିଲାମୀୟ ଶମୟୀୟର ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ‘ଆମ୍ଭେ ଶମୟୀୟକୁ ନ ପଠାଇଲେ ହେଁ ସେ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିଅଛି ଓ ମିଥ୍ୟା କଥାରେ ତୁମ୍ଭମାନଙ୍କର ବିଶ୍ୱାସ ଜନ୍ମାଇଅଛି,


ଏଥିଉତ୍ତାରେ ସେହି ବର୍ଷ, ଅର୍ଥାତ୍‍, ଯିହୁଦାର ରାଜା ସିଦିକୀୟର ରାଜତ୍ଵର ଆରମ୍ଭ ସମୟରେ, ଚତୁର୍ଥ ବର୍ଷର ପଞ୍ଚମ ମାସରେ ଗିବୀୟୋନ୍‍ ନିବାସୀ ଅସୂରର ପୁତ୍ର ହନାନୀୟ ଭବିଷ୍ୟଦ୍‍ବକ୍ତା ସଦାପ୍ରଭୁଙ୍କ ଗୃହରେ ଯାଜକମାନଙ୍କର ଓ ଲୋକସମସ୍ତଙ୍କର ସାକ୍ଷାତରେ ମୋତେ ଏହି କଥା କହିଲା,


ଭବିଷ୍ୟଦ୍‍ବକ୍ତାମାନେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି ଓ ସେମାନଙ୍କ ଦ୍ୱାରା ଯାଜକମାନେ କର୍ତ୍ତୃତ୍ୱ କରନ୍ତି; ପୁଣି, ଆମ୍ଭର ଲୋକମାନେ ଏପରି ହେବାର ଭଲ ପାଆନ୍ତି; ମାତ୍ର ତହିଁର ଶେଷରେ ତୁମ୍ଭେମାନେ କଅଣ କରିବ?


ସଦାପ୍ରଭୁ କହନ୍ତି, “ଦୁଷ୍ଟ ଲୋକମାନଙ୍କର କିଛି ଶାନ୍ତି ନାହିଁ।”


ବିନାଶ ଆସୁଅଛି; ସେମାନେ ଶାନ୍ତି ଅନ୍ଵେଷଣ କରିବେ; ପୁଣି, କିଛି ପାଇବେ ନାହିଁ।


ଏହି ପ୍ରକାରେ ଆମ୍ଭେ ସେହି କାନ୍ଥ ଉପରେ ଓ ଯେଉଁମାନେ ଅମିଶ୍ରିତ ମସଲାରେ ତାହା ଲେପନ କରିଅଛନ୍ତି, ସେମାନଙ୍କ ଉପରେ ଆପଣା କୋପ ସଫଳ କରିବା ଓ ଆମ୍ଭେ ତୁମ୍ଭମାନଙ୍କୁ କହିବା, ସେହି କାନ୍ଥ ଆଉ ନାହିଁ ଓ ତାହା ଲେପନକାରୀମାନେ,


Swiv nou:

Piblisite


Piblisite