Biblia Todo Logo
Bib sou entènèt

- Piblisite -




ଯିହିଜିକଲ 13:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 “ହେ ମନୁଷ୍ୟ-ସନ୍ତାନ, ଇସ୍ରାଏଲର ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି, ତୁମ୍ଭେ ସେମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର; ଆଉ, ଯେଉଁମାନେ ନିଜ ହୃଦୟରୁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କୁ କୁହ, ‘ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ;’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ହେ ମନୁଷ୍ୟ-ସନ୍ତାନ, ଇସ୍ରାଏଲର ଯେଉଁ ଭବିଷ୍ୟଦ୍-ବକ୍ତାମାନେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି, ତୁମ୍ଭେ ସେମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର; ଆଉ, ଯେଉଁମାନେ ନିଜ ହୃଦୟରୁ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କୁ କୁହ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ;

Gade chapit la Kopi

ଓଡିଆ ବାଇବେଲ

2 “ହେ ମନୁଷ୍ୟ-ସନ୍ତାନ, ଇସ୍ରାଏଲର ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ଭବିଷ୍ୟଦ୍‍ ବାକ୍ୟ ପ୍ରଚାର କରନ୍ତି, ତୁମ୍ଭେ ସେମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍‍ ବାକ୍ୟ ପ୍ରଚାର କର; ଆଉ, ଯେଉଁମାନେ ନିଜ ହୃଦୟରୁ ଭବିଷ୍ୟଦ୍‍ ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କୁ କୁହ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ;

Gade chapit la Kopi

ପବିତ୍ର ବାଇବଲ

2 “ହେ ମନୁଷ୍ୟ ପୁତ୍ର, ଇସ୍ରାଏଲର ଯେଉଁମାନେ ସେମାନଙ୍କ ଇଚ୍ଛା ବିରୁଦ୍ଧରେ ଭବିଷ୍ୟତବାକ୍ୟ ପ୍ରଗ୍ଭର କରନ୍ତି। ସେମାନଙ୍କୁ କୁହ, ‘ସଦାପ୍ରଭୁଙ୍କର ବାକ୍ୟ ଶୁଣ।

Gade chapit la Kopi




ଯିହିଜିକଲ 13:2
35 Referans Kwoze  

ଆଉ ହେ ମନୁଷ୍ୟ-ସନ୍ତାନ, ତୁମ୍ଭ ଲୋକଙ୍କର ଯେଉଁ କନ୍ୟାଗଣ ଆପଣା ଆପଣା ହୃଦୟରୁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖ ଓ ସେମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କୁହ,


ଆପଣମାନଙ୍କର ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ଆପଣମାନଙ୍କ ନିକଟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କହିଲେ, ବାବିଲର ରାଜା ଆପଣମାନଙ୍କ ବିରୁଦ୍ଧରେ ଓ ଏହି ଦେଶ ବିରୁଦ୍ଧରେ ଆସିବ ନାହିଁ, ସେମାନେ ଏବେ କାହାନ୍ତି?


ପୁଣି, ତାହାର ଭବିଷ୍ୟଦ୍‍ବକ୍ତାମାନେ ଅସାର ଦର୍ଶନ ପାଇ ଓ ସଦାପ୍ରଭୁ କହି ନ ଥିଲେ ହେଁ, ‘ପ୍ରଭୁ, ସଦାପ୍ରଭୁ ଏହି କଥା କହିଅଛନ୍ତି’ ବୋଲି ସେମାନଙ୍କ ନିକଟରେ ମିଥ୍ୟା ମନ୍ତ୍ର ପାଠ କରି ଅମିଶ୍ରିତ ମସଲାରେ ସେମାନଙ୍କ କାନ୍ଥ ଲେପନ କରିଅଛନ୍ତି।


ତାହାର ଭବିଷ୍ୟଦ୍‍ବକ୍ତାମାନେ ତହିଁ ମଧ୍ୟରେ ଚକ୍ରାନ୍ତ କରନ୍ତି, ସେମାନେ ମୃଗୟା ବିଦାରିବାକୁ ଉତ୍ସୁକ ଗର୍ଜ୍ଜନକାରୀ ସିଂହ ପରି; ସେମାନେ ପ୍ରାଣୀମାନଙ୍କୁ ଗ୍ରାସ କରିଅଛନ୍ତି; ସେମାନେ ଧନ ଓ ବହୁମୂଲ୍ୟ ବସ୍ତ୍ର ହରଣ କରନ୍ତି; ସେମାନେ ତହିଁ ମଧ୍ୟରେ ଅନେକଙ୍କୁ ବିଧବା କରିଅଛନ୍ତି।


ପ୍ରାଚୀନ ଓ ସମ୍ଭ୍ରାନ୍ତ ଲୋକ ସେହି ମସ୍ତକ, ପୁଣି, ମିଥ୍ୟା ଶିକ୍ଷାଦାୟୀ ଭବିଷ୍ୟଦ୍‍ବକ୍ତା ଲାଙ୍ଗୁଳ,


ହେ ସଦୋମର ଶାସନକର୍ତ୍ତାମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ, ହେ ହମୋରାର ଲୋକମାନେ, ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ବ୍ୟବସ୍ଥାରେ କର୍ଣ୍ଣପାତ କର।


ତାହାର ଭବିଷ୍ୟଦ୍‍ବକ୍ତାମାନେ ଅସାର ଓ ବିଶ୍ୱାସଘାତକ ଅଟନ୍ତି; ତାହାର ଯାଜକଗଣ ପବିତ୍ର ବିଷୟକୁ ଅପବିତ୍ର କରିଅଛନ୍ତି, ସେମାନେ ବ୍ୟବସ୍ଥା ପ୍ରତି ଦୌରାତ୍ମ୍ୟ କରିଅଛନ୍ତି।


ସେହି ସ୍ଥାନର ପ୍ରଧାନବର୍ଗ ଲାଞ୍ଚ ନେଇ ବିଚାର କରନ୍ତି ଓ ତହିଁର ଯାଜକଗଣ ବେତନ ନେଇ ଶିକ୍ଷା ଦିଅନ୍ତି ଓ ତହିଁର ଭବିଷ୍ୟଦ୍‍ବକ୍ତାଗଣ ଅର୍ଥ ନେଇ ମନ୍ତ୍ର ପଢ଼ନ୍ତି; ତଥାପି ସେମାନେ ସଦାପ୍ରଭୁଙ୍କ ଉପରେ ନିର୍ଭର କରି କୁହନ୍ତି, “ସଦାପ୍ରଭୁ କି ଆମ୍ଭମାନଙ୍କ ମଧ୍ୟରେ ନାହାନ୍ତି? କୌଣସି ଅମଙ୍ଗଳ ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ।”


ଏଥିପାଇଁ ତୁମ୍ଭେମାନେ ଯେପରି କୌଣସି ଦର୍ଶନ ନ ପାଇବ, ତୁମ୍ଭମାନଙ୍କ ପ୍ରତି ରାତ୍ରି ହେବ ଓ ତୁମ୍ଭେମାନେ ଯେପରି ମନ୍ତ୍ରଶୂନ୍ୟ ହେବ; ଏଥିପାଇଁ ତୁମ୍ଭମାନଙ୍କ ପ୍ରତି ଅନ୍ଧକାର ହେବ; ଆଉ, ଭବିଷ୍ୟଦ୍‍ବକ୍ତାଗଣ ଉପରେ ସୂର୍ଯ୍ୟ ଅସ୍ତଗତ ହେବ ଓ ସେମାନଙ୍କ ଉପରେ ଦିବସ କୃଷ୍ଣବର୍ଣ୍ଣ ହେବ।


ଏଥିପାଇଁ ହେ ପାଳକଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ;


ଏହେତୁ ହେ ପାଳକଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ;


ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଯେଉଁ ମୂଢ଼ ଭବିଷ୍ୟଦ୍‍ବକ୍ତାମାନେ କିଛି ଦର୍ଶନ ପ୍ରାପ୍ତ ନ ହୋଇ ଆପଣା ଆପଣା ଆତ୍ମାର ପଶ୍ଚାଦ୍‍ଗମନ କରନ୍ତି, ସେମାନେ ସନ୍ତାପର ପାତ୍ର।


ତହିଁ ମଧ୍ୟରେ ଯେଉଁମାନେ ଧାର୍ମିକଗଣର ରକ୍ତପାତ କରିଅଛନ୍ତି, ସେହି ଭବିଷ୍ୟଦ୍‍ବକ୍ତାଗଣର ପାପ ଓ ଯାଜକଗଣର ଅଧର୍ମ ସକାଶୁ ଏହା ହୋଇଅଛି।


ମାତ୍ର ଯଦି ସେମାନେ ଭବିଷ୍ୟଦ୍‍ବକ୍ତା ଅଟନ୍ତି ଓ ସଦାପ୍ରଭୁଙ୍କର ବାକ୍ୟ ଯଦି ସେମାନଙ୍କଠାରେ ଥାଏ, ତେବେ ସଦାପ୍ରଭୁଙ୍କ ଗୃହରେ, ଯିହୁଦାର ରାଜଗୃହରେ ଓ ଯିରୂଶାଲମରେ ଯେସକଳ ପାତ୍ର ଅବଶିଷ୍ଟ ଅଛି, ତାହା ଯେପରି ବାବିଲକୁ ନ ଯାଏ, ଏଥିପାଇଁ ସେମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କ ନିକଟରେ ବିନତି କରନ୍ତୁ।


ପୁଣି, ‘ତୁମ୍ଭେମାନେ ବାବିଲ ରାଜାର ଦାସ୍ୟକର୍ମ କରିବ ନାହିଁ’ ବୋଲି ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ତୁମ୍ଭମାନଙ୍କୁ କହନ୍ତି, ସେମାନଙ୍କ ବାକ୍ୟରେ ମନୋଯୋଗ କର ନାହିଁ; ଯେହେତୁ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି।


ଏନିମନ୍ତେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଆପଣା ଲୋକମାନଙ୍କର ପାଳନକାରୀ ପାଳକମାନଙ୍କ ବିରୁଦ୍ଧରେ ଏହି କଥା କହନ୍ତି; “ତୁମ୍ଭେମାନେ ଆମ୍ଭର ପଲକୁ ଛିନ୍ନଭିନ୍ନ କରି ଦୂରକୁ ତଡ଼ି ଦେଇଅଛ ଓ ସେମାନଙ୍କର ତତ୍ତ୍ୱାନୁସନ୍ଧାନ କରି ନାହଁ, ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କ ଦୁଷ୍କର୍ମର ପ୍ରତିଫଳ ଦେବା।


ଏହେତୁ ଆମ୍ଭେ ଅନ୍ୟମାନଙ୍କୁ ସେମାନଙ୍କର ଭାର୍ଯ୍ୟାଗଣ ଓ ଅନ୍ୟ ଅନ୍ୟ ଅଧିକାରୀଙ୍କୁ ସେମାନଙ୍କର କ୍ଷେତ୍ରସବୁ ଦେବା; କାରଣ ସେମାନଙ୍କର କ୍ଷୁଦ୍ରଠାରୁ ଅତ୍ୟନ୍ତ ମହାନ ଲୋକ ପର୍ଯ୍ୟନ୍ତ ପ୍ରତ୍ୟେକେ ହିଁ ଲୋଭାସକ୍ତ, ଭବିଷ୍ୟଦ୍‍ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ ପ୍ରତ୍ୟେକେ ହିଁ ମିଥ୍ୟାଚରଣ କରନ୍ତି।


ଭବିଷ୍ୟଦ୍‍ବକ୍ତାମାନେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି ଓ ସେମାନଙ୍କ ଦ୍ୱାରା ଯାଜକମାନେ କର୍ତ୍ତୃତ୍ୱ କରନ୍ତି; ପୁଣି, ଆମ୍ଭର ଲୋକମାନେ ଏପରି ହେବାର ଭଲ ପାଆନ୍ତି; ମାତ୍ର ତହିଁର ଶେଷରେ ତୁମ୍ଭେମାନେ କଅଣ କରିବ?


ଏହେତୁ ହେ ଯିରୂଶାଲମସ୍ଥ ଲୋକମାନଙ୍କର ଶାସନକାରୀ ନିନ୍ଦକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ;


ପୁଣି, ମୀଖାୟ କହିଲା, “ଏହେତୁ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ମୁଁ ସଦାପ୍ରଭୁଙ୍କୁ ତାହାଙ୍କ ସିଂହାସନରେ ଉପବିଷ୍ଟ ଓ ତାହାଙ୍କ ଦକ୍ଷିଣ ଓ ବାମ ହସ୍ତରେ ତାହାଙ୍କ ନିକଟରେ ସ୍ୱର୍ଗୀୟ ସମୁଦାୟ ସୈନ୍ୟଙ୍କୁ ଉଭା ହେବାର ଦେଖିଲି।


ଏଥିଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ପୁଣି ସେ ମୋତେ କହିଲେ,


ଏହେତୁ ହେ ବେଶ୍ୟା, ସଦାପ୍ରଭୁଙ୍କର ବାକ୍ୟ ଶୁଣ;


Swiv nou:

Piblisite


Piblisite