Biblia Todo Logo
Bib sou entènèt

- Piblisite -




ଯିହିଜିକଲ 16:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଆହୁରି, ଆମ୍ଭେ ତୁମ୍ଭକୁ ବିଚିତ୍ର ବସ୍ତ୍ର ପିନ୍ଧାଇଲୁ, ଶିଶୁକ ଚର୍ମର ପାଦୁକା ପିନ୍ଧାଇଲୁ ଓ ଆମ୍ଭେ ଶୁଭ୍ର କ୍ଷୌମବସ୍ତ୍ରରେ ତୁମ୍ଭର କଟିବନ୍ଧନ କରାଇଲୁ, ପୁଣି, ପଟ୍ଟବସ୍ତ୍ରରେ ବିଭୂଷିତା କଲୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଆହୁରି, ଆମ୍ଭେ ତୁମ୍ଭକୁ ବିଚିତ୍ର ବସ୍ତ୍ର ପିନ୍ଧାଇଲୁ, ଶିଶୁକ ଚର୍ମର ପାଦୁକା ପିନ୍ଧାଇଲୁ ଓ ଆମ୍ଭେ ଶୁଭ୍ର କ୍ଷୌମ ବସ୍ତ୍ରରେ ତୁମ୍ଭର କଟୀବନ୍ଧନ କରାଇଲୁ, ପୁଣି ପଟ୍ଟବସ୍ତ୍ରରେ ବିଭୂଷିତା କଲୁ।

Gade chapit la Kopi

ଓଡିଆ ବାଇବେଲ

10 ଆହୁରି, ଆମ୍ଭେ ତୁମ୍ଭକୁ ବିଚିତ୍ର ବସ୍ତ୍ର ପିନ୍ଧାଇଲୁ, ଶିଶୁକ ଚର୍ମର ପାଦୁକା ପିନ୍ଧାଇଲୁ ଓ ଆମ୍ଭେ ଶୁଭ୍ର କ୍ଷୌମ ବସ୍ତ୍ରରେ ତୁମ୍ଭର କଟୀବନ୍ଧନ କରାଇଲୁ, ପୁଣି, ପଟ୍ଟବସ୍ତ୍ରରେ ବିଭୂଷିତା କଲୁ।

Gade chapit la Kopi

ପବିତ୍ର ବାଇବଲ

10 ପୁଣି ମୁଁ ତୁମ୍ଭକୁ ବିଚିତ୍ର ବସ୍ତ୍ର ପିନ୍ଧାଇଲି। ଶିକୁଳ ଚର୍ମର ପାଦୁକା ପିନ୍ଧାଇଲି, ଶୁଭ୍ରରେଶମ ବସ୍ତ୍ରରେ ତୁମ୍ଭର କଟିବନ୍ଧନ କରାଇଲି ଓ ପଟ୍ଟ ବସ୍ତ୍ରରେ ବିଭୂଷିତା କଲି।

Gade chapit la Kopi




ଯିହିଜିକଲ 16:10
24 Referans Kwoze  

ପୁଣି, ତୁମ୍ଭେ ଆପଣା ବିଚିତ୍ର ବସ୍ତ୍ରସବୁ ନେଇ ସେମାନଙ୍କୁ ପିନ୍ଧାଇଲ ଓ ସେମାନଙ୍କ ସମ୍ମୁଖରେ ଆମ୍ଭର ତୈଳ ଓ ଆମ୍ଭର ଧୂପ ରଖିଲ।


ଏରୂପେ ତୁମ୍ଭେ ସୁନା, ରୂପାରେ ବିଭୂଷିତା ହେଲ, ତୁମ୍ଭର ବସ୍ତ୍ର ଶୁଭ୍ର କ୍ଷୌମସୂତ୍ର, ପଟ୍ଟ ଦ୍ୱାରା ନିର୍ମିତ ଓ ଶିଳ୍ପକର୍ମରେ ବିଚିତ୍ର ହେଲା; ତୁମ୍ଭେ ସରୁ ମଇଦା ଓ ମଧୁ ଓ ତୈଳ ଭୋଜନ କଲ। ପୁଣି, ତୁମ୍ଭେ ପରମାସୁନ୍ଦରୀ ହୋଇ ଅବଶେଷରେ ରାଣୀପଦ ପ୍ରାପ୍ତ ହେଲ।


ମୁଁ ସଦାପ୍ରଭୁଙ୍କଠାରେ ଅତିଶୟ ଆନନ୍ଦ କରିବି; ମୋର ପ୍ରାଣ ମୋʼ ପରମେଶ୍ୱରଙ୍କଠାରେ ଉଲ୍ଲସିତ ହେବ; କାରଣ ବର ଯେପରି ଭୂଷଣରେ ଆପଣାକୁ ଭୂଷିତ କରେ ଓ କନ୍ୟା ଯେପରି ଆପଣା ରତ୍ନରେ ଆପଣାକୁ ଭୂଷିତା କରେ, ସେହିପରି ସେ ପରିତ୍ରାଣରୂପ ବସ୍ତ୍ରରେ ମୋତେ ବସ୍ତ୍ରାନ୍ୱିତ କରିଅଛନ୍ତି ଓ ଧର୍ମରୂପ ରାଜବସ୍ତ୍ରରେ ମୋତେ ଆଚ୍ଛାଦିତ କରିଅଛନ୍ତି।


ପୁଣି, ଆବାସର ଦ୍ୱାର ନିମନ୍ତେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ନିର୍ମିତ ଚିତ୍ରବିଚିତ୍ର ଏକ ଆଚ୍ଛାଦନ ବସ୍ତ୍ର ପ୍ରସ୍ତୁତ କରିବ।


ତାହାକୁ ଶୁଭ୍ର ଓ ପରିଷ୍କୃତ ସୂକ୍ଷ୍ମ ବସ୍ତ୍ର ପରିଧାନ କରିବା ନିମନ୍ତେ ଦିଆଗଲା; ସେହି ସୂକ୍ଷ୍ମ ବସ୍ତ୍ର ସାଧୁମାନଙ୍କର ଧାର୍ମିକ କର୍ମ।”


କିନ୍ତୁ ପିତା ଆପଣା ଦାସମାନଙ୍କୁ କହିଲେ, ସବୁଠାରୁ ଭଲ ବସ୍ତ୍ର ଶୀଘ୍ର ନେଇ ଆସି ଏହାକୁ ପିନ୍ଧାଅ, ଏହାର ହାତରେ ମୁଦି ଓ ପାଦରେ ପାଦୁକା ଦିଅ,


ତୁମ୍ଭ ହସ୍ତନିର୍ମିତ ଦ୍ରବ୍ୟର ବାହୁଲ୍ୟ ହେତୁ ଅରାମ ତୁମ୍ଭର ବଣିକ ଥିଲା; ସେମାନେ ତାମ୍ରମଣି, ଧୂମ୍ରବର୍ଣ୍ଣ ଓ ବୁଟାଦାର ବସ୍ତ୍ର, କ୍ଷୌମବସ୍ତ୍ର ଆଉ ପ୍ରବାଳ ଓ ପଦ୍ମରାଗ ମଣି ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।


ସିୟୋନର ଶୋକାର୍ତ୍ତ ଲୋକମାନଙ୍କ ପାଇଁ ନିରୂପଣ କରିବାକୁ, ଅର୍ଥାତ୍‍, ଭସ୍ମର ପରିବର୍ତ୍ତେ ଭୂଷଣ, ଦୁଃଖର ପରିବର୍ତ୍ତେ ସୁଖରୂପ ତୈଳ, ଅବସନ୍ନ ଆତ୍ମାର ପରିବର୍ତ୍ତେ ପ୍ରଶଂସାରୂପ ବସ୍ତ୍ର ପ୍ରଦାନ କରିବାକୁ ସେ ମୋତେ ପ୍ରେରଣ କରିଅଛନ୍ତି; ତହିଁରେ ସଦାପ୍ରଭୁ ଯେପରି ଗୌରବାନ୍ୱିତ ହେବେ, ଏଥିପାଇଁ ସେମାନେ ଧର୍ମରୂପ ବୃକ୍ଷ ଓ ତାହାଙ୍କର ଉଦ୍ୟାନ ବୋଲି ବିଖ୍ୟାତ ହେବେ।


ସେମାନେ ସୁବର୍ଣ୍ଣ, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ନେବେ।


ଏଉତ୍ତାରେ ତୁମ୍ଭେ ରକ୍ତୀକୃତ ମେଷର ଚର୍ମରେ ତମ୍ବୁର ଏକ ଛାତ କରିବ, ଆଉ ତହିଁ ଉପରେ ଶିଶୁକ ଚର୍ମରେ ଏକ ଛାତ କରିବ।


ଏଥିଉତ୍ତାରେ ଫାରୋ ଆପଣା ହସ୍ତରୁ ନିଜ ସନ୍ତକ-ଅଙ୍ଗୁରୀୟ କାଢ଼ି ଯୋଷେଫଙ୍କ ହସ୍ତରେ ଦେଇ ତାଙ୍କୁ ସୂକ୍ଷ୍ମବସ୍ତ୍ର ପିନ୍ଧାଇ ତାଙ୍କ ଗଳାରେ ସୁବର୍ଣ୍ଣ ହାର ଦେଲେ।


ପୁଣି, ମୁଁ ପବିତ୍ର ନଗରୀ, ଅର୍ଥାତ୍‍ ନୂତନ ଯିରୂଶାଲମ ସହରକୁ ବର ନିମନ୍ତେ ସଜ୍ଜିତା କନ୍ୟାର ସଦୃଶ ପ୍ରସ୍ତୁତ ହୋଇ ସ୍ୱର୍ଗରୁ ଈଶ୍ବରଙ୍କ ନିକଟରୁ ଅବତରଣ କରିବାର ଦେଖିଲି।


ଯଥା, ସୁବର୍ଣ୍ଣ, ରୌପ୍ୟ, ମଣି, ମୁକ୍ତା, ସୂକ୍ଷ୍ମ ବସ୍ତ୍ର, କୃଷ୍ଣଲୋହିତ ବର୍ଣ୍ଣର ବସ୍ତ୍ର, ପଟୁବସ୍ତ୍ର, ଲୋହିତବର୍ଣ୍ଣ ବସ୍ତ୍ର, ସମସ୍ତ ପ୍ରକାର ଚନ୍ଦନକାଷ୍ଠ, ହସ୍ତୀଦନ୍ତର ସର୍ବ ପ୍ରକାର ବସ୍ତୁ, ଅତି ବହୁମୂଲ୍ୟ କାଠ, ପିତ୍ତଳ, ଲୌହ ଓ ମର୍ମର ପ୍ରସ୍ତର ନିର୍ମିତ ସମସ୍ତ ପ୍ରକାର ବସ୍ତୁ,


ତୁମ୍ଭର ଧ୍ୱଜା ହେବା ପାଇଁ ମିସର ଦେଶରୁ ଆନୀତ ସୂଚୀକର୍ମରେ ଚିତ୍ରିତ ଶୁଭ୍ର କ୍ଷୌମବସ୍ତ୍ରରେ ତୁମ୍ଭର ପାଲ ପ୍ରସ୍ତୁତ ହୋଇଥିଲା; ତୁମ୍ଭର ଚାନ୍ଦୁଆ ଇଲୀଶା ଦ୍ୱୀପସମୂହର ନୀଳ ଓ ଧୂମ୍ରବର୍ଣ୍ଣ ବସ୍ତ୍ରରେ ପ୍ରସ୍ତୁତ ହୋଇଥିଲା।


ସେତେବେଳେ ସମୁଦ୍ରର ଅଧିପତିସକଳ ଆପଣା ଆପଣା ସିଂହାସନରୁ ଓହ୍ଲାଇବେ ଓ ଆପଣା ଆପଣା ଚୋଗା ତ୍ୟାଗ କରି ଶିଳ୍ପକର୍ମର ବସ୍ତ୍ର ଫିଟାଇ ପକାଇବେ; ସେମାନେ ତ୍ରାସରୂପ ବସ୍ତ୍ର ପରିଧାନ କରିବେ; ସେମାନେ ଭୂମିରେ ବସିବେ ଓ ଅନୁକ୍ଷଣ ତ୍ରାସଯୁକ୍ତ ହେବେ ଓ ତୁମ୍ଭ ବିଷୟରେ ବିସ୍ମିତ ହେବେ।


ଆମ୍ଭେ କ୍ଷେତ୍ରରେ ଉଦ୍ଭିଦ ପରି ତୁମ୍ଭକୁ ବହୁସଂଖ୍ୟକ କରାଇଲୁ, ତହିଁରେ ତୁମ୍ଭେ ବୃଦ୍ଧି ପାଇ ଅତି ବଡ଼ ହୋଇ ଉଠିଲ ଓ ମହାଶୋଭାରୂପ ଅଳଙ୍କାର ସ୍ୱରୂପ ହେଲ; ତୁମ୍ଭର ସ୍ତନଯୁଗଳ ସୁଡୌଲ ଓ ତୁମ୍ଭର କେଶ ଦୀର୍ଘ ହେଲା; ତଥାପି ତୁମ୍ଭେ ବିବସନା ଓ ଉଲଙ୍ଗିନୀ ଥିଲ।


ସେ ଆପଣା ନିମନ୍ତେ ଚିତ୍ରବିଚିତ୍ର ଆଚ୍ଛାଦନ ବସ୍ତ୍ର ପ୍ରସ୍ତୁତ କରେ, ପୁଣି, ସେ ଶୁଭ୍ର କ୍ଷୌମବସ୍ତ୍ର ଓ ଧୂମ୍ରବର୍ଣ୍ଣ ବସ୍ତ୍ର ପିନ୍ଧେ।


ରକ୍ତୀକୃତ ମେଷର ଚର୍ମ ଓ ଶିଶୁକ ଚର୍ମ, ଶିଟୀମ୍‍ କାଷ୍ଠ,


ସେମାନେ ଆନନ୍ଦ ଓ ଉଲ୍ଲାସରେ ଅଣାଯିବେ; ସେମାନେ ରାଜାଙ୍କ ଅଟ୍ଟାଳିକାରେ ପ୍ରବେଶ କରିବେ;


ଦର୍ପଣ, ସୂକ୍ଷ୍ମ ବସ୍ତ୍ର, ଶିରୋବନ୍ଧନୀ ଓ ଓଢ଼ଣି କାଢ଼ି ପକାଇବେ।


Swiv nou:

Piblisite


Piblisite