Biblia Todo Logo
Bib sou entènèt

- Piblisite -




ଯିହିଜିକଲ 16:44 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

44 ଦେଖ, ଯେକେହି ପ୍ରବାଦ ବ୍ୟବହାର କରେ, ସେ ତୁମ୍ଭ ବିରୁଦ୍ଧରେ ଏହି ପ୍ରବାଦ ବ୍ୟବହାର କରିବ ଯଥା; ‘ମାତା ଯେସନ, କନ୍ୟା ତେସନ।’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

44 ଦେଖ, ଯେକେହି ପ୍ରବାଦ ବ୍ୟବହାର କରେ, ସେ ତୁମ୍ଭ ବିରୁଦ୍ଧରେ ଏହି ପ୍ରବାଦ ବ୍ୟବହାର କରିବ, ଯଥା, ମାତା ଯେସନ, କନ୍ୟା ତେସନ।

Gade chapit la Kopi

ଓଡିଆ ବାଇବେଲ

44 ଦେଖ, ଯେକେହି ପ୍ରବାଦ ବ୍ୟବହାର କରେ, ସେ ତୁମ୍ଭ ବିରୁଦ୍ଧରେ ଏହି ପ୍ରବାଦ ବ୍ୟବହାର କରିବ ଯଥା; ମାତା ଯେସନ, କନ୍ୟା ତେସନ।

Gade chapit la Kopi

ପବିତ୍ର ବାଇବଲ

44 “ଯେଉଁ ଲୋକମାନେ ପ୍ରବଚନ ବ୍ୟବହାର କରନ୍ତି, ତୁମ୍ଭ ଉପରେ ଏହା ପ୍ରୟୋଗ କରିବେ। ‘ମା ଗୁଣେ ଝିଅ।’

Gade chapit la Kopi




ଯିହିଜିକଲ 16:44
12 Referans Kwoze  

ଏହିସବୁ କର୍ମ ସମାପ୍ତ ହେଲା ଉତ୍ତାରେ ଅଧିପତିମାନେ ଆମ୍ଭ ନିକଟକୁ ଆସି କହିଲେ, “ଇସ୍ରାଏଲ ଲୋକମାନେ ଓ ଯାଜକମାନେ ଓ ଲେବୀୟମାନେ ଅନ୍ୟ ଦେଶୀୟ ଗୋଷ୍ଠୀୟମାନଙ୍କଠାରୁ ଆପଣାମାନଙ୍କୁ ପୃଥକ ନ କରି ସେମାନଙ୍କର, ଅର୍ଥାତ୍‍, କିଣାନୀୟ, ହିତ୍ତୀୟ, ପରିଷୀୟ, ଯିବୂଷୀୟ, ଅମ୍ମୋନୀୟ, ମୋୟାବୀୟ, ମିସରୀୟ ଓ ଇମୋରୀୟମାନଙ୍କର ଘୃଣାଯୋଗ୍ୟ କର୍ମାନୁସାରେ କରୁଅଛନ୍ତି।


ପ୍ରାଚୀନମାନଙ୍କ ପ୍ରବାଦ କହେ, ଯଥା, ଦୁଷ୍ଟଠାରୁ ଦୁଷ୍ଟତା ବାହାରେ; ମାତ୍ର ମୋହର ହସ୍ତ ଆପଣଙ୍କ ପ୍ରତିକୂଳ ହେବ ନାହିଁ।


ତୁମ୍ଭେ ଆପଣା ମାତାର କନ୍ୟା, ସେ ଆପଣା ସ୍ୱାମୀକୁ ଓ ସନ୍ତାନମାନଙ୍କୁ ଘୃଣା କରେ; ତୁମ୍ଭେ ନିଜ ଭଗିନୀଗଣର ଭଗିନୀ, ସେମାନେ ଆପଣା ଆପଣା ସ୍ୱାମୀକୁ ଓ ସନ୍ତାନଗଣକୁ ଘୃଣା କଲେ; ତୁମ୍ଭମାନଙ୍କର ମାତା ଜଣେ ହିତ୍ତୀୟା ଓ ତୁମ୍ଭମାନଙ୍କର ପିତା ଜଣେ ଇମୋରୀୟ ଥିଲା।


ଆଉ କୁହ, ପ୍ରଭୁ, ସଦାପ୍ରଭୁ ଯିରୂଶାଲମକୁ ଏହି କଥା କହନ୍ତି: ତୁମ୍ଭର ଉତ୍ପତ୍ତି ଓ ଜନ୍ମସ୍ଥାନ କିଣାନୀୟ ଦେଶ ଅଟେ; ପୁଣି ତୁମ୍ଭର ପିତା ଇମୋରୀୟ ଓ ମାତା ଜଣେ ହିତ୍ତୀୟା ଥିଲା।


ମାତ୍ର ସେମାନେ ଶୁଣିଲେ ନାହିଁ; ପୁଣି ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରେ ଯେଉଁ ଦେଶୀୟମାନଙ୍କୁ ବିନାଶ କରିଥିଲେ, ସେମାନଙ୍କ ଅପେକ୍ଷା ଅଧିକ କୁକର୍ମ କରିବାକୁ ମନଃଶି ସେମାନଙ୍କୁ ଭୁଲାଇଲେ।


ପୁଣି ସେମାନେ ତାହାଙ୍କର ବିଧି ଓ ସେମାନଙ୍କ ପିତୃଗଣ ସହିତ କୃତ ତାହାଙ୍କର ନିୟମ ଓ ସେମାନଙ୍କ ପ୍ରତି ଦତ୍ତ ତାହାଙ୍କର ସାକ୍ଷ୍ୟସବୁ ଅଗ୍ରାହ୍ୟ କଲେ। ଆଉ ସେମାନେ ଅସାରତାର ଅନୁଗାମୀ ହୋଇ ଅସାର ହେଲେ ଓ ସଦାପ୍ରଭୁ ଯେଉଁମାନଙ୍କ ତୁଲ୍ୟ କର୍ମ ନ କରିବାକୁ ସେମାନଙ୍କୁ ଆଜ୍ଞା ଦେଇଥିଲେ; ଆପଣାମାନଙ୍କ ଚତୁର୍ଦ୍ଦିଗସ୍ଥ ସେହି ଅନ୍ୟଦେଶୀୟମାନଙ୍କର ପଶ୍ଚାଦ୍‍ଗାମୀ ହେଲେ।


ପୁଣି ସେଠାସ୍ଥିତ ସକଳ ଉଚ୍ଚସ୍ଥଳୀରେ ସଦାପ୍ରଭୁଙ୍କ ଦ୍ୱାରା ସେମାନଙ୍କ ସମ୍ମୁଖରୁ ଦୂରୀକୃତ ଅନ୍ୟ ଦେଶୀୟମାନଙ୍କ ତୁଲ୍ୟ ସେମାନେ ଧୂପ ଜ୍ୱଳାଇଲେ ଓ ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ଦୁଷ୍କର୍ମ କଲେ।


ସେତେବେଳେ ଆହାବ ନାବୋତର ମରଣ କଥା ଶୁଣନ୍ତେ, ଆହାବ ଉଠି ଯିଷ୍ରିୟେଲୀୟ ନାବୋତର ଦ୍ରାକ୍ଷାକ୍ଷେତ୍ର ଅଧିକାରରେ ଆଣିବା ପାଇଁ ଗଲେ।


“ହେ ମନୁଷ୍ୟ-ସନ୍ତାନ, ‘କାଳ ବିଳମ୍ବ ହେଉଅଛି, ପ୍ରତ୍ୟେକ ଦର୍ଶନ ବିଫଳ ହେଉଅଛି ବୋଲି ତୁମ୍ଭେମାନେ ଇସ୍ରାଏଲ ଦେଶରେ ଯେଉଁ ପ୍ରବାଦ ଶୁଣିଅଛ, ତାହା କି?’


ଏହେତୁ ସେମାନଙ୍କୁ କୁହ, ‘ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ଆମ୍ଭେ ଏହି ପ୍ରବାଦ ଲୋପ କରିବା ଓ ଇସ୍ରାଏଲ ମଧ୍ୟରେ ଲୋକମାନେ ପ୍ରବାଦ ରୂପେ ଆଉ ତାହା ବ୍ୟବହାର କରିବେ ନାହିଁ;’ ମାତ୍ର ସେମାନଙ୍କୁ କୁହ, ସମୟ ଓ ପ୍ରତ୍ୟେକ ଦର୍ଶନର ସଫଳତା ସନ୍ନିକଟ।


Swiv nou:

Piblisite


Piblisite