Biblia Todo Logo
Bib sou entènèt

- Piblisite -




ଯିହିଜିକଲ 16:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଏହିସବୁ ମଧ୍ୟରୁ କୌଣସି କାର୍ଯ୍ୟ କରିବା ପାଇଁ, ତୁମ୍ଭ ପ୍ରତି ଦୟା ବହିବା ପାଇଁ କେହି ତୁମ୍ଭ ଉପରେ ସ୍ନେହ ଦୃଷ୍ଟି ନ କଲା; ମାତ୍ର ତୁମ୍ଭେ ଜନ୍ମ ହେବା ଦିନ ତୁମ୍ଭର ଘୃଣାଯୋଗ୍ୟ ଅବସ୍ଥା ସକାଶୁ ଖୋଲା ପଡ଼ିଆରେ ଫୋପଡ଼ା ଯାଇଥିଲ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଏହିସବୁ ମଧ୍ୟରୁ କୌଣସି କାର୍ଯ୍ୟ କରିବା ପାଇଁ, ତୁମ୍ଭ ପ୍ରତି ଦୟା ବହିବା ପାଇଁ କେହି ତୁମ୍ଭ ଉପରେ ସ୍ନେହ ଦୃଷ୍ଟି ନ କଲା; ମାତ୍ର ତୁମ୍ଭେ ଜନ୍ମ ହେବା ଦିନ ତୁମ୍ଭର ଘୃଣାଯୋଗ୍ୟ ଅବସ୍ଥା ହେତୁରୁ ମେଲା ପଡ଼ିଆରେ ଫୋପଡ଼ା ଯାଇଥିଲ।

Gade chapit la Kopi

ଓଡିଆ ବାଇବେଲ

5 ଏହିସବୁ ମଧ୍ୟରୁ କୌଣସି କାର୍ଯ୍ୟ କରିବା ପାଇଁ, ତୁମ୍ଭ ପ୍ରତି ଦୟା ବହିବା ପାଇଁ କେହି ତୁମ୍ଭ ଉପରେ ସ୍ନେହ ଦୃଷ୍ଟି ନ କଲା; ମାତ୍ର ତୁମ୍ଭେ ଜନ୍ମ ହେବା ଦିନ ତୁମ୍ଭର ଘୃଣାଯୋଗ୍ୟ ଅବସ୍ଥା ସକାଶୁ ଖୋଲା ପଡ଼ିଆରେ ଫୋପଡ଼ା ଯାଇଥିଲ।

Gade chapit la Kopi

ପବିତ୍ର ବାଇବଲ

5 ଏହିସବୁ କରିବା ପାଇଁ ସେଠାରେ କେହି ନ ଥିଲେ। ତୁମ୍ଭ ପ୍ରତି ଯତ୍ନ ନେବାକୁ କିମ୍ବା ଦୟା ଦେଖାଇବା ପାଇଁ କେହି ସେଠାରେ ନ ଥିଲେ। ତୁମ୍ଭର ପିତାମାତା ତୁମ୍ଭକୁ ମେଲା ପଡ଼ିଆରେ ଫୋପାଡ଼ି ଦେଇ ଯାଇଥିଲେ। ତୁମ୍ଭେ ଜନ୍ମ ହେଲାଠାରୁ ଘୃଣିତ ହେଲ।

Gade chapit la Kopi




ଯିହିଜିକଲ 16:5
13 Referans Kwoze  

ସେ ତାହାକୁ ପ୍ରାନ୍ତର ଦେଶରେ ଓ ପଶୁବୋବାଳିପୂର୍ଣ୍ଣ ଘୋର ମରୁଭୂମିରେ ପାଇଲେ; ସେ ତାହାକୁ ଚାରିଆଡ଼ୁ ଆବୋରିଲେ, ସେ ତାହା ବିଷୟରେ ମନୋଯୋଗ କଲେ, ସେ ତାହାକୁ ଆପଣା ଚକ୍ଷୁର ପିତୁଳା ପରି ରଖିଲେ।


ଶୃଗାଳମାନେ ହିଁ ସ୍ତନ ଦିଅନ୍ତି, ସେମାନେ ଆପଣା ଆପଣା ଛୁଆମାନଙ୍କୁ ଦୁଗ୍ଧ ପାନ କରାନ୍ତି; ମୋʼ ଲୋକଙ୍କର କନ୍ୟା ପ୍ରାନ୍ତରସ୍ଥ ଉଷ୍ଟ୍ରପକ୍ଷୀ ପରି ନିଷ୍ଠୁରା ହୋଇଅଛି।


ପୁଣି, ଯେକେହି ମେଲା କ୍ଷେତ୍ରରେ ଖଡ୍ଗହତ କିମ୍ବା ମୃତ ଦେହ କିମ୍ବା ମନୁଷ୍ୟର ଅସ୍ଥି କିମ୍ବା କବର ଛୁଏଁ, ସେ ସାତ ଦିନ ଅଶୁଚି ହେବ।


ଏଥିଉତ୍ତାରେ ଫାରୋ ଆପଣା ସମସ୍ତ ପ୍ରଜାଙ୍କୁ ଏହି ଆଜ୍ଞା ଦେଲେ, “ତୁମ୍ଭେମାନେ ନବଜାତ ପ୍ରତ୍ୟେକ ପୁତ୍ରସନ୍ତାନକୁ ନୀଳ ନଦୀରେ ନିକ୍ଷେପ କର, ମାତ୍ର ପ୍ରତ୍ୟେକ କନ୍ୟାକୁ ଜୀବିତ ରଖ।”


ଏହେତୁ ସେ ଅବ୍ରହାମଙ୍କୁ କହିଲା, “ତୁମ୍ଭେ ଏହି ଦାସୀକୁ ଓ ଏହାର ପୁତ୍ରକୁ ଦୂର କରିଦିଅ; କାରଣ ଏହି ଦାସୀର ପୁତ୍ର ମୋହର ପୁତ୍ର ଇସ୍‌ହାକ ସହିତ ଉତ୍ତରାଧିକାରୀ ହେବ ନାହିଁ।”


“ସ୍ତ୍ରୀଲୋକ ଆପଣା ଗର୍ଭଜାତ ପୁତ୍ରକୁ ସ୍ନେହ ନ କରି କି ଆପଣା ସ୍ତନ୍ୟପାୟୀ ଶିଶୁକୁ ପାସୋରି ପାରିବ? ହଁ, ଏମାନେ ପାସୋରି ପାରନ୍ତି, ତଥାପି ଆମ୍ଭେ ତୁମ୍ଭକୁ ପାସୋରିବା ନାହିଁ।


ହେ ମନୁଷ୍ୟ-ସନ୍ତାନ, ସତ୍ୟ, ସେମାନେ ତୁମ୍ଭ ନିକଟରେ କାନକୋଳି ଓ କଣ୍ଟକ ତୁଲ୍ୟ ଅଟନ୍ତି, ତୁମ୍ଭେ କଙ୍କଡ଼ାବିଛାମାନଙ୍କ ମଧ୍ୟରେ ବାସ କରୁଅଛ, ତଥାପି ସେମାନଙ୍କ ବିଷୟରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ କଥାରେ ଭୀତ ହୁଅ ନାହିଁ; ସେମାନେ ବିଦ୍ରୋହୀ ବଂଶ ହେଲେ ହେଁ ତୁମ୍ଭେ ସେମାନଙ୍କ କଥାରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ ଚାହାଣିରେ ଉଦ୍‍ବିଗ୍ନ ହୁଅ ନାହିଁ।


ସ୍ନେହବତୀ ସ୍ତ୍ରୀଗଣର ହସ୍ତ ଆପଣା ଆପଣା ପିଲାମାନଙ୍କୁ ରାନ୍ଧିଅଛି; ମୋʼ ଲୋକଙ୍କ କନ୍ୟାର ବିନାଶ ସମୟରେ ଶିଶୁମାନେ ସେମାନଙ୍କର ଆହାର ହେଲେ।


ଉଠ, ରାତ୍ରିରେ, ପ୍ରତ୍ୟେକ ପ୍ରହରର ଆରମ୍ଭରେ ଆର୍ତ୍ତସ୍ୱର କର; ପ୍ରଭୁଙ୍କ ସମ୍ମୁଖରେ ତୁମ୍ଭର ହୃଦୟ ଜଳ ପରି ଢାଳିଦିଅ; ତୁମ୍ଭର ବାଳକ ବାଳିକାଗଣର ପ୍ରାଣରକ୍ଷାର୍ଥେ ତାହାଙ୍କ ଛାମୁରେ କୃତାଞ୍ଜଳି ହୁଅ, ସେମାନେ ପ୍ରତ୍ୟେକ ସଡ଼କର ମୁଣ୍ଡରେ କ୍ଷୁଧାରେ କ୍ଳାନ୍ତ ହେଉଅଛନ୍ତି।


ମୋହର ଚକ୍ଷୁ ଲୋତକରେ କ୍ଷୀଣ ହୁଅଇ, ମୋର ଅନ୍ତ୍ର ବ୍ୟଥିତ ହୁଅଇ, ମୋʼ ଲୋକଙ୍କ କନ୍ୟାର ବିନାଶ ହେତୁ ମୋହର କଲିଜା ଭୂମିରେ ଢଳା ଯାଇଅଛି; କାରଣ ନଗରର ପଥସମୂହରେ ବାଳକ ବାଳିକା ଓ ସ୍ତନ୍ୟପାୟୀ ଶିଶୁମାନେ ମୂର୍ଚ୍ଛାପନ୍ନ ହେଉଅଛନ୍ତି।


ତାହାର କବର ଗଧର କବର ତୁଲ୍ୟ ହେବ, ସେ ଘୋଷଡ଼ା ଯାଇ ଯିରୂଶାଲମର ଦ୍ୱାର ବାହାରେ ପକାଯିବ।”


ଏଥିଉତ୍ତାରେ ଆମ୍ଭେ ଯେତେବେଳେ ତୁମ୍ଭ ନିକଟ ଦେଇ ଗଲୁ ଓ ତୁମ୍ଭକୁ ରକ୍ତରେ ଛଟପଟ ହେବାର ଦେଖିଲୁ, ସେତେବେଳେ ଆମ୍ଭେ ତୁମ୍ଭକୁ କହିଲୁ, ‘ତୁମ୍ଭେ ନିଜ ରକ୍ତରେ (ଲିପ୍ତ) ଥିଲେ ହେଁ ଜୀବିତ ହୁଅ; ହଁ, ତୁମ୍ଭେ ନିଜ ରକ୍ତରେ (ଲିପ୍ତ) ଥିଲେ ହେଁ ଜୀବିତ ହୁଅ;’ ଏହି କଥା ଆମ୍ଭେ ତୁମ୍ଭକୁ କହିଲୁ।


Swiv nou:

Piblisite


Piblisite