Biblia Todo Logo
Bib sou entènèt

- Piblisite -




ଯିହିଜିକଲ 16:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଏଥିଉତ୍ତାରେ ଆମ୍ଭେ ଯେତେବେଳେ ତୁମ୍ଭ ନିକଟ ଦେଇ ଗଲୁ ଓ ତୁମ୍ଭକୁ ରକ୍ତରେ ଛଟପଟ ହେବାର ଦେଖିଲୁ, ସେତେବେଳେ ଆମ୍ଭେ ତୁମ୍ଭକୁ କହିଲୁ, ‘ତୁମ୍ଭେ ନିଜ ରକ୍ତରେ (ଲିପ୍ତ) ଥିଲେ ହେଁ ଜୀବିତ ହୁଅ; ହଁ, ତୁମ୍ଭେ ନିଜ ରକ୍ତରେ (ଲିପ୍ତ) ଥିଲେ ହେଁ ଜୀବିତ ହୁଅ;’ ଏହି କଥା ଆମ୍ଭେ ତୁମ୍ଭକୁ କହିଲୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଅନନ୍ତର ଆମ୍ଭେ ଯେତେବେଳେ ତୁମ୍ଭ ନିକଟ ଦେଇ ଗଲୁ ଓ ତୁମ୍ଭକୁ ରକ୍ତରେ ଛଟପଟ ହେବାର ଦେଖିଲୁ, ସେତେବେଳେ ଆମ୍ଭେ ତୁମ୍ଭକୁ କହିଲୁ, ତୁମ୍ଭେ ନିଜ ରକ୍ତରେ (ଲିପ୍ତ) ଥିଲେ ହେଁ ଜୀବିତା ହୁଅ; ହଁ, ତୁମ୍ଭେ ନିଜ ରକ୍ତରେ (ଲିପ୍ତ) ଥିଲେ ହେଁ ଜୀବିତା ହୁଅ; ଏହି କଥା ଆମ୍ଭେ ତୁମ୍ଭକୁ କହିଲୁ।

Gade chapit la Kopi

ଓଡିଆ ବାଇବେଲ

6 ଏଥିଉତ୍ତାରେ ଆମ୍ଭେ ଯେତେବେଳେ ତୁମ୍ଭ ନିକଟ ଦେଇ ଗଲୁ ଓ ତୁମ୍ଭକୁ ରକ୍ତରେ ଛଟପଟ ହେବାର ଦେଖିଲୁ, ସେତେବେଳେ ଆମ୍ଭେ ତୁମ୍ଭକୁ କହିଲୁ, ତୁମ୍ଭେ ନିଜ ରକ୍ତରେ (ଲିପ୍ତ) ଥିଲେ ହେଁ ଜୀବିତ ହୁଅ; ହଁ, ତୁମ୍ଭେ ନିଜ ରକ୍ତରେ (ଲିପ୍ତ) ଥିଲେ ହେଁ ଜୀବିତ ହୁଅ; ଏହି କଥା ଆମ୍ଭେ ତୁମ୍ଭକୁ କହିଲୁ।

Gade chapit la Kopi

ପବିତ୍ର ବାଇବଲ

6 “‘ସେତେବେଳେ ମୁଁ (ପରମେଶ୍ୱର) ତୁମ୍ଭ ପାଖ ଦେଇ ଗଲି। ମୁଁ ଲକ୍ଷ୍ୟ କଲି ତୁମ୍ଭେ ରକ୍ତରେ ଭିଜି ଯାଇଛ ତା'ପରେ ମୁଁ ତୁମ୍ଭକୁ କହିଲି, “ଜୀବିତ ରୁହ” ଯଦିଓ ତୁମ୍ଭେ ରକ୍ତରଞ୍ଜିତ ହୋଇଅଛ। ଯଦିଓ ତୁମ୍ଭେ ନିଜ ରକ୍ତରଞ୍ଜିତ ହୋଇଅଛ, ମୁଁ ତୁମ୍ଭକୁ କହିଲି, “ବଞ୍ଚ।”

Gade chapit la Kopi




ଯିହିଜିକଲ 16:6
21 Referans Kwoze  

ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେଉଁ ସମୟରେ ମୃତମାନେ ଈଶ୍ବରଙ୍କ ପୁତ୍ରଙ୍କ ସ୍ୱର ଶୁଣିବେ ଓ ଯେଉଁମାନେ ଶୁଣିବେ, ସେମାନେ ଜୀବିତ ହେବେ ଏପରି ସମୟ ଆସୁଅଛି, ପୁଣି, ବର୍ତ୍ତମାନ ସୁଦ୍ଧା ଉପସ୍ଥିତ।


ମିସରରେ ମୋହର ଯେଉଁ ଲୋକମାନେ ଅଛନ୍ତି, ମୁଁ ସେମାନଙ୍କର କ୍ଲେଶ ନିଶ୍ଚୟ ଦେଖିଅଛି ଓ ସେମାନଙ୍କର ଆର୍ତ୍ତନାଦ ଶୁଣିଅଛି, ପୁଣି, ସେମାନଙ୍କୁ ଉଦ୍ଧାର କରିବା ନିମନ୍ତେ ଓହ୍ଲାଇ ଆସିଅଛି, ଆଉ ଏବେ ଆସ, ମୁଁ ତୁମ୍ଭକୁ ମିସରକୁ ପ୍ରେରଣ କରିବି।


ତୁମ୍ଭେମାନେ ପୃଥିବୀର ଲବଣ, କିନ୍ତୁ ଲବଣ ଯଦି ସ୍ୱାଦବିହୀନ, ତେବେ ତାହା କାହିଁରେ ଲବଣାକ୍ତ ହେବ? ତାହା ଆଉ କୌଣସି କାର୍ଯ୍ୟଯୋଗ୍ୟ ନୁହେଁ, କେବଳ ବାହାରେ ପକାଯାଇ ଲୋକମାନଙ୍କ ପାଦ ତଳେ ଦଳିତ ହେବାର ଯୋଗ୍ୟ।


ସେତେବେଳେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର କାହାନ୍ତି ବୋଲି ଯେ ମୋତେ କହିଥିଲା, ମୋର ସେହି ଶତ୍ରୁ ତାହା ଦେଖିବ ଓ ଲଜ୍ଜା ତାହାକୁ ଆଚ୍ଛନ୍ନ କରିବ; ମୋର ଚକ୍ଷୁ ତାହାକୁ ଦେଖିବ; ଏବେ ସେ ପଥର କାଦୁଅ ପରି ଦଳିତ ହେବ।


ପୁଣି, ଯେଉଁମାନେ ତୁମ୍ଭକୁ କ୍ଲେଶ ଦିଅନ୍ତି, ସେମାନଙ୍କ ହସ୍ତରେ ଆମ୍ଭେ ତାହା ଦେବା; ସେମାନେ ତୁମ୍ଭ ପ୍ରାଣକୁ କହିଅଛନ୍ତି, ‘ନଇଁ ପଡ଼, ଆମ୍ଭେମାନେ ତୁମ୍ଭ ଉପର ଦେଇ ଗମନ କରିବା:’ ଆଉ, ତୁମ୍ଭେ ଭୂମି ଓ ସଡ଼କ ପରି ଗମନକାରୀମାନଙ୍କ ନିମନ୍ତେ ଆପଣା ପିଠି ପାତି ଦେଇଅଛ।”


ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ତଡ଼ିଦେଲା ଉତ୍ତାରେ ତୁମ୍ଭେ ଆପଣା ମନେ ମନେ କହିବ ନାହିଁ ଯେ, “ଆମ୍ଭ ଧାର୍ମିକତା ସକାଶୁ ସଦାପ୍ରଭୁ ଆମ୍ଭକୁ ଏହି ଦେଶ ଅଧିକାର କରଣାର୍ଥେ ଆଣିଅଛନ୍ତି;” ଯେହେତୁ ସେହି ଗୋଷ୍ଠୀୟ ଲୋକମାନଙ୍କ ଦୁଷ୍ଟତା ସକାଶୁ ସଦାପ୍ରଭୁ ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ତଡ଼ି ଦେବେ।


କାରଣ ସେ ମୋଶାଙ୍କୁ କହନ୍ତି, “ଯାହା ଉପରେ ଆମ୍ଭର ଦୟା ଅଛି, ତାହାକୁ ଆମ୍ଭେ ଦୟା କରିବା, ଆଉ ଯାହା ଉପରେ ଆମ୍ଭର କୃପା ଅଛି, ତାହାକୁ ଆମ୍ଭେ କୃପା କରିବା।”


ନଗରର ବାହାରେ ସେହି ଦ୍ରାକ୍ଷାକୁଣ୍ଡ ଦଳିତ ହେଲା, ଆଉ ସେଥିରୁ ରକ୍ତ ବାହାର ହୋଇ ଅଶ୍ୱମାନଙ୍କ ଲଗାମ ପର୍ଯ୍ୟନ୍ତ ଉଠି ଏକ ଶହ କୋଶ ପର୍ଯ୍ୟନ୍ତ ବ୍ୟାପ୍ତ ହେଲା।


ତେବେ ଭାବି ଦେଖ, ଯେ ଈଶ୍ବରଙ୍କ ପୁତ୍ରଙ୍କୁ ପଦଦଳିତ କରିଅଛି, ନିୟମର ଯେଉଁ ରକ୍ତ ଦ୍ୱାରା ସେ ପବିତ୍ରୀକୃତ ହୋଇଥିଲା, ତାହାକୁ ଅପବିତ୍ର ବୋଲି ମନେ କରିଅଛି ଓ ଅନୁଗ୍ରହଦାତା ଆତ୍ମାଙ୍କୁ ଅବମାନନା କରିଅଛି, ସେ କେଡ଼େ ଅଧିକ ଗୁରୁତର ଦଣ୍ଡର ଯୋଗ୍ୟ ନ ହେବ!


ମାତ୍ର ତୁମ୍ଭେ ଘୃଣିତ ଶାଖା ତୁଲ୍ୟ, ଖଡ୍ଗବିଦ୍ଧ ଓ ଗର୍ତ୍ତର ପ୍ରସ୍ତର ମଧ୍ୟରେ ନିକ୍ଷିପ୍ତ ହତ ଲୋକ ଦ୍ୱାରା ଆଚ୍ଛାଦିତ ହୋଇ, ଆପଣା କବରଠାରୁ ଦୂରରେ ନିକ୍ଷିପ୍ତ ହୋଇଅଛ; ତୁମ୍ଭେ ପଦଦଳିତ ଶବ ତୁଲ୍ୟ ହୋଇଅଛ।


ଏହିସବୁ ମଧ୍ୟରୁ କୌଣସି କାର୍ଯ୍ୟ କରିବା ପାଇଁ, ତୁମ୍ଭ ପ୍ରତି ଦୟା ବହିବା ପାଇଁ କେହି ତୁମ୍ଭ ଉପରେ ସ୍ନେହ ଦୃଷ୍ଟି ନ କଲା; ମାତ୍ର ତୁମ୍ଭେ ଜନ୍ମ ହେବା ଦିନ ତୁମ୍ଭର ଘୃଣାଯୋଗ୍ୟ ଅବସ୍ଥା ସକାଶୁ ଖୋଲା ପଡ଼ିଆରେ ଫୋପଡ଼ା ଯାଇଥିଲ।


ଆମ୍ଭେ କ୍ଷେତ୍ରରେ ଉଦ୍ଭିଦ ପରି ତୁମ୍ଭକୁ ବହୁସଂଖ୍ୟକ କରାଇଲୁ, ତହିଁରେ ତୁମ୍ଭେ ବୃଦ୍ଧି ପାଇ ଅତି ବଡ଼ ହୋଇ ଉଠିଲ ଓ ମହାଶୋଭାରୂପ ଅଳଙ୍କାର ସ୍ୱରୂପ ହେଲ; ତୁମ୍ଭର ସ୍ତନଯୁଗଳ ସୁଡୌଲ ଓ ତୁମ୍ଭର କେଶ ଦୀର୍ଘ ହେଲା; ତଥାପି ତୁମ୍ଭେ ବିବସନା ଓ ଉଲଙ୍ଗିନୀ ଥିଲ।


ପୁଣି, ତୁମ୍ଭେ ଆପଣାର ସକଳ ଘୃଣାଯୋଗ୍ୟ ଓ ବ୍ୟଭିଚାର କ୍ରିୟା କରିବା ବେଳେ ଆପଣା ଯୌବନାବସ୍ଥାର ସମୟ, ଅର୍ଥାତ୍‍, ଯେଉଁ ସମୟରେ ତୁମ୍ଭେ ବିବସନା, ଉଲଙ୍ଗିନୀ ଥିଲ ଓ ନିଜ ରକ୍ତରେ ଛଟପଟ ହେଉଥିଲ, ସେହି ସମୟକୁ ସ୍ମରଣ କରି ନାହଁ।


Swiv nou:

Piblisite


Piblisite