Biblia Todo Logo
Bib sou entènèt

- Piblisite -




ଯିହିଜିକଲ 18:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 “ପିତାମାତା ‘ଅମ୍ଳ ଦ୍ରାକ୍ଷାଫଳ ଖାଇଲେ, ସନ୍ତାନଗଣର ଦନ୍ତ ଖଟା ହୋଇଅଛି, ଏହି ଯେଉଁ ପ୍ରବାଦ ତୁମ୍ଭେମାନେ ଇସ୍ରାଏଲ ଦେଶ ବିଷୟରେ କହୁଅଛ,’ ଏଥିରେ ତୁମ୍ଭମାନଙ୍କର ଅଭିପ୍ରାୟ କି?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ପିତୃପୁରୁଷମାନେ ଅମ୍ଳ ଦ୍ରାକ୍ଷାଫଳ ଖାଇଲେ, ସନ୍ତାନଗଣର ଦ; ଖଟା ହୋଇଅଛି, ଏହି ଯେଉଁ ପ୍ରବାଦ ତୁମ୍ଭେମାନେ ଇସ୍ରାଏଲ ଦେଶ ବିଷୟରେ କହୁଅଛ, ଏଥିରେ ତୁମ୍ଭମାନଙ୍କର ଅଭିପ୍ରାୟ କି?

Gade chapit la Kopi

ଓଡିଆ ବାଇବେଲ

2 “ପିତାମାତା ଅମ୍ଳ ଦ୍ରାକ୍ଷାଫଳ ଖାଇଲେ, ସନ୍ତାନଗଣର ଦନ୍ତ ଖଟା ହୋଇଅଛି, ଏହି ଯେଉଁ ପ୍ରବାଦ ତୁମ୍ଭେମାନେ ଇସ୍ରାଏଲ ଦେଶ ବିଷୟରେ କହୁଅଛ, ଏଥିରେ ତୁମ୍ଭମାନଙ୍କର ଅଭିପ୍ରାୟ କି ?

Gade chapit la Kopi

ପବିତ୍ର ବାଇବଲ

2 “ତୁମ୍ଭେମାନେ ଇସ୍ରାଏଲ ଦେଶ ବିଷୟରେ ଯେତେବେଳେ ଏହି ପ୍ରବାଦଟି ବ୍ୟବହାର କର ଏହାର ଅର୍ଥ କ’ଣ? ‘ପିତାଗଣ ଅଙ୍ଗୁର ଖାଇଲେ ଏବଂ ସେମାନଙ୍କର ପୁତ୍ରମାନଙ୍କର ଦାନ୍ତ ଯନ୍ତ୍ରଣା କରେ।’”

Gade chapit la Kopi




ଯିହିଜିକଲ 18:2
21 Referans Kwoze  

ଆମ୍ଭମାନଙ୍କର ପୂର୍ବପୁରୁଷଗଣ ପାପ କରିଅଛନ୍ତି, ଆଉ ସେମାନେ ମରିଅଛନ୍ତି; ପୁଣି, ଆମ୍ଭେମାନେ ସେମାନଙ୍କର ଅଧର୍ମ ବହନ କରିଅଛୁ।


ସେତେବେଳେ ତୁମ୍ଭେ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଇଫ୍ରୟିମର ହସ୍ତରେ ଥିବା ଯୋଷେଫର ଯଷ୍ଟି, ପୁଣି, ତାହାର ସଖା ଇସ୍ରାଏଲୀୟ ଗୋଷ୍ଠୀସମୂହକୁ ଆମ୍ଭେ ନେବା; ଆଉ, ଆମ୍ଭେ ସେମାନଙ୍କୁ ତାହା ସଙ୍ଗେ, ଅର୍ଥାତ୍‍, ଯିହୁଦାର ଯଷ୍ଟି ସଙ୍ଗେ ଯୋଡ଼ି ସେମାନଙ୍କୁ ଏକ କରିବା, ତହିଁରେ ସେମାନେ ଆମ୍ଭ ହସ୍ତରେ ଏକ ଯଷ୍ଟି ହେବେ।


ଆଉ, ଆମ୍ଭେ ଆପଣା ଦାସ ଯାକୁବକୁ ଯେଉଁ ଦେଶ ଦେଇଅଛୁ ଓ ଯହିଁ ମଧ୍ୟରେ ତୁମ୍ଭମାନଙ୍କ ପୂର୍ବପୁରୁଷଗଣ ବାସ କଲେ, ସେହି ଦେଶରେ ସେମାନେ ବାସ କରିବେ; ପୁଣି, ସେମାନେ, ଅର୍ଥାତ୍‍, ସେମାନେ, ସେମାନଙ୍କର ସନ୍ତାନମାନେ ଓ ସେମାନଙ୍କ ସନ୍ତାନଗଣର ସନ୍ତାନମାନେ ସଦାକାଳ ତହିଁ ମଧ୍ୟରେ ବାସ କରିବେ; ଆଉ, ଆମ୍ଭର ଦାସ ଦାଉଦ ସଦାକାଳ ସେମାନଙ୍କର ଅଧିପତି ହେବେ।


ତେବେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଏହି ଅସ୍ଥିସକଳ ସମୁଦାୟ ଇସ୍ରାଏଲ ବଂଶ ଅଟନ୍ତି; ଦେଖ, ସେମାନେ କହନ୍ତି, ଆମ୍ଭମାନଙ୍କର ଅସ୍ଥିସବୁ ଶୁଷ୍କ ହୋଇଅଛି, ଆମ୍ଭମାନଙ୍କର ଭରସା ନଷ୍ଟ ହୋଇଅଛି; ଆମ୍ଭେମାନେ ସମ୍ପୂର୍ଣ୍ଣ ରୂପେ ଉଚ୍ଛିନ୍ନ ହୋଇଅଛୁ।


“ତୁମ୍ଭେ ସେହି ବିଦ୍ରୋହୀ-ବଂଶକୁ କୁହ, ତୁମ୍ଭେମାନେ କି ଏହିସବୁର ତାତ୍ପର୍ଯ୍ୟ ଜାଣ ନାହିଁ? ସେମାନଙ୍କୁ କୁହ, ଦେଖ, ବାବିଲର ରାଜା ଯିରୂଶାଲମକୁ ଆସି ତହିଁର ରାଜାକୁ ଓ ତହିଁର ଅଧିପତିଗଣକୁ ଆପଣାର ନିକଟକୁ ବାବିଲକୁ ନେଇଗଲା;


“ତୁମ୍ଭେମାନେ ଯେ ଆମ୍ଭ ଲୋକମାନଙ୍କୁ ଦଳି ପକାଉଅଛ ଓ ଦରିଦ୍ରମାନଙ୍କ ମୁଖ ଘଷି ପକାଉଅଛ, ଏଥିରେ ତୁମ୍ଭମାନଙ୍କ ଅଭିପ୍ରାୟ କʼଣ?” ପ୍ରଭୁ, ବାହିନୀଗଣର ସଦାପ୍ରଭୁ ଏହି କଥା କହନ୍ତି।


କିନ୍ତୁ ହେ ଭାଇ, ତୁମ୍ଭେ କିଏ ଯେ ଈଶ୍ବରଙ୍କ ପ୍ରତିବାଦ କର? ନିର୍ମିତ ବସ୍ତୁ କି ନିର୍ମାତାଙ୍କୁ କହିବ, ମୋତେ ଏପରି ଗଢ଼ିଲ କାହିଁକି?


ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ବର୍ତ୍ତମାନ ପୁରୁଷ ଉପରେ ଏହି ସମସ୍ତ ଘଟିବ।”


ଆଉ, ଅମ୍ମୋନ-ସନ୍ତାନଗଣକୁ କୁହ, ତୁମ୍ଭେମାନେ ପ୍ରଭୁ, ସଦାପ୍ରଭୁଙ୍କର ବାକ୍ୟ ଶୁଣ; ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭର ଧର୍ମଧାମ ଅପବିତ୍ରୀକୃତ ହେବା ବେଳେ ତାହା ବିରୁଦ୍ଧରେ ଓ ଇସ୍ରାଏଲ ଦେଶ ଧ୍ୱଂସିତ ହେବା ବେଳେ ତାହା ବିରୁଦ୍ଧରେ; ଆଉ, ଯିହୁଦା ବଂଶ ବନ୍ଦୀ ହୋଇ ଯିବା ବେଳେ ସେମାନଙ୍କ ବିରୁଦ୍ଧରେ, ଭଲ ହେଲା, ଭଲ ହେଲା, ବୋଲି ତୁମ୍ଭେ କହିଅଛ;


ଆଉ, ଯିହୁଦାର ରାଜା ହିଜକୀୟର ପୁତ୍ର ମନଃଶିର ଯିରୂଶାଲମରେ କୃତକାର୍ଯ୍ୟ ସକାଶୁ ଆମ୍ଭେ ସେମାନଙ୍କୁ ପୃଥିବୀର ଯାବତୀୟ ରାଜ୍ୟରେ ଏଣେତେଣେ ନିକ୍ଷିପ୍ତ କରାଇବା।


“ହେ ମନୁଷ୍ୟ-ସନ୍ତାନ, ପ୍ରଭୁ, ସଦାପ୍ରଭୁ ଇସ୍ରାଏଲ ଦେଶ ପ୍ରତି କହନ୍ତି; ଅନ୍ତିମକାଳ, ଦେଶର ଚାରି କୋଣରେ ଅନ୍ତିମକାଳ ଉପସ୍ଥିତ ହୋଇଅଛି।


ତୁମ୍ଭେମାନେ କହୁଅଛ, ‘ପରମେଶ୍ୱର ତାହାର ସନ୍ତାନଗଣ ନିମନ୍ତେ ତାହାର ଅଧର୍ମ ସଞ୍ଚୟ କରନ୍ତି।’ ସେ ତାହାକୁ ହିଁ ପ୍ରତିଫଳ ଦେଉନ୍ତୁ, ତହିଁରେ ସେ ତାହା ଜାଣିବ।


“ହେ ମନୁଷ୍ୟ-ସନ୍ତାନ, ‘କାଳ ବିଳମ୍ବ ହେଉଅଛି, ପ୍ରତ୍ୟେକ ଦର୍ଶନ ବିଫଳ ହେଉଅଛି ବୋଲି ତୁମ୍ଭେମାନେ ଇସ୍ରାଏଲ ଦେଶରେ ଯେଉଁ ପ୍ରବାଦ ଶୁଣିଅଛ, ତାହା କି?’


ଦେଖ, ଯେକେହି ପ୍ରବାଦ ବ୍ୟବହାର କରେ, ସେ ତୁମ୍ଭ ବିରୁଦ୍ଧରେ ଏହି ପ୍ରବାଦ ବ୍ୟବହାର କରିବ ଯଥା; ‘ମାତା ଯେସନ, କନ୍ୟା ତେସନ।’


ସଦାପ୍ରଭୁଙ୍କର ବାକ୍ୟ ପୁନର୍ବାର ମୋʼ ନିକଟରେ ଉପସ୍ଥିତ ହେଲା,


ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭେମାନେ ଇସ୍ରାଏଲ ମଧ୍ୟରେ ଏହି ପ୍ରବାଦ କହିବାର କାରଣ ଆଉ ପାଇବ ନାହିଁ।


ତଥାପି ତୁମ୍ଭେମାନେ କହୁଅଛ, କାହିଁକି ପୁତ୍ର ପିତାର ଅଧର୍ମର ଭାର ବହେ ନାହିଁ? ପୁତ୍ର ଯଦି ନ୍ୟାୟ ଓ ଧର୍ମାଚରଣ କରିଅଛି, ଆମ୍ଭର ବିଧିସକଳ ରକ୍ଷା କରି ପାଳନ କରିଅଛି, ତେବେ ସେ ନିଶ୍ଚୟ ବଞ୍ଚିବ।


ତୁମ୍ଭେ ସେମାନଙ୍କୁ ପ୍ରଣାମ କରିବ ନାହିଁ, କି ସେମାନଙ୍କର ସେବା କରିବ ନାହିଁ; ଯେହେତୁ ଆମ୍ଭେ ତୁମ୍ଭର ସଦାପ୍ରଭୁ ପରମେଶ୍ୱର ସ୍ୱଗୌରବ ରକ୍ଷଣରେ ଉଦ୍‍ଯୋଗୀ ପରମେଶ୍ୱର ଅଟୁ, ପୁଣି, ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ଆମ୍ଭେ ସେମାନଙ୍କ ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନମାନଙ୍କ ଉପରେ ପୈତୃକ ଅପରାଧର ପ୍ରତିଫଳଦାତା;


Swiv nou:

Piblisite


Piblisite