Biblia Todo Logo
Bib sou entènèt

- Piblisite -




ଯିହିଜିକଲ 19:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ପୁଣି, କର୍ତ୍ତୃତ୍ୱକାରୀମାନଙ୍କର ରାଜଦଣ୍ଡ ହେବା ନିମନ୍ତେ ତାହାର ଶାଖାସବୁ ଦୃଢ଼ ହୋଇଥିଲା, ଗହଳ ଶାଖାମାନର ମଧ୍ୟରେ ସେହି ସବୁ ଦୀର୍ଘତାରେ ଉଚ୍ଚୀକୃତ ହୋଇଥିଲା, ଆଉ ସେହି ସବୁ ସ୍ୱ ଉଚ୍ଚତାରେ ଓ ଶାଖାର ବାହୁଲ୍ୟରେ ଦେଖାଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ପୁଣି, କର୍ତ୍ତୃତ୍ଵକାରୀମାନଙ୍କର ରାଜଦଣ୍ତ ହେବା ନିମନ୍ତେ ତାହାର ଶାଖାସବୁ ଦୃଢ଼ ହୋଇଥିଲା, ଗହଳ ଶାଖାମାନର ମଧ୍ୟରେ ସେସବୁ ଦୀର୍ଘତାରେ ଉଚ୍ଚୀକୃତ ହୋଇଥିଲା, ଆଉ ସେସବୁ ସ୍ଵ ଉଚ୍ଚତାରେ ଓ ଶାଖାର ବାହୁଲ୍ୟରେ ଦେଖାଗଲା।

Gade chapit la Kopi

ଓଡିଆ ବାଇବେଲ

11 ପୁଣି, କର୍ତ୍ତୃତ୍ୱକାରୀମାନଙ୍କର ରାଜଦଣ୍ଡ ହେବା ନିମନ୍ତେ ତାହାର ଶାଖାସବୁ ଦୃଢ଼ ହୋଇଥିଲା, ଗହଳ ଶାଖାମାନର ମଧ୍ୟରେ ସେହି ସବୁ ଦୀର୍ଘତାରେ ଉଚ୍ଚୀକୃତ ହୋଇଥିଲା, ଆଉ ସେହି ସବୁ ସ୍ୱ ଉଚ୍ଚତାରେ ଓ ଶାଖାର ବାହୁଲ୍ୟରେ ଦେଖାଗଲା।

Gade chapit la Kopi

ପବିତ୍ର ବାଇବଲ

11 ରାଜଦଣ୍ଡ ହେବା ନିମନ୍ତେ ତାହାର ଶାଖାସବୁ ଦୃଢ଼ ହୋଇଥିଲା। ଗହଳ ପତ୍ରଯୁକ୍ତ ହୋଇ ସେସବୁ ଦୀର୍ଘତାରେ ବହୁ ଉଚ୍ଚ ହେଲା। ଆଉ ଉଚ୍ଚତାରେ ତାହା ମେଘକୁ ସ୍ପର୍ଶ କଲା।

Gade chapit la Kopi




ଯିହିଜିକଲ 19:11
19 Referans Kwoze  

ଦେଖ, ଅଶୂର ଲିବାନୋନସ୍ଥ ଏରସ ବୃକ୍ଷ ସ୍ୱରୂପ ଥିଲା, ତାହାର ସୁନ୍ଦର ଘନଚ୍ଛାୟାଦାୟକ ଓ ଉଚ୍ଚାକୃତି ଶାଖାମାନ ଥିଲା ଓ ତାହାର ଶିଖର ଗହଳିଆ ଡାଳ ମଧ୍ୟରେ ଥିଲା।


ସେ ବୃକ୍ଷ ବଢ଼ିଲା ଓ ଦୃଢ଼ ହେଲା ଓ ତହିଁର ଉଚ୍ଚତା ଗଗନ ସ୍ପର୍ଶ କଲା, ପୁଣି ସମୁଦାୟ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ତାହା ଦୃଶ୍ୟମାନ ଥିଲା।


ଓ ତୁମ୍ଭ ଦକ୍ଷିଣ ହସ୍ତ ଦ୍ୱାରା ସ୍ଥାପିତ ଗଣ୍ଡିର ଓ ଆପଣା ନିମନ୍ତେ ତୁମ୍ଭ ସବଳୀକୃତ ଶାଖାର ତତ୍ତ୍ୱ ନିଅ।


କାରଣ ପରୀକ୍ଷା ଗୋଟିଏ ଅଛି, ପୁଣି, ସେହି ତୁଚ୍ଛକାରୀ ରାଜଦଣ୍ଡ ଆଉ ନ ରହେ, ତେବେ ତହିଁରେ ହିଁ କି? ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।


ହତ୍ୟା କରିବା ନିମନ୍ତେ ତାହା ଶାଣିତ ହୋଇଅଛି, ବିଜୁଳି ପରି ହେବା ପାଇଁ ତାହା ମାର୍ଜିତ ହୋଇଅଛି; ତେବେ ଆମ୍ଭେମାନେ କି ଆମୋଦ ପ୍ରମୋଦ କରିବା? ଆମ୍ଭ ପୁତ୍ରର ରାଜଦଣ୍ଡ ଯାବତୀୟ କାଷ୍ଠକୁ ତୁଚ୍ଛ କରେ।


ଆଉ, ତାହାର ଶାଖା ଦଣ୍ଡସମୂହରୁ ଅଗ୍ନି ନିର୍ଗତ ହୋଇ ତାହାର ଫଳ ଗ୍ରାସ କରିଅଛି; ଏହେତୁ ରାଜଦଣ୍ଡ ହେବା ପାଇଁ ତାହାର ଗୋଟିଏ ଦୃଢ଼ ଶାଖା ନାହିଁ।” ଏହା ବିଳାପର ବିଷୟ ଅଟେ ଓ ବିଳାପଜନକ ହେବ।


ମାତ୍ର କୋପରେ ସେ ଉତ୍ପାଟିତ ହେଲା, ଭୂମିରେ ନିକ୍ଷିପ୍ତ ହେଲା ଓ ପୂର୍ବୀୟ ବାୟୁ ତାହାର ଫଳ ଶୁଷ୍କ କଲା; ତାହାର ଦୃଢ଼ ଶାଖାସବୁ ଭଗ୍ନ ଓ ଶୁଷ୍କ ହେଲା; ଅଗ୍ନି ସେହି ସବୁକୁ ଗ୍ରାସ କଲା।


ଏଥିଉତ୍ତାରେ ଯିଶୀର ଗଣ୍ଡିରୁ ଏକ ପଲ୍ଲବ ନିର୍ଗତ ହେବ ଓ ତାହାର ମୂଳରୁ ଏକ ଶାଖା ଉତ୍ପନ୍ନ ହୋଇ ଫଳ ଫଳିବ;


ସଦାପ୍ରଭୁ ସିୟୋନଠାରୁ ତୁମ୍ଭ ପରାକ୍ରମ-ଦଣ୍ଡ ପ୍ରେରଣ କରିବେ; ତୁମ୍ଭେ ଆପଣା ଶତ୍ରୁଗଣ ମଧ୍ୟରେ କର୍ତ୍ତୃତ୍ୱ କର।


ତୁମ୍ଭ ଦକ୍ଷିଣ ହସ୍ତର ମନୁଷ୍ୟ ଉପରେ, ଆପଣା ନିମନ୍ତେ ସବଳୀକୃତ ମନୁଷ୍ୟପୁତ୍ର ଉପରେ ତୁମ୍ଭର ହସ୍ତ ଥାଉ।


ତହୁଁ ସେମାନେ ଆମ୍ଭମାନଙ୍କୁ ଏହି ଉତ୍ତର ଦେଲେ, ଆମ୍ଭେମାନେ ସ୍ୱର୍ଗ ଓ ପୃଥିବୀର ପରମେଶ୍ୱରଙ୍କ ଦାସ, ପୁଣି ଏହି ଯେଉଁ ଗୃହ ନିର୍ମାଣ କରୁଅଛୁ, ଏହା ଅନେକ ବର୍ଷ ପୂର୍ବେ ନିର୍ମିତ ହୋଇଥିଲା, ଇସ୍ରାଏଲର ଏକ ମହାରାଜ ତାହା ନିର୍ମାଣ କରି ସମାପ୍ତ କରିଥିଲେ।


ମଧ୍ୟ ଯିରୂଶାଲମରେ ପରାକ୍ରାନ୍ତ ରାଜାଗଣ ଥିଲେ, ସେମାନେ ନଦୀ ସେପାରିସ୍ଥ ସମସ୍ତ ଦେଶରେ ରାଜତ୍ୱ କଲେ; ଆଉ, ସେମାନଙ୍କୁ କର, ରାଜସ୍ୱ ଓ ମାଶୁଲ ଦିଆଗଲା।


ମୁଁ ତାହାଙ୍କୁ ଦେଖୁଅଛି, ମାତ୍ର ସେ ବର୍ତ୍ତମାନ ନୁହନ୍ତି; ମୁଁ ତାହାଙ୍କର ଦର୍ଶନ ପାଉଅଛି, ମାତ୍ର ସେ ନିକଟବର୍ତ୍ତୀ ନୁହନ୍ତି; ଯାକୁବଠାରୁ ଏକ ତାରା ଉଦିତ ହେବ ଓ ଇସ୍ରାଏଲଠାରୁ ଏକ ରାଜଦଣ୍ଡ ଉତ୍ଥିତ ହେବ, ତାହା ମୋୟାବର ପାର୍ଶ୍ୱ ଭେଦ କରିବ ଓ ଶେଥର ସମସ୍ତ ସନ୍ତାନକୁ ଚୂର୍ଣ୍ଣ କରିବ।


ଶୀଲୋର ଆଗମନ ପର୍ଯ୍ୟନ୍ତ ଯିହୁଦାଠାରୁ ରାଜଦଣ୍ଡ ଓ ତାହାର ଚରଣଦ୍ୱୟ ମଧ୍ୟରୁ ବିଚାରକର୍ତ୍ତାର ଯଷ୍ଟି ଯିବ ନାହିଁ; ତାହାଙ୍କ ନିକଟରେ ଲୋକମାନେ ଅଧୀନତା ସ୍ୱୀକାର କରିବେ।


ଆଉ, ତୁମ୍ଭେମାନେ ପ୍ରଥମ ଦିନରେ ଉତ୍ତମ ବୃକ୍ଷର ଫଳ, ଖର୍ଜ୍ଜୁର ବାହୁଙ୍ଗା, ଗହଳିଆ ବୃକ୍ଷର ଶାଖା ଓ ନଦୀତୀରସ୍ଥ ବାଇଶୀ ବୃକ୍ଷ ଘେନି ତୁମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କ ସମ୍ମୁଖରେ ସାତ ଦିନ ଆନନ୍ଦ କରିବ।


ଏଥିଉତ୍ତାରେ ସୋରର ରାଜା ହୂରମ୍‍ ଶଲୋମନଙ୍କ ନିକଟକୁ ଆପଣା ଦାସମାନଙ୍କୁ ପଠାଇଲା; କାରଣ ଲୋକମାନେ ତାଙ୍କ ପିତାଙ୍କର ବଦଳେ ତାଙ୍କୁ ରାଜାଭିଷିକ୍ତ କଲେ ବୋଲି ସେ ଶୁଣିଥିଲା; ଆଉ ଦାଉଦ ସର୍ବଦା ହୂରମ୍‍ର ପ୍ରିୟପାତ୍ର ଥିଲେ।


Swiv nou:

Piblisite


Piblisite