Biblia Todo Logo
Bib sou entènèt

- Piblisite -




ଯିହିଜିକଲ 19:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଆଉ, ସେ ସେମାନଙ୍କର ଅଟ୍ଟାଳିକାସବୁ ଜାଣିଲା ଓ ସେମାନଙ୍କର ନଗରସବୁ ଉଜାଡ଼ କଲା; ଆଉ, ତାହାର ଗର୍ଜ୍ଜନର ଶବ୍ଦ ସକାଶୁ ଦେଶ ଓ ତହିଁର ପୂର୍ଣ୍ଣତାସକଳ ଶୂନ୍ୟ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଆଉ, ସେ ସେମାନଙ୍କର ଅଟ୍ଟାଳିକାସବୁ ଜାଣିଲା ଓ ସେମାନଙ୍କର ନଗରସବୁ ଉଜାଡ଼ କଲା; ଆଉ, ତାହାର ଗର୍ଜନର ଶଦ୍ଦ ସକାଶୁ ଦେଶ ଓ ତହିଁର ପୂର୍ଣ୍ଣତାସକଳ ଶୂନ୍ୟ ହେଲା।

Gade chapit la Kopi

ଓଡିଆ ବାଇବେଲ

7 ଆଉ, ସେ ସେମାନଙ୍କର ଅଟ୍ଟାଳିକାସବୁ ଜାଣିଲା ଓ ସେମାନଙ୍କର ନଗରସବୁ ଉଜାଡ଼ କଲା; ଆଉ, ତାହାର ଗର୍ଜ୍ଜନର ଶବ୍ଦ ସକାଶୁ ଦେଶ ଓ ତହିଁର ପୂର୍ଣ୍ଣତାସକଳ ଶୂନ୍ୟ ହେଲା।

Gade chapit la Kopi

ପବିତ୍ର ବାଇବଲ

7 ସେ ସେମାନଙ୍କର ଅଟ୍ଟାଳିକାସବୁ ଆକ୍ରମଣ କଲା ଓ ସେମାନଙ୍କର ନଗରସବୁ ଧ୍ୱଂସ କଲା। ଆଉ ତାହାର ଗର୍ଜନ ଶବ୍ଦ ଶୁଣି ଦେଶର ପ୍ରତ୍ୟେକ ଭୟଭୀତ ହୋଇ ପଡ଼ିଲେ।

Gade chapit la Kopi




ଯିହିଜିକଲ 19:7
14 Referans Kwoze  

ପୁଣି, ଆମ୍ଭେ ସ୍ରୋତସମୂହ ଶୁଷ୍କ କରିବା ଓ ମନ୍ଦ ଲୋକମାନଙ୍କ ହସ୍ତରେ ଦେଶ ବିକ୍ରୟ କରିବା; ଆଉ, ଆମ୍ଭେ ବିଦେଶୀମାନଙ୍କ ହସ୍ତ ଦ୍ୱାରା ଦେଶ ଓ ତନ୍ମଧ୍ୟସ୍ଥ ଯାବତୀୟ ବିଷୟ ଧ୍ୱଂସ କରିବା; ଆମ୍ଭେ ସଦାପ୍ରଭୁ ଏହା କହିଅଛୁ।


ହେ ଗୋଷ୍ଠୀଗଣ, ତୁମ୍ଭେ ସମସ୍ତେ ଶୁଣ; ହେ ପୃଥିବୀ ଓ ତନ୍ମଧ୍ୟସ୍ଥ ସମସ୍ତେ, ମନୋଯୋଗ କର; ପ୍ରଭୁ ସଦାପ୍ରଭୁ, ଆପଣା ପବିତ୍ର ମନ୍ଦିରରୁ ପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷୀ ହେଉନ୍ତୁ।


ପ୍ରଭୁ ସଦାପ୍ରଭୁ ଆପଣା ନାମରେ ଶପଥ କରିଅଛନ୍ତି, ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର ଏହି କଥା କହନ୍ତି, “ଆମ୍ଭେ ଯାକୁବର ଗୌରବକୁ ଘୃଣା କରୁ ଓ ତାହାର ଅଟ୍ଟାଳିକାସବୁକୁ ତୁଚ୍ଛଜ୍ଞାନ କରୁ; ଏଥିପାଇଁ ଆମ୍ଭେ ନଗର ଓ ତନ୍ମଧ୍ୟସ୍ଥ ଯାବତୀୟକୁ ପର ହସ୍ତରେ ସମର୍ପଣ କରିବା।”


ତାହାର ଭବିଷ୍ୟଦ୍‍ବକ୍ତାମାନେ ତହିଁ ମଧ୍ୟରେ ଚକ୍ରାନ୍ତ କରନ୍ତି, ସେମାନେ ମୃଗୟା ବିଦାରିବାକୁ ଉତ୍ସୁକ ଗର୍ଜ୍ଜନକାରୀ ସିଂହ ପରି; ସେମାନେ ପ୍ରାଣୀମାନଙ୍କୁ ଗ୍ରାସ କରିଅଛନ୍ତି; ସେମାନେ ଧନ ଓ ବହୁମୂଲ୍ୟ ବସ୍ତ୍ର ହରଣ କରନ୍ତି; ସେମାନେ ତହିଁ ମଧ୍ୟରେ ଅନେକଙ୍କୁ ବିଧବା କରିଅଛନ୍ତି।


ପୁଣି, ଦେଶର ଲୋକମାନଙ୍କୁ କୁହ, ଯିରୂଶାଲମ ନିବାସୀମାନଙ୍କର ଓ ଇସ୍ରାଏଲ ଦେଶର ବିଷୟରେ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ସେମାନେ ଚିନ୍ତିତ ହୋଇ ଆପଣା ଆପଣା ଆହାର ଭୋଜନ କରିବେ ଓ ବିସ୍ମିତ ହୋଇ ଆପଣା ଆପଣାର ଜଳ ପାନ କରିବେ, କାରଣ ନିବାସୀମାନଙ୍କର ଦୌରାତ୍ମ୍ୟ ସକାଶୁ ସେମାନଙ୍କ ଦେଶ ଓ ତନ୍ମଧ୍ୟସ୍ଥିତ ସର୍ବସ୍ୱରୁ ଶୂନ୍ୟ ହେବ।


ଯେଉଁ ଦରିଦ୍ର ଲୋକ ଦୀନହୀନକୁ ଉପଦ୍ରବ କରେ, ସେ ପ୍ଲାବନକାରୀ ବୃଷ୍ଟି ପରି; ତହିଁରେ ଭକ୍ଷ୍ୟର ଅଭାବ ଘଟେ।


ରାଜାର କୋପ ସିଂହ ଗର୍ଜ୍ଜନ ପରି; ମାତ୍ର ତାହାର ଅନୁଗ୍ରହ ତୃଣ ଉପରେ ଥିବା କାକର ତୁଲ୍ୟ।


ପୁଣି, ସେ ସିଂହମାନଙ୍କ ମଧ୍ୟରେ ଗତାୟାତ କରି ଯୁବା ସିଂହ ହୋଇ ଉଠିଲା; ଆହୁରି ସେ ମୃଗୟା କରିବାକୁ ଶିଖିଲା, ସେ ମନୁଷ୍ୟମାନଙ୍କୁ ଗ୍ରାସ କଲା।


ତହିଁରେ ନାନା ପ୍ରଦେଶରୁ ଗୋଷ୍ଠୀୟମାନେ ଆସି ତାହାର ବିରୁଦ୍ଧରେ ଚାରିଆଡ଼େ ଉଠିଲେ; ଆଉ, ସେମାନେ ତାହାର ଉପରେ ଆପଣାମାନଙ୍କର ଜାଲ ପ୍ରସାରିଲେ; ସେ ସେମାନଙ୍କ ଗର୍ତ୍ତରେ ଧରାପଡ଼ିଲା।


ଏହା ଦେଶ ମଧ୍ୟରେ ତାହାର, ଅର୍ଥାତ୍‍, ଇସ୍ରାଏଲ ମଧ୍ୟରେ ତାହାର ଅଧିକାରାର୍ଥେ ହେବ; ପୁଣି, ଆମ୍ଭର ଅଧିପତିମାନେ ଆମ୍ଭ ଲୋକମାନଙ୍କ ପ୍ରତି ଆଉ ଉପଦ୍ରବ କରିବେ ନାହିଁ; ମାତ୍ର ଇସ୍ରାଏଲ ବଂଶକୁ ସେମାନଙ୍କର ଗୋଷ୍ଠୀ ଅନୁସାରେ ଦେଶ ଦେବେ।


ପୁଣି ସେ ଯେପରି ଯିରୂଶାଲମରେ ରାଜ୍ୟ କରି ନ ପାରିବେ, ଏଥିପାଇଁ ଫାରୋ-ନଖୋ ହମାତ ଦେଶସ୍ଥ ରିବ୍ଲାରେ ତାଙ୍କୁ ବନ୍ଦ କରି ରଖିଲା ଓ ଦେଶ ଉପରେ ଏକ ଶହ ତାଳନ୍ତ ରୂପା ଓ ଏକ ତାଳନ୍ତ ସୁନା କର ବସାଇଲା।


ମାତ୍ର ତୁମ୍ଭର ଚକ୍ଷୁ ଓ ତୁମ୍ଭର ଅନ୍ତଃକରଣ, ଆପଣାର ଲୋଭ, ନିର୍ଦ୍ଦୋଷର ରକ୍ତପାତ, ଉପଦ୍ରବ ଓ ଦୌରାତ୍ମ୍ୟ କରିବା ଛଡ଼ା ଆଉ କାହିଁରେ ନାହିଁ।”


ତୁମ୍ଭେମାନେ ଅସୁସ୍ଥମାନଙ୍କୁ ସବଳ କରି ନାହଁ ଓ ପୀଡ଼ିତମାନଙ୍କର ଚିକିତ୍ସା କରି ନାହଁ ଓ ଭଗ୍ନାଙ୍ଗର କ୍ଷତ ବାନ୍ଧି ନାହଁ ଓ ଯେ ତାଡ଼ିତ ହେଲା, ତାହାକୁ ଫେରାଇ ଆଣି ନାହଁ, କିଅବା ଯେ ହଜିଗଲା, ତୁମ୍ଭେମାନେ ତାକୁ ଖୋଜି ନାହଁ; ମାତ୍ର ତୁମ୍ଭେମାନେ ବଳରେ ଓ କଠୋରତାରେ ସେମାନଙ୍କ ଉପରେ ଶାସନ କରିଅଛ।


Swiv nou:

Piblisite


Piblisite