Biblia Todo Logo
Bib sou entènèt

- Piblisite -




ଯିହିଜିକଲ 19:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଆଉ, ସେମାନେ ତାକୁ ଅଙ୍କୁଶ ଦ୍ୱାରା ପିଞ୍ଜରରେ ରଖି ବାବିଲ ରାଜା ନିକଟକୁ ନେଇଗଲେ; ଇସ୍ରାଏଲର ପର୍ବତସମୂହରେ ତାହାର ହୁଙ୍କାର ଶବ୍ଦ ଯେପରି ଆଉ ଶୁଣା ନ ଯାଏ, ଏଥିପାଇଁ ସେମାନେ ତାହାକୁ ଦୃଢ଼ ଗଡ଼ ମଧ୍ୟକୁ ନେଇଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଆଉ, ସେମାନେ ତାକୁ ଅଙ୍କୁଶ ଦ୍ଵାରା ପିଞ୍ଜରରେ ରଖି ବାବିଲ ରାଜା ନିକଟକୁ ନେଇଗଲେ; ଇସ୍ରାଏଲର ପର୍ବତସମୂହରେ ତାହାର ହୁଙ୍କାର ଶଦ୍ଦ ଯେପରି ଆଉ ଶୁଣା ନ ଯାଏ, ଏଥିପାଇଁ ସେମାନେ ତାହାକୁ ଦୃଢ଼ ଗଡ଼ ମଧ୍ୟକୁ ନେଇଗଲେ।

Gade chapit la Kopi

ଓଡିଆ ବାଇବେଲ

9 ଆଉ, ସେମାନେ ତାକୁ ଅଙ୍କୁଶ ଦ୍ୱାରା ପିଞ୍ଜରରେ ରଖି ବାବିଲ ରାଜା ନିକଟକୁ ନେଇଗଲେ; ଇସ୍ରାଏଲର ପର୍ବତସମୂହରେ ତାହାର ହୁଙ୍କାର ଶବ୍ଦ ଯେପରି ଆଉ ଶୁଣା ନ ଯାଏ, ଏଥିପାଇଁ ସେମାନେ ତାହାକୁ ଦୃଢ଼ ଗଡ଼ ମଧ୍ୟକୁ ନେଇଗଲେ।

Gade chapit la Kopi

ପବିତ୍ର ବାଇବଲ

9 ଆଉ ସେମାନେ ତାକୁ ଅଙ୍କୁଶ ଦ୍ୱାରା ପିଞ୍ଜରାରେ ରଖି ବାବିଲ ରାଜା ନିକଟକୁ ନେଇଗଲେ। ଇସ୍ରାଏଲର ପର୍ବତ ସମୂହର ତାହାର ହୁଙ୍କାର ଶବ୍ଦ ଆଉ ଶୁଣା ନ ଯାଉ, ଏଥିପାଇଁ ସେମାନେ ତାହାକୁ ଦୃଢ଼ ଗଡ଼ ମଧ୍ୟକୁ ନେଇଗଲେ।

Gade chapit la Kopi




ଯିହିଜିକଲ 19:9
11 Referans Kwoze  

ତାଙ୍କ ବିରୁଦ୍ଧରେ ବାବିଲର ରାଜା ନବୂଖଦ୍‍ନିତ୍ସର ଆସି ବାବିଲକୁ ନେଇଯିବା ନିମନ୍ତେ ତାଙ୍କୁ ଶିକୁଳିରେ ବାନ୍ଧିଲା।


“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲର ପର୍ବତଗଣ ପ୍ରତି ଆପଣା ମୁଖ କରି ସେମାନଙ୍କ ପ୍ରତି ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର,


“ଆଉ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲର ପର୍ବତଗଣକୁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କୁହ, ହେ ଇସ୍ରାଏଲର ପର୍ବତଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ।


ଆଉ, ସେ ସେମାନଙ୍କର ଅଟ୍ଟାଳିକାସବୁ ଜାଣିଲା ଓ ସେମାନଙ୍କର ନଗରସବୁ ଉଜାଡ଼ କଲା; ଆଉ, ତାହାର ଗର୍ଜ୍ଜନର ଶବ୍ଦ ସକାଶୁ ଦେଶ ଓ ତହିଁର ପୂର୍ଣ୍ଣତାସକଳ ଶୂନ୍ୟ ହେଲା।


ଆହୁରି ନବୂଖଦ୍‍ନିତ୍ସର ଯିହୋୟାଖୀନ୍‍ଙ୍କୁ ବାବିଲକୁ ନେଇଗଲା ଏବଂ ରାଜାଙ୍କ ମାତାକୁ ଓ ରାଜାଙ୍କର ପତ୍ନୀମାନଙ୍କୁ ଓ ତାଙ୍କର ନପୁଂସକମାନଙ୍କୁ ଓ ଦେଶର ପ୍ରଧାନ ଲୋକମାନଙ୍କୁ ସେ ଯିରୂଶାଲମରୁ ବନ୍ଦୀ କରି ବାବିଲକୁ ନେଇଗଲା।


ତୁମ୍ଭେ ଆମ୍ଭ ବିରୁଦ୍ଧରେ କ୍ରୋଧ କରିଅଛ, ଓ ତୁମ୍ଭର ଦର୍ପ କଥା ଆମ୍ଭ କର୍ଣ୍ଣରେ ଉପସ୍ଥିତ ହୋଇଅଛି, ଏହେତୁ ଆମ୍ଭେ ତୁମ୍ଭ ନାସିକାରେ ଆପଣା ଅଙ୍କୁଶ, ଓ ତୁମ୍ଭ ଓଷ୍ଠାଧରରେ ଆପଣା ଲଗାମ ଦେବା, ପୁଣି ତୁମ୍ଭେ ଯେଉଁ ବାଟରେ ଆସିଲ, ସେହି ବାଟରେ ଆମ୍ଭେ ତୁମ୍ଭକୁ ଫେରାଇ ଦେବା।


ପୁଣି ସେ ଯେପରି ଯିରୂଶାଲମରେ ରାଜ୍ୟ କରି ନ ପାରିବେ, ଏଥିପାଇଁ ଫାରୋ-ନଖୋ ହମାତ ଦେଶସ୍ଥ ରିବ୍ଲାରେ ତାଙ୍କୁ ବନ୍ଦ କରି ରଖିଲା ଓ ଦେଶ ଉପରେ ଏକ ଶହ ତାଳନ୍ତ ରୂପା ଓ ଏକ ତାଳନ୍ତ ସୁନା କର ବସାଇଲା।


ମାତ୍ର ତୁମ୍ଭର ଚକ୍ଷୁ ଓ ତୁମ୍ଭର ଅନ୍ତଃକରଣ, ଆପଣାର ଲୋଭ, ନିର୍ଦ୍ଦୋଷର ରକ୍ତପାତ, ଉପଦ୍ରବ ଓ ଦୌରାତ୍ମ୍ୟ କରିବା ଛଡ଼ା ଆଉ କାହିଁରେ ନାହିଁ।”


ତୁମ୍ଭେମାନେ ଅସୁସ୍ଥମାନଙ୍କୁ ସବଳ କରି ନାହଁ ଓ ପୀଡ଼ିତମାନଙ୍କର ଚିକିତ୍ସା କରି ନାହଁ ଓ ଭଗ୍ନାଙ୍ଗର କ୍ଷତ ବାନ୍ଧି ନାହଁ ଓ ଯେ ତାଡ଼ିତ ହେଲା, ତାହାକୁ ଫେରାଇ ଆଣି ନାହଁ, କିଅବା ଯେ ହଜିଗଲା, ତୁମ୍ଭେମାନେ ତାକୁ ଖୋଜି ନାହଁ; ମାତ୍ର ତୁମ୍ଭେମାନେ ବଳରେ ଓ କଠୋରତାରେ ସେମାନଙ୍କ ଉପରେ ଶାସନ କରିଅଛ।


Swiv nou:

Piblisite


Piblisite